1 UDB ସେଥିପାଇଁ ହେ ଭାଇ ଓ ଭଉଣୀମାନେ! ପରମେଶ୍ୱରଙ୍କ ଅନୁଗ୍ରହକୁ ସ୍ମରଣ କରି, ତୁମ୍ଭେମାନେ ନିଜର ଜୀବନକୁ, ଏକ ଜୀବନ୍ତ ବଳିଦାନ ସ୍ୱରୂପ ପରମେଶ୍ୱରଙ୍କୁ ଅର୍ପଣ କର। ଏହା କେବଳ ତାହାଙ୍କୁ ସମର୍ପିତ ହେବ। ଏହା ପରମେଶ୍ୱରଙ୍କୁ ଅତି ପ୍ରସନ୍ନ କରିବ। ଏହି ସମର୍ପଣ, ତୁମ୍ଭମାନଙ୍କ ପାଇଁ ପରମେଶ୍ୱରଙ୍କ ନିମନ୍ତେ ଆତ୍ମିକ ଉପାସନା ଅଟେ। BSB BSB: Therefore I urge you, brothers, on account of God’s mercy, to offer your bodies as living sacrifices, holy and pleasing to God, which is your spiritual service of worship.
2 UDB ଏହାପରେ ଏହି ସଂସାରର ରୀତି ଅନୁସାରେ ଆଚରଣ କର ନାହିଁ, ବରଂ ନୂତନ ଚିନ୍ତନ ମାର୍ଗରେ ନିଜର ଅନ୍ତରକୁ ପରିବର୍ତ୍ତିତ କର। ତେବେ ପରମେଶ୍ୱର ତୁମ୍ଭମାନଙ୍କ ପାଇଁ କ'ଣ ଇଚ୍ଛା କରନ୍ତି, ତୁମ୍ଭେମାନେ ଜାଣିପାରିବ। ତୁମ୍ଭେମାନେ ଜାଣି ପାରିବ ଯେ, ପରମେଶ୍ୱରଙ୍କୁ କେଉଁ ବିଷୟଗୁଡିକ ଭଲ, ପ୍ରିୟ ଓ ସିଦ୍ଧ। BSB BSB: Do not be conformed to this world, but be transformed by the renewing of your mind. Then you will be able to test and approve what is the good, pleasing, and perfect will of God.
3 UDB ପରମେଶ୍ୱର ମୋତେ ବିଶେଷ ଅନୁଗ୍ରହ ପ୍ରଦାନ କରୁଥିବାରୁ ମୋର ତୁମ୍ଭ ସମସ୍ତଙ୍କୁ କହିବା କଥା ଯେ, ନିଜକୁ ଅନ୍ୟଠାରୁ ଭଲ ଭାବ ନାହିଁ। ପରମେଶ୍ୱର ଯେଉଁ ପ୍ରକାରର ବିଶ୍ୱାସ ତୁମ୍ଭକୁ ଦେଇଛନ୍ତି, ସେହି ଅନୁସାରେ ତୁମ୍ଭ ନିଜକୁ ନମ୍ର ମନା କର। BSB BSB: For by the grace given me I say to every one of you: Do not think of yourself more highly than you ought, but think of yourself with sober judgment, according to the measure of faith God has given you.
4 UDB ଯେପରି ଆମ୍ଭ ସମସ୍ତଙ୍କର ଶରୀରଟିଏ ଅଛି ଓ ଏହି ଶରୀରରେ ଅନେକ ପ୍ରକାରର ଅଙ୍ଗ ଅଛି। ଏହି ଅଙ୍ଗଗୁଡିକ ଏକା ଭଳି କାମ କରନ୍ତି ନାହିଁ। BSB BSB: Just as each of us has one body with many members, and not all members have the same function,
5 UDB ସେହି ଭଳି ଆମ୍ଭେ ସଂଖ୍ୟାରେ ଅନେକ ଲୋକ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଆମ୍ଭେ ଏକ ଶରୀରର ବିଭିନ୍ନ ଅଙ୍ଗ ଭଳି ଆମ୍ଭେ ପ୍ରତ୍ୟେକ ଅନ୍ୟର ପରିପୂରକ। BSB BSB: so in Christ we who are many are one body, and each member belongs to one another.
6 UDB ଏହି ଭଳି ଆମ୍ଭକୁ ପରମେଶ୍ୱରଙ୍କ ଅନୁଗ୍ରହରୁ, ବିଭିନ୍ନ ଅନୁଗ୍ରହ ଦାନମାନ ମିଳିଛି। ଜଣେ ତା'ଠାରେ ଥିବା ବିଶ୍ୱାସ ଅନୁସାରେ ତାହାକୁ ବ୍ୟବହାର କରୁ। ଯଦି କାହାକୁ ଭବିଷ୍ୟଦ୍ବାଣୀର ଦାନ ମିଳିଛି, ତା’ହେଲେ ସେ ନିଜର ବିଶ୍ୱାସ ଅନୁସାରେ ଭବିଷ୍ୟଦ୍ବାଣୀ କରୁ। BSB BSB: We have different gifts according to the grace given us. If one’s gift is prophecy, let him use it in proportion to his faith;
7 UDB ଯଦି କାହାକୁ ସେବା କରିବା ପାଇଁ ଅନୁଗ୍ରହ ଦାନ ମିଳିଛି ତେବେ ସେ ନିଜକୁ ସେବା ପାଇଁ ଅର୍ପଣ କରୁ। ଯଦି କାହାକୁ ଶିକ୍ଷା ବା ଉପଦେଶ ଦେବା ଅନୁଗ୍ରହ ଦାନ ମିଳିଛି, ତା’ ହେଲେ ସେ ନିଜକୁ ପ୍ରଚାର କାର୍ଯ୍ୟରେ ଲଗାଇ ଦେଉ। BSB BSB: if it is serving, let him serve; if it is teaching, let him teach;
8 UDB ଯଦି କାହାକୁ ଅନ୍ୟ ଲୋକମାନଙ୍କୁ ସାନ୍ତ୍ୱନା ଦେବାର ଅନୁଗ୍ରହ ଦାନ ମିଳିଛି, ତା’ହେଲେ ସେ ଲୋକମାନଙ୍କୁ ସାନ୍ତ୍ୱନା ଦେଉ। ଯଦି କାହାକୁ ଦାନ ଦେବାର ଅନୁଗ୍ରହ ଦାନ ମିଳିଛ ତା’ହେଲେ ସେ ଖୋଲା ମନରେ ଦାନ କରୁ। ଯଦି କାହାକୁ ନେତୃତ୍ତ୍ୱ ନେବାର ଅନୁଗ୍ରହ ଦାନ ମିଳିଛି, ତା’ହେଲେ ସେ ମନ ପ୍ରାଣ ଢାଳି ନେତୃତ୍ତ୍ୱ ଦେଉ। ଯଦି କାହାକୁ ଅନ୍ୟମାନଙ୍କୁ ଦୟା ଦେଖାଇବା ଅନୁଗ୍ରହ ଦାନ ମିଳିଛି ତା’ହେଲେ ସେ ଆନନ୍ଦ ମନରେ ଦୟା ଦେଖାଉ। BSB BSB: if it is encouraging, let him encourage; if it is giving, let him give generously; if it is leading, let him lead with diligence; if it is showing mercy, let him do it cheerfully.
9 UDB ତୁମ୍ଭର ପ୍ରେମ ନିଷ୍କପଟ ହେଉ। ମନ୍ଦକୁ ଘୃଣା କର। BSB BSB: Love must be sincere. Detest what is evil; cling to what is good.
10 UDB ଭଲ କାର୍ଯ୍ୟରେ ଜଡିତ ହୁଅ। ଏକ ପରିବାରର ସଦଶ୍ୟ ଭଳି ସମର୍ପିତ ରହି ଜଣେ ଅନ୍ୟ ଜଣକୁ ଦୟାର ସହ ପ୍ରେମ କରୁ। ତୁମ୍ଭେ ନିଜେ ଯେତିକି ସମ୍ମାନ ଚାହଁ, ତା'ଠାରୁ ଅଧିକ ସମ୍ମାନ ଏହି ଭାଇଭଉଣୀମାନଙ୍କୁ ଦିଅ। BSB BSB: Be devoted to one another in brotherly love. Outdo yourselves in honoring one another.
11 UDB ପରମେଶ୍ୱରଙ୍କ କାମ କରିବାରେ ଉତ୍ସାହ ପ୍ରକାଶ କର। ତାଙ୍କ ସେବା କାର୍ଯ୍ୟରେ ଅଳସୁଆ ହୁଅ ନାହିଁ। ପରମେଶ୍ୱରଙ୍କୁ ସେବା କଲା ବେଳେ ଆତ୍ମିକ ଭାବରେ ଉଦ୍ଯୋଗୀ ହୁଅ। BSB BSB: Do not let your zeal subside; keep your spiritual fervor, serving the Lord.
12 UDB ଭରସା ଥିବାରୁ ପ୍ରସନ୍ନ ରୁହ। ଅସୁବିଧାର ସମ୍ମୁଖୀନ ହେବା ବେଳେ ତୁମ୍ଭେ ଧୈର୍ଯ୍ୟ ଧରି ନିରନ୍ତର ପ୍ରାର୍ଥନା କର। BSB BSB: Be joyful in hope, patient in affliction, persistent in prayer.
13 UDB ପରମେଶ୍ୱରଙ୍କ ନିଜ ଲୋକମାନଙ୍କର କାମରେ ସାହାଯ୍ୟ କର। ଯେଉଁମାନଙ୍କୁ ସାହାଯ୍ୟ ଦରକାର ସେମାନଙ୍କ ପ୍ରତି ଦୃଷ୍ଟି ରଖ, ନିଜ ଘରକୁ ସେମାନଙ୍କୁ ଅତିଥି ଭାବରେ ସ୍ୱାଗତ କର। BSB BSB: Share with the saints who are in need. Practice hospitality.
15 UDB ଯେତେବେଳେ ଅନ୍ୟମାନେ ଆନନ୍ଦିତ, ତୁମ୍ଭେମାନେ ସେମାନଙ୍କ ସହିତ ଆନନ୍ଦ କର। ଅନ୍ୟମାନେ ଦୁଃଖିତ ଥିଲା ବେଳେ ତୁମ୍ଭେମାନେ ତାହାଙ୍କ ସହିତ ଦୁଃଖିତ ହୁଅ। BSB BSB: Rejoice with those who rejoice; weep with those who weep.
16 UDB ନିଜ ଭିତରେ ମିଳିମିଶି ଶାନ୍ତିରେ ରୁହ। ଗର୍ବ କର ନାହିଁ। ଯେଉଁମାନେ ଅନ୍ୟମାନଙ୍କ ଦୃଷ୍ଟିରେ ମହତ୍ତ୍ୱପୂର୍ଣ୍ଣ ନୁହନ୍ତି, ସେମାନଙ୍କ ସହିତ ସାଙ୍ଗ ହେବା ପାଇଁ ଇଚ୍ଛୁକ ହୁଅ। ନିଜକୁ ବୁଦ୍ଧିମାନ ବୋଲି ଭାବ ନାହିଁ। BSB BSB: Live in harmony with one another. Do not be proud, but associate with the lowly. Do not be conceited.
18 UDB ଲୋକଙ୍କ ସହିତ ଶାନ୍ତିରେ ରହିବା ପାଇଁ ଯଥାସାଧ୍ୟ ଚେଷ୍ଟା କର। BSB BSB: If it is possible on your part, live at peace with everyone.
20 UDB କିନ୍ତୁ ତୁମ୍ଭେମାନେ ଏପରି କରିବା ଉଚିତ୍: "ଯଦି ତୁମ୍ଭର ଶତ୍ରୁ ଭୋକରେ ଅଛି, ତାହାକୁ ଖାଇବାକୁ ଦିଅ, ଯଦି ତୁମ୍ଭ ଶତ୍ରୁ ତୃଷିତ ଅଛି, ତାହାକୁ ପିଇବାକୁ ଦିଅ। ଏପରି କଲେ ତୁମ୍ଭେ ତାହାକୁ ଲଜ୍ଜିତ କରିପାରିବ।" BSB BSB: On the contrary, “If your enemy is hungry, feed him; if he is thirsty, give him a drink. For in so doing, you will heap burning coals on his head.”
21 UDB ମନ୍ଦ ଦ୍ୱାରା ହାରି ଯାଅ ନାହିଁ। ତୁମ୍ଭେ ଭଲ କାମ କରି ମନ୍ଦକୁ ହରାଇବାକୁ ଚେଷ୍ଟା କର। BSB BSB: Do not be overcome by evil, but overcome evil with good.
Select verses for actions: Enter goes to them and Escape comes back.