2 UDB ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ। BSB BSB: Take notice: I, Paul, tell you that if you let yourselves be circumcised, Christ will be of no value to you at all.
3 UDB ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ। BSB BSB: Again I testify to every man who gets himself circumcised that he is obligated to obey the whole law.
4 UDB ତୁମ୍ଭେମାନେ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ। BSB BSB: You who are trying to be justified by the law have been severed from Christ; you have fallen away from grace.
5 UDB କାରଣ ଆମ୍ଭେମାନେ ଆତ୍ମାଙ୍କ ଦ୍ୱାରା ବିଶ୍ୱାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ। BSB BSB: But by faith we eagerly await through the Spirit the hope of righteousness.
7 UDB ତୁମ୍ଭେମାନେ ତ ଉତ୍ତମ ରୂପେ ଦୌଡ଼ୁଥିଲ; କିଏ ତୁମ୍ଭମାନଙ୍କୁ ବାଧା ଦେଲା ଯେ, ସତ୍ୟର ଅବାଧ୍ୟ ହୋଇଅଛ? BSB BSB: You were running so well. Who has obstructed you from obeying the truth?
8 UDB ତୁମ୍ଭମାନଙ୍କ ଆହ୍ୱାନକର୍ତ୍ତାଙ୍କଠାରୁ ଏହି ପ୍ରବର୍ତ୍ତନା ଆସି ନାହିଁ। BSB BSB: Such persuasion does not come from the One who calls you.
9 UDB ଅଳ୍ପ ଖମୀର ପିଣ୍ଡୁଳାଯାକ ଖମୀରମୟ କରିଦିଏ। BSB BSB: A little leaven works through the whole batch of dough.
10 UDB ତୁମ୍ଭେମାନେ ଯେ ଅନ୍ୟ ପ୍ରକାର ବିଚାର କରିବ ନାହିଁ, ଏହା ମୁଁ ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଦୃଢ଼ ବିଶ୍ୱାସ କରୁଅଛି; କିନ୍ତୁ ଯେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛି, ସେ ଯେ କେହି ହେଉ, ଆପଣାର ଦଣ୍ଡ ବହନ କରିବ। BSB BSB: I am confident in the Lord that you will take no other view. The one who is troubling you will bear the judgment, whoever he may be.
11 UDB କିନ୍ତୁ ହେ ଭାଇମାନେ, ଯଦି ମୁଁ ଏବେ ସୁଦ୍ଧା ସୁନ୍ନତ ବିଧି ପ୍ରଚାର କରୁଅଛି, ତେବେ କାହିଁକି ମୁଁ ଏଯାଏ ତାଡ଼ନା ଭୋଗ କରୁଅଛି? ତାହାହେଲେ କ୍ରୁଶ ତ ଆଉ ବିଘ୍ନର କାରଣ ନୁହେଁ। BSB BSB: Now, brothers, if I am still preaching circumcision, why am I still being persecuted? In that case the offense of the cross has been abolished.
12 UDB ଯେଉଁମାନେ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି, ସେମାନେ ସମ୍ପୂର୍ଣ୍ଣ ଅଙ୍ଗହୀନ ହେଲେ, ଭଲ ହୁଅନ୍ତା। BSB BSB: As for those who are agitating you, I wish they would proceed to emasculate themselves!
13 UDB କାରଣ, ହେ ଭାଇମାନେ, ତୁମ୍ଭେମାନେ ସ୍ୱାଧୀନତା ନିମନ୍ତେ ଆହୂତ ହୋଇଅଛ; କେବଳ ତୁମ୍ଭର ସ୍ୱାଧୀନତାକୁ ଶାରୀରିକ ଅଭିଳାଷ ପୂରଣ ନିମନ୍ତେ ସୁଯୋଗ ସ୍ୱରୂପେ ବ୍ୟବହାର ନ କର, ବରଂ ପ୍ରେମରେ ପରସ୍ପରର ସେବା କର। BSB BSB: For you, brothers, were called to freedom; but do not use your freedom as an opportunity for the flesh. Rather, serve one another in love.
14 UDB କାରଣ ସମସ୍ତ ବ୍ୟବସ୍ଥା ଏହି ଗୋଟିଏ ବାକ୍ୟରେ ସିଦ୍ଧ ହୁଏ, “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।” BSB BSB: The entire law is fulfilled in a single decree: “Love your neighbor as yourself.”
15 UDB କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ୱାରା ବିନଷ୍ଟ ନ ହୁଅ। BSB BSB: But if you keep on biting and devouring one another, watch out, or you will be consumed by one another.
16 UDB ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ। BSB BSB: So I say, walk by the Spirit, and you will not gratify the desires of the flesh.
17 UDB କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହି ସବୁ କରି ପାର ନାହିଁ। BSB BSB: For the flesh craves what is contrary to the Spirit, and the Spirit what is contrary to the flesh. They are opposed to each other, so that you do not do what you want.
18 UDB କିନ୍ତୁ ଯଦି ତୁମ୍ଭେମାନେ ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୁଅ, ତେବେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ। BSB BSB: But if you are led by the Spirit, you are not under the law.
19 UDB ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା BSB BSB: The acts of the flesh are obvious: sexual immorality, impurity, and debauchery;
20 UDB କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା, BSB BSB: idolatry and sorcery; hatred, discord, jealousy, and rage; rivalries, divisions, factions,
21 UDB ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ୱରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ। BSB BSB: and envy; drunkenness, orgies, and the like. I warn you, as I did before, that those who practice such things will not inherit the kingdom of God.
22 UDB କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, BSB BSB: But the fruit of the Spirit is love, joy, peace, patience, kindness, goodness, faithfulness,
23 UDB ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ। BSB BSB: gentleness, and self-control. Against such things there is no law.
24 UDB ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି। BSB BSB: Those who belong to Christ Jesus have crucified the flesh with its passions and desires.
25 UDB ଯଦି ଆମ୍ଭେମାନେ ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହୋଇଅଛୁ, ତେବେ ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ। BSB BSB: Since we live by the Spirit, let us walk in step with the Spirit.
26 UDB ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ। BSB BSB: Let us not become conceited, provoking and envying one another.
Select verses for actions: Enter goes to them and Escape comes back.