1 UDB ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ, BSB BSB: In those days John the Baptist came, preaching in the wilderness of Judea
2 UDB “ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।” BSB BSB: and saying, “Repent, for the kingdom of heaven is near.”
3 UDB ଯିଶାଇୟ ଭାବବାଦୀ ଯାହାଙ୍କ ବିଷୟରେ ଏହି ବାକ୍ୟ କହିଥିଲେ, “ଏ ସେହି ବ୍ୟକ୍ତି, ପ୍ରାନ୍ତରରେ ଉଚ୍ଚ ଶବ୍ଦ କରୁଥିବା ଜଣକର ସ୍ୱର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ଡ ସଳଖ କର।” BSB BSB: This is he who was spoken of through the prophet Isaiah: “A voice of one calling in the wilderness, ‘Prepare the way for the Lord, make straight paths for Him.’”
4 UDB ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ଭାବବାଦୀ ଏଲୀୟ ପୂର୍ବେ ପିନ୍ଧୁଥିଲେ। ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା। BSB BSB: John wore a garment of camel’s hair, with a leather belt around his waist. His food was locusts and wild honey.
5 UDB ସେତେବେଳେ ଯିରୂଶାଲମ ଓ ସମସ୍ତ ଯିହୂଦା ପ୍ରଦେଶ ପୁଣି, ଯର୍ଦ୍ଦନ ନିକଟବର୍ତ୍ତୀ ସମସ୍ତ ଅଞ୍ଚଳର ଲୋକମାନେ ବାହାରି ତାହାଙ୍କ ପାଖକୁ ଆସିବାକୁ ଲାଗିଲେ, BSB BSB: People went out to him from Jerusalem and all Judea and the whole region around the Jordan.
6 UDB ଆଉ ଆପଣା ଆପଣା ପାପ ସ୍ୱୀକାର କରି ତାହାଙ୍କ ଦ୍ୱାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ। BSB BSB: Confessing their sins, they were baptized by him in the Jordan River.
7 UDB କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା? BSB BSB: But when John saw many of the Pharisees and Sadducees coming to his place of baptism, he said to them, “You brood of vipers, who warned you to flee from the coming wrath?
8 UDB ଏଣୁ ମନପରିବର୍ତ୍ତନର ଉପଯୁକ୍ତ ଫଳ ଉତ୍ପନ୍ନ କର, BSB BSB: Produce fruit, then, in keeping with repentance.
9 UDB ପୁଣି, ଅବ୍ରହାମ ତ ଆମ୍ଭମାନଙ୍କର ପିତା, ମନେ ମନେ ଏପରି କହିବାକୁ ଭାବ ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ୱର ଏହି ପଥରଗୁଡ଼ାକରୁ ଅବ୍ରହାମଙ୍କ ନିମନ୍ତେ ସନ୍ତାନ ଉତ୍ପନ୍ନ କରି ପାରନ୍ତି। BSB BSB: And do not presume to say to yourselves, ‘We have Abraham as our father.’ For I tell you that out of these stones God can raise up children for Abraham.
10 UDB ଆଉ ଏବେ ମଧ୍ୟ ଗଛଗୁଡ଼ିକ ମୂଳରେ କୁରାଢ଼ି ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ। BSB BSB: The axe lies ready at the root of the trees, and every tree that does not produce good fruit will be cut down and thrown into the fire.
11 UDB ମୁଁ ସିନା ତୁମ୍ଭମାନଙ୍କୁ ମନ ପରିବର୍ତ୍ତନ ନିମନ୍ତେ ଜଳରେ ବାପ୍ତିସ୍ମ ଦେଉଅଛି, ମାତ୍ର ମୋ’ ପରେ ଯେ ଆସୁଅଛନ୍ତି, ସେ ମୋ’ଠାରୁ ଅଧିକ ଶକ୍ତିମାନ, ତାହାଙ୍କ ପାଦୁକା ବହନ କରିବା ପାଇଁ ମୁଁ ଯୋଗ୍ୟ ନୁହେଁ; ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଓ ଅଗ୍ନିରେ ବାପ୍ତିସ୍ମ ଦେବେ। BSB BSB: I baptize you with water for repentance, but after me will come One more powerful than I, whose sandals I am not worthy to carry. He will baptize you with the Holy Spirit and with fire.
12 UDB ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।” BSB BSB: His winnowing fork is in His hand to clear His threshing floor and to gather His wheat into the barn; but He will burn up the chaff with unquenchable fire.”
13 UDB ସେତେବେଳେ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ଗାଲିଲୀରୁ ଯର୍ଦ୍ଦନକୁ ଆସିଲେ। BSB BSB: At that time Jesus came from Galilee to the Jordan to be baptized by John.
14 UDB କିନ୍ତୁ ଯୋହନ ତାହାଙ୍କୁ ମନା କରିବାକୁ ଚେଷ୍ଟା କରି କହିଲେ, ଆପଣଙ୍କ ଦ୍ୱାରା ବାପ୍ତିଜିତ ହେବା ମୋହର ଆବଶ୍ୟକ, ଆଉ ଆପଣ ମୋ ନିକଟକୁ ଆସୁଅଛନ୍ତି? BSB BSB: But John tried to prevent Him, saying, “I need to be baptized by You, and do You come to me?”
15 UDB ମାତ୍ର ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଏବେ ରାଜି ହୁଅ, କାରଣ ଏହି ପ୍ରକାରେ ସମସ୍ତ ଧର୍ମ କର୍ମ ସାଧନ କରିବା ଆମ୍ଭମାନଙ୍କର ଉଚିତ୍।” ସେଥିରେ ସେ ତାହାଙ୍କ କଥାରେ ରାଜି ହେଲେ। BSB BSB: “Let it be so now,” Jesus replied. “It is fitting for us to fulfill all righteousness in this way.” Then John permitted Him.
17 UDB ଆଉ ଦେଖ, ଆକାଶରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର, ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ।” BSB BSB: And a voice from heaven said, “This is My beloved Son, in whom I am well pleased!”