1 UDB ପୁଣି ଥରେ ଯୀଶୁ ଦୃଷ୍ଟାନ୍ତ ଦ୍ୱାରା ସେମାନଙ୍କୁ ଉତ୍ତର ଦେଲେ, ସ୍ୱର୍ଗରାଜ୍ୟ ଏପରି BSB BSB: Once again, Jesus spoke to them in parables:
2 UDB ଜଣେ ରାଜାଙ୍କ ସଦୃଶ, ଯେ ଆପଣା ପୁତ୍ରଙ୍କ ବିବାହ-ଉତ୍ସବ ଆୟୋଜନ କଲେ, BSB BSB: “The kingdom of heaven is like a king who prepared a wedding banquet for his son.
3 UDB ଆଉ ସେହି ଉତ୍ସବକୁ ନିମନ୍ତ୍ରିତ ଲୋକମାନଙ୍କୁ ଆହ୍ୱାନ କରିବା ପାଇଁ ସେ ଆପଣା ଦାସମାନଙ୍କୁ ପଠାଇଲେ, କିନ୍ତୁ ସେମାନେ ଆସିବାକୁ ଇଚ୍ଛା କଲେ ନାହିଁ। BSB BSB: He sent his servants to call those he had invited to the banquet, but they refused to come.
4 UDB ପୁଣି, ଥରେ ସେ ଅନ୍ୟ ଦାସମାନଙ୍କୁ ପଠାଇ କହିଲେ, ନିମନ୍ତ୍ରିତ ଲୋକମାନଙ୍କୁ କୁହ, ଦେଖନ୍ତୁ, ଆମ୍ଭେ ଆପଣା ଭୋଜ ପ୍ରସ୍ତୁତ କରିଅଛୁ, ଆମ୍ଭର ବୃଷ ଓ ହୃଷ୍ଟପୁଷ୍ଟ ପଶୁଗୁଡ଼ିକ ମରାଯାଇ ଅଛନ୍ତି, ସମସ୍ତ ହିଁ ପ୍ରସ୍ତୁତ, ଆପଣମାନେ ବିବାହ ଉତ୍ସବକୁ ଆସନ୍ତୁ, BSB BSB: Again, he sent other servants and said, ‘Tell those who have been invited that I have prepared my dinner. My oxen and fattened cattle have been killed, and everything is ready. Come to the wedding banquet.’
5 UDB କିନ୍ତୁ ସେମାନେ ତାହା ଲଘୁ ଜ୍ଞାନ କରି କେହି ଆପଣା କ୍ଷେତକୁ, ଆଉ କେହି ଆପଣା ବାଣିଜ୍ୟ ବ୍ୟବସାୟକୁ ଚାଲିଗଲେ, BSB BSB: But they paid no attention and went away, one to his field, another to his business.
6 UDB ଆଉ ବଳକା ଲୋକ ତାହାଙ୍କ ଦାସମାନଙ୍କୁ ଧରି ଅତ୍ୟାଚାର ଓ ବଧ କଲେ। BSB BSB: The rest seized his servants, mistreated them, and killed them.
7 UDB କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ। BSB BSB: The king was enraged, and he sent his troops to destroy those murderers and burn their city.
8 UDB ସେଥିରେ ସେ ଆପଣା ଦାସମାନଙ୍କୁ କହିଲେ, ବିବାହ ଭୋଜ ତ ପ୍ରସ୍ତୁତ, ମାତ୍ର ନିମନ୍ତ୍ରିତ ଲୋକମାନେ ଅଯୋଗ୍ୟ। BSB BSB: Then he said to his servants, ‘The wedding banquet is ready, but those I invited were not worthy.
9 UDB ଏଣୁ ତୁମ୍ଭେମାନେ ରାଜଦାଣ୍ଡଗୁଡ଼ିକର ଛକେ ଛକେ ଯାଇ ଯେତେ ଲୋକଙ୍କର ଦେଖା ପାଅ, ସେମାନଙ୍କୁ ବିବାହ-ଉତ୍ସବକୁ ନିମନ୍ତ୍ରଣ କର। BSB BSB: Go therefore to the crossroads and invite to the banquet as many as you can find.’
10 UDB ସେଥିରେ ସେହି ଦାସମାନେ ରାଜଦାଣ୍ଡଗୁଡ଼ିକୁ ବାହାରିଯାଇ ଦୁଷ୍ଟ ଓ ସନ୍ଥ ଯେତେ ଲୋକ ଦେଖାପାଇଲେ, ସେ ସମସ୍ତଙ୍କୁ ସଂଗ୍ରହ କରି ଆଣିଲେ, ଆଉ ନିମନ୍ତ୍ରିତ ଅତିଥି ଲୋକଙ୍କ ଦ୍ୱାରା ବିବାହଗୃହ ପରିପୂର୍ଣ୍ଣ ହେଲା। BSB BSB: So the servants went out into the streets and gathered everyone they could find, both evil and good, and the wedding hall was filled with guests.
11 UDB କିନ୍ତୁ ରାଜା ନିମନ୍ତ୍ରିତ ଅତିଥିମାନଙ୍କୁ ଦେଖିବା ପାଇଁ ଭିତରକୁ ଆସି ସେଠାରେ ବିବାହବସ୍ତ୍ର ପରିଧାନ କରି ନ ଥିବା ଜଣେ ଲୋକକୁ ଦେଖି ତାହାକୁ କହିଲେ, BSB BSB: But when the king came in to see the guests, he spotted a man who was not dressed in wedding clothes.
12 UDB ହେ ବନ୍ଧୁ, ତୁମ୍ଭେ ବିବାହବସ୍ତ୍ର ପରିଧାନ ନ କରି କିପରି ଏ ସ୍ଥାନକୁ ଆସିଲ? ମାତ୍ର ସେ ନିରୁତ୍ତର ହୋଇ ରହିଲା। BSB BSB: ‘Friend,’ he asked, ‘how did you get in here without wedding clothes?’ But the man was speechless.
13 UDB ସେଥିରେ ରାଜା ପରିଚାରକମାନଙ୍କୁ କହିଲେ, ଏହାର ହାତଗୋଡ଼ ବାନ୍ଧି ଏହାକୁ ବାହାର ଅନ୍ଧାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ। BSB BSB: Then the king told the servants, ‘Tie him hand and foot, and throw him into the outer darkness, where there will be weeping and gnashing of teeth.’
14 UDB କାରଣ ଅନେକ ଆହୂତ, କିନ୍ତୁ ଅଳ୍ପ ମନୋନୀତ। BSB BSB: For many are called, but few are chosen.”
15 UDB ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ। BSB BSB: Then the Pharisees went out and conspired to trap Jesus in His words.
16 UDB ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ୱରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ। BSB BSB: They sent their disciples to Him along with the Herodians. “Teacher,” they said, “we know that You are honest and that You teach the way of God in accordance with the truth. You seek favor from no one, because You pay no attention to external appearance.
17 UDB ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କ'ଣ? କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ? BSB BSB: So tell us what You think: Is it lawful to pay taxes to Caesar or not?”
18 UDB କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ? BSB BSB: But Jesus knew their evil intent and said, “You hypocrites, why are you testing Me?
19 UDB ସେହି କରର ମୁଦ୍ରା ମୋତେ ଦେଖାଅ। ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ଅଧୁଲି ଆଣିଲେ। BSB BSB: Show Me the coin used for the tax.” And they brought Him a denarius.
20 UDB ସେ ସେମାନଙ୍କୁ ପଚାରିଲେ, ଏହି ମୁର୍ତ୍ତୀ ଓ ନାମ କାହାର? BSB BSB: “Whose image is this,” He asked, “and whose inscription?”
21 UDB ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, ତେବେ କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ୱରଙ୍କର ଯାହା, ତାହା ଈଶ୍ୱରଙ୍କୁ ଦିଅ। BSB BSB: “Caesar’s,” they answered. So Jesus told them, “Give to Caesar what is Caesar’s, and to God what is God’s.”
22 UDB ସେମାନେ ଏହା ଶୁଣି ଚମତ୍କୃତ ହୋଇ ତାହାଙ୍କୁ ଛାଡ଼ି ଚାଲିଗଲେ। BSB BSB: And when they heard this, they were amazed. So they left Him and went away.
24 UDB ହେ ଗୁରୁ, ମୋଶା କହିଅଛନ୍ତି ଯେ, ଯଦି କେହି ନିଃସନ୍ତାନ ହୋଇ ମରେ, ତେବେ ତାହାର ଭାଇ ତାହାର ଭାର୍ଯ୍ୟାକୁ ବିବାହ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ। BSB BSB: “Teacher,” they said, “Moses declared that if a man dies without having children, his brother is to marry the widow and raise up offspring for him.
25 UDB ଦେଖନ୍ତୁ, ଆମ୍ଭମାନଙ୍କ ମଧ୍ୟରେ ସାତ ଭାଇ ଥିଲେ; ପ୍ରଥମଟି ବିବାହ କରି ମରିଗଲା, ପୁଣି,ନିଃସନ୍ତାନ ଥିବାରୁ ଆପଣା ଭାଇ ପାଇଁ ନିଜ ଭାର୍ଯ୍ୟାକୁ ଛାଡ଼ିଗଲା; BSB BSB: Now there were seven brothers among us. The first one married and died without having children. So he left his wife to his brother.
26 UDB ଦ୍ୱିତୀୟ, ତୃତୀୟଠାରୁ ସପ୍ତମ ଜଣ ପର୍ଯ୍ୟନ୍ତ ମଧ୍ୟ ସେହି ପ୍ରକାର କଲେ। BSB BSB: The same thing happened to the second and third brothers, down to the seventh.
27 UDB ସମସ୍ତଙ୍କ ଶେଷରେ ସ୍ତ୍ରୀ’ଟି ମରିଗଲା। BSB BSB: And last of all, the woman died.
28 UDB ତେବେ ପୁନରୁତ୍ଥାନରେ ସେହି ସାତ ଜଣଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସମସ୍ତେ ତ ତାହାକୁ ବିବାହ କରିଥିଲେ। BSB BSB: In the resurrection, then, whose wife will she be of the seven? For all of them were married to her.”
29 UDB ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଧର୍ମଶାସ୍ତ୍ର ପୁଣି, ଈଶ୍ୱରଙ୍କ ଶକ୍ତି ମଧ୍ୟ ନ ଜାଣି ଭ୍ରାନ୍ତ ହେଉଅଛ। BSB BSB: Jesus answered, “You are mistaken because you do not know the Scriptures or the power of God.
30 UDB କାରଣ ପୁନରୁତ୍ଥାନରେ ଲୋକେ ବିବାହ କରନ୍ତି ନାହିଁ, କିମ୍ବା ବିବାହିତ ହୁଅନ୍ତି ନାହିଁ, କିନ୍ତୁ ସ୍ୱର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି। BSB BSB: In the resurrection, people will neither marry nor be given in marriage. Instead, they will be like the angels in heaven.
31 UDB ମାତ୍ର ମୃତମାନଙ୍କ ପୁନରୁତ୍ଥାନ ବିଷୟରେ ଈଶ୍ୱର ତୁମ୍ଭମାନଙ୍କୁ ଯାହା କହିଅଛନ୍ତି, ତାହା କି ତୁମ୍ଭେମାନେ ପାଠ କରି ନାହଁ? BSB BSB: But concerning the resurrection of the dead, have you not read what God said to you:
33 UDB ଲୋକମାନେ ଏହା ଶୁଣି ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ। BSB BSB: When the crowds heard this, they were astonished at His teaching.
34 UDB ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି, ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ, BSB BSB: And when the Pharisees heard that Jesus had silenced the Sadducees, they themselves gathered together.
35 UDB ଆଉ ସେମାନଙ୍କ ମଧ୍ୟରୁ ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ, BSB BSB: One of them, an expert in the law, tested Him with a question:
36 UDB ହେ ଗୁରୁ, ମୋଶାଙ୍କ ବ୍ୟବସ୍ଥା ମଧ୍ୟରେ କି ପ୍ରକାର ଆଜ୍ଞା ଶ୍ରେଷ୍ଠ? BSB BSB: “Teacher, which commandment is the greatest in the Law?”
37 UDB ସେ ତାହାଙ୍କୁ କହିଲେ, ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ୱରଙ୍କୁ ପ୍ରେମ କର। BSB BSB: Jesus declared, “‘Love the Lord your God with all your heart and with all your soul and with all your mind.’
38 UDB ଏହା ହିଁ ଶ୍ରେଷ୍ଠ ଓ ପ୍ରଥମ ଆଜ୍ଞା। BSB BSB: This is the first and greatest commandment.
39 UDB ଦ୍ୱିତୀୟଟି ଏହାର ସଦୃଶ, ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର। BSB BSB: And the second is like it: ‘Love your neighbor as yourself.’
40 UDB ଏହି ଦୁଇ ଆଜ୍ଞା ଉପରେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ। BSB BSB: All the Law and the Prophets hang on these two commandments.”
41 UDB ଫାରୂଶୀମାନେ ଏକତ୍ର ହୋଇଥିବା ସମୟରେ ଯୀଶୁ ସେମାନଙ୍କୁ ପଚାରିଲେ, BSB BSB: While the Pharisees were assembled, Jesus questioned them:
42 UDB ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ମତ କ'ଣ? ସେ କାହାର ସନ୍ତାନ? ସେମାନେ ତାହାଙ୍କୁ କହିଲେ, ଦାଉଦଙ୍କର। BSB BSB: “What do you think about the Christ? Whose son is He?” “David’s,” they answered.
43 UDB ଯୀଶୁ ସେମାନଙ୍କୁ କହିଲେ, ତେବେ ଦାଉଦ କିପ୍ରକାରେ ଆତ୍ମାଙ୍କ ଦ୍ୱାରା ତାହାଙ୍କୁ ପ୍ରଭୁ ବୋଲି କହନ୍ତି? BSB BSB: Jesus said to them, “How then does David in the Spirit call Him ‘Lord’? For he says:
44 UDB ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ। BSB BSB: ‘The Lord said to my Lord, “Sit at My right hand until I put Your enemies under Your feet.”’
45 UDB ଅତଏବ, ଦାଉଦ ଯଦି ତାହାଙ୍କୁ ପ୍ରଭୁ ବୋଲି କହନ୍ତି, ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ? BSB BSB: So if David calls Him ‘Lord,’ how can He be David’s son?”
46 UDB ସେଥିରେ କେହି ତାହାଙ୍କୁ ପଦେ ହେଲେ ଉତ୍ତର ଦେଇ ପାରିଲେ ନାହିଁ, ପୁଣି, ସେହି ଦିନଠାରୁ କେହି ତାହାଙ୍କୁ ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ। BSB BSB: No one was able to answer a word, and from that day on no one dared to question Him any further.