1 UDB ହେ ଭାଇମାନେ, ତୁମ୍ଭେମାନେ ନିଜେ ଜାଣ ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ବ୍ୟର୍ଥ ହୋଇ ନାହିଁ BSB BSB: You yourselves know, brothers, that our visit to you was not in vain.
2 UDB ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ପ୍ରାଣପଣେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ। BSB BSB: As you are aware, we had already endured suffering and shameful treatment in Philippi. But in the face of strong opposition, we were bold in our God to speak to you the gospel of God.
3 UDB କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତାମୂଳକ କିଅବା ଛଳଯୁକ୍ତ ନ ଥିଲା, BSB BSB: For our appeal does not arise from deceit or ulterior motives or trickery.
4 UDB କିନ୍ତୁ ଆମ୍ଭମାନଙ୍କ ହସ୍ତରେ ସୁସମାଚାର ପ୍ରଚାରର ଭାର ସମର୍ପିତ ହେବା ନିମନ୍ତେ ଆମ୍ଭେମାନେ ଯେରୂପେ ଈଶ୍ୱରଙ୍କ ଦ୍ୱାରା ଯୋଗ୍ୟ ଗଣିତ ହୋଇଅଛୁ, ସେହିରୂପେ ଆମ୍ଭେମାନେ ପ୍ରଚାର କରୁଅଛୁ; ଅତଏବ ଆମ୍ଭମାନଙ୍କ ହୃଦୟର ପରୀକ୍ଷକ ଯେ ଈଶ୍ୱର, ବରଂ ଆମ୍ଭେମାନେ ମନୁଷ୍ୟକୁ ସନ୍ତୁଷ୍ଟ ନ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଦ୍ଦେଶ୍ୟରେ ତାହା କରୁଅଛୁ। BSB BSB: Instead, we speak as those approved by God to be entrusted with the gospel, not in order to please men but God, who examines our hearts.
5 UDB ତୁମ୍ଭେମାନେ ତ ଜାଣ, ଆମ୍ଭେମାନେ କୌଣସି ପ୍ରକାର ଚାଟୁବାଦ ବ୍ୟବହାର କରି ନାହୁଁ, କିଅବା ଛଳନାତ୍ମକ ବାକ୍ୟ କହିନାହୁଁ, ଈଶ୍ୱର ଏଥିର ସାକ୍ଷୀ। BSB BSB: As you know, we never used words of flattery or any pretext for greed. God is our witness!
6 UDB ଯଦ୍ୟପି ଖ୍ରୀଷ୍ଟଙ୍କ ପ୍ରେରିତ ସ୍ୱରୂପେ ଆମ୍ଭେମାନେ ସମ୍ଭ୍ରମ ଦାବି କରି ପାରିଥାନ୍ତୁ, ତଥାପି ତୁମ୍ଭମାନଙ୍କଠାରୁ ହେଉ ବା ଅନ୍ୟ କାହାରିଠାରୁ ହେଉ କୌଣସି ମନୁଷ୍ୟଠାରୁ ଗୌରବ ପାଇବାକୁ ଚେଷ୍ଟା କରି ନାହୁଁ। BSB BSB: Nor did we seek praise from you or from anyone else, although as apostles of Christ we had authority to demand it.
7 UDB କିନ୍ତୁ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ମୃଦୁଶୀଳ ହୋଇ, ମାତା ଯେପରି ଆପଣା ସନ୍ତାନମାନଙ୍କୁ ଲାଳନପାଳନ କରେ, BSB BSB: On the contrary, we were gentle among you, like a nursing mother caring for her children.
8 UDB ସେହି ପ୍ରକାରେ ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ସ୍ନେହ ଥିବାରୁ ଆମ୍ଭେମାନେ ତୁମ୍ଭମାନଙ୍କୁ ଈଶ୍ୱରଙ୍କ ସୁସମାଚାର କେବଳ ନୁହେଁ, ମାତ୍ର ଆପଣା ପ୍ରାଣ ଦେବାକୁ ସୁଧା ଇଚ୍ଛୁକ ଥିଲୁ, କାରଣ ତୁମ୍ଭେମାନେ ଆମ୍ଭମାନଙ୍କ ପ୍ରିୟପାତ୍ର ହୋଇଥିଲ। BSB BSB: We cared so deeply that we were delighted to share with you not only the gospel of God, but our own lives as well. That is how beloved you have become to us.
9 UDB ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟ ତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ କାହାରି ଭାର ସ୍ୱରୂପ ନ ହେଉ, ଏଥି ନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଈଶ୍ୱରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ। BSB BSB: Surely you recall, brothers, our labor and toil. We worked night and day so that we would not be a burden to anyone while we proclaimed to you the gospel of God.
10 UDB ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭେମାନେ କିପରି ପବିତ୍ର, ଧାର୍ମିକ ଓ ଅନିନ୍ଦନୀୟ ବ୍ୟବହାର କରିଥିଲୁ, ସେଥିର ତୁମ୍ଭେମାନେ ସାକ୍ଷୀ, ପୁଣି, ଈଶ୍ୱର ମଧ୍ୟ ସାକ୍ଷୀ। BSB BSB: You are witnesses, and so is God, of how holy, righteous, and blameless our conduct was among you who believed.
11 UDB ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ନିଜ ସନ୍ତାନମାନଙ୍କୁ ଶିକ୍ଷା ଦିଅନ୍ତି, ସେହି ପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକାନ୍ତ ଅନୁରୋଧ କରିଥିଲୁ, BSB BSB: For you know that we treated each of you as a father treats his own children—
12 UDB ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଈଶ୍ୱରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇ ପାର। BSB BSB: encouraging you, comforting you, and urging you to walk in a manner worthy of God, who calls you into His own kingdom and glory.
13 UDB ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ୱରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ୱରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ୱରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି। BSB BSB: And we continually thank God because, when you received the word of God that you heard from us, you accepted it not as the word of men, but as it truly is, the word of God, which is also now at work in you who believe.
14 UDB କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦା ଦେଶସ୍ଥ ମଣ୍ଡଳୀସମୁହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୂଦୀମାନଙ୍କ ଦ୍ୱାରା ଯେଉଁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ୱଜାତୀୟମାନଙ୍କ ଦ୍ୱାରା ସେହି ସବୁ ଦୁଃଖଭୋଗ କରୁଅଛ। BSB BSB: For you, brothers, became imitators of the churches of God in Judea that are in Christ Jesus. You suffered from your own countrymen the very things they suffered from the Jews,
15 UDB ସେହି ଯିହୂଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡନା କଲେ; ସେମାନେ ଈଶ୍ୱରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ, BSB BSB: who killed both the Lord Jesus and their own prophets and drove us out as well. They are displeasing to God and hostile to all men,
16 UDB କାରଣ ଅଣଯିହୂଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି। BSB BSB: hindering us from telling the Gentiles how they may be saved. As a result, they continue to heap up their sins to full capacity; the utmost wrath has come upon them.
17 UDB କିନ୍ତୁ, ହେ ଭାଇମାନେ, ଆମ୍ଭେମାନେ ହୃଦୟରେ ନୁହେଁ, ମାତ୍ର ଶରୀରରେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କଠାରୁ ବିଚ୍ଛିନ୍ନ ହୋଇଥିବାରୁ ତୁମ୍ଭମାନଙ୍କ ମୁଖ ଦେଖିବାକୁ ଅତ୍ୟନ୍ତ ଆକାଂକ୍ଷା ସହକାରେ ଅଧିକ ଚେଷ୍ଟା କରିଥିଲୁ। BSB BSB: Brothers, although we were torn away from you for a short time (in person, not in heart), our desire to see you face to face was even more intense.
18 UDB ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା। BSB BSB: For we wanted to come to you—indeed I, Paul, tried again and again—but Satan obstructed us.
19 UDB କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କ'ଣ? ତାହା କି ତୁମ୍ଭେମାନେ ନୁହଁ? BSB BSB: After all, who is our hope, our joy, our crown of boasting, if it is not you yourselves in the presence of our Lord Jesus at His coming?
20 UDB ତୁମ୍ଭେମାନେ ତ ଆମ୍ଭମାନଙ୍କ ଗୌରବ ଓ ଆନନ୍ଦର କାରଣ ଅଟ। BSB BSB: You are indeed our glory and our joy.
Select verses for actions: Enter goes to them and Escape comes back.