1 UDB ପରେ ସେମାନେ ସମୁଦ୍ରର ଅପର ପାର୍ଶ୍ୱସ୍ଥ ଗରାଶୀୟମାନଙ୍କ ଅଞ୍ଚଳରେ ଉପସ୍ଥିତ ହେଲେ। BSB BSB: On the other side of the sea, they arrived in the region of the Gerasenes.
2 UDB ଯୀଶୁ ନୌକାରୁ ଓହ୍ଲାଇବା ମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧିସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା। BSB BSB: As soon as Jesus got out of the boat, He was met by a man with an unclean spirit, who was coming from the tombs.
3 UDB ସେ ସମାଧି ସ୍ଥାନରେ ବାସ କରୁଥିଲା, ପୁଣି, କେହି ତାହାକୁ ଜଞ୍ଜିରରେ ସୁଦ୍ଧା ଆଉ ବାନ୍ଧି ପାରୁ ନ ଥିଲେ, BSB BSB: This man had been living in the tombs and could no longer be restrained, even with chains.
4 UDB କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ଡାଇଦେଇ ବେଡ଼ିସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଥିଲା ଓ ତାହାକୁ ଆୟତ୍ତ କରିବାକୁ କାହାର ବଳ ନ ଥିଲା। BSB BSB: Though he was often bound with chains and shackles, he had broken the chains and shattered the shackles. Now there was no one with the strength to subdue him.
5 UDB ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି, ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା। BSB BSB: Night and day in the tombs and in the mountains he kept crying out and cutting himself with stones.
6 UDB ସେ ଯୀଶୁଙ୍କୁ ଦୂରରୁ ଦେଖି ଦୌଡ଼ିଆସି ତାହାଙ୍କୁ ପ୍ରଣାମ କଲା, BSB BSB: When the man saw Jesus from a distance, he ran and fell on his knees before Him.
7 UDB ଆଉ ଉଚ୍ଚସ୍ୱରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ୱରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋର କ'ଣ ଅଛି? ତୁମ୍ଭକୁ ଈଶ୍ୱରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ। BSB BSB: And he shouted in a loud voice, “What do You want with me, Jesus, Son of the Most High God? I beg You before God not to torture me!”
8 UDB କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, ରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା। BSB BSB: For Jesus had already declared, “Come out of this man, you unclean spirit!”
9 UDB ଆଉ ଯୀଶୁ ତାହାକୁ ପଚାରିଲେ, ତୋର ନାଁ କ'ଣ? ସେ ତାହାକୁ କହିଲା, ମୋର ନାଁ ବାହିନୀ, ଯେଣୁ ଆମେ ଅନେକ। BSB BSB: “What is your name?” Jesus asked. “My name is Legion,” he replied, “for we are many.”
10 UDB ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଅଞ୍ଚଳରୁ ବାହାରକୁ ପଠାଇ ନ ଦିଅନ୍ତି, ସେଥିପାଇଁ ସେ ତାହାଙ୍କୁ ବହୁତ ବିନତି କଲା। BSB BSB: And he begged Jesus repeatedly not to send them out of that region.
11 UDB ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା। BSB BSB: There on the nearby hillside a large herd of pigs was feeding.
12 UDB ଆଉ ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ। BSB BSB: So the demons begged Jesus, “Send us to the pigs, so that we may enter them.”
13 UDB ସେ ସେମାନଙ୍କୁ ଅନୁମତି ଦିଅନ୍ତେ ଅଶୁଚି ଆତ୍ମାଗୁଡ଼ାକ ବାହାରି ଘୁଷୁରିମାନଙ୍କ ଭିତରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନରୁ ସମୁଦ୍ରରେ ପଡ଼ି ବୁଡ଼ି ମଲେ। ଘୁଷୁରିମାନଙ୍କ ସଂଖ୍ୟା ପ୍ରାୟ ଦୁଇ ହଜାର ଥିଲା। BSB BSB: He gave them permission, and the unclean spirits came out and went into the pigs, and the herd of about two thousand rushed down the steep bank into the sea and drowned in the water.
14 UDB ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଛି ବୋଲି ଦେଖିବାକୁ ଆସିଲେ। BSB BSB: Those tending the pigs ran off and reported this in the town and countryside, and the people went out to see what had happened.
15 UDB ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍ ଯାହାକୁ ପୂର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ। BSB BSB: When they came to Jesus, they saw the man who had been possessed by the legion of demons sitting there, clothed and in his right mind; and they were afraid.
16 UDB ଆଉ ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ପ୍ରତି କିପରି କଅଣ ଘଟିଥିଲା, ଓ ଘୁଷୁରିମାନଙ୍କ ବିଷୟ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। BSB BSB: Those who had seen it described what had happened to the demon-possessed man and also to the pigs.
17 UDB ସେଥିରେ ସେମାନେ ସେମାନଙ୍କ ସୀମାରୁ ବାହାରିଯିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ। BSB BSB: And the people began to beg Jesus to leave their region.
18 UDB ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୂର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁଥର ବିନତି କଲା। BSB BSB: As He was getting into the boat, the man who had been possessed by the demons begged to go with Him.
19 UDB କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ, ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି, ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହି ସବୁ ସେମାନଙ୍କୁ ଜଣାଅ। BSB BSB: But Jesus would not allow him. “Go home to your own people,” He said, “and tell them how much the Lord has done for you, and what mercy He has shown you.”
20 UDB ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେଉଁ ଯେଉଁ କର୍ମ କରିଥିଲେ, ସେହି ସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲେ; ସେଥିରେ ସମସ୍ତେ ଚମତ୍କୃତ ହେଲେ। BSB BSB: So the man went away and began to proclaim throughout the Decapolis how much Jesus had done for him. And everyone was amazed.
21 UDB ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକି ବାହୁଡ଼ିଆସନ୍ତେ ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ ସେ ସମୁଦ୍ରକୂଳରେ ରହିଲେ। BSB BSB: When Jesus had again crossed by boat to the other side, a large crowd gathered around Him beside the sea.
22 UDB ସେତେବେଳେ ସମାଜଗୃହ ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ, BSB BSB: A synagogue leader named Jairus arrived, and seeing Jesus, he fell at His feet
23 UDB ପୁଣି, ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ। BSB BSB: and pleaded with Him urgently, “My little daughter is near death. Please come and place Your hands on her, so that she will be healed and live.”
24 UDB ଏଥିରେ ସେ ତାହାଙ୍କ ସାଙ୍ଗରେ ଗଲେ, ପୁଣି, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଯିବାକୁ ଲାଗିଲେ, ଆଉ ସେମାନେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ। BSB BSB: So Jesus went with him, and a large crowd followed and pressed around Him.
25 UDB ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ, BSB BSB: And a woman was there who had suffered from bleeding for twelve years.
26 UDB ଯେ କି ଅନେକ ବୈଦ୍ୟଙ୍କ ଦ୍ୱାରା ବହୁ କ୍ଲେଶ ଭୋଗ କରି ସର୍ବସ୍ୱ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା, BSB BSB: She had borne much agony under the care of many physicians and had spent all she had, but to no avail. Instead, her condition had only grown worse.
28 UDB କାରଣ ସେ କହୁଥିଲା, କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି। BSB BSB: For she kept saying, “If only I touch His garments, I will be healed.”
29 UDB ସେହିକ୍ଷଣି ତାହାର ରକ୍ତସ୍ରାବ ବନ୍ଦ ହେଲା, ପୁଣି, ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଶରୀରରେ ଅନୁଭବ କଲା। BSB BSB: Immediately her bleeding stopped, and she sensed in her body that she was healed of her affliction.
30 UDB ସେହିକ୍ଷଣି ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଳି ମଧ୍ୟରେ ବୁଲିପଡ଼ିି କହିଲେ, କିଏ ମୋହର ଲୁଗା ଛୁଇଁଲା? BSB BSB: At once Jesus was aware that power had gone out from Him. Turning to the crowd, He asked, “Who touched My garments?”
31 UDB ତାହାଙ୍କ ଶିଷ୍ୟମାନେ ତାହାଙ୍କୁ କହିଲେ, ଆପଣ ଦେଖୁଅଛନ୍ତି ଯେ, ଲୋକସମୂହ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି, ଆଉ ଆପଣ କହୁଅଛନ୍ତି, କିଏ ମୋତେ ଛୁଇଁଲା? BSB BSB: His disciples answered, “You can see the crowd pressing in on You, and yet You ask, ‘Who touched Me?’”
32 UDB କିନ୍ତୁ ଯେ ଏହା କରିଥିଲା, ତାହାକୁ ଦେଖିବା ନିମନ୍ତେ ସେ ଚାରିଆଡ଼େ ଦୃଷ୍ଟିପାତ କରିବାକୁ ଲାଗିଲେ। BSB BSB: But He kept looking around to see who had done this.
33 UDB ସେଥିରେ ସେହି ସ୍ତ୍ରୀଲୋକଟି ଆପଣା ପ୍ରତି ଯାହା ଘଟିଅଛି, ତାହା ଜାଣି ଭୟରେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି ସମସ୍ତ ସତ୍ୟ କଥା ତାହାଙ୍କୁ କହିଲା। BSB BSB: Then the woman, knowing what had happened to her, came and fell down before Him trembling in fear, and she told Him the whole truth.
34 UDB ତହିଁରେ ଯୀଶୁ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ୱାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲିଯା କାରଣ ମୁଁ ପ୍ରତିଜ୍ଞା କରେ ଯେ ଆଉ ଏହି ରୋଗ ତୁମକୁ ଅସୁସ୍ଥ କରିବ ନାହିଁ। BSB BSB: “Daughter,” said Jesus, “your faith has healed you. Go in peace and be free of your affliction.”
35 UDB ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷ୍ୟଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି? BSB BSB: While He was still speaking, messengers from the house of Jairus arrived and said, “Your daughter is dead; why bother the Teacher anymore?”
36 UDB କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ପରି ସମାଜଗୃହର ଅଧ୍ୟକ୍ଷ୍ୟଙ୍କୁ କହିଲେ, ଭୟ କର ନାହିଁ, କେବଳ ବିଶ୍ୱାସ କର। BSB BSB: But Jesus overheard their conversation and said to Jairus, “Do not be afraid; just believe.”
37 UDB ପୁଣି, ଯୀଶୁ ପିତର, ଯାକୁବ ଓ ତାହାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ। BSB BSB: And He did not allow anyone to accompany Him except Peter, James, and John the brother of James.
38 UDB ସେମାନେ ସମାଜଗୃହର ଅଧ୍ୟକ୍ଷ୍ୟଙ୍କ ଘରକୁ ଆସନ୍ତେ, ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟନ୍ତ ରୋଦନ ଓ ବିଳାପ କରୁଥିବା ଦେଖିଲେ, BSB BSB: When they arrived at the house of the synagogue leader, Jesus saw the commotion and the people weeping and wailing loudly.
39 UDB ପୁଣି, ଭିତରକୁ ଯାଇ ସେମାନଙ୍କୁ କହିଲେ, କାହିଁକି କୋଳାହଳ ଓ ରୋଦନ କରୁଅଛ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି। ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ। BSB BSB: He went inside and asked, “Why all this commotion and weeping? The child is not dead, but asleep.”
40 UDB କିନ୍ତୁ ସେ ସମସ୍ତଙ୍କୁ ବାହାର କରି ପିଲାର ବାପା ମା ଓ ଆପଣା ସଙ୍ଗୀମାନଙ୍କୁ ସାଙ୍ଗରେ ଘେନି, ପିଲାଟି ଯେଉଁ ସ୍ଥାନରେ ଥିଲା, ସେହି ସ୍ଥାନରେ ପ୍ରବେଶ କଲେ, BSB BSB: And they laughed at Him. After He had put them all outside, He took the child’s father and mother and His own companions, and went in to see the child.
42 UDB ସେହିକ୍ଷଣି ବାଳିକାଟି ଉଠି ବୁଲାବୁଲି କରିବାକୁ ଲାଗିଲା; କାରଣ ତାହାର ବୟସ ବାର ବର୍ଷ ଥିଲା। ଏଥିରେ ସେମାନେ ଅତିଶୟ ଆଚମ୍ବିତ ହୋଇଗଲେ। BSB BSB: Immediately the girl got up and began to walk around (she was twelve years old). And at once they were utterly astounded.
43 UDB ପୁଣି, କେହି ଯେପରି ଏହି ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ। BSB BSB: Then Jesus gave strict orders that no one should know about this, and He told them to give her something to eat.