1 UDB ତା’ପରେ ଦୂତ ମୋତେ ଜୀବନଜଳର ନଦୀ ଦେଖାଇଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ୱଳ ଥିଲା। ସେହି ନଦୀ ପରମେଶ୍ୱର ଓ ମେଷଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି। BSB BSB: Then the angel showed me a river of the water of life, as clear as crystal, flowing from the throne of God and of the Lamb
2 UDB ଏହା ନଗରୀର ରାଜପଥ ଦେଇ ତଳକୁ ବୋହିଯାଏ। ନଦୀର ଦୁଇ ପଟେ ଜୀବନ ବୃକ୍ଷ ଥିଲା। ଏହି ବୃକ୍ଷରେ ପ୍ରତିବର୍ଷ ବାର ଥର ଫଳ ଫଳେ। ଏହା ପ୍ରତିମାସ ଫଳ ଦିଏ। ଏହି ଗଛର ପତ୍ରଗୁଡ଼ିକ ଜାତିସମୂହର ସୁସ୍ଥତା ପାଇଁ ଅଟେ। BSB BSB: down the middle of the main street of the city. On either side of the river stood a tree of life, bearing twelve kinds of fruit and yielding a fresh crop for each month. And the leaves of the tree are for the healing of the nations.
3 UDB ସେଠାରେ ପରମେଶ୍ୱରଙ୍କ ଦ୍ୱାରା ବିଚାରିତ ଦୋଷୀ ବିଷୟ ରହିବ ନାହିଁ। ପରମେଶ୍ୱର ଓ ମେଷଶାବକଙ୍କ ସିଂହାସନ ସେଠାରେ ରହିବ। ତାହାଙ୍କର ସେବକମାନେ ତାହାଙ୍କୁ ଉପାସନା କରିବେ। BSB BSB: No longer will there be any curse. The throne of God and of the Lamb will be within the city, and His servants will worship Him.
4 UDB ସେମାନେ ତାହାଙ୍କ ମୁଖ ଦେଖିବେ। ସେମାନଙ୍କ କପାଳରେ ପରମେଶ୍ୱରଙ୍କର ନାମ ଲେଖା ହେବ। BSB BSB: They will see His face, and His name will be on their foreheads.
5 UDB ସେଠାରେ ଆଉ କେବେ ରାତ୍ରି ହେବ ନାହିଁ। ଲୋକମାନେ ପ୍ରଦୀପର କିମ୍ବା ସୂର୍ଯ୍ୟର ଆଲୋକ ଆଉ ଆବଶ୍ୟକ କରିବେ ନାହିଁ। ପ୍ରଭୁ ପରମେଶ୍ୱର ସେମାନଙ୍କୁ ଆଲୋକ ଦେବେ। ସେମାନେ ରାଜାଙ୍କ ପରି ସଦାସର୍ବଦା ପାଇଁ ରାଜତ୍ୱ କରିବେ। BSB BSB: There will be no more night in the city, and they will have no need for the light of a lamp or of the sun. For the Lord God will shine on them, and they will reign forever and ever.
6 UDB ସେହି ସ୍ୱର୍ଗଦୂତ ମୋତେ କହିଲେ, “ଏହି କଥାଗୁଡ଼ିକ ସତ୍ୟ ଓ ବିଶ୍ୱାସ ଯୋଗ୍ୟ। ପ୍ରଭୁ ଭବିଷ୍ୟଦ୍ ବକ୍ତାମାନଙ୍କ, ଆତ୍ମାର ପରମେଶ୍ୱର ଅଟନ୍ତି। ଯାହା ଶୀଘ୍ର ଘଟିବ, ତାହା ତାହାଙ୍କ ସେବକମାନଙ୍କୁ ଦେଖାଇବା ପାଇଁ ପରମେଶ୍ୱର ସ୍ୱର୍ଗଦୂତଙ୍କୁ ପଠାଇଛନ୍ତି।” BSB BSB: Then the angel said to me, “These words are faithful and true. The Lord, the God of the spirits of the prophets, has sent His angel to show His servants what must soon take place.”
7 UDB ଯୀଶୁ ତାଙ୍କର ସମସ୍ତ ଲୋକଙ୍କୁ କହିଲେ,“ଏହା ଶୁଣ! ଆମ୍ଭେ ଶୀଘ୍ର ଆସୁଅଛୁ। ଏହି ପୁସ୍ତକରେ ଲେଖାଥିବା ଭବିଷ୍ୟବାଣୀର ବାକ୍ୟଗୁଡ଼ିକୁ ଯେଉଁ ଲୋକ ପାଳନ କରିବ, ସେ ପ୍ରଚୁର ପାଇବ।” BSB BSB: “Behold, I am coming soon. Blessed is the one who keeps the words of prophecy in this book.”
8 UDB ମୁଁ ଯୋହନ। ମୁଁ ଏସବୁ ଶୁଣିଛି ଓ ଦେଖିଛି। ପୁଣି କଥା ଶୁଣିବା ଓ ଦେଖିବା ପରେ ମୁଁ ଏସବୁ କହିବାଦୂତଙ୍କ ପାଦତଳେ ପ୍ରଣାମ କରିବା ପାଇଁ ପଡ଼ିଗଲି। BSB BSB: And I, John, am the one who heard and saw these things. And when I had heard and seen them, I fell down to worship at the feet of the angel who had shown me these things.
9 UDB କିନ୍ତୁ ସେହି ଦୂତ ମୋତେ କହିଲେ," ମୋତେ ପ୍ରଣାମ କର ନାହିଁ! ମୁଁ ତୁମ୍ଭର ପରି, ଓ ତୁମ୍ଭର ଭବିଷ୍ୟଦ୍ ବକ୍ତାମାନଙ୍କ ପରି ଜଣେ ସେବକ। ମୁଁ ସେହିମାନଙ୍କ ପରି ଜଣେ ସେବକ ଯିଏ, ଏହି ପୁସ୍ତକର ବାକ୍ୟଗୁଡ଼ିକୁ ପାଳନ କରେ। ତେଣୁ, ତୁମ୍ଭେ କେବଳ ପରମେଶ୍ୱରଙ୍କୁ ପ୍ରଣାମ କର।" BSB BSB: But he said to me, “Do not do that! I am a fellow servant with you and your brothers the prophets, and with those who keep the words of this book. Worship God!”
10 UDB ତା’ପରେ ସ୍ୱର୍ଗଦୂତ ମୋତେ କହିଲେ, “ଏହି ପୁସ୍ତକରେ ଥିବା ଭବିଷ୍ୟଦ୍ବାଣୀର ବାକ୍ୟଗୁଡ଼ିକୁ ଗୋପନୀୟ ରଖ ନାହିଁ। ଏସବୁ ଘଟିବାର ସମୟ ପାଖେଇ ଆସିଲାଣି। BSB BSB: Then he told me, “Do not seal up the words of prophecy in this book, because the time is near.
11 UDB ଯେ ମନ୍ଦ କରୁଛି, ତାହାକୁ ମନ୍ଦ କରିବାକୁ ଦିଅ। ଯେ ଅଶୁଚି, ସେ ଅଶୁଚି ହୋଇ ରହୁ। ଯେ ଭଲ କରୁଛି, ତାହାକୁ ଭଲ କରିବାକୁ ଦିଅ। ଯେ ପବିତ୍ର, ତାହାକୁ ପବିତ୍ର ହୋଇ ରହିବାକୁ ଦିଅ।” BSB BSB: Let the unrighteous continue to be unrighteous, and the vile continue to be vile; let the righteous continue to practice righteousness, and the holy continue to be holy.”
12 UDB ଶୁଣ! ଆମ୍ଭେ ଶୀଘ୍ର ଆସୁଛୁ, ଆମ୍ଭେ ସାଙ୍ଗରେ ପୁରସ୍କାର ନେଇ ଆସିବା। ଆମ୍ଭେ ପ୍ରତ୍ୟେକ ବ୍ୟକ୍ତିକୁ ତା'ର କର୍ମ ଅନୁସାରେ ପ୍ରତିଦାନ ଦେବା। BSB BSB: “Behold, I am coming soon, and My reward is with Me, to give to each one according to what he has done.
13 UDB ଆମ୍ଭେ ପ୍ରଥମ ଓ ଶେଷ; କ ଓ କ୍ଷ, ଆଦି ଓ ଅନ୍ତ।" BSB BSB: I am the Alpha and the Omega, the First and the Last, the Beginning and the End.”
14 UDB " ଯେଉଁ ଲୋକମାନେ ନିଜର ରାଜ ପୋଷାକ ଧୋଇଛନ୍ତି, ସେମାନେ ଧନ୍ୟ ହେବେ। ଜୀବନ ବୃକ୍ଷର ଫଳ ଖାଇବା ପାଇଁ ସେମାନଙ୍କର ଅଧିକାର ରହିଛି। ସେମାନେ ନଗର ଭିତରକୁ ନଗର ଦ୍ୱାର ଦେଇ ପ୍ରବେଶ କରିପାରିବେ। BSB BSB: Blessed are those who wash their robes, so that they may have the right to the tree of life and may enter the city by its gates.
15 UDB କିନ୍ତୁ କୁକୁରମାନେ, ମନ୍ଦ କୁହୁକ କରୁଥିବା ଲୋକମାନେ, ଯେଉଁମାନେ ଯୌନଗତ ପାପ କରନ୍ତି, ନରହନ୍ତାମାନେ, ପ୍ରତିମାପୂଜକଗଣ, ମିଥ୍ୟାପ୍ରିୟ ଓ ମିଥ୍ୟାବାଦୀମାନେ ନଗରର ବାହାରେ ରହିବେ। BSB BSB: But outside are the dogs, the sorcerers, the sexually immoral, the murderers, the idolaters, and everyone who loves and practices falsehood.
16 UDB "ଆମ୍ଭେ ନିଜେ ଯୀଶୁ। ମୁଁ ମଣ୍ଡଳୀଗୁଡ଼ିକୁ ଏହି ସମସ୍ତ କହିବା ପାଇଁ ମୋରଦୂତଙ୍କୁ ତୁମ୍ଭ ପାଖକୁ ପଠାଇଛି। ଆମ୍ଭେ ଦାଉଦଙ୍କ ପରିବାରର ବଂଶଜାତ। ଆମ୍ଭେ ଉଜ୍ଜଳ ପ୍ରଭାତୀ ତାରା। BSB BSB: “I, Jesus, have sent My angel to give you this testimony for the churches. I am the Root and the Offspring of David, the bright Morning Star.”
17 UDB ଆତ୍ମା ଓ କନ୍ୟା କହନ୍ତି, "ଆସ!" ଏସବୁ ଶୁଣୁଥିବା ପ୍ରତ୍ୟେକ ଲୋକ ମଧ୍ୟ କହୁ, "ଆସ!"। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନା ମୂଲ୍ୟରେ ଜୀବନର ଜଳପାନ କରିପାରେ। BSB BSB: The Spirit and the bride say, “Come!” Let the one who hears say, “Come!” And let the one who is thirsty come, and the one who desires the water of life drink freely.
18 UDB ଏହି ପୁସ୍ତକର ଭବିଷ୍ୟଦ୍ବାଣୀର ବାକ୍ୟଗୁଡ଼ିକୁ ଶୁଣୁଥିବା ପ୍ରତ୍ୟେକ ଲୋକଙ୍କୁ ମୁଁ ସତର୍କ କରିଦିଏ। କେହି ଯଦି ଏହି ବାକ୍ୟଗୁଡ଼ିକ ସହିତ କିଛି ଯୋଗକରେ, ତେବେ ପରମେଶ୍ୱର ତାହାକୁ ଏହି ପୁସ୍ତକରେ ଲେଖାଥିବା କ୍ଲେଶଗୁଡ଼ିକ ଦେବେ। BSB BSB: I testify to everyone who hears the words of prophecy in this book: If anyone adds to them, God will add to him the plagues described in this book.
19 UDB ଯଦି କୌଣସି ବ୍ୟକ୍ତି ଏହି ପୁସ୍ତକରେ ଲିଖିତ ଭବିଷ୍ୟଦ୍ ବାଣୀର ବାକ୍ୟଗୁଡ଼ିକରୁ କିଛି କାଢ଼ି ଦିଏ, ତେବେ ପରମେଶ୍ୱର ଏହି ପୁସ୍ତକରେ ଲିଖିତ ଜୀବନବୃକ୍ଷ ଓ ପବିତ୍ର ନଗରୀରୁ ତାହାର ଅଧିକାର କାଢ଼ିନେବେ। BSB BSB: And if anyone takes away from the words of this book of prophecy, God will take away his share in the tree of life and the holy city, which are described in this book.
20 UDB ଯୀଶୁ ହିଁ ଏସବୁ ସତ୍ୟ କହନ୍ତି। ବର୍ତ୍ତମାନ ସେ କହନ୍ତି, "ହଁ, ଆମ୍ଭେ ଶୀଘ୍ର ଆସୁଛୁ।" ଆମେନ୍। ହେ ପ୍ରଭୁଯୀଶୁ ଆସନ୍ତୁ। BSB BSB: He who testifies to these things says, “Yes, I am coming soon.” Amen. Come, Lord Jesus!
21 UDB ପ୍ରଭୁ ଯୀଶୁଙ୍କର ଅନୁଗ୍ରହ ସମସ୍ତ ଲୋକମାନଙ୍କ ସହିତ ରହିଥାଉ। ଆମେନ୍। BSB BSB: The grace of the Lord Jesus be with all the saints. Amen.
Select verses for actions: Enter goes to them and Escape comes back.