1 UDB ଏଥିଉତ୍ତାରେ ଯୀଶୁ ଗାଲିଲୀରେ ଭ୍ରମଣ କରିବାକୁ ଲାଗିଲେ, କାରଣ ଯିହୂଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରୁଥିବାରୁ ସେ ଯିହୂଦା ପ୍ରଦେଶରେ ଭ୍ରମଣ କରିବାକୁ ଇଚ୍ଛା କରୁ ନ ଥିଲେ। BSB BSB: After this, Jesus traveled throughout Galilee. He did not want to travel in Judea, because the Jews there were trying to kill Him.
2 UDB କିନ୍ତୁ ଯିହୂଦୀମାନଙ୍କର କୁଟୀରବାସ ପର୍ବ ସନ୍ନିକଟ ହୁଅନ୍ତେ, BSB BSB: However, the Jewish Feast of Tabernacles was near.
3 UDB ତାହାଙ୍କ ଭାଇମାନେ ତାହାଙ୍କୁ କହିଲେ, ତୁମ୍ଭେ ଯେ ଯେ କର୍ମ କରୁଅଛ, ସେହି ସବୁ ଯେପରି ତୁମ୍ଭର ଶିଷ୍ୟମାନେ ମଧ୍ୟ ଦେଖିବେ, ଏନିମନ୍ତେ ଏଠାରୁ ବାହାରିଯାଇ ଯିହୂଦା ପ୍ରଦେଶକୁ ଯାଅ, BSB BSB: So Jesus’ brothers said to Him, “Leave here and go to Judea, so that Your disciples there may see the works You are doing.
4 UDB କାରଣ କେହି ପ୍ରକାଶିତ ହେବାକୁ ଇଚ୍ଛା କଲେ ଗୋପନରେ କିଛି କରେ ନାହିଁ। ତୁମ୍ଭେ ଯଦି ଏସମସ୍ତ କରୁଅଛ, ତେବେ ଆପଣାକୁ ଜଗତ ନିକଟରେ ପ୍ରକାଶ କର। BSB BSB: For no one who wants to be known publicly acts in secret. Since You are doing these things, show Yourself to the world.”
6 UDB ସେଥିରେ ଯୀଶୁ ସେମାନଙ୍କୁ କହିଲେ, ମୋହର ସମୟ ଏପର୍ଯ୍ୟନ୍ତ ଉପସ୍ଥିତ ହୋଇ ନାହିଁ, ମାତ୍ର ତୁମ୍ଭମାନଙ୍କର ସମୟ ସର୍ବଦା ଉପସ୍ଥିତ। BSB BSB: Therefore Jesus told them, “Although your time is always at hand, My time has not yet come.
7 UDB ଜଗତ ତୁମ୍ଭମାନଙ୍କୁ ଘୃଣା କରି ପାରେ ନାହିଁ, କିନ୍ତୁ ମୋତେ ଘୃଣା କରେ, କାରଣ ତାହାର କର୍ମ ଯେ ମନ୍ଦ, ମୁଁ ତାହା ବିଷୟରେ ଏହି ସାକ୍ଷ୍ୟ ଦେଉଅଛି। BSB BSB: The world cannot hate you, but it hates Me, because I testify that its works are evil.
8 UDB ତୁମ୍ଭେମାନେ ଏହି ପର୍ବକୁ ଯାଅ, ମୁଁ ଏବେ ଏହି ପର୍ବକୁ ଯାଉ ନାହିଁ, କାରଣ ମୋହର ସମୟ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ହୋଇ ନାହିଁ। BSB BSB: Go up to the feast on your own. I am not going up to this feast, because My time has not yet come.”
9 UDB ସେ ସେମାନଙ୍କୁ ଏହି ସମସ୍ତ କଥା କହି ଗାଲିଲୀରେ ରହିଲେ। BSB BSB: Having said this, Jesus remained in Galilee.
10 UDB କିନ୍ତୁ ତାହାଙ୍କ ଭାଇମାନେ ପର୍ବକୁ ଗଲା ଉତ୍ତାରେ ସେ ମଧ୍ୟ ଗଲେ, ପ୍ରକାଶରେ ନୁହେଁ, ମାତ୍ର ଏକ ପ୍ରକାର ଗୋପନରେ। BSB BSB: But after His brothers had gone up to the feast, He also went—not publicly, but in secret.
11 UDB ଏଣୁ ଯିହୂଦୀମାନେ ପର୍ବରେ ତାହାଙ୍କୁ ଖୋଜୁ ଖୋଜୁ ପଚାରିଲେ, ସେ କାହିଁ? BSB BSB: So the Jews were looking for Him at the feast and asking, “Where is He?”
12 UDB ଆଉ, ତାହାଙ୍କ ବିଷୟରେ ଲୋକସମୂହ ମଧ୍ୟରେ ବହୁତ ଆନ୍ଦୋଳନ ହେବାକୁ ଲାଗିଲା; କେହି କେହି କହିଲେ, ସେ ଜଣେ ଉତ୍ତମ ଲୋକ; ଆଉ କେହି କେହି କହିଲେ, ନା, ସେ ଲୋକମାନଙ୍କୁ ଭ୍ରାନ୍ତ କରୁଅଛି। BSB BSB: Many in the crowds were whispering about Him. Some said, “He is a good man.” But others replied, “No, He deceives the people.”
13 UDB ତଥାପି ଯିହୂଦୀମାନଙ୍କ ଭୟରେ ତାହାଙ୍କ ବିଷୟରେ ପ୍ରକାଶରେ କେହି କିଛି କହୁ ନ ଥିଲେ। BSB BSB: Yet no one would speak publicly about Him for fear of the Jews.
14 UDB କିନ୍ତୁ ପର୍ବର ଅର୍ଦ୍ଧେକ ସମୟ ଗତ ହୁଅନ୍ତେ, ଯୀଶୁ ମନ୍ଦିରକୁ ଯାଇ ଶିକ୍ଷା ଦେବାକୁ ଲାଗିଲେ। BSB BSB: About halfway through the feast, Jesus went up to the temple courts and began to teach.
16 UDB ତେଣୁ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋହର ଶିକ୍ଷା ମୋ' ନିଜର ନୁହେଁ, କିନ୍ତୁ ମୋ' ପ୍ରେରଣକର୍ତ୍ତାଙ୍କର। BSB BSB: “My teaching is not My own,” Jesus replied. “It comes from Him who sent Me.
17 UDB କେହି ଯଦି ତାହାଙ୍କର ଇଚ୍ଛା ସାଧନ କରିବାକୁ ଇଚ୍ଛୁକ ହୁଏ, ତାହାହେଲେ ଏହି ଶିକ୍ଷା ଈଶ୍ୱରଙ୍କଠାରୁ ଉତ୍ପନ୍ନ, ନା ମୁଁ ଆପଣାଠାରୁ କହୁଅଛି, ତାହା ସେ ଜାଣିବ। BSB BSB: If anyone desires to do His will, he will know whether My teaching is from God or whether I speak on My own.
18 UDB ଯେ ଆପଣାରୁ କହେ, ସେ ନିଜ ଗୌରବ ଅନ୍ୱେଷଣ କରେ, କିନ୍ତୁ ଯେ ଆପଣା ପ୍ରେରଣକର୍ତ୍ତାଙ୍କ ଗୌରବ ଅନ୍ୱେଷଣ କରେ, ସେ ସତ, ଆଉ ତାହାଠାରେ କୌଣସି ଅଧର୍ମ ନାହିଁ। BSB BSB: He who speaks on his own authority seeks his own glory, but He who seeks the glory of the One who sent Him is a man of truth; in Him there is no falsehood.
19 UDB ମୋଶା କ'ଣ ତୁମ୍ଭମାନଙ୍କୁ ବ୍ୟବସ୍ଥା ଦେଇ ନାହାନ୍ତି? ତଥାପି ତୁମ୍ଭମାନଙ୍କ ମଧ୍ୟରୁ କେହି ମୋଶାଙ୍କ ବ୍ୟବସ୍ଥା ପାଳନ କରୁ ନାହଁ। ତୁମ୍ଭେମାନେ କାହିଁକି ମୋତେ ବଧ କରିବାକୁ ଚେଷ୍ଟା କରୁଅଛ? BSB BSB: Has not Moses given you the law? Yet not one of you keeps it. Why are you trying to kill Me?”
20 UDB ଲୋକସମୂହ ଉତ୍ତର ଦେଲେ, ତୁମକୁ ଭୂତ ଲାଗିଅଛି, କିଏ ତୁମକୁ ବଧ କରିବାକୁ ଚେଷ୍ଟା କରୁଅଛି? BSB BSB: “You have a demon,” the crowd replied. “Who is trying to kill You?”
21 UDB ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ଗୋଟିଏ କର୍ମ କଲି, ଆଉ ତୁମ୍ଭେମାନେ ସମସ୍ତେ ଚମତ୍କୃତ ହୋଇଅଛ। BSB BSB: Jesus answered them, “I did one miracle, and you are all amazed.
22 UDB ଏହି ହେତୁରୁ ମୋଶା ତୁମ୍ଭମାନଙ୍କୁ ସୁନ୍ନତ ବିଧି ଦେଇଅଛନ୍ତି (ଏହା ଯେ ମୋଶାଙ୍କଠାରୁ ହୋଇଅଛି, ତାହା ନୁହେଁ, ମାତ୍ର ପିତୃପୁରୁଷଙ୍କଠାରୁ), ଆଉ ତୁମ୍ଭେମାନେ ବିଶ୍ରାମବାରରେ ମନୁଷ୍ୟର ସୁନ୍ନତ କରୁଅଛ। BSB BSB: But because Moses gave you circumcision, you circumcise a boy on the Sabbath (not that it is from Moses, but from the patriarchs.)
23 UDB ମୋଶାଙ୍କ ବ୍ୟବସ୍ଥା ଲଙ୍ଘନ ନ ହେବା ନିମନ୍ତେ ଯଦି ବିଶ୍ରାମବାରରେ ମନୁଷ୍ୟ ସୁନ୍ନତ ପ୍ରାପ୍ତ ହୁଏ, ତାହାହେଲେ ମୁଁ ବିଶ୍ରାମବାରରେ ଜଣେ ମନୁଷ୍ୟକୁ ସର୍ବାଙ୍ଗ ସୁସ୍ଥ କରିବାରୁ ତୁମ୍ଭେମାନେ କାହିଁକି ମୋ' ଉପରେ କ୍ରୋଧ କରୁଅଛ? BSB BSB: If a boy can be circumcised on the Sabbath so that the law of Moses will not be broken, why are you angry with Me for making the whole man well on the Sabbath?
24 UDB ବାହ୍ୟ ବିଷୟ ଦେଖି ବିଚାର ନ କରି ନ୍ୟାୟବିଚାର କର। BSB BSB: Stop judging by outward appearances, and start judging justly.”
25 UDB ଏଥିରେ ଯିରୂଶାଲମ ନିବାସୀମାନଙ୍କ ମଧ୍ୟରୁ କେହି କେହି କହିବାକୁ ଲାଗିଲେ, ସେମାନେ ଯାହାକୁ ବଧ କରିବା ନିମନ୍ତେ ଚେଷ୍ଟା କରୁଅଛନ୍ତି, ଏ କ'ଣ ସେ ନୁହେଁ? BSB BSB: Then some of the people of Jerusalem began to say, “Isn’t this the man they are trying to kill?
26 UDB ପୁଣି, ଦେଖ, ସେ ପ୍ରକାଶରେ କଥା କହୁଅଛି, ଆଉ ସେମାନେ ତାହାକୁ କିଛି କରୁ ନାହାନ୍ତି। ଏ ଯେ ଖ୍ରୀଷ୍ଟ, ଏହା କ'ଣ ନେତାମାନେ ସତେ ଜାଣି ସାରିଲେଣି? BSB BSB: Yet here He is, speaking publicly, and they are not saying anything to Him. Have the rulers truly recognized that this is the Christ?
27 UDB ଯାହା ହେଉ, ଆମ୍ଭେମାନେ ଜାଣୁ ଯେ ଏହି ବ୍ୟକ୍ତି କେଉଁଠାରୁ ଆସିଅଛନ୍ତି, କିନ୍ତୁ ଖ୍ରୀଷ୍ଟ ଯେତେବେଳେ ଆସିବେ, ସେତେବେଳେ କେହି ଜାଣିବ ନାହିଁ ଯେ ସେ କେଉଁଠାରୁ ଆସିଅଛନ୍ତି। BSB BSB: But we know where this man is from. When the Christ comes, no one will know where He is from.”
28 UDB ସେଥିରେ ଯୀଶୁ ମନ୍ଦିରରେ ଶିକ୍ଷା ଦେଉ ଦେଉ ଉଚ୍ଚସ୍ୱରରେ କହିଲେ, ତୁମ୍ଭେମାନେ ମୋତେ ଓ ମୋର ଉତ୍ପତ୍ତି ଉଭୟ ଜାଣ; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ମୋର ପ୍ରେରଣକର୍ତ୍ତା ସତ, ତାହାଙ୍କୁ ତୁମ୍ଭେମାନେ ଜାଣ ନାହିଁ। BSB BSB: Then Jesus, still teaching in the temple courts, cried out, “You know Me, and you know where I am from. I have not come of My own accord, but He who sent Me is true. You do not know Him,
29 UDB ମୁଁ ତାହାଙ୍କୁ ଜାଣେ, କାରଣ ମୁଁ ତାହାଙ୍କଠାରୁ ଉତ୍ପନ୍ନ, ଆଉ ସେ ମୋତେ ପ୍ରେରଣ କଲେ। BSB BSB: but I know Him, because I am from Him and He sent Me.”
30 UDB ସେଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ; କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ, କାରଣ ତାହାଙ୍କ ସମୟ ସେପର୍ଯ୍ୟନ୍ତ ଉପସ୍ଥିତ ହୋଇ ନ ଥିଲା। BSB BSB: So they tried to seize Him, but no one laid a hand on Him, because His hour had not yet come.
31 UDB କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କରି କହିବାକୁ ଲାଗିଲେ, ଏ ଯେ ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କ'ଣ ଅଧିକ କରିବେ? BSB BSB: Many in the crowd, however, believed in Him and said, “When the Christ comes, will He perform more signs than this man?”
32 UDB ଫାରୂଶୀମାନେ ଲୋକସମୂହକୁ ତାହାଙ୍କ ବିଷୟରେ ଆନ୍ଦୋଳନ କରିବା ଶୁଣିଲେ ଏବଂ ପ୍ରଧାନ ଯାଜକମାନେ ଓ ଫାରୂଶୀମାନେ ତାହାଙ୍କୁ ଧରିବା ନିମନ୍ତେ ପଦାତିକମାନଙ୍କୁ ପଠାଇଲେ। BSB BSB: When the Pharisees heard the crowd whispering these things about Jesus, they and the chief priests sent officers to arrest Him.
33 UDB ସେଥିରେ ଯୀଶୁ କହିଲେ, ମୁଁ ଆଉ ଅଳ୍ପ ସମୟ ତୁମ୍ଭମାନଙ୍କ ସହିତ ରହି ମୋର ପ୍ରେରଣକର୍ତ୍ତାଙ୍କ ନିକଟକୁ ଯାଉଅଛି। BSB BSB: So Jesus said, “I am with you only a little while longer, and then I am going to the One who sent Me.
34 UDB ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ; ଆଉ, ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ। BSB BSB: You will look for Me, but you will not find Me; and where I am, you cannot come.”
35 UDB ଏଥିରେ ଯିହୂଦୀମାନେ ପରସ୍ପର କହିଲେ, ଏ କେଉଁଠାକୁ ଯିବା ପାଇଁ ବାହାରିଅଛି ଯେ, ଆମ୍ଭେମାନେ ତାହାକୁ ପାଇବା ନାହିଁ? ଏ କ'ଣ ଗ୍ରୀକ୍ମାନଙ୍କ ମଧ୍ୟରେ ଛିନ୍ନଭିନ୍ନ ଯିହୂଦୀମାନଙ୍କ ନିକଟକୁ ଯାଇ ଗ୍ରୀକ୍ମାନଙ୍କୁ ଶିକ୍ଷା ଦେବାକୁ ବାହାରିଅଛି? BSB BSB: At this, the Jews said to one another, “Where does He intend to go that we will not find Him? Will He go where the Jews are dispersed among the Greeks, and teach the Greeks?
36 UDB ତୁମ୍ଭେମାନେ ମୋତେ ଖୋଜିବ, ମାତ୍ର ପାଇବ ନାହିଁ, ଆଉ ମୁଁ ଯେଉଁଠାରେ ଥିବି, ତୁମ୍ଭେମାନେ ସେଠାକୁ ଆସିପାରିବ ନାହିଁ, ସେ ଏହି ଯେଉଁ କଥା କହିଲେ, ସେ କ'ଣ? BSB BSB: What does He mean by saying, ‘You will look for Me, but you will not find Me,’ and, ‘Where I am, you cannot come’?”
37 UDB ଶେଷଦିନ, ଅର୍ଥାତ୍, ପର୍ବର ପ୍ରଧାନ ଦିନ, ଯୀଶୁ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, କେହି ଯଦି ତୃଷିତ ହୁଏ, ତେବେ ସେ ମୋ' ନିକଟକୁ ଆସି ପାନ କରୁ। BSB BSB: On the last and greatest day of the feast, Jesus stood up and called out in a loud voice, “If anyone is thirsty, let him come to Me and drink.
38 UDB ଯେ ମୋ'ଠାରେ ବିଶ୍ୱାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ। BSB BSB: Whoever believes in Me, as the Scripture has said: ‘Streams of living water will flow from within him.’”
39 UDB ତାହାଙ୍କଠାରେ ବିଶ୍ୱାସକାରୀମାନେ ଯେଉଁ ଆତ୍ମା ପାଇବାକୁ ଯାଉଥିଲେ, ତାହାଙ୍କ ବିଷୟରେ ସେ ଏହା କହିଲେ, କାରଣ ଯୀଶୁ ସେପର୍ଯ୍ୟନ୍ତ ମହିମାପ୍ରାପ୍ତ ହୋଇ ନ ଥିବାରୁ ଆତ୍ମା ପ୍ରଦତ୍ତ ହୋଇ ନ ଥିଲେ। BSB BSB: He was speaking about the Spirit, whom those who believed in Him were later to receive. For the Spirit had not yet been given, because Jesus had not yet been glorified.
40 UDB ଅତଏବ, ଲୋକସମୂହ ମଧ୍ୟରୁ କେହି କେହି ଏହି କଥା ଶୁଣି କହିବାକୁ ଲାଗିଲେ, ଏ ପ୍ରକୃତରେ ସେହି ଭାବବାଦୀ। BSB BSB: On hearing these words, some of the people said, “This is truly the Prophet.”
41 UDB ଅନ୍ୟମାନେ କହିବାକୁ ଲାଗିଲେ, ଏ ଖ୍ରୀଷ୍ଟ; କିନ୍ତୁ କେହି କେହି କହିବାକୁ ଲାଗିଲେ, କ'ଣ! ଖ୍ରୀଷ୍ଟ ଗାଲିଲୀରୁ ଆସିବେ? BSB BSB: Others declared, “This is the Christ.” But still others asked, “How can the Christ come from Galilee?
42 UDB ଖ୍ରୀଷ୍ଟ ଯେ ଦାଉଦଙ୍କ ବଂଶରୁ ଓ ଦାଉଦ ଯେଉଁଠାରେ ଥିଲେ, ସେହି ବେଥଲିହିମ ଗ୍ରାମରୁ ଆସିବେ, ଏହା କ'ଣ ଧର୍ମଶାସ୍ତ୍ରର ବାକ୍ୟ କହି ନାହିଁ? BSB BSB: Doesn’t the Scripture say that the Christ will come from the line of David and from Bethlehem, the village where David lived?”
43 UDB ତେଣୁ ଲୋକସମୂହ ମଧ୍ୟରେ ତାହାଙ୍କ ହେତୁ ମତଭେଦ ଘଟିଲା; BSB BSB: So there was division in the crowd because of Jesus.
44 UDB ଆଉ, ସେମାନଙ୍କ ମଧ୍ୟରୁ କେହି କେହି ତାହାଙ୍କୁ ଧରିବାକୁ ଇଚ୍ଛା କରୁଥିଲେ, କିନ୍ତୁ କେହି ତାହାଙ୍କ ଉପରେ ହାତ ଦେଲେ ନାହିଁ। BSB BSB: Some of them wanted to seize Him, but no one laid a hand on Him.
45 UDB ଇତିମଧ୍ୟରେ ପଦାତିକମାନେ ପ୍ରଧାନ ଯାଜକ ଓ ଫାରୂଶୀମାନଙ୍କ ନିକଟକୁ ବାହୁଡ଼ି ଆସିଲେ, ଆଉ ସେମାନେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ କାହିଁକି ତାହାକୁ ଆଣିଲ ନାହିଁ? BSB BSB: Then the officers returned to the chief priests and Pharisees, who asked them, “Why didn’t you bring Him in?”
46 UDB ପଦାତିକମାନେ ଉତ୍ତର ଦେଲେ, ଏହି ବ୍ୟକ୍ତି ଯେପ୍ରକାରେ କଥା କହନ୍ତି, କୌଣସି ମନୁଷ୍ୟ କେବେ ସେପ୍ରକାରେ କହି ନାହିଁ। BSB BSB: “Never has anyone spoken like this man!” the officers answered.
47 UDB ସେଥିରେ ଫାରୂଶୀମାନେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ କ'ଣ ଭ୍ରାନ୍ତ ହୋଇଅଛ? BSB BSB: “Have you also been deceived?” replied the Pharisees.
48 UDB ନେତାମାନଙ୍କ ମଧ୍ୟରୁ କିମ୍ବା ଫାରୂଶୀମାନଙ୍କ ମଧ୍ୟରୁ କ'ଣ କେହି ତାହାଙ୍କଠାରେ ବିଶ୍ୱାସ କରିଅଛନ୍ତି? BSB BSB: “Have any of the rulers or Pharisees believed in Him?
49 UDB କିନ୍ତୁ ଏହି ଯେଉଁ ଲୋକଗୁଡ଼ାକ ମୋଶାଙ୍କ ବ୍ୟବସ୍ଥା ଜାଣନ୍ତି ନାହିଁ, ସେମାନେ ଶାପଗ୍ରସ୍ତ। BSB BSB: But this crowd that does not know the law—they are under a curse.”
50 UDB ଯେଉଁ ନୀକଦୀମ ଏଥିପୂର୍ବେ ତାହାଙ୍କ ନିକଟକୁ ଆସିଥିଲେ ଓ ଯେ ସେମାନଙ୍କ ମଧ୍ୟରେ ଜଣେ, ସେ ସେମାନଙ୍କୁ ପଚାରିଲେ, BSB BSB: Nicodemus, who had gone to Jesus earlier and who himself was one of them, asked,
51 UDB ଜଣେ ଲୋକଠାରୁ ପ୍ରଥମେ ନ ଶୁଣି ଓ ତାହାର ଆଚରଣ ବିଷୟ ନ ଜାଣି ଆମ୍ଭମାନଙ୍କର ମୋଶାଙ୍କ ବ୍ୟବସ୍ଥା କ'ଣ ତାହାକୁ ଦୋଷୀ କରେ? BSB BSB: “Does our law convict a man without first hearing from him to determine what he has done?”
52 UDB ସେମାନେ ତାହାଙ୍କୁ ଉତ୍ତର ଦେଲେ, ତୁମ୍ଭେ ମଧ୍ୟ କ'ଣ ଜଣେ ଗାଲିଲୀୟ ଲୋକ? ଗାଲିଲୀରୁ କୌଣସି ଭାବବାଦୀ ଉତ୍ପନ୍ନ ହୁଅନ୍ତି ନାହିଁ, ଏହା ଅନୁସନ୍ଧାନ କରି ଦେଖ। BSB BSB: “Aren’t you also from Galilee?” they replied. “Look into it, and you will see that no prophet comes out of Galilee.”
Select verses for actions: Enter goes to them and Escape comes back.