1 UDB ସେତେବେଳେ ସ୍ୱର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ଭଳି ହେବ; ସେମାନେ ଆପଣା ଆପଣା ପ୍ରଦୀପ ନେଇ ବରଙ୍କ ସହିତ ଭେଟିବାକୁ ବାହାରିଲେ। BSB BSB: “At that time the kingdom of heaven will be like ten virgins who took their lamps and went out to meet the bridegroom.
2 UDB ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ନିର୍ବୁଦ୍ଧି ଓ ପାଞ୍ଚ ଜଣ ସୁବୁଦ୍ଧି ଥିଲେ। BSB BSB: Five of them were foolish, and five were wise.
3 UDB ନିର୍ବୁଦ୍ଧିମାନେ ପ୍ରଦୀପ ନେବା ସମୟରେ ନିଜ ନିଜ ସହିତ ତୈଳ ନେଲେ ନାହିଁ, BSB BSB: The foolish ones took their lamps but did not take along any extra oil.
4 UDB ମାତ୍ର ସୁବୁଦ୍ଧିମାନେ ଆପଣା ଆପଣା ପ୍ରଦୀପ ସହିତ ପାତ୍ରରେ ତୈଳ ନେଲେ। BSB BSB: But the wise ones took oil in flasks along with their lamps.
5 UDB ବରଙ୍କ ଆସିବାର ବିଳମ୍ବ ହୁଅନ୍ତେ ସମସ୍ତେ ଢୁଳାଉ ଢୁଳାଉ ଶୋଇ ପଡ଼ିଲେ। BSB BSB: When the bridegroom was delayed, they all became drowsy and fell asleep.
6 UDB କିନ୍ତୁ ଅର୍ଦ୍ଧରାତ୍ରରେ ‘ଏହି ଦେଖ, ବର, ତାହାଙ୍କ ସାଙ୍ଗରେ ସାକ୍ଷାତ୍ କରିବାକୁ ବାହାର', ଏପରି କୋଳାହଳ ହେଲା। BSB BSB: At midnight the cry rang out: ‘Here is the bridegroom! Come out to meet him!’
7 UDB ସେତେବେଳେ ସେହି କନ୍ୟାସମସ୍ତେ ଉଠି ଆପଣା ପ୍ରଦୀପ ସଜାଡ଼ିଲେ। BSB BSB: Then all the virgins woke up and trimmed their lamps.
8 UDB କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ୍ଭ ତେଲରୁ ଆମକୁ ଟିକେ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି। BSB BSB: The foolish ones said to the wise, ‘Give us some of your oil; our lamps are going out.’
9 UDB ମାତ୍ର ସୁବୁଦ୍ଧିମାନେ ଉତ୍ତର ଦେଲେ, ନାହିଁ, ନାହିଁ, ତୁମ୍ଭ ଆମ ପାଇଁ ତ ଅଣ୍ଟିବ ନାହିଁ, ବରଂ ଦୋକାନୀମାନଙ୍କ ପାଖକୁ ଯାଇ ଆପଣା ଆପଣା ନିମନ୍ତେ କିଣି ଆଣ। BSB BSB: ‘No,’ said the wise ones, ‘or there may not be enough for both us and you. Instead, go to those who sell oil and buy some for yourselves.’
10 UDB କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ ‘ବର' ଆସିଲେ, ପୁଣି, ଯେଉଁମାନେ ପ୍ରସ୍ତୁତ ଥିଲେ, ସେମାନେ ତାହାଙ୍କ ସହିତ ବିବାହ-ଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ, ଆଉ ଦ୍ୱାର ବନ୍ଦ କରାଗଲା। BSB BSB: But while they were on their way to buy it, the bridegroom arrived. Those who were ready went in with him to the wedding banquet, and the door was shut.
11 UDB ଏହାପରେ ଅନ୍ୟ କନ୍ୟାମାନେ ମଧ୍ୟ ଆସି କହିଲେ, ହେ ପ୍ରଭୁ, ହେ ପ୍ରଭୁ, ଆମ ପାଇଁ ଦ୍ୱାର ଫିଟାଇଦିଅନ୍ତୁ। BSB BSB: Later the other virgins arrived and said, ‘Lord, lord, open the door for us!’
12 UDB କିନ୍ତୁ ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୁଁ ତୁମ୍ଭମାନଙ୍କୁ ଜାଣେ ନାହିଁ। BSB BSB: But he replied, ‘Truly I tell you, I do not know you.’
13 UDB ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ସମୟ ଜାଣ ନାହିଁ। BSB BSB: Therefore keep watch, because you do not know the day or the hour.
14 UDB କାରଣ ବିଦେଶକୁ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ଯେପରି ଆପଣା ଦାସମାନଙ୍କୁ ଡାକି ସେମାନଙ୍କ ହସ୍ତରେ ନିଜର ସର୍ବସ୍ୱ ସମର୍ପଣ କଲେ, ସ୍ୱର୍ଗରାଜ୍ୟ ସେହିପରି। BSB BSB: For it is just like a man going on a journey, who called his servants and entrusted them with his possessions.
15 UDB ସେ ଜଣକୁ ପାଞ୍ଚ ତୋଡ଼ା,ଅନ୍ୟ ଜଣକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ। BSB BSB: To one he gave five talents, to another two talents, and to another one talent—each according to his own ability. And he went on his journey.
16 UDB ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ସେହିକ୍ଷଣି ତାହା ନେଇ ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା। BSB BSB: The servant who had received the five talents went at once and put them to work and gained five more.
17 UDB ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା। BSB BSB: Likewise, the one with the two talents gained two more.
18 UDB ମାତ୍ର ଯେ ଗୋଟିଏ ପାଇଥିଲା, ସେ ଯାଇ ମାଟି ଖୋଳି ଆପଣା ପ୍ରଭୁଙ୍କ ଟଙ୍କା ପୋତି ଲୁଚାଇ ରଖିଲା। BSB BSB: But the servant who had received the one talent went off, dug a hole in the ground, and hid his master’s money.
19 UDB ବହୁକାଳ ପରେ ସେହି ଦାସମାନଙ୍କର ପ୍ରଭୁ ଆସି ସେମାନଙ୍କ ସାଙ୍ଗରେ ହିସାବ କଲେ। BSB BSB: After a long time the master of those servants returned and settled accounts with them.
20 UDB ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ନେଇ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଛି। BSB BSB: The servant who had received the five talents came and presented five more. ‘Master,’ he said, ‘you entrusted me with five talents. See, I have gained five more.’
21 UDB ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ। BSB BSB: His master replied, ‘Well done, good and faithful servant! You have been faithful with a few things; I will put you in charge of many things. Enter into the joy of your master!’
22 UDB ପୁଣି, ଯେ ଦୁଇ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ଦୁଇ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ଦୁଇ ତୋଡ଼ା ଲାଭ କରିଛି। BSB BSB: The servant who had received the two talents also came and said, ‘Master, you entrusted me with two talents. See, I have gained two more.’
23 UDB ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ୱସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ୱସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ। BSB BSB: His master replied, ‘Well done, good and faithful servant! You have been faithful with a few things; I will put you in charge of many things. Enter into the joy of your master!’
24 UDB ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ବିଛାଇ ନ ଥାନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି। BSB BSB: Finally, the servant who had received the one talent came and said, ‘Master, I knew that you are a hard man, reaping where you have not sown and gathering where you have not scattered seed.
25 UDB ଏଣୁ ଭୟ କରି ମୁଁ ଯାଇ ଆପଣଙ୍କ ତୋଡ଼ା ମାଟିରେ ପୋତି ଲୁଚାଇ ରଖିଲି; ଦେଖନ୍ତୁ, ଆପଣ ନିଜର ଧନ ପାଇଲେ। BSB BSB: So I was afraid and went out and hid your talent in the ground. See, you have what belongs to you.’
26 UDB କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା କ'ଣ ଜାଣିଥିଲୁ? BSB BSB: ‘You wicked, lazy servant!’ replied his master. ‘You knew that I reap where I have not sown and gather where I have not scattered seed.
27 UDB ତେବେ ବଣିକମାନଙ୍କ ହସ୍ତରେ ମୋହର ଟଙ୍କା ରଖିବା ଉଚିତ୍ ଥିଲା; ତାହାହେଲେ ମୁଁ ଆସି ସୁଧ ସହିତ ମୋହର ଧନ ଫେରି ପାଇଥାନ୍ତି। BSB BSB: Then you should have deposited my money with the bankers, and on my return I would have received it back with interest.
28 UDB ଅତଏବ, ଏହାଠାରୁ ଏହି ତୋଡ଼ା ନେଇଯାଇ, ଯାହାର ଦଶ ତୋଡ଼ା ଅଛି, ତାହାକୁ ଦିଅ। BSB BSB: Therefore take the talent from him and give it to the one who has ten talents.
29 UDB କାରଣ ଯେକୌଣସି ଲୋକର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ। BSB BSB: For everyone who has will be given more, and he will have an abundance. But the one who does not have, even what he has will be taken away from him.
30 UDB ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ। BSB BSB: And throw that worthless servant into the outer darkness, where there will be weeping and gnashing of teeth.’
32 UDB ପୁଣି, ତାହାଙ୍କ ଛାମୁଁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଛାଗଠାରୁ ମେଷ ପୃଥକ୍ କରି, BSB BSB: All the nations will be gathered before Him, and He will separate the people one from another, as a shepherd separates the sheep from the goats.
33 UDB ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ୱରେ ଓ ଛାଗମାନଙ୍କୁ ବାମ ପାର୍ଶ୍ୱରେ ରଖିବେ। BSB BSB: He will place the sheep on His right and the goats on His left.
34 UDB ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ; BSB BSB: Then the King will say to those on His right, ‘Come, you who are blessed by My Father, inherit the kingdom prepared for you from the foundation of the world.
35 UDB କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ; BSB BSB: For I was hungry and you gave Me something to eat, I was thirsty and you gave Me something to drink, I was a stranger and you took Me in,
36 UDB ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ଅସୁସ୍ଥ ଥିଲି, ମୋତେ ଦେଖି ଆସିଲ; କାରାଗାରରେ ଥିଲି; ମୋ ନିକଟକୁ ଆସିଲ। BSB BSB: I was naked and you clothed Me, I was sick and you looked after Me, I was in prison and you visited Me.’
37 UDB ସେଥିରେ ଧାର୍ମିକମାନେ ତାହାଙ୍କୁ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ ଦେଖି ଆହାର ଦେଲୁ? ଅବା ତୃଷିତ ଦେଖି ପାନ କରିବାକୁ ଦେଲୁ? BSB BSB: Then the righteous will answer Him, ‘Lord, when did we see You hungry and feed You, or thirsty and give You something to drink?
38 UDB ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ବା ଉଲଙ୍ଗ ଦେଖି ବସ୍ତ୍ର ପରିଧାନ କରାଇଲୁ? BSB BSB: When did we see You a stranger and take You in, or naked and clothe You?
39 UDB ଆଉ, କେବେ ଆପଣଙ୍କୁ ଅସୁସ୍ଥ ଅବା କାରାଗାରସ୍ଥ ଦେଖି ଆପଣଙ୍କ ନିକଟକୁ ଗଲୁ? BSB BSB: When did we see You sick or in prison and visit You?’
40 UDB ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ। BSB BSB: And the King will reply, ‘Truly I tell you, whatever you did for one of the least of these brothers of Mine, you did for Me.’
42 UDB କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ ନାହିଁ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ ନାହିଁ; BSB BSB: For I was hungry and you gave Me nothing to eat, I was thirsty and you gave Me nothing to drink,
43 UDB ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ ନାହିଁ; ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ ନାହିଁ; ଅସୁସ୍ଥ ଓ କାରାଗାରସ୍ଥ ଥିଲି, ମୋତେ ଦେଖିବାକୁ ଆସିଲ ନାହିଁ। BSB BSB: I was a stranger and you did not take Me in, I was naked and you did not clothe Me, I was sick and in prison and you did not look after Me.’
44 UDB ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଙ୍ଗ, ପୀଡ଼ିତ କି କାରଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ? BSB BSB: And they too will reply, ‘Lord, when did we see You hungry or thirsty or a stranger or naked or sick or in prison, and did not minister to You?’
45 UDB ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ। BSB BSB: Then the King will answer, ‘Truly I tell you, whatever you did not do for one of the least of these, you did not do for Me.’