1 UDB ପରେ ଯୀଶୁ ପୁନର୍ବାର ସମାଜଗୃହରେ ପ୍ରବେଶ କଲେ। ସେଠାରେ ଜଣେ ଲୋକ ଥିଲା, ତାହାର ଗୋଟିଏ ହାତ ଶୁଖିଯାଇଥିଲା। BSB BSB: Once again Jesus entered the synagogue, and a man with a withered hand was there.
2 UDB ଆଉ, ସେ ତାହାକୁ କେଜାଣି ବିଶ୍ରାମବାରରେ ସୁସ୍ଥ କରିବେ, ଏହା ଦେଖିବା ପାଇଁ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରି ପାରନ୍ତି। BSB BSB: In order to accuse Jesus, they were watching to see if He would heal on the Sabbath.
3 UDB ସେଥିରେ ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ ଯୀଶୁ କହିଲେ, ଆସ, ମଝିରେ ଠିଆ ହୁଅ। BSB BSB: Then Jesus said to the man with the withered hand, “Stand up among us.”
4 UDB ପୁଣି, ଯୀଶୁ ସେମାନଙ୍କୁ କହିଲେ, ବିଶ୍ରାମବାରରେ କ'ଣ କରିବା ବିଧିସଙ୍ଗତ? ଭଲ କରିବା ନା ମନ୍ଦ କରିବା? ପ୍ରାଣ ରକ୍ଷା କରିବା ନା ବିନାଶ କରିବା? କିନ୍ତୁ ସେମାନେ ନିରୁତ୍ତର ହୋଇ ରହିଲେ। BSB BSB: And He asked them, “Which is lawful on the Sabbath: to do good or to do evil, to save life or to destroy it?” But they were silent.
5 UDB ସେଥିରେ ଯୀଶୁ ସେମାନଙ୍କ ହୃଦୟର କଠିନତା ସକାଶେ ଦୁଃଖିତ ହୋଇ କ୍ରୋଧରେ ଚାରିଅାଡ଼େ ସେମାନଙ୍କ ପ୍ରତି ଦୃଷ୍ଟିପାତ କରି ସେହି ଲୋକକୁ କହିଲେ, ହାତ ବଢ଼ାଅ। ସେ ଆପଣା ହାତ ବଢ଼ାଇଲା, ଆଉ ତାହା ପୁଣି, ଭଲ ହୋଇଗଲା। BSB BSB: Jesus looked around at them with anger and sorrow at their hardness of heart. Then He said to the man, “Stretch out your hand.” So he stretched it out, and it was restored.
6 UDB ତହିଁରେ ଫାରୂଶୀମାନେ ବାହାରିଯାଇ ତାହାଙ୍କୁ ବିନାଶ କରିବା ନିମନ୍ତେ ତାହାଙ୍କ ବିରୁଦ୍ଧରେ ସେହିକ୍ଷଣି ହେରୋଦୀୟମାନଙ୍କ ସହିତ ମନ୍ତ୍ରଣା କରିବାକୁ ଲାଗିଲେ। BSB BSB: At this, the Pharisees went out and began plotting with the Herodians how they might kill Jesus.
7 UDB ଏଥିରେ ଯୀଶୁ ଆପଣା ଶିଷ୍ୟମାନଙ୍କ ସହିତ ଅନ୍ତର ହୋଇ ସମୁଦ୍ରକୂଳକୁ ବାହାରିଗଲେ, ପୁଣି, ଗାଲିଲୀରୁ ମହାଜନତା ତାହାଙ୍କର ପଶ୍ଚାତ୍ଗମନ କଲେ; ଆଉ ଯିହୂଦା, BSB BSB: So Jesus withdrew with His disciples to the sea, accompanied by a large crowd from Galilee, Judea,
8 UDB ଯିରୂଶାଲମ, ଇଦୋମ, ଯର୍ଦ୍ଦନର ଅପର ପାର୍ଶ୍ୱ, ପୁଣି, ସୋର ଓ ସୀଦୋନର ଚତୁର୍ଦ୍ଦିଗରୁ ମହାଜନତା ତାହାଙ୍କ ସମସ୍ତ କର୍ମର କଥା ଶୁଣି ତାହାଙ୍କ ନିକଟକୁ ଆସିଲେ। BSB BSB: Jerusalem, Idumea, the region beyond the Jordan, and the vicinity of Tyre and Sidon. The large crowd came to Him when they heard what great things He was doing.
9 UDB ସେତେବେଳେ ଭିଡ଼ ସକାଶେ, ଲୋକସମୂହ ଯେପରି ତାହାଙ୍କ ଉପରେ ମାଡ଼ି ନ ପଡ଼ନ୍ତି, ଏଥିପାଇଁ ସେ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିମନ୍ତେ ଗୋଟିଏ ସାନ ଡଙ୍ଗା ନିକଟରେ ପ୍ରସ୍ତୁତ ରଖିବାକୁ କହିଲେ; BSB BSB: Jesus asked His disciples to have a boat ready for Him so that the crowd would not crush Him.
10 UDB କାରଣ ସେ ଅନେକ ଲୋକଙ୍କୁ ସୁସ୍ଥ କରିବାରୁ ପୀଡ଼ିତମାନେ ସମସ୍ତେ ତାହାଙ୍କୁ ସ୍ପର୍ଶ କରିବା ନିମନ୍ତେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ। BSB BSB: For He had healed so many that all who had diseases were pressing forward to touch Him.
11 UDB ଆଉ, ଅଶୁଚି ଆତ୍ମାଗୁଡ଼ାକ ଯେତେବେଳେ ତାହାଙ୍କୁ ଦେଖୁଥିଲେ, ସେମାନେ ତାହାଙ୍କ ସମ୍ମୁଖରେ ପଡ଼ି ଚିତ୍କାର କରି କହୁଥିଲେ, ତୁମ୍ଭେ ଈଶ୍ୱରଙ୍କ ପୁତ୍ର। BSB BSB: And when the unclean spirits saw Him, they fell down before Him and cried out, “You are the Son of God!”
12 UDB ସେଥିରେ ତାହାଙ୍କୁ ପ୍ରକାଶ ନ କରିବା ପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ। BSB BSB: But He warned them sternly not to make Him known.
13 UDB ସେ ପର୍ବତ ଉପରକୁ ଯାଇ, ଯେଉଁମାନଙ୍କୁ ଇଚ୍ଛା କଲେ, ସେମାନଙ୍କୁ ନିକଟକୁ ଡାକିଲେ ଓ ସେମାନେ ତାହାଙ୍କ ପାଖକୁ ଆସିଲେ। BSB BSB: Then Jesus went up on the mountain and called for those He wanted, and they came to Him.
14 UDB ପୁଣି, ସେ ବାର ଜଣକୁ ନିଯୁକ୍ତ କଲେ, ଯେପରି ସେମାନେ ତାହାଙ୍କ ସାଙ୍ଗରେ ରହିବେ ଓ ସେ ସେମାନଙ୍କୁ ପ୍ରଚାର କରିବା ନିମନ୍ତେ ପ୍ରେରଣ କରିବେ, BSB BSB: He appointed twelve of them, whom He designated as apostles, to accompany Him, to be sent out to preach,
15 UDB ଆଉ ସେମାନେ ଭୂତ ଛଡ଼ାଇବାକୁ ଅଧିକାର ପାଇବେ। BSB BSB: and to have authority to drive out demons.
16 UDB ଯୀଶୁ ଏହି ବାର ଜଣଙ୍କୁ ନିଯୁକ୍ତ କଲେ ଯଥା, ଶିମୋନ, ଯାହାଙ୍କୁ ସେ ପିତର ବୋଲି ଉପନାମ ଦେଲେ। BSB BSB: These are the twelve He appointed: Simon (whom He named Peter),
18 UDB ଆନ୍ଦ୍ରିୟ, ଫିଲିପ୍ପ, ବାର୍ଥଲମୀ, ମାଥିଉ, ଥୋମା, ଆଲଫିଙ୍କ ପୁତ୍ର ଯାକୁବ, ଥଦ୍ଦୀୟ, କିଣାନୀୟ ଶିମୋନ, BSB BSB: Andrew, Philip, Bartholomew, Matthew, Thomas, James son of Alphaeus, Thaddaeus, Simon the Zealot,
19 UDB ପୁଣି, ଇଷ୍କାରିୟୋତୀୟ ଯିହୂଦା, ଯେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା। BSB BSB: and Judas Iscariot, who betrayed Jesus.
20 UDB ପରେ ସେ ଘରକୁ ଆସିଲେ; ପୁନର୍ବାର ଲୋକସମୂହର ଏତେ ସମାଗମ ହେଲା ଯେ, ସେମାନେ ଭୋଜନ ସୁଦ୍ଧା କରି ପାରିଲେ ନାହିଁ। BSB BSB: Then Jesus went home, and once again a crowd gathered, so that He and His disciples could not even eat.
21 UDB ତାହାଙ୍କ ଆତ୍ମୀୟମାନେ ଏହା ଶୁଣି ତାହାଙ୍କୁ ଧରି ଘେନିଯିବାକୁ ବାହାରି ଆସିଲେ, କାରଣ ସେମାନେ କହିଲେ, ତାହାଙ୍କର ମତିଭ୍ରମ ହେଲାଣି। BSB BSB: When His family heard about this, they went out to take custody of Him, saying, “He is out of His mind.”
23 UDB ଏଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି ଦୃଷ୍ଟାନ୍ତ ମାଧ୍ୟମରେ ସେମାନଙ୍କୁ କହିଲେ, ଶୟତାନ କିପ୍ରକାରେ ଶୟତାନକୁ ଛଡ଼ାଇ ପାରେ? BSB BSB: So Jesus called them together and began to speak to them in parables: “How can Satan drive out Satan?
24 UDB ଯଦି କୌଣସି ରାଜ୍ୟ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ରାଜ୍ୟ ସ୍ଥିର ହୋଇ ରହିପାରେ ନାହିଁ। BSB BSB: If a kingdom is divided against itself, it cannot stand.
25 UDB ପୁଣି, ଯଦି କୌଣସି ଗୃହ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠେ, ତେବେ ସେହି ଗୃହ ସ୍ଥିର ହୋଇ ରହି ପାରିବ ନାହିଁ। BSB BSB: If a house is divided against itself, it cannot stand.
26 UDB ସେହି ପ୍ରକାରେ, ଶୟତାନ ଯଦି ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି, ତେବେ ସେ ସ୍ଥିର ହୋଇ ରହି ପାରେ ନାହିଁ, କିନ୍ତୁ ତାହାର ସର୍ବନାଶ ଘଟିଲାଣି। BSB BSB: And if Satan is divided and rises against himself, he cannot stand; his end has come.
27 UDB ମାତ୍ର କେହି ପ୍ରଥମେ ବଳବାନ ଲୋକକୁ ନ ବାନ୍ଧିଲେ ତାହାର ଗୃହରେ ପ୍ରବେଶ କରି ତାହାର ଅସ୍ତ୍ରଶସ୍ତ୍ର ସବୁ ଲୁଣ୍ଠନ କରି ପାରେ ନାହିଁ; ତାହାକୁ ଆଗେ ବାନ୍ଧିଲେ ସିନା ସେ ତାହାର ଗୃହ ଲୁଣ୍ଠନ କରିବ। BSB BSB: Indeed, no one can enter a strong man’s house to steal his possessions unless he first ties up the strong man. Then he can plunder his house.
28 UDB ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସମସ୍ତ ଲୋକମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ୱର ନିନ୍ଦା କରନ୍ତି, ସେ ସମସ୍ତ କ୍ଷମା କରାଯିବ; BSB BSB: Truly I tell you, the sons of men will be forgiven all sins and blasphemies, as many as they utter.
29 UDB କିନ୍ତୁ ଯେ କେହି ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହେ, ତାହାର କୌଣସି କାଳେ ହିଁ କ୍ଷମା ନାହିଁ, ମାତ୍ର ସେ ଅନନ୍ତ ପାପରେ ଦୋଷୀ ଅଟେ। BSB BSB: But whoever blasphemes against the Holy Spirit will never be forgiven; he is guilty of eternal sin.”
30 UDB ତାହାକୁ ଅଶୁଚି ଆତ୍ମା ଲାଗିଛି, ଏହା ସେମାନେ କହିବାରୁ ସେ ଏହି କଥା କହିଲେ। BSB BSB: Jesus made this statement because they were saying, “He has an unclean spirit.”
31 UDB ସେତେବେଳେ ତାହାଙ୍କ ମା ଓ ଭାଇମାନେ ଆସି ବାହାରେ ଠିଆ ହୋଇ ତାହାଙ୍କୁ ଡକାଇପଠାଇଲେ। BSB BSB: Then Jesus’ mother and brothers came and stood outside. They sent someone in to summon Him,
32 UDB ସେଥିରେ ତାହାଙ୍କ ଚତୁର୍ଦ୍ଦିଗରେ ବସିଥିବା ଲୋକସମୂହ ତାହାଙ୍କୁ କହିଲେ, ଦେଖନ୍ତୁ, ଆପଣଙ୍କ ମା, ଭାଇ ଓ ଭଉଣୀମାନେ ବାହାରେ ଥାଇ ଆପଣଙ୍କୁ ଖୋଜୁଅଛନ୍ତି। BSB BSB: and a crowd was sitting around Him. “Look,” He was told, “Your mother and brothers are outside, asking for You.”
33 UDB ସେ ସେମାନଙ୍କୁ ଉତ୍ତର ଦେଲେ, ମୋହର ମା ଓ ଭାଇମାନେ କିଏ? BSB BSB: But Jesus replied, “Who are My mother and My brothers?”
34 UDB ଆଉ, ସେ ଆପଣା ଚାରିଆଡ଼େ ବସିଥିବା ଲୋକମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, ଦେଖ, ମୋହର ମା ଓ ମୋହର ଭାଇମାନେ। BSB BSB: Looking at those seated in a circle around Him, He said, “Here are My mother and My brothers!
35 UDB ଯେ କେହି ଈଶ୍ୱରଙ୍କ ଇଚ୍ଛା ସାଧନ କରେ, ସେ ମୋହର ଭାଇ, ଭଉଣୀ ଓ ମା। BSB BSB: For whoever does the will of God is My brother and sister and mother.”