2 UDB ଜଣେ ଲୋକ କୌଣସି ପ୍ରକାରର ଖାଦ୍ୟ ଖାଇ ପାରିବ ବୋଲି ବିଶ୍ୱାସ କରିପାରେ। କିନ୍ତୁ ଯଦି ଅନ୍ୟ ଜଣକର ବିଶ୍ୱାସ ଦୁର୍ବଳ, ସେ କେବଳ ଶାକାହାରୀ ଭୋଜନ ଖାଉ। BSB BSB: For one person has faith to eat all things, while another, who is weak, eats only vegetables.
3 UDB ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଇ ପାରେ ସେ ଗର୍ବ କରିବା ଉଚିତ୍ ନୁହେଁ ଯେ, ସେ ଶାକାହାରୀ ଲୋକଠାରୁ ଅଧିକ ଭଲ। ସେହିପରି ଶାକାହାରୀ ଲୋକ ସ୍ଥିର ନ କରୁ ଯେ, ସମସ୍ତ ପ୍ରକାର ଭୋଜନ କରୁଥିବା ଲୋକ ମନ୍ଦ ଅଟେ। ପରମେଶ୍ୱର ତାହାକୁ ଗ୍ରହଣ କରିଛନ୍ତି। BSB BSB: The one who eats everything must not belittle the one who does not, and the one who does not eat everything must not judge the one who does, for God has accepted him.
4 UDB ତୁମ୍ଭେ ଅନ୍ୟ ଲୋକର ଚାକରକୁ ବିଚାର କର ନାହିଁ। ତାହାର ମାଲିକ କେବଳ ଜାଣି ପାରେ ଯେ ଚାକରଟି ଭଲ କି ମନ୍ଦ ଏବଂ ପରମେଶ୍ୱରଙ୍କ ସେବକମାନେ ଯୋଗ୍ୟ, କାରଣ ପରମେଶ୍ୱର ସେମାନଙ୍କୁ ଯୋଗ୍ୟ ବିବେଚିତ କରିଛନ୍ତି। BSB BSB: Who are you to judge someone else’s servant? To his own master he stands or falls. And he will stand, for the Lord is able to make him stand.
6 UDB ଯେଉଁ ଲୋକ ଗୋଟିଏ ଦିନକୁ ଅନ୍ୟ ଦିନଗୁଡିକ ତୁଳନାରେ ବିଶେଷ ମହତ୍ତ୍ୱ ଦିଏ, ତାହା ସେ ପ୍ରଭୁଙ୍କ ପାଇଁ ସେପରି କରେ। ଯେଉଁ ଲୋକ ସମସ୍ତ ପ୍ରକାର ଖାଦ୍ୟ ଖାଏ, ତାହା ସେ ପ୍ରଭୁଙ୍କ ପାଇଁ କରେ। ଖାଦ୍ୟ ପାଇଁ ସେ ପରମେଶ୍ୱରଙ୍କୁ ଧନ୍ୟବାଦ ଜଣାଏ। ଯେଉଁ ଲୋକ କେତେକ ପ୍ରକାରର ଖାଦ୍ୟ ଖାଇବାକୁ ବାରଣ କରେ, ତାହା ସେ ପ୍ରଭୁଙ୍କ ପାଇଁ ସେପରି କରେ, ଓ ତାହାଙ୍କୁ ଧନ୍ୟବାଦ ଜଣାଏ। BSB BSB: He who observes a special day does so to the Lord; he who eats does so to the Lord, for he gives thanks to God; and he who abstains does so to the Lord and gives thanks to God.
7 UDB ଆମ୍ଭେ ସମସ୍ତେ ନିଜ ପାଇଁ ନୁହେଁ କିନ୍ତୁ ପ୍ରଭୁଙ୍କ ପାଇଁ ଜୀବିତ ବା ମୁତ୍ୟୁବରଣ କରୁ। BSB BSB: For none of us lives to himself alone, and none of us dies to himself alone.
8 UDB ଆମ୍ଭେ ଜୀବିତ ରହିଲେ ପ୍ରଭୁଙ୍କ ପାଇଁ ଜୀବିତ ରହୁ ଓ ମୃତ୍ୟୁବରଣ କଲେ ମଧ୍ୟ ତାହାଙ୍କ ପାଇଁ ମୃତ୍ୟୁବରଣ କରୁ। ତେଣୁ ଜୀବିତ ରହୁ ବା ମୃତ୍ୟୁ ବରଣ କରୁ, ଆମ୍ଭେ ପରମେଶ୍ୱରଙ୍କର ହିଁ ଅଟୁ। BSB BSB: If we live, we live to the Lord, and if we die, we die to the Lord. So whether we live or die, we belong to the Lord.
9 UDB ସେଥିପାଇଁ ଖ୍ରୀଷ୍ଟ ମୃତ୍ୟୁବରଣ କଲେ ଓ ମୃତ୍ୟୁରୁ ପୁନଃଜୀବିତ ହେଲେ। ଖ୍ରୀଷ୍ଟ ଏପରି କରିବାର କାରଣ ଯେ, ଯେଉଁମାନେ ମରି ସାରିଛନ୍ତି ଓ ଯେଉଁମାନେ ଜୀବିତ ଅଛନ୍ତି, ସେ ସମସ୍ତଙ୍କର ପ୍ରଭୁ ହୋଇ ପାରିବେ। BSB BSB: For this reason Christ died and returned to life, that He might be the Lord of both the dead and the living.
10 UDB ଅତଏବ, ତୁମ୍ଭେ ନିଜ ଭାଇଙ୍କର ବିଚାର କର ନାହିଁ। ନିଜକୁ ନିଜ ଭାଇଠାରୁ ଅଧିକ ଭଲ ବୋଲି ଭାବ ନାହିଁ। ଆମ୍ଭେ ସମସ୍ତେ ନ୍ୟାୟବିଚାର ପାଇଁ ପରମେଶ୍ୱରଙ୍କ ଆଗରେ ଠିଆ ହେବା, ଓ ସେ ଆମ୍ଭର ବିଚାର କରିବେ। BSB BSB: Why, then, do you judge your brother? Or why do you belittle your brother? For we will all stand before God’s judgment seat.
11 UDB ଶାସ୍ତ୍ରରେ ଲେଖା ଅଛି: “ଆମେ ଜାଣୁ ପ୍ରତ୍ୟେକ ଲୋକର ମସ୍ତକ ନତ ହେବ ଏବଂ ପ୍ରତ୍ୟେକେ ଆପଣା ଆପଣା ଆଣ୍ଠୁକୁ ଭାଙ୍ଗିବେ।” BSB BSB: It is written: “As surely as I live, says the Lord, every knee will bow before Me; every tongue will confess to God.”
12 UDB “ଅତଏବ ପ୍ରତ୍ୟେକ ଲୋକ ପରମେଶ୍ୱରଙ୍କ ଛାମୁରେ ନଇଁବ ଏବଂ ପ୍ରତ୍ୟେକ ଜନ ମୋର ପ୍ରଶଂସା କରିବ।” BSB BSB: So then, each of us will give an account of himself to God.
13 UDB ଏଣୁ ଆମ୍ଭେ ଏକ ଆରେକକୁ ଦୋଷ ଦେବା ବନ୍ଦ କରିବା ଉଚିତ୍। ଆମ୍ଭେ ଏପରି ସଂକଳ୍ପ ନେବା ଦରକାର, ଯେପରି ଆମ୍ଭର କାର୍ଯ୍ୟ ଦ୍ୱାରା ନିଜ ଭାଇ କି ଭଉଣୀ ପାପରେ ପଡିବେ ନାହିଁ। BSB BSB: Therefore let us stop judging one another. Instead, make up your mind not to put any stumbling block or obstacle in your brother’s way.
15 UDB ତାହାକୁ ସେ ଗ୍ରହଣ କରିବା ଅନୁଚିତ। ତୁମ୍ଭ ଖାଦ୍ୟ ଦ୍ୱାରା ତୁମ୍ଭେ ଯଦି ତୁମ୍ଭର ଭାଇର ବିଶ୍ୱାସକୁ ଆଘାତ ଦେଉଛ, ତା’ହେଲେ ତୁମ୍ଭେ ପ୍ରକୃତରେ ପ୍ରେମ ଦ୍ୱାରା ପରିଚାଳିତ ବ୍ୟକ୍ତି ଭଳି ବ୍ୟବହାର କରୁ ନାହିଁ। ସେ ମନ୍ଦ ଭାବୁଥିବା କୌଣସି ଖାଦ୍ୟ ଗ୍ରହଣ କରି ତୁମ୍ଭେ ତା'ର ବିଶ୍ୱାସକୁ ନଷ୍ଟ କର ନାହିଁ। ଖ୍ରୀଷ୍ଟ ସେ ଲୋକ ନିମନ୍ତେ ମଧ୍ୟ ପ୍ରାଣ ତ୍ୟାଗ କରିଥିଲେ। BSB BSB: If your brother is distressed by what you eat, you are no longer acting in love. Do not by your eating destroy your brother, for whom Christ died.
16 UDB ତୁମ୍ଭ ଦ୍ୱାରା ଭଲ ବୋଲି ଗଣିତ କର୍ମର କୌଣସି ବିଷୟକୁ ଅନ୍ୟମାନେ ମନ୍ଦ ବୋଲି ନ କୁହନ୍ତୁ। BSB BSB: Do not allow what you consider good, then, to be spoken of as evil.
17 UDB ପ୍ରଭୁଙ୍କ ରାଜ୍ୟରେ ଖାଇବା ପିଇବା ଅଧିକ ଗୁରୁତ୍ତ୍ୱ ନୁହେଁ। ମହତ୍ତ୍ୱପୂର୍ଣ୍ଣ କଥା ହେଲା, ପରମେଶ୍ୱରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ର ଆତ୍ମାରେ ଆନନ୍ଦ କରିବ। BSB BSB: For the kingdom of God is not a matter of eating and drinking, but of righteousness, peace, and joy in the Holy Spirit.
18 UDB ଯେଉଁମାନେ ଖ୍ରୀଷ୍ଟଙ୍କ ସେବାରେ ରହି ଏହି ପ୍ରକାର ଜୀବନ ଯାପନ କରୁଛନ୍ତି, ସେମାନେ ପରମେଶ୍ୱରଙ୍କୁ ପ୍ରସନ୍ନ କରନ୍ତି। ଲୋକେ ମଧ୍ୟ ସେହି ଲୋକମାନଙ୍କୁ ଗ୍ରହଣ କରନ୍ତି ଓ ସମ୍ମାନ ଦିଅନ୍ତି। BSB BSB: For whoever serves Christ in this way is pleasing to God and approved by men.
19 UDB ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ଯ୍ୟଗୁଡିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାଯ୍ୟ ପ୍ରଦାନ କରୁଥିବା କାର୍ଯ୍ୟମାନ କରିବା ଯେପରି ସେସବୁ ଖ୍ରୀଷ୍ଟଙ୍କୁ ନିର୍ଭର ଏବଂ ବାଧ୍ୟ ହେବା ନିମନ୍ତେ ସାହାଯ୍ୟ କରିବ। BSB BSB: So then, let us pursue what leads to peace and to mutual edification.
20 UDB ଖାଦ୍ୟ ଯେପରି ପରମେଶ୍ୱରଙ୍କ କାମକୁ ନଷ୍ଟ ନ କରେ। ସମସ୍ତ ପ୍ରକାରର ଖାଦ୍ୟ ଖାଇବା ପାଇଁ ଯୋଗ୍ୟ। କିନ୍ତୁ ଏପରି ଖାଦ୍ୟ ଖାଇବା ଭୁଲ୍, ଯଦି ତାହା ଅନ୍ୟ ଜଣକୁ ପାପରେ ପଡିଯିବାର କାରଣ ହୋଇଥାଏ। BSB BSB: Do not destroy the work of God for the sake of food. All food is clean, but it is wrong for a man to let his eating be a stumbling block.
21 UDB ଯଦି ତୁମ୍ଭର ଖାଦ୍ୟ ତୁମର ଭାଇ ବା ଭଉଣୀକୁ, ପାପକର୍ମ କରିବାକୁ ବାଧ୍ୟ କରେ, ତା’ହେଲେ ତୁମ୍ଭେ ମାଂସ ନ ଖାଇବା ଓ ଦ୍ରାକ୍ଷାରସ ନ ପିଇବା ଅଧିକ ଭଲ। ଏପରି କୌଣସି କାମ କରିବା ଉଚିତ୍ ନୁହେଁ ଯାହା ତୁମ୍ଭ ଭାଇ ବା ଭଉଣୀଙ୍କୁ ପାପ କରିବା ପାଇଁ ସୁଯୋଗ ଦିଏ। BSB BSB: It is better not to eat meat or drink wine or to do anything to cause your brother to stumble.
22 UDB ନିଜର ଏହି ଭଳି ବିଶ୍ୱାସଗୁଡିକୁ ପରମେଶ୍ୱର ଓ ତୁମ୍ଭ ନିଜ ଭିତରେ ଗୋପନୀୟ ଭାବେ ରଖ। ଯେଉଁ ଲୋକ ନିଜେ ବିଶ୍ୱାସ କରୁଥିବା କର୍ମମାନ କଲା ବେଳେ ନିଜକୁ ଦୋଷୀ ବୋଲି ଭାବେ ନାହିଁ, ସେହି ଲୋକ ବାସ୍ତବରେ ସୁଖୀ ଓ ଧନ୍ୟ। BSB BSB: Keep your belief about such matters between yourself and God. Blessed is the one who does not condemn himself by what he approves.
23 UDB କିନ୍ତୁ ଯଦି ଜଣେ, ସେ ଠିକ୍ କାମ କରୁଛି ବୋଲି ନିଶ୍ଚିତ ଭାବରେ ନ ଜାଣି ଭୋଜନ କରେ, ତା’ହେଲେ ସେ ନିଜକୁ ଦୋଷୀ କରେ। କାରଣ ସେ ବିଶ୍ୱାସରେ ଭୋଜନ କରେ ନାହିଁ। ଯଦି ଜଣେ ଠିକ୍ ନୁହେଁ ବୋଲି ଜାଣିପାରି ମଧ୍ୟ କୌଣସି କାମ କରେ, ତା’ହେଲେ ସେ ପାପ କରୁଛି। BSB BSB: But the one who has doubts is condemned if he eats, because his eating is not from faith; and everything that is not from faith is sin.
Select verses for actions: Enter goes to them and Escape comes back.