2 UDB ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଲା। BSB BSB: Very early on the first day of the week, just after sunrise, they went to the tomb.
3 UDB ସେମାନେ ପରସ୍ପରକୁ କହୁଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧିଦ୍ୱାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା। BSB BSB: They were asking one another, “Who will roll away the stone from the entrance of the tomb?”
4 UDB ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି। BSB BSB: But when they looked up, they saw that the stone had been rolled away, even though it was extremely large.
5 UDB ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳ ବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ୱରେ ବସିଥିବା ଦେଖି ଅତିଶୟ ଆଶ୍ଚର୍ଯ୍ୟାନ୍ୱିତ ହେଲେ। BSB BSB: When they entered the tomb, they saw a young man dressed in a white robe sitting on the right side, and they were alarmed.
6 UDB ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାଁନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖଥିଲେ। BSB BSB: But he said to them, “Do not be alarmed. You are looking for Jesus the Nazarene, who was crucified. He has risen! He is not here! See the place where they put Him.
7 UDB କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ଯୀଶୁ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ। BSB BSB: But go, tell His disciples and Peter, ‘He is going ahead of you into Galilee. There you will see Him, just as He told you.’”
8 UDB ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ। BSB BSB: So the women left the tomb and ran away, trembling and bewildered. And in their fear they did not say a word to anyone.
10 UDB ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ବାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ। BSB BSB: She went and told those who had been with Him, who were mourning and weeping.
11 UDB ଯୀଶୁ ଯେ ଜୀବିତ ଅଟନ୍ତି ଓ ତାହାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ୱାସ କଲେ ନାହିଁ। BSB BSB: And when they heard that Jesus was alive and she had seen Him, they did not believe it.
12 UDB ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ, BSB BSB: After this, Jesus appeared in a different form to two of them as they walked along in the country.
13 UDB ପୁଣି, ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ବାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ୱାସ କଲେ ନାହିଁ। BSB BSB: And they went back and reported it to the rest, but they did not believe them either.
14 UDB ଏଥିଉତ୍ତାରେ ଏକାଦଶ (ଏଗାର) ଶିଷ୍ୟ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ୱାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଲେ, ସେମାନଙ୍କ କଥା ସେମାନେ ବିଶ୍ୱାସ କରି ନ ଥିଲେ। BSB BSB: Later, as they were eating, Jesus appeared to the Eleven and rebuked them for their unbelief and hardness of heart, because they did not believe those who had seen Him after He had risen.
15 UDB ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର। BSB BSB: And He said to them, “Go into all the world and preach the gospel to every creature.
16 UDB ଯେ ବିଶ୍ୱାସ କରେ ଏବଂ ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ସେ ବିଶ୍ୱାସ କରେ ନାହିଁ, ସେ ଦଣ୍ଡାଜ୍ଞା ପାଇବ। BSB BSB: Whoever believes and is baptized will be saved, but whoever does not believe will be condemned.
17 UDB ଆଉ ଏହି ସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ’ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ, BSB BSB: And these signs will accompany those who believe: In My name they will drive out demons; they will speak in new tongues;
18 UDB ପୁଣି, ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ। BSB BSB: they will pick up snakes with their hands, and if they drink any deadly poison, it will not harm them; they will lay their hands on the sick, and they will be made well.”
19 UDB ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ। BSB BSB: After the Lord Jesus had spoken to them, He was taken up into heaven and sat down at the right hand of God.
20 UDB କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ। BSB BSB: And they went out and preached everywhere, and the Lord worked through them, confirming His word by the signs that accompanied it.