1 UDB ଏହାପରେ ପଞ୍ଚମ ଦୂତ ତୂରୀ ବଜାଇଲେ। ସେତେବେଳେ ମୁଁ ଆକାଶରୁ ଗୋଟିଏ ତାରା ପୃଥିବୀ ଉପରେ ପଡ଼ିବାର ଦେଖିଲି। ସେହି ତାରାକୁ ପାତାଳ ଅତଳ ଗହ୍ୱରରେ ପ୍ରବେଶ ଦ୍ୱାରର ଚାବି ଦିଆଗଲା। BSB BSB: Then the fifth angel sounded his trumpet, and I saw a star that had fallen from heaven to earth, and it was given the key to the pit of the Abyss.
2 UDB ସେହି ତାରା ପାତାଳର ପ୍ରବେଶ ଦ୍ୱାର ଖୋଲିଲା କ୍ଷଣି ପ୍ରକାଣ୍ଡ ଭାଟିରୁ ଧୂଆଁ ଉଠିଲାଭଳି ସେହି ଅତଳଗର୍ଭ ଭିତରୁ ଧୂଆଁ ଉଠିଲା। ସେହି ଧୂଆଁ ଦ୍ୱାରା ସୂର୍ଯ୍ୟ ଓ ଆକାଶ ଅନ୍ଧକାରମୟ ହୋଇଗଲା ଓ BSB BSB: The star opened the pit of the Abyss, and smoke rose out of it like the smoke of a great furnace, and the sun and the air were darkened by the smoke from the pit.
3 UDB ଧୂଆଁ ଭିତରୁ ପଙ୍ଗପାଳମାନେ ବାହାରି ପୃଥିବୀ ଉପରକୁ ଓହ୍ଲାଇ ଆସିଲେ। ସେମାନଙ୍କୁ ବିଚ୍ଛା ଭଳି ଦଂଶନକାରୀ ଶକ୍ତି ଦିଆଗଲା। BSB BSB: And out of the smoke, locusts descended on the earth, and they were given power like that of the scorpions of the earth.
4 UDB ପୃଥିବୀର ଘାସ କିମ୍ବା କୌଣସି ଲତା କିମ୍ବା ଗଛର କ୍ଷତି ନ କରିବା ପାଇଁ ପଙ୍ଗପାଳଙ୍କୁ କୁହାଗଲା। ଯେଉଁମାନଙ୍କର କପାଳରେ ପରମେଶ୍ୱରଙ୍କର ମୁଦ୍ରା ନାହିଁ, କେବଳ ସେହି ଲୋକମାନଙ୍କର କ୍ଷତି କରିବାକୁ ସେମାନଙ୍କୁ କୁହାଗଲା। BSB BSB: They were told not to harm the grass of the earth or any plant or tree, but only those who did not have the seal of God on their foreheads.
5 UDB କିନ୍ତୁ ମନୁଷ୍ୟମାନଙ୍କୁ ମାରିଦେବା ପାଇଁ ପଙ୍ଗପାଳଙ୍କୁ କ୍ଷମତା ଦିଆ ଯାଇ ନ ଥିଲା, ମାତ୍ର ଲୋକମାନଙ୍କୁ ପାଞ୍ଚମାସ ପର୍ଯ୍ୟନ୍ତ ଯନ୍ତ୍ରଣା ଦେବା ପାଇଁ ସେମାନଙ୍କୁ ଅନୁମତି ଦିଆଯାଇଥିଲା। ସେହି ଯନ୍ତ୍ରଣା ଜଣେ ଲୋକକୁ କଙ୍କଡ଼ାବିଛାର ଦଂଶନ ପରି ଯନ୍ତ୍ରଣାଦାୟକ ହେବ। BSB BSB: The locusts were not given power to kill them, but only to torment them for five months, and their torment was like the stinging of a scorpion.
6 UDB ସେହି ସମୟରେ ଲୋକମାନେ ମରଣ ଚାହିଁଲେ, କିନ୍ତୁ ମରିପାରିବେ ନାହିଁ। ମରଣ ଖୋଜିବା ସତ୍ତ୍ୱେ ମରଣ ସେମାନଙ୍କୁ ମିଳିବ ନାହିଁ। BSB BSB: In those days men will seek death and will not find it; they will long to die, but death will escape them.
7 UDB ସେହି ପଙ୍ଗପାଳମାନେ ଯୁଦ୍ଧ ପାଇଁ ସୁସଜ୍ଜିତ ଅଶ୍ୱପରି ଥିଲେ। ସେମାନଙ୍କର ମସ୍ତକ ସୁବର୍ଣ୍ଣ ମୁକୁଟ ଭଳି ଦେଖାଯାଉଥିବା କିଛି ଥିଲା। ସେମାନଙ୍କର ମୁହଁ ମଣିଷ ପରି ଥିଲା। BSB BSB: And the locusts looked like horses prepared for battle, with something like crowns of gold on their heads; and their faces were like the faces of men.
8 UDB ସ୍ତ୍ରୀମାନଙ୍କର କେଶ ପରି ସେମାନଙ୍କର କେଶ ଥିଲା। ସେମାନଙ୍କର ଦାନ୍ତ ସିଂହ ଦାନ୍ତ ପରି ଥିଲା। BSB BSB: They had hair like that of women, and teeth like those of lions.
9 UDB ସେମାନେ ଛାତିରେ ଲୁହାର ସାଞ୍ଜୁ ପିନ୍ଧିଲା ଭଳି ଦିଶୁଥିଲେ। ସେମାନଙ୍କ ଡ଼େଣାର ଶବ୍ଦ ଯୁଦ୍ଧକୁ ଦୌଡ଼ୁଥିବା ଅନେକ ଘୋଡ଼ା ଟାପୁ ଓ ରଥର ଶବ୍ଦ ଭଳି ଥିଲା। BSB BSB: They also had breastplates like breastplates of iron, and the sound of their wings was like the roar of many horses and chariots rushing into battle.
10 UDB ବିଛାର ନାହୁଡ଼ ଭଳି ସେମାନଙ୍କ ଲାଙ୍ଗୁଡ଼ରେ ନାହୁଡ଼ ଥିଲା। ପାଞ୍ଚମାସ ପର୍ଯ୍ୟନ୍ତ ଲୋକମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ସେମାନଙ୍କୁ ଯେଉଁ କ୍ଷମତା ଦିଆଯାଇଥିଲା, ତାହା ସେମାନଙ୍କ ଲାଙ୍ଗୁଡ଼ରେ ଥିଲା। BSB BSB: They had tails with stingers like scorpions, which had the power to injure people for five months.
11 UDB ପାତାଳସ୍ଥ ସେହି ଅତଳ ଗହ୍ୱରର ଦୂତ ପଙ୍ଗପାଳମାନଙ୍କର ରାଜା ଥିଲେ। ତାହାଙ୍କର ନାମ ଏବ୍ରୀ ଭାଷାରେ 'ଅବଦ୍ଦୋନ୍' ଓ ଗ୍ରୀକ୍ ଭାଷାରେ 'ଅପଲ୍ଲିୟୋନ' (ବିନାଶକ) ଥିଲା। BSB BSB: They were ruled by a king, the angel of the Abyss. His name in Hebrew is Abaddon, and in Greek it is Apollyon.
12 UDB ପ୍ରଥମ କ୍ଲେଶଟି ଶେଷ ହୋଇଗଲା, ଏହାପରେ ଆହୁରି ଦୁଇଟି ବଡ଼ କ୍ଲେଶ ଆସିବ। BSB BSB: The first woe has passed. Behold, two woes are still to follow.
13 UDB ତା’ପରେ ଷଷ୍ଠ ସ୍ୱର୍ଗଦୂତ ତୂରୀ ବଜାଇଲେ। ମୁଁ ପରମେଶ୍ୱରଙ୍କ ସମ୍ମୁଖରେ ଥିବା ସୁନା ବେଦିର ଚାରି ଶୃଙ୍ଗ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି। BSB BSB: Then the sixth angel sounded his trumpet, and I heard a voice from the four horns of the golden altar before God
14 UDB ଏହି ସ୍ୱର ତୂରୀ ଧରିଥିବା ଷଷ୍ଠ ଦୂତଙ୍କୁ କହିଲା, "ଫରାତ୍ ମହାନଦୀରେ ବନ୍ଧା ହୋଇ ରହିଥିବା ଚାରି ଜଣ ସ୍ୱର୍ଗଦୂତଙ୍କୁ ମୁକ୍ତ କରିଦିଅ। BSB BSB: saying to the sixth angel with the trumpet, “Release the four angels who are bound at the great river Euphrates.”
15 UDB ତେଣୁ ଯେଉଁ ଚାରି ଜଣ ଦୂତଙ୍କୁ ପୃଥିବୀର ଏକ ତୃତୀୟାଂଶ ଲୋକମାନଙ୍କର ପ୍ରାଣନାଶ କରିବାକୁ ସେହି ଘଣ୍ଟା, ଦିନ, ମାସ ଓ ସେହି ବର୍ଷ ପର୍ଯ୍ୟନ୍ତ ପ୍ରସ୍ତୁତ କରି ରଖାଯାଇଥିଲା, ସେମାନଙ୍କୁ ମୁକ୍ତ କରାଗଲା। BSB BSB: So the four angels who had been prepared for this hour and day and month and year were released to kill a third of mankind.
16 UDB ଅଶ୍ୱାରୋହୀ ସୈନ୍ୟ କୋଡ଼ିଏ କୋଟି ବୋଲି ମୁଁ ଶୁଣିବାକୁ ପାଇଲି। BSB BSB: And the number of mounted troops was two hundred million; I heard their number.
17 UDB ମୋ’ ଦର୍ଶନରେ ମୁଁ ଅଶ୍ୱ ଓ ଅଶ୍ୱାରୋହୀମାନଙ୍କୁ ଦେଖିଲି। ସେମାନେ ନୀଳକାନ୍ତ ମଣି ତୁଲ୍ୟ ଲୋହିତ, ନୀଳକାନ୍ତ ମଣି ତୁଲ୍ୟ ନୀଳ ଓ ଗନ୍ଧକ ପରି ହଳଦିଆ ବର୍ଣ୍ଣର ସାଞ୍ଜୁ ଛାତିରେ ପିନ୍ଧିଥିଲେ। ଅଶ୍ୱମାନଙ୍କର ମୁଣ୍ଡ ସିଂହର ମୁଣ୍ଡ ପରି ଦେଖାଯାଉଥିଲା। ସେମାନଙ୍କ ମୁଖରୁ ଅଗ୍ନି, ଧୂଆଁ ଓ ଗନ୍ଧକ ବାହାରୁଥିଲା। BSB BSB: Now the horses and riders in my vision looked like this: The riders had breastplates the colors of fire, sapphire, and sulfur. The heads of the horses were like the heads of lions, and out of their mouths proceeded fire, smoke, and sulfur.
18 UDB ସେମାନଙ୍କ ମୁହଁରୁ ବାହାରୁଥିବା ଏହି ତିନୋଟି ମହାମାରୀ ଅଗ୍ନି, ଧୂଆଁ ଓ ଗନ୍ଧକ ହେତୁ ମନୁଷ୍ୟ ଜାତିର ଏକ ତୃତୀୟାଂଶ ପ୍ରାଣ ହରାଇଲେ। BSB BSB: A third of mankind was killed by the three plagues of fire, smoke, and sulfur that proceeded from their mouths.
19 UDB ସେହି ଅଶ୍ୱମାନଙ୍କର ମାରାତ୍ମକ ଶକ୍ତି କେବଳ ମୁହଁରେ ନ ଥାଇ ଲାଙ୍ଗୁଳରେ ମଧ୍ୟ ଥିଲା। ସେମାନଙ୍କର ଲାଙ୍ଗୁଳ ସାପ ପରି, ଯାହାଙ୍କର ମୁଣ୍ଡ ଲୋକମାନଙ୍କୁ ଦଂଶନ ଓ ଅନିଷ୍ଟ କରିବା ପାଇଁ ଥିଲା। BSB BSB: For the power of the horses was in their mouths and in their tails; indeed, their tails were like snakes, having heads with which to inflict harm.
20 UDB ପୃଥିବୀର ଯେଉଁ ଅବଶିଷ୍ଟ ଲୋକମାନେ ଏହି ମହାମାରୀ ଦ୍ୱାରା ପ୍ରାଣ ହରାଇ ନ ଥିଲେ, ସେମାନେ ତଥାପି ସେମାନଙ୍କର ମନ ଓ ଜୀବନ ପରିବର୍ତ୍ତନ କଲେ ନାହିଁ। ସେମାନେ ତାହାଙ୍କ ହାତ ତିଆରି କର୍ମଗୁଡ଼ିକଠାରୁ ମଧ୍ୟ ନିଜକୁ ଦୂରେଇଲେ ନାହିଁ। ସେମାନେ ଦୃଷ୍ଟାତ୍ମାଗୁଡ଼ିକର ପୂଜା କଲେ ଓ ସୁନା, ରୂପା, ପିତ୍ତଳ, ପଥର, କାଠରେ ତିଆରି, ଦେଖି ପାରୁ ନ ଥିବା, ଶୁଣି ପାରୁ ନ ଥିବା ବା ଚାଲିପାରୁ ନ ଥିବା ପ୍ରତିମାଗୁଡ଼ିକର ପୂଜା କରିବା ବନ୍ଦ କଲେ ନାହିଁ। BSB BSB: Now the rest of mankind who were not killed by these plagues still did not repent of the works of their hands. They did not stop worshiping demons and idols of gold, silver, bronze, stone, and wood, which cannot see or hear or walk.
21 UDB ଏହା ବ୍ୟତୀତ ସେମାନେ ସେମାନଙ୍କର ନରହତ୍ୟା, ଗୁଣିବିଦ୍ୟା, ଯୌନଗତପାପ କିମ୍ବା ଚୋରୀ ପାପ ପରିତ୍ୟାଗ କଲେ ନାହିଁ କି ସେଥିରୁ ମନ ଫେରାଇ ଅନୁତାପ କଲେ ନାହିଁ। BSB BSB: Furthermore, they did not repent of their murder, sorcery, sexual immorality, and theft.
Select verses for actions: Enter goes to them and Escape comes back.