1 ULB ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।” BSB BSB: After David had settled into his palace, he said to Nathan the prophet, “Here I am, living in a house of cedar, while the ark of the covenant of the LORD is under a tent.”
2 ULB ତହିଁରେ ନାଥନ ଦାଉଦଙ୍କୁ କହିଲେ, “ତୁମ୍ଭ ହୃଦୟରେ ଯାହା ଅଛି, ତାହାସବୁ କର; କାରଣ ପରମେଶ୍ୱର ତୁମ୍ଭ ସଙ୍ଗରେ ଅଛନ୍ତି।” BSB BSB: And Nathan replied to David, “Do all that is in your heart, for God is with you.”
3 ULB ଏଉତ୍ତାରେ ସେହି ରାତ୍ରିରେ ପରମେଶ୍ୱରଙ୍କ ବାକ୍ୟ ନାଥନଙ୍କ ନିକଟରେ ଉପସ୍ଥିତ ହେଲା, ଯଥା, BSB BSB: But that night the word of God came to Nathan, saying,
4 ULB ଯାଅ, ଆମ୍ଭ ଦାସ ଦାଉଦକୁ ଜଣାଅ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଆମ୍ଭ ନିମନ୍ତେ ବସତି-ଗୃହ ନିର୍ମାଣ କରିବ ନାହିଁ; BSB BSB: “Go and tell My servant David that this is what the LORD says: You are not the one to build Me a house in which to dwell.
5 ULB କାରଣ ଆମ୍ଭେ ଇସ୍ରାଏଲକୁ ବାହାର କରି ଆଣିବା ଦିନଠାରୁ ଆଜି ପର୍ଯ୍ୟନ୍ତ କୌଣସି ଗୃହରେ ବାସ କରି ନାହୁଁ; ମାତ୍ର ଏ ତମ୍ବୁରୁ ସେ ତମ୍ବୁକୁ ଓ ଏକ ଆବାସରୁ ଅନ୍ୟ ଆବାସକୁ ଯାଇଅଛୁ। BSB BSB: For I have not dwelt in a house from the day I brought Israel up out of Egypt until this day, but I have moved from tent to tent and dwelling to dwelling.
6 ULB ଆମ୍ଭେ ସମୁଦାୟ ଇସ୍ରାଏଲ ସହିତ ଯେଉଁ ସବୁ ସ୍ଥାନରେ ଗମନାଗମନ କଲୁ, ତହିଁ ମଧ୍ୟରୁ କୌଣସି ସ୍ଥାନରେ, ଆମ୍ଭ ଲୋକମାନଙ୍କୁ ପାଳନ କରିବା ପାଇଁ ଯେଉଁମାନଙ୍କୁ ଆଜ୍ଞା କରିଥିଲୁ, ଇସ୍ରାଏଲର ଏପରି କୌଣସି ବିଚାରକର୍ତ୍ତାକୁ, ତୁମ୍ଭେମାନେ କାହିଁକି ଆମ୍ଭ ପାଇଁ ଏରସ କାଷ୍ଠର ଗୃହ ନିର୍ମାଣ କରି ନାହଁ, ଏପରି ଏକ କଥା କ’ଣ ଆମ୍ଭେ କହିଅଛୁ? BSB BSB: In all My journeys with all the Israelites, have I ever asked any of the leaders I appointed to shepherd My people, ‘Why haven’t you built Me a house of cedar?’
7 ULB ଏଣୁ ଏବେ ତୁମ୍ଭେ ଆମ୍ଭ ଦାସ ଦାଉଦକୁ ଏପରି କୁହ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେ ଯେପରି ଆମ୍ଭ ଲୋକ ଇସ୍ରାଏଲ ଉପରେ ଅଗ୍ରଣୀ ହେବ, ଏଥିପାଇଁ ଆମ୍ଭେ ତୁମ୍ଭକୁ ମେଷଶାଳାରୁ, ମେଷମାନଙ୍କ ପଶ୍ଚାଦ୍ଗମନରୁ ଗ୍ରହଣ କଲୁ। BSB BSB: Now then, you are to tell My servant David that this is what the LORD of Hosts says: I took you from the pasture, from following the flock, to be the ruler over My people Israel.
8 ULB ପୁଣି, ତୁମ୍ଭେ ଯେଉଁ ଯେଉଁ ସ୍ଥାନକୁ ଗଲ, ଆମ୍ଭେ ତୁମ୍ଭର ସଙ୍ଗୀ ହେଲୁ ଓ ତୁମ୍ଭ ସମ୍ମୁଖରୁ ତୁମ୍ଭର ସମସ୍ତ ଶତ୍ରୁଙ୍କୁ ଉଚ୍ଛିନ୍ନ କଲୁ; ଆହୁରି ଆମ୍ଭେ ପୃଥିବୀସ୍ଥ ମହାଲୋକମାନଙ୍କ ନାମ ତୁଲ୍ୟ ତୁମ୍ଭର ନାମ କରିବା। BSB BSB: I have been with you wherever you have gone, and I have cut off all your enemies from before you. Now I will make for you a name like that of the greatest in the land.
9 ULB ଆଉ ଆମ୍ଭେ ଆପଣା ଇସ୍ରାଏଲ-ଲୋକମାନଙ୍କ ନିମନ୍ତେ ଗୋଟିଏ ସ୍ଥାନ ନିରୂପଣ କରି ସେମାନଙ୍କୁ ରୋପଣ କରିବା; ତହିଁରେ ସେମାନେ ଆପଣାମାନଙ୍କ ସେହି ସ୍ଥାନରେ ବାସ କରି ଆଉ ଚାଳିତ ନୋହିବେ; କିଅବା ଯେପରି ପୂର୍ବକାଳରେ ଓ ଯେ ସମୟାବଧି BSB BSB: And I will provide a place for My people Israel and will plant them so that they may dwell in a place of their own and be disturbed no more. No longer will the sons of wickedness oppress them as they did at the beginning
10 ULB ଆମ୍ଭେ ଆପଣା ଲୋକ ଇସ୍ରାଏଲ ଉପରେ ବିଚାରକର୍ତ୍ତୃଗଣକୁ ନିଯୁକ୍ତ କରିଅଛୁ, ସେ ସମୟାବଧି ଯେପରି ହୋଇଅଛି, ସେପରି ଅଧର୍ମର ସନ୍ତାନମାନେ ସେମାନଙ୍କୁ ଆଉ ନାଶ କରିବେ ନାହିଁ; ଆଉ ଆମ୍ଭେ ତୁମ୍ଭର ସମୁଦାୟ ଶତ୍ରୁଙ୍କୁ ଅବନତ କରିବା। ଆହୁରି ଆମ୍ଭେ ତୁମ୍ଭକୁ କହୁଅଛୁ, ସଦାପ୍ରଭୁ ତୁମ୍ଭ ପାଇଁ ଏକ ବଂଶ ସ୍ଥାପନ କରିବେ। BSB BSB: and have done since the day I appointed judges over My people Israel. And I will subdue all your enemies. Moreover, I declare to you that the LORD will build a house for you.
11 ULB ପୁଣି, ଆପଣା ପିତୃଲୋକଙ୍କ ନିକଟକୁ ତୁମ୍ଭର ଯିବାର ଦିନ ପୂର୍ଣ୍ଣ ହେଲେ, ଆମ୍ଭେ ତୁମ୍ଭ ଉତ୍ତାରେ ତୁମ୍ଭ ପୁତ୍ରମାନଙ୍କ ମଧ୍ୟରୁ ତୁମ୍ଭ ବଂଶ ସ୍ଥାପନ କରିବା ଓ ଆମ୍ଭେ ତାହାର ରାଜ୍ୟ ସ୍ଥିର କରିବା। BSB BSB: And when your days are fulfilled and you go to be with your fathers, I will raise up your descendant after you, one of your own sons, and I will establish his kingdom.
12 ULB ସେ ଆମ୍ଭ ନିମନ୍ତେ ଏକ ଗୃହ ନିର୍ମାଣ କରିବ ଓ ଆମ୍ଭେ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ କରିବା। BSB BSB: He will build a house for Me, and I will establish his throne forever.
13 ULB ଆମ୍ଭେ ତାହାର ପିତା ହେବା ଓ ସେ ଆମ୍ଭର ପୁତ୍ର ହେବ; ପୁଣି, ତୁମ୍ଭ ପୂର୍ବବର୍ତ୍ତୀ ଶାସକଙ୍କଠାରୁ(ଶାଉଲ) ଯେପରି ଆମ୍ଭେ ଆପଣା ଦୟା ଦୂର କଲୁ, ସେପରି ତାହାଠାରୁ ଦୂର କରିବା ନାହିଁ; BSB BSB: I will be his Father, and he will be My son. And I will never remove My loving devotion from him as I removed it from your predecessor.
14 ULB ମାତ୍ର, ଆମ୍ଭେ ଆପଣା ଗୃହରେ ଓ ଆପଣା ରାଜ୍ୟରେ ତାହାକୁ ଅନନ୍ତକାଳ ସ୍ଥିର କରିବା ଓ ତାହାର ସିଂହାସନ ଅନନ୍ତକାଳସ୍ଥାୟୀ ହେବ।” BSB BSB: But I will set him over My house and My kingdom forever, and his throne will be established forever.”
15 ULB ନାଥନ ଦାଉଦଙ୍କୁ ଏସମସ୍ତ ବାକ୍ୟ ଓ ଦର୍ଶନ ଅନୁସାରେ କଥା କହିଲେ। BSB BSB: So Nathan relayed to David all the words of this entire revelation.
16 ULB ଏଥିରେ ଦାଉଦ ରାଜା ଭିତରକୁ ଯାଇ ସଦାପ୍ରଭୁଙ୍କ ସମ୍ମୁଖରେ ବସିଲେ ଓ କହିଲେ, “ହେ ସଦାପ୍ରଭୁ ପରମେଶ୍ୱର! ମୁଁ କିଏ ଓ ମୋହର ବଂଶ ଅବା କି ଯେ, ତୁମ୍ଭେ ମୋତେ ଏପର୍ଯ୍ୟନ୍ତ ଆଣିଅଛ? BSB BSB: Then King David went in, sat before the LORD, and said, “Who am I, O LORD God, and what is my house, that You have brought me this far?
17 ULB ତଥାପି ହେ ପରମେଶ୍ୱର! ଏହା ତୁମ୍ଭ ଦୃଷ୍ଟିରେ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘ କାଳର କଥା କହିଅଛ, ଆଉ ହେ ସଦାପ୍ରଭୁ ପରମେଶ୍ୱର! ତୁମ୍ଭେ ମୋତେ ଉଚ୍ଚପଦସ୍ଥ ମନୁଷ୍ୟର ଶ୍ରେଣୀଭୁକ୍ତ ବୋଲି ଜ୍ଞାନ କରିଅଛ। BSB BSB: And as if this was a small thing in Your eyes, O God, You have spoken about the future of the house of Your servant and have regarded me as a man of great distinction, O LORD God.
18 ULB ଏଣୁ ତୁମ୍ଭ ଦାସ ପ୍ରତି କୃତ ସମ୍ମାନ ବିଷୟରେ ଦାଉଦ ତୁମ୍ଭଙ୍କୁ ଆଉ କଅଣ କହିପାରେ? ତୁମ୍ଭେ ଆପଣା ଦାସକୁ ଜାଣୁଅଛ। BSB BSB: What more can David say to You for honoring Your servant? For You know Your servant,
19 ULB ହେ ସଦାପ୍ରଭୁ! ତୁମ୍ଭେ ଏହି ସକଳ ମହତ୍ ବିଷୟ ଜଣାଇବା ପାଇଁ ଆପଣା ଦାସ ସକାଶେ ଓ ଆପଣା ହୃଦୟାନୁସାରେ ଏହି ସକଳ ମହତ୍ କର୍ମ ସାଧନ କରିଅଛ। BSB BSB: O LORD. For the sake of Your servant and according to Your own heart, You have accomplished this great thing and made known all these great promises.
20 ULB ହେ ସଦାପ୍ରଭୁ! ତୁମ୍ଭ ତୁଲ୍ୟ ଆଉ କେହି ନାହିଁ, କିଅବା ଆମ୍ଭେମାନେ ନିଜ କର୍ଣ୍ଣରେ ଯାହା ଶୁଣିଅଛୁ, ତଦନୁସାରେ ତୁମ୍ଭ ଛଡ଼ା ଆଉ ପରମେଶ୍ୱର କେହି ନାହିଁ। BSB BSB: O LORD, there is none like You, and there is no God but You, according to everything we have heard with our own ears.
21 ULB ତୁମ୍ଭ ଲୋକ ଇସ୍ରାଏଲ ତୁଲ୍ୟ ପୃଥିବୀରେ ଆଉ କେଉଁ ଗୋଷ୍ଠୀ ଅଛି? ସେମାନଙ୍କୁ ଆପଣା ଉଦ୍ଦେଶ୍ୟରେ ଏକ ଲୋକ ରୂପେ ମୁକ୍ତ କରିବାକୁ ଓ ମିସରରୁ ମୁକ୍ତ ତୁମ୍ଭର ସେହି ଲୋକମାନଙ୍କ ସମ୍ମୁଖରୁ ନାନା ଗୋଷ୍ଠୀୟମାନଙ୍କୁ ତଡ଼ିଦେଇ ମହତ୍ ଓ ଭୟାନକ କର୍ମ ଦ୍ୱାରା ତୁମ୍ଭର ନାମ କରିବାକୁ ପରମେଶ୍ୱର ଆଗମନ କରିଥିଲେ। BSB BSB: And who is like Your people Israel—the one nation on earth whom God went out to redeem as a people for Himself? You made a name for Yourself through great and awesome wonders by driving out nations from before Your people, whom You redeemed from Egypt.
22 ULB ତୁମ୍ଭେ ଆପଣା ଲୋକ ଇସ୍ରାଏଲକୁ ଅନନ୍ତ କାଳ ଆପଣାର ଲୋକ କରିଅଛ, ଆଉ ହେ ସଦାପ୍ରଭୁ! ତୁମ୍ଭେ ସେମାନଙ୍କର ପରମେଶ୍ୱର ହୋଇଅଛ। BSB BSB: For You have made Your people Israel Your very own forever, and You, O LORD, have become their God.
23 ULB ଏବେ ହେ ସଦାପ୍ରଭୁ! ତୁମ୍ଭେ ଆପଣା ଦାସ ବିଷୟରେ ଓ ତାହାର ବଂଶ ବିଷୟରେ ଯେଉଁ କଥା କହିଅଛ; ତାହା ଅନନ୍ତ କାଳ ସ୍ଥିରୀକୃତ ହେଉ ଓ ତୁମ୍ଭେ ଯେପରି କହିଅଛ, ସେପରି କର। BSB BSB: And now, O LORD, let the word You have spoken concerning Your servant and his house be established forever. Do as You have promised,
24 ULB ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର, ସେ ଇସ୍ରାଏଲର ସପକ୍ଷ ପରମେଶ୍ୱର ଅଟନ୍ତି ଓ ତୁମ୍ଭ ଦାସ ଦାଉଦର ବଂଶ ତୁମ୍ଭ ସମ୍ମୁଖରେ ସ୍ଥାପିତ ହୋଇଅଛି, ଏହି କଥା ଦ୍ୱାରା ତୁମ୍ଭର ନାମ ଅନନ୍ତ କାଳ ସ୍ଥିରୀକୃତ ଓ ମହତ୍ ହେଉ। BSB BSB: so that Your name will be established and magnified forever when it is said, ‘The LORD of Hosts, the God of Israel, is God over Israel.’ And may the house of Your servant David be established before You.
25 ULB କାରଣ, ହେ ମୋହର ପରମେଶ୍ୱର! ତୁମ୍ଭେ ମୋ’ ପାଇଁ ଏକ ବଂଶ ସ୍ଥାପନ କରିବ ବୋଲି ଆପଣା ଦାସର କର୍ଣ୍ଣଗୋଚର କରିଅଛ; ଏହେତୁ ତୁମ୍ଭ ନିକଟରେ ଏହି ପ୍ରାର୍ଥନା କରିବାକୁ ତୁମ୍ଭ ଦାସ ସାହସ ପାଇଅଛି। BSB BSB: For You, my God, have revealed to Your servant that You will build a house for him. Therefore Your servant has found the courage to pray before You.
26 ULB ଏବେ ହେ ସଦାପ୍ରଭୁ! ତୁମ୍ଭେ ହିଁ ପରମେଶ୍ୱର, ପୁଣି, ତୁମ୍ଭେ ଆପଣା ଦାସ ପ୍ରତି ଏହି ମଙ୍ଗଳ ପ୍ରତିଜ୍ଞା କରିଅଛ। BSB BSB: And now, O LORD, You are God! And You have promised this goodness to Your servant.
27 ULB ତୁମ୍ଭ ଦାସର ବଂଶ ତୁମ୍ଭ ସମ୍ମୁଖରେ ଅନନ୍ତ କାଳସ୍ଥାୟୀ ହେବା ପାଇଁ ତୁମ୍ଭେ ଅନୁଗ୍ରହ କରି ତାହାକୁ ଆଶୀର୍ବାଦ କରିଅଛ; କାରଣ, ହେ ସଦାପ୍ରଭୁ! ତୁମ୍ଭେ ଆଶୀର୍ବାଦ କରିଅଛ, ଏଣୁ ତାହା ଅନନ୍ତକାଳ ଆଶୀର୍ବାଦଯୁକ୍ତ ଅଟେ।” BSB BSB: So now You have been pleased to bless the house of Your servant, that it may continue forever before You. For You, O LORD, have blessed it, and it will be blessed forever.”
Select verses for actions: Enter goes to them and Escape comes back.