1 UDB ଆହୁରି ମଧ୍ୟ ଈଶ୍ୱରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ। BSB BSB: As God’s fellow workers, then, we urge you not to receive God’s grace in vain.
2 UDB କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହାଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ। BSB BSB: For He says: “In the time of favor I heard you, and in the day of salvation I helped you.” Behold, now is the time of favor; now is the day of salvation!
3 UDB ଯେପରି ଆମ୍ଭମାନଙ୍କ ସେବକପଦ ନିନ୍ଦିତ ନ ହୁଏ, ସେଥିପାଇଁ ଆମ୍ଭେମାନେ କୌଣସି ବିଷୟରେ ବାଧା ନ ଦେଉ, BSB BSB: We put no obstacle in anyone’s way, so that no one can discredit our ministry.
4 UDB ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ, BSB BSB: Rather, as servants of God we commend ourselves in every way: in great endurance; in troubles, hardships, and calamities;
5 UDB ପ୍ରହାରରେ, କାରାବାସରେ, ବିପ୍ଳବରେ, ପରିଶ୍ରମରେ, ଜାଗରଣରେ, ଉପବାସରେ, BSB BSB: in beatings, imprisonments, and riots; in labor, sleepless nights, and hunger;
6 UDB ପବିତ୍ରତାରେ, ଜ୍ଞାନରେ, ଦୀର୍ଘସହିଷ୍ଣୁତାରେ, କୋମଳଭାବରେ, ପବିତ୍ର ଆତ୍ମାଙ୍କଠାରେ, ଅକପଟ ପ୍ରେମରେ, BSB BSB: in purity, knowledge, patience, and kindness; in the Holy Spirit and in sincere love;
7 UDB ସତ୍ୟ ବାକ୍ୟରେ, ଈଶ୍ୱରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ରଦ୍ୱାରା, BSB BSB: in truthful speech and in the power of God; with the weapons of righteousness in the right hand and in the left;
8 UDB ଗୌରବ ଓ ଅନାଦର ଦ୍ୱାରା, ଅଖ୍ୟାତି ଓ ସୁଖ୍ୟାତିଦ୍ୱାରା, ପ୍ରତାରକ ତୁଲ୍ୟ, ଅଥଚ ସତ୍ୟବାଦୀ, BSB BSB: through glory and dishonor, slander and praise; viewed as imposters, yet genuine;
9 UDB ଅପରିଚିତ ତୁଲ୍ୟ, ଅଥଚ ସୁପରିଚିତ, ମୃତକଳ୍ପ ତୁଲ୍ୟ, ଅଥଚ ଦେଖ, ଆମ୍ଭେମାନେ ଜୀବିତ, ଶାସ୍ତିପ୍ରାପ୍ତ ତୁଲ୍ୟ, BSB BSB: unknown, yet well-known; dying, and yet we live on; punished, yet not killed;
10 UDB ଅଥଚ ନିହତ ନୋହୁଁ, ଦୁଃଖିତ ତୁଲ୍ୟ, କିନ୍ତୁ ସର୍ବଦା ଆନନ୍ଦିତ, ଦୀନହୀନର ତୁଲ୍ୟ, କିନ୍ତୁ ସୁସମାଚାରର ଧନରେ ଅନେକଙ୍କ ପ୍ରତି ଧନଦାୟକ, ଅକିଞ୍ଚନ ତୁଲ୍ୟ, ଅଥଚ ସର୍ବାଧିକାରୀ; ଏହି ସମସ୍ତରେ ଆମେ କିଛି ଉପାର୍ଜନ କରିନାହୁଁ, କିନ୍ତୁ ସତ୍ୟ ଏହା ଯେ ସବୁକିଛି ଆମର ଅଟେ। BSB BSB: sorrowful, yet always rejoicing; poor, yet making many rich; having nothing, and yet possessing everything.
11 UDB ହେ କରିନ୍ଥୀୟମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ମୁଖ ଉନ୍ମୁକ୍ତ ହୋଇଅଛି, ଆମ୍ଭମାନଙ୍କ ହୃଦୟ ପ୍ରଶସ୍ତ ହୋଇଅଛି। BSB BSB: We have spoken freely to you, Corinthians. Our hearts are open wide.
12 UDB ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ସ୍ନେହ ଅଛି, କିନ୍ତୁ ତୁମ୍ଭମାନଙ୍କର ସ୍ନେହ ସଙ୍କୁଚିତ। BSB BSB: It is not our affection, but yours, that is restrained.
13 UDB ନିଜର ସନ୍ତାନମାନଙ୍କୁ କହିବା ପରି ମୁଁ କହୁଅଛି, ଅନୁରୂପ ପ୍ରତିଦାନ ନିମନ୍ତେ ତୁମ୍ଭେମାନେ ମଧ୍ୟ ପ୍ରଶସ୍ତମନା ହୁଅ। BSB BSB: As a fair exchange—I speak as to my children—open wide your hearts also.
14 UDB ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଯୋଗିତା? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା? BSB BSB: Do not be unequally yoked with unbelievers. For what partnership can righteousness have with wickedness? Or what fellowship does light have with darkness?
15 UDB ବିଲିୟାର୍ ସହିତ ଖ୍ରୀଷ୍ଟଙ୍କର କି ମିଳନ? କିମ୍ବା ଅବିଶ୍ୱାସୀ ସହିତ ବିଶ୍ୱାସୀର କି ଅଂଶ? BSB BSB: What harmony is there between Christ and Belial? Or what does a believer have in common with an unbeliever?
16 UDB ପ୍ରତିମା ସହିତ ଈଶ୍ୱରଙ୍କ ମନ୍ଦିରର କି ସମ୍ବନ୍ଧ? କାରଣ ଆମ୍ଭେମାନେ ଜୀବିତ ଈଶ୍ୱରଙ୍କ ମନ୍ଦିର ଅଟୁ, ଯେପରି ଈଶ୍ୱର କହିଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ବାସ କରିବା, ଆଉ ସେମାନଙ୍କ ମଧ୍ୟରେ ଭ୍ରମଣ କରିବା; ଆମ୍ଭେ ସେମାନଙ୍କ ଈଶ୍ୱର ହେବା, ଆଉ ସେମାନେ ଆମ୍ଭର ଲୋକ ହେବେ। BSB BSB: What agreement can exist between the temple of God and idols? For we are the temple of the living God. As God has said: “I will dwell with them and walk among them, and I will be their God, and they will be My people.”
17 UDB ଏଣୁ ପ୍ରଭୁ ଏହା କହନ୍ତି, “ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ବାହାରି ଆସ, ଆଉ ପୃଥକ୍ ହୁଅ, ଆଉ, ଅଶୁଚି ପଦାର୍ଥ ସ୍ପର୍ଶ କର ନାହିଁ; ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ଗ୍ରହଣ କରିବା।” BSB BSB: “Therefore come out from among them and be separate, says the Lord. Touch no unclean thing, and I will receive you.”
18 UDB ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି, ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି। BSB BSB: And: “I will be a Father to you, and you will be My sons and daughters, says the Lord Almighty.”
Select verses for actions: Enter goes to them and Escape comes back.