1 UDB ଲୋକମାନଙ୍କୁ ଦେଖି ଯୀଶୁ ପର୍ବତ ଚଢ଼ିଲେ, ପୁଣି, ବସିବା ପରେ ତାହାଙ୍କ ଶିଷ୍ୟମାନେ ତାହାଙ୍କ ପାଖକୁ ଆସିଲେ। BSB BSB: When Jesus saw the crowds, He went up on the mountain and sat down. His disciples came to Him,
2 UDB ସେଥିରେ ସେ ମୁଖ ଫିଟାଇ ସେମାନଙ୍କୁ ଶିକ୍ଷା ଦେଇ କହିବାକୁ ଲାଗିଲେ, BSB BSB: and He began to teach them, saying:
3 UDB ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର। BSB BSB: “Blessed are the poor in spirit, for theirs is the kingdom of heaven.
4 UDB ଶୋକାର୍ତ୍ତ ଲୋକେ ଧନ୍ୟ, କାରଣ ସେମାନେ ସାନ୍ତ୍ୱନାପ୍ରାପ୍ତ ହେବେ। BSB BSB: Blessed are those who mourn, for they will be comforted.
5 UDB ନମ୍ର ଲୋକେ ଧନ୍ୟ, କାରଣ ସେମାନେ ପୃଥିବୀର ଅଧିକାରୀ ହେବେ। BSB BSB: Blessed are the meek, for they will inherit the earth.
6 UDB ଧାର୍ମିକତା ନିମନ୍ତେ କ୍ଷୁଧିତ ଓ ତୃଷିତ ଲୋକେ ଧନ୍ୟ, କାରଣ ସେମାନେ ପରିତୃପ୍ତ ହେବେ। BSB BSB: Blessed are those who hunger and thirst for righteousness, for they will be filled.
7 UDB ଦୟାଳୁ ଲୋକେ ଧନ୍ୟ, କାରଣ ସେମାନେ ଦୟା ପ୍ରାପ୍ତ ହେବେ। BSB BSB: Blessed are the merciful, for they will be shown mercy.
8 UDB ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଈଶ୍ୱରଙ୍କ ଦର୍ଶନ ପାଇବେ। BSB BSB: Blessed are the pure in heart, for they will see God.
10 UDB ଧାର୍ମିକତା ନିମନ୍ତେ ତାଡ଼ନାପ୍ରାପ୍ତ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର। BSB BSB: Blessed are those who are persecuted because of righteousness, for theirs is the kingdom of heaven.
11 UDB ଲୋକେ ଯେବେ ତୁମ୍ଭମାନଙ୍କୁ ମୋ' ସକାଶେ ନିନ୍ଦା ଓ ତାଡ଼ନା କରନ୍ତି, ପୁଣି, ମିଥ୍ୟାରେ ତୁମ୍ଭମାନଙ୍କ ବିରୁଦ୍ଧରେ ସମସ୍ତ ପ୍ରକାର ମନ୍ଦ କଥା କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ। BSB BSB: Blessed are you when people insult you, persecute you, and falsely say all kinds of evil against you because of Me.
12 UDB ଆନନ୍ଦ କର ଓ ଉଲ୍ଲସିତ ହୁଅ, କାରଣ ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ସେହିପରି ତ ସେମାନେ ତୁମ୍ଭମାନଙ୍କ ପୂର୍ବରୁ ଆସିଥିବା ଭାବବାଦୀମାନଙ୍କୁ ତାଡ଼ନା କରିଥିଲେ। BSB BSB: Rejoice and be glad, because great is your reward in heaven, for in the same way they persecuted the prophets before you.
13 UDB ତୁମ୍ଭେମାନେ ପୃଥିବୀର ଲବଣ, କିନ୍ତୁ ଲବଣ ଯଦି ସ୍ୱାଦବିହୀନ, ତେବେ ତାହା କାହିଁରେ ଲବଣାକ୍ତ ହେବ? ତାହା ଆଉ କୌଣସି କାର୍ଯ୍ୟଯୋଗ୍ୟ ନୁହେଁ, କେବଳ ବାହାରେ ପକାଯାଇ ଲୋକମାନଙ୍କ ପାଦ ତଳେ ଦଳିତ ହେବାର ଯୋଗ୍ୟ। BSB BSB: You are the salt of the earth. But if the salt loses its savor, how can it be made salty again? It is no longer good for anything, except to be thrown out and trampled by men.
14 UDB ତୁମ୍ଭେମାନେ ଜଗତର ଜ୍ୟୋତିଃ। ପର୍ବତ ଉପରେ ସ୍ଥାପିତ ନଗର ଗୁପ୍ତ ହୋଇ ରହି ନ ପାରେ; BSB BSB: You are the light of the world. A city on a hill cannot be hidden.
15 UDB କିବା ଲୋକମାନେ ଦୀପ ଜାଳି ମାଣ ତଳେ ରଖନ୍ତି ନାହିଁ, ମାତ୍ର ଦୀପରୁଖା ଉପରେ ରଖନ୍ତି, ସେଥିରେ ତାହା ଗୃହରେ ଥିବା ସମସ୍ତ ଲୋକକୁ ଆଲୋକ ଦିଏ। BSB BSB: Neither do people light a lamp and put it under a basket. Instead, they set it on a stand, and it gives light to everyone in the house.
16 UDB ସେହି ପ୍ରକାରେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ। BSB BSB: In the same way, let your light shine before men, that they may see your good deeds and glorify your Father in heaven.
18 UDB କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେପର୍ଯ୍ୟନ୍ତ ଆକାଶମଣ୍ଡଳ ଓ ପୃଥିବୀ ଲୋପ ନ ପାଇବ, ସେପର୍ଯ୍ୟନ୍ତ ସମସ୍ତ ନ ଘଟିବା ଯାଏ ମୋଶାଙ୍କ ବ୍ୟବସ୍ଥାରୁ ଏକ ମାତ୍ରା କି ଏକ ବିନ୍ଦୁ କୌଣସି ପ୍ରକାରେ ଲୋପ ପାଇବ ନାହିଁ। BSB BSB: For I tell you truly, until heaven and earth pass away, not a single jot, not a stroke of a pen, will disappear from the Law until everything is accomplished.
19 UDB ଅତଏବ ଯେ କେହି ଏହି ସମସ୍ତ କ୍ଷୁଦ୍ରତମ ଆଜ୍ଞା ମଧ୍ୟରୁ କୌଣସି ଗୋଟିଏ ଆଜ୍ଞା ମାନେ ନାହିଁ ଓ ଲୋକଙ୍କୁ ସେହି ପ୍ରକାରେ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ କ୍ଷୁଦ୍ରତମ ବୋଲି ପରିଚିତ ହେବ; କିନ୍ତୁ ଯେ କେହି ସେହି ସମସ୍ତ ଆଜ୍ଞା ପାଳନ କରେ ଓ ଶିକ୍ଷା ଦିଏ, ସେ ସ୍ୱର୍ଗରାଜ୍ୟରେ ମହାନ ବୋଲି ଖ୍ୟାତ ହେବ। BSB BSB: So then, whoever breaks one of the least of these commandments and teaches others to do likewise will be called least in the kingdom of heaven; but whoever practices and teaches them will be called great in the kingdom of heaven.
20 UDB କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଧାର୍ମିକତା ଶାସ୍ତ୍ରୀ ଓ ଫାରୂଶୀମାନଙ୍କ ଧାର୍ମିକତା ଅପେକ୍ଷା ଅଧିକ ନ ହେଲେ ତୁମ୍ଭେମାନେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ। BSB BSB: For I tell you that unless your righteousness exceeds that of the scribes and Pharisees, you will never enter the kingdom of heaven.
21 UDB ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। BSB BSB: You have heard that it was said to the ancients, ‘Do not murder’ and ‘Anyone who murders will be subject to judgment.’
22 UDB କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ। ପୁଣି, ଯେ କେହି ଆପଣା ଭାଇ କି ମୂର୍ଖ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ପାଷାଣ୍ଡ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ। BSB BSB: But I tell you that anyone who is angry with his brother will be subject to judgment. Again, anyone who says to his brother, ‘Raca,’ will be subject to the Sanhedrin. But anyone who says, ‘You fool!’ will be subject to the fire of hell.
23 UDB ଅତଏବ ଯଦି ବେଦି ନିକଟକୁ ତୁମ୍ଭେ ନିଜର ନୈବେଦ୍ୟ ଆଣୁଥିବା ସମୟରେ ତୁମ୍ଭ ବିରୁଦ୍ଧରେ ତୁମ୍ଭ ଭାଇର କୌଣସି କଥା ଅଛି ବୋଲି ସେଠାରେ ତୁମ୍ଭର ମନେ ପଡ଼େ, BSB BSB: So if you are offering your gift at the altar and there remember that your brother has something against you,
24 UDB ତାହାହେଲେ ସେହି ସ୍ଥାନରେ ବେଦି ସମ୍ମୁଖରେ ତୁମ୍ଭର ନୈବେଦ୍ୟ ଥୋଇଦେଇ ଚାଲିଯାଅ, ଆଗେ ନିଜ ଭାଇ ସାଙ୍ଗରେ ମିଳିତ ହୁଅ, ଆଉ ତାହା ପରେ ଆସି ତୁମ୍ଭର ନୈବେଦ୍ୟ ଉତ୍ସର୍ଗ କର। BSB BSB: leave your gift there before the altar. First go and be reconciled to your brother; then come and offer your gift.
25 UDB ତୁମ୍ଭର ବିବାଦୀ ସହିତ ବାଟରେ ଥିବା ସମୟରେ ଶୀଘ୍ର ତାହା ପ୍ରତି ମିଳନର ଭାବ ଦେଖାଅ, କାଳେ ବିବାଦୀ ତୁମ୍ଭକୁ ବିଚାରକର୍ତ୍ତାଙ୍କ ହସ୍ତରେ ସମର୍ପଣ କରିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ପଦାତିକ ହସ୍ତରେ ସମର୍ପଣ କରିବେ, ଆଉ ତୁମ୍ଭେ କାରାଗାରରେ ନିକ୍ଷିପ୍ତ ହେବ। BSB BSB: Reconcile quickly with your adversary, while you are still on the way to court. Otherwise, he may hand you over to the judge, and the judge may hand you over to the officer, and you may be thrown into prison.
26 UDB ମୁଁ ତୁମ୍ଭକୁ ସତ୍ୟ କହୁଅଛି, ତୁମ୍ଭେ ଶେଷ ପାହୁଲାଟି ନ ଶୁଝିବା ପର୍ଯ୍ୟନ୍ତ ସେ ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସି ପାରିବ ନାହିଁ। BSB BSB: Truly I tell you, you will not get out until you have paid the last penny.
27 UDB ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ବ୍ୟଭିଚାର କର ନାହିଁ। BSB BSB: You have heard that it was said, ‘Do not commit adultery.’
28 UDB କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି। BSB BSB: But I tell you that anyone who looks at a woman to lust after her has already committed adultery with her in his heart.
29 UDB ଆଉ ତୁମ୍ଭ ଦକ୍ଷିଣ ଚକ୍ଷୁ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା ଉପାଡ଼ି ଫୋପାଡ଼ି ଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ। BSB BSB: If your right eye causes you to sin, gouge it out and throw it away. It is better for you to lose one part of your body than for your whole body to be thrown into hell.
30 UDB ପୁଣି, ତୁମ୍ଭର ଦକ୍ଷିଣ ହସ୍ତ ଯେବେ ତୁମ୍ଭର ବିଘ୍ନର କାରଣ ହୁଏ, ତେବେ ତାହା କାଟି ଫୋପାଡ଼ିଦିଅ, କାରଣ ତୁମ୍ଭର ସମସ୍ତ ଶରୀର ନର୍କରେ ପଡ଼ିବା ଅପେକ୍ଷା ଗୋଟିଏ ଅଙ୍ଗ ନଷ୍ଟ ହେବା ତୁମ୍ଭ ପକ୍ଷରେ ଲାଭଜନକ। BSB BSB: And if your right hand causes you to sin, cut it off and throw it away. It is better for you to lose one part of your body than for your whole body to depart into hell.
31 UDB ଆହୁରି ଉକ୍ତ ଅଛି, ଯେ କେହି ଆପଣା ସ୍ତ୍ରୀକୁ ପରିତ୍ୟାଗ କରେ, ସେ ତାହାକୁ ଛାଡ଼ପତ୍ର ଦେଉ। BSB BSB: It has also been said, ‘Whoever divorces his wife must give her a certificate of divorce.’
32 UDB କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀକୁ ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରେ, ସେ ତାହାକୁ ବ୍ୟଭିଚାରିଣୀ କରାଏ; ଆଉ ଯେ କେହି ପରିତ୍ୟକ୍ତା ସ୍ତ୍ରୀକୁ ବିବାହ କରେ, ସେ ବ୍ୟଭିଚାର କରେ। BSB BSB: But I tell you that anyone who divorces his wife, except for sexual immorality, brings adultery upon her. And he who marries a divorced woman commits adultery.
33 UDB ପୁଣି, ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ତୁମ୍ଭେ ମିଥ୍ୟା ଶପଥ କର ନାହିଁ ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ। BSB BSB: Again, you have heard that it was said to the ancients, ‘Do not break your oath, but fulfill your vows to the Lord.’
34 UDB କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଆଦୌ ଶପଥ କର ନାହିଁ; ସ୍ୱର୍ଗର ଶପଥ କର ନାହିଁ, କାରଣ ତାହା ଈଶ୍ୱରଙ୍କ ସିଂହାସନ; BSB BSB: But I tell you not to swear at all: either by heaven, for it is God’s throne;
35 UDB କିମ୍ବା ପୃଥିବୀର ଶପଥ କର ନାହିଁ, କାରଣ ତାହା ତାହାଙ୍କର ପାଦପୀଠ; ଯିରୂଶାଲମର ଶପଥ କର ନାହିଁ, କାରଣ ତାହା ମହାରାଜାଙ୍କ ନଗରୀ; BSB BSB: or by the earth, for it is His footstool; or by Jerusalem, for it is the city of the great King.
36 UDB ଅବା ଆପଣା ମସ୍ତକର ଶପଥ କର ନାହିଁ, କାରଣ ତାହାର ଗୋଟିଏ କେଶ ଧଳା ବା କଳା କରିବାକୁ ତୁମ୍ଭର ଶକ୍ତି ନାହିଁ। BSB BSB: Nor should you swear by your head, for you cannot make a single hair white or black.
37 UDB କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ; ଏଥିରୁ ଯାହା ଅଧିକ, ତାହା ମନ୍ଦରୁ ଜନ୍ମେ। BSB BSB: Simply let your ‘Yes’ be ‘Yes,’ and your ‘No,’ ‘No.’ Anything more comes from the evil one.
39 UDB କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଦୁଷ୍ଟର ପ୍ରତିରୋଧ କର ନାହିଁ, ମାତ୍ର ଯେ କେହି ତୁମ୍ଭର ଡାହାଣ ଗାଲରେ ଚାପୁଡ଼ା ମାରେ, ତାହାକୁ ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ। BSB BSB: But I tell you not to resist an evil person. If someone slaps you on your right cheek, turn to him the other also;
40 UDB ଆଉ କେହି ଯଦି ତୁମ୍ଭ ସହିତ ବିଚାରସ୍ଥାନରେ ବିବାଦ କରି ତୁମ୍ଭର ଅଙ୍ଗରଖା ନେବାକୁ ଇଚ୍ଛା କରେ, ତାହାକୁ ଚାଦର ମଧ୍ୟ ଦେଇଦିଅ। BSB BSB: if someone wants to sue you and take your tunic, let him have your cloak as well;
41 UDB ପୁଣି, ଯେ କେହି ତୁମ୍ଭକୁ କୋଶେ ଯିବା ପାଇଁ ବାଧ୍ୟ କରେ, ତାହା ସାଙ୍ଗରେ ଦୁଇ କୋଶ ଯାଅ। BSB BSB: and if someone forces you to go one mile, go with him two miles.
42 UDB ଯେ ତୁମ୍ଭକୁ ମାଗେ, ତାହାକୁ ଦିଅ, ପୁଣି, ଯେ ତୁମ୍ଭଠାରୁ ଋଣ ନେବାକୁ ଇଚ୍ଛା କରେ, ତାହା ପ୍ରତି ବିମୁଖ ହୁଅ ନାହିଁ। BSB BSB: Give to the one who asks you, and do not turn away from the one who wants to borrow from you.
46 UDB ଆଉ ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭମାନଙ୍କର କି ପୁରସ୍କାର? କରଗ୍ରାହୀମାନେ ସୁଦ୍ଧା କ'ଣ ତାହା କରନ୍ତି ନାହିଁ? BSB BSB: If you love those who love you, what reward will you get? Do not even tax collectors do the same?
47 UDB ଆଉ ତୁମ୍ଭେମାନେ ଯଦି କେବଳ ନିଜ ନିଜ ଭାଇମାନଙ୍କୁ ନମସ୍କାର କର, ତେବେ ଅଧିକ କଅଣ କର? ଅଣଯିହୂଦୀମାନେ ସୁଦ୍ଧା କ'ଣ ତାହା କରନ୍ତି ନାହିଁ? BSB BSB: And if you greet only your brothers, what are you doing more than others? Do not even Gentiles do the same?
48 UDB ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ। BSB BSB: Be perfect, therefore, as your heavenly Father is perfect.