Revelation 15 15 Revelation Seals, trumpets and bowls Odia Unlocked Dynamic Bible 1 UDB ଏହାପରେ ମୁଁ ସ୍ୱର୍ଗରେ ଗୋଟିଏ ବଡ଼ ଓ ଆଶ୍ଚର୍ଯ୍ୟଜନକ ଲକ୍ଷଣ ଦେଖିଲି। ସେଠାରେ ସାତଜଣ ଦୂତ ସେମାନଙ୍କ ହାତରେ ସାତୋଟି ଶେଷ ମହାମାରୀ ଧରିଥିଲେ। ଏହା ଘଟିବା ପରେ ପରମେଶ୍ୱରଙ୍କ କ୍ରୋଧର ସମାପ୍ତି ଘଟିବ। BSB BSB: Then I saw another great and marvelous sign in heaven: seven angels with the seven final plagues, with which the wrath of God is completed.
2 UDB ମୁଁ, ମୋ’ ସାମନାରେ ଅଗ୍ନି ମିଶ୍ରିତ କାଚ ପରି ଏକ ସମୁଦ୍ର ଦେଖିଲି। ଯେଉଁ ଲୋକମାନେ ସେହି ପଶୁ, ତାହାର ପ୍ରତିମା, ଓ ତାହାର ନାମର ସଂଖ୍ୟା ଉପରେ ଜୟଲାଭ କରିଥିଲେ, ସେମାନଙ୍କୁ ସେହି ସମୁଦ୍ର କୂଳରେ ଠିଆ ହେବାର ଦେଖିଲି। ସେମାନଙ୍କ ହାତରେ ପରମେଶ୍ୱର ଦେଇଥିବା ବୀଣା ଥିଲା। BSB BSB: And I saw something like a sea of glass mixed with fire, beside which stood those who had conquered the beast and its image and the number of its name. They were holding harps from God,
3 UDB ସେମାନେ ପରମେଶ୍ୱରଙ୍କର ସେବକ ମୋଶାଙ୍କର ଓ ମେଷଶାବକଙ୍କର ଗୀତ ବୋଲୁଥିଲେ। BSB BSB: and they sang the song of God’s servant Moses and of the Lamb: “Great and wonderful are Your works, O Lord God Almighty! Just and true are Your ways, O King of the nations!
4 UDB ହେ ପ୍ରଭୁ! କିଏ ତୁମ୍ଭକୁ ଭୟ ନ କରିବ? ସମସ୍ତଙ୍କର ତୁମ୍ଭେ ପ୍ରଶଂସନୀୟ ଅଟ। କାରଣ କେବଳ ତୁମ୍ଭେ ହିଁ ପବିତ୍ର; ସମସ୍ତ ଜାତିଗୁଡ଼ିକ ତୁମ୍ଭ ପାଖକୁ ଆସିବେ ଓ ତୁମ୍ଭର ଉପାସନା କରିବେ। କାରଣ ତୁମ୍ଭେ ହିଁ ନ୍ୟାୟବନ୍ତ ଏହା ଜଗତେ ବିଦୀତ।" BSB BSB: Who will not fear You, O Lord, and glorify Your name? For You alone are holy. All nations will come and worship before You, for Your righteous acts have been revealed.”
5 UDB ଏହାପରେ ମୁଁ ସ୍ୱର୍ଗରେ ପରମେଶ୍ୱରଙ୍କ ଉପସ୍ଥିତିର ପବିତ୍ର ସ୍ଥାନର ମନ୍ଦିର ଖୋଲା ହୋଇଥିବାର ଦେଖିଲି। BSB BSB: After this I looked, and the temple—the tabernacle of the Testimony—was opened in heaven.
6 UDB ସେହି ମନ୍ଦିର ଭିତରୁ ସାତଜଣ ଦୂତ ସାତୋଟି ମହାମାରୀଗୁଡ଼ିକୁ ଧରି ବାହାରି ଆସିଲେ। ସେମାନେ ଶୁଦ୍ଧ, ଉଜ୍ଜ୍ୱଳ, ମସୀନା, ଶୁଭ୍ର ବସ୍ତ୍ର ପିନ୍ଧିଥିଲେ। ସେମାନଙ୍କ ବକ୍ଷରେ ସୁବର୍ଣ୍ଣ ବନ୍ଧନୀ ଥିଲା। BSB BSB: And out of the temple came the seven angels with the seven plagues, dressed in clean and bright linen and girded with golden sashes around their chests.
7 UDB ତା’ପରେ ଚାରି ଜୀବିତ ପ୍ରାଣୀମାନଙ୍କ ମଧ୍ୟରୁ ଜଣେ ପ୍ରାଣୀ ସାତଦୂତଙ୍କୁ ସାତୋଟି ସୁବର୍ଣ୍ଣ ପାତ୍ର ଦେଲ। ସେହି ପାତ୍ର ନିତ୍ୟଜୀବୀ ପରମେଶ୍ୱରଙ୍କର କ୍ରୋଧରେ ପରିପୂର୍ଣ୍ଣ ଥିଲା। BSB BSB: Then one of the four living creatures gave the seven angels seven golden bowls full of the wrath of God, who lives forever and ever.
8 UDB ସେହି ମନ୍ଦିର ପରମେଶ୍ୱରଙ୍କ ଗୌରବ ଓ କ୍ଷମତା ଧୂଆଁରେ ଭର୍ତ୍ତି ହୋଇଗଲା। ସାତଜଣ ଦୂତଙ୍କର ସାତୋଟି ମହାମାରୀ ଶେଷ ନ ହେବା ପର୍ଯ୍ୟନ୍ତ, କୌଣସି ଲୋକ ମନ୍ଦିରରେ ପ୍ରବେଶ କରିପାରିଲେ ନାହିଁ। BSB BSB: And the temple was filled with smoke from the glory of God and from His power; and no one could enter the temple until the seven plagues of the seven angels were completed.
Select verses for actions: Enter goes to them and Escape comes back.
Chapter complete
You’ve read Revelation 15
Make Opened yours A free account keeps your place, highlights and notes on every device. Add Plus to ask Study Help about Revelation 15, and keep Opened free for readers who can’t pay.