1 UDB ପ୍ରତ୍ୟେକ ଲୋକର ସରକାରୀ ଶାସକମାନଙ୍କ ଅଧୀନତା ସ୍ୱୀକାର କରିବା ଉଚିତ୍। କାରଣ ସେମାନଙ୍କ ଏହି କ୍ଷମତା ପରମେଶ୍ୱରଙ୍କ ଦ୍ୱାରା ଦିଆଯାଇଛି ଏବଂ ବର୍ତ୍ତମାନ ଯେଉଁମାନେ ଅଧିକାରୀ, ପରମେଶ୍ୱରଙ୍କ ଦ୍ୱାରା ସେମାନଙ୍କୁ ଏହି କ୍ଷମତା ପ୍ରଦାନ କରା ଯାଇଛି। BSB BSB: Everyone must submit himself to the governing authorities, for there is no authority except that which is from God. The authorities that exist have been appointed by God.
2 UDB ଅତଏବ ଅଧିକାର ବିରୋଧ କରୁଥିବା ଲୋକମାନେ ପ୍ରକୃତରେ ପରମେଶ୍ୱରଙ୍କ ଆଜ୍ଞାର ବିରୋଧୀ। ଏପରି ବିରୋଧ କରୁଥିବା ଲୋକ, ନିଜ ପାଇଁ ଦଣ୍ତ ପାଇବା ବ୍ୟବସ୍ଥା କରିଥାଏ। BSB BSB: Consequently, whoever resists authority is opposing what God has set in place, and those who do so will bring judgment on themselves.
3 UDB ଯେଉଁମାନେ ଠିକ୍ କାମ କରନ୍ତି, ଶାସକଙ୍କୁ ଭୟ କରିବାର କୌଣସି କାରଣ ସେମାନଙ୍କଠାରେ ନାହିଁ, କିନ୍ତୁ ଯେଉଁମାନେ ମନ୍ଦ ବା ଭୁଲ୍ କାମ କରନ୍ତି ସେମାନେ ଭୟ କରିବାକୁ ବାଧ୍ୟ। ଶାସକ ମାନଙ୍କ ଭୟରୁ ମୁକ୍ତି ପାଇଁ ଏକ ମାତ୍ର ଉପାୟ ହେଉଛି ଭଲ କାମ କରିବା। ଭଲ କାମ କଲେ ଶାସକମାନେ ତୁମ୍ଭର ପ୍ରଶଂସା କରିବେ। BSB BSB: For rulers are not a terror to good conduct, but to bad. Do you want to be unafraid of the one in authority? Then do what is right, and you will have his approval.
5 UDB ସେଥିପାଇଁ ଶାସକଙ୍କ ଆଜ୍ଞା ପାଳନ କରିବାକୁ ତୁମ୍ଭେ ବାଧ୍ୟ। ପାଳନ ନ କରିବା କାରଣରୁ ଯେ ଦଣ୍ତିତ ହେବ, ସେଥିପାଇଁ ଆଜ୍ଞା ପାଳନ କର ନାହିଁ। କିନ୍ତୁ ଶାସନକୁ ମାନିବା ଠିକ୍ କାମ ବୋଲି ଜାଣିଥିବାରୁ ତୁମ୍ଭେ ଏପରି କରିବା ଉଚିତ୍। BSB BSB: Therefore it is necessary to submit to authority, not only to avoid punishment, but also as a matter of conscience.
6 UDB ଏ ଦୃଷ୍ଟିରୁ ତୁମ୍ଭେମାନେ ସରକାରକୁ କର ମଧ୍ୟ ଦିଅ। ସେମାନେ ପରମେଶ୍ୱରଙ୍କ ସେବାରେ ରହିଛନ୍ତି, ଏବଂ ସେହି କାର୍ଯ୍ୟ କରିବା ପାଇଁ ନିଜର ସମ୍ପୂର୍ଣ୍ଣ ସମୟ ଦେଉଛନ୍ତି। BSB BSB: This is also why you pay taxes. For the authorities are God’s servants, who devote themselves to their work.
7 UDB ସମାଜରେ ଯାହାଙ୍କର ଯାହା ପ୍ରାପ୍ୟ ତାହାଙ୍କୁ ତାହା ଦିଅ। ଯାହାଙ୍କୁ ଶୁଳ୍କ ଦେବା କଥା ତାହାଙ୍କୁ ସମସ୍ତ ପ୍ରକାରର ଶୁଳ୍କ ଦେଇ ଦିଅ। ଯାହାଙ୍କୁ ଭୟ ସହିତ ଆଦର କରିବା କଥା ସେମାନଙ୍କୁ ଭୟ ଓ ଆଦର କର। ଯାହାଙ୍କୁ ସମ୍ମାନ ଦେବା କଥା ସେମାନଙ୍କୁ ସମ୍ମାନ ଦିଅ। BSB BSB: Pay everyone what you owe him: taxes to whom taxes are due, revenue to whom revenue is due, respect to whom respect is due, honor to whom honor is due.
8 UDB କାହାର ଋଣୀ ହୁଅ ନାହିଁ। କିନ୍ତୁ ପରପ୍ପର ପ୍ରତି ପ୍ରେମର ଋଣରେ ଋଣୀ ହୁଅ। ଯେଉଁ ଲୋକ ପ୍ରତିବେଶୀକୁ ପ୍ରେମ କରେ ସେ ସମ୍ପୂର୍ଣ୍ଣ ବ୍ୟବସ୍ଥା ମାନିଛି। BSB BSB: Be indebted to no one, except to one another in love. For he who loves his neighbor has fulfilled the law.
9 UDB ମୁଁ ଏପରି କହୁଛି, କାରଣ ବ୍ୟବସ୍ଥା କୁହେ: "ବ୍ୟଭିଚାର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଚୋରି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ।" ଏହି ସମସ୍ତ ଆଦେଶ ଗୁଡିକ ଓ ଅନ୍ୟ ସମସ୍ତ ଆଦେଶ ସାରାଂଶ ଭାବେ ଏହି ବ୍ୟବସ୍ଥାର ଅନ୍ତର୍ଗତ ଅଟେ, ଯଥା: "ନିଜକୁ ପ୍ରେମ କଲା ଭଳି ଅନ୍ୟ ପ୍ରତିବାସୀକୁ ପ୍ରେମ କର। BSB BSB: The commandments “Do not commit adultery,” “Do not murder,” “Do not steal,” “Do not covet,” and any other commandments, are summed up in this one decree: “Love your neighbor as yourself.”
10 UDB ପ୍ରେମ ଅନ୍ୟ ଲୋକକୁ ଆଘାତ କରେ ନାହିଁ, ଅତଏବ ପ୍ରେମ କରିବା ସମ୍ପୂର୍ଣ୍ଣ ବ୍ୟବସ୍ଥା ପାଳନର ସମକକ୍ଷ। BSB BSB: Love does no wrong to its neighbor. Therefore love is the fulfillment of the law.
11 UDB ମୁଁ ଏହି ସମସ୍ତ କଥା କହୁଛି, କାରଣ ଆମ୍ଭର ଏହି ସମୟଟି ଅତି ମହତ୍ତ୍ୱପୂର୍ଣ୍ଣ। ନିଦ୍ରାରୁ ଜାଗ୍ରତ ହେବାର ସମୟ ଉପସ୍ଥିତ ହୋଇଅଛି। ଆରମ୍ଭ କାଳରେ ବିଶ୍ୱାସ କରିବା ତୁଳନାରେ ଏବେ ଆମ୍ଭେ ଉଦ୍ଧାର ପାଇବା ସମୟର ନିକଟତର ହୋଇଛୁ। BSB BSB: And do this, understanding the occasion. The hour has come for you to wake up from your slumber, for our salvation is nearer now than when we first believed.
12 UDB ରାତି ପ୍ରାୟ କଟି ଗଲାଣି। ଦିନ ପ୍ରାୟ ଏହିଠାରେ ଖ୍ରୀଷ୍ଟଙ୍କ ଆଗମନ ସମୟ ସନ୍ନିକଟ। ଅତଏବ ଅନ୍ଧକାରରେ କରୁଥିବା ପାପ କାମ ଆମେ ବନ୍ଦ କରିବା ଉଚିତ୍। ସୈନିକ ଶତ୍ରୁର ପ୍ରତିରୋଧ କରିବାପାଇଁ ଅସ୍ତ୍ରରେ ସଜ୍ଜିତ ହେବା ପରି ମନ୍ଦର ପ୍ରତିରୋଧ ନିମନ୍ତେ ପ୍ରସ୍ତୁତ କରିବା ଉଚିତ୍। BSB BSB: The night is nearly over; the day has drawn near. So let us lay aside the deeds of darkness and put on the armor of light.
13 UDB ଆମ୍ଭେ ଉତ୍ତମ ଲୋକଙ୍କ ଭଳି, ଦିବସର ଲୋକଙ୍କ ଭଳି ଠିକ୍ ଭାବରେ ରହିବା ଉଚିତ୍। କାରଣ ଖ୍ରୀଷ୍ଟଙ୍କ ପୁନରାଗମନ ନିକଟବର୍ତ୍ତୀ। ଆମ୍ଭେ ଖର୍ଚ୍ଚାନ୍ତ, ରସରଙ୍ଗରେ ମାତିବା ଠିକ୍ ନୁହେଁ। ମାତାଲ ହେବା ଉଚିତ୍ ନୁହେଁ। ଯୌନଗତ ପାପକର୍ମ ଓ ଅନ୍ୟ ସମସ୍ତ ଭୋଗ ବିଳାସରେ ଲିପ୍ତ ହେବା ଠିକ୍ ନୁହେଁ। ଯୁକ୍ତି ତର୍କ କରିବା ଓ ଇର୍ଷାନ୍ୱିତ ହେବା ଉଚିତ୍ ନୁହେଁ। BSB BSB: Let us behave decently, as in the daytime, not in carousing and drunkenness, not in sexual immorality and debauchery, not in dissension and jealousy.
14 UDB ନିଜର ପାପପୂର୍ଣ୍ଣ ସ୍ୱାର୍ଥପର ଇଚ୍ଛାକୁ ତୃପ୍ତ କରିବାରେ ଲାଗି ନ ରହି ଆମ୍ଭେ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ପରିଧାନ କରିବା ଉଚିତ୍। BSB BSB: Instead, clothe yourselves with the Lord Jesus Christ, and make no provision for the desires of the flesh.
Select verses for actions: Enter goes to them and Escape comes back.