1 ULB କାରଣ, ହେ ଭାଇମାନେ, ଆମ୍ଭମାନଙ୍କ ପିତୃପୁରୁଷ ସମସ୍ତେ ମେଘ ତଳେ ଥିଲେ, BSB BSB: I do not want you to be unaware, brothers, that our forefathers were all under the cloud, and that they all passed through the sea.
2 ULB ଆଉ ସମସ୍ତେ ସମୁଦ୍ର ମଧ୍ୟ ଦେଇ ଗମନ କଲେ, ପୁଣି, ସମସ୍ତେ ମେଘ ଓ ସମୁଦ୍ରରେ ମୋଶାଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହେଲେ, BSB BSB: They were all baptized into Moses in the cloud and in the sea.
3 ULB ଆଉ ସମସ୍ତେ ଏକ ପାରମାର୍ଥିକ ଖାଦ୍ୟ ଭୋଜନ କଲେ BSB BSB: They all ate the same spiritual food
4 ULB ଓ ସମସ୍ତେ ଏକ ପାରମାର୍ଥିକ ପେୟ ପାନ କଲେ (ଯେଣୁ ସେମାନେ ସେମାନଙ୍କ ଅନୁବର୍ତ୍ତୀ ପାରମାର୍ଥିକ ଶୈଳରୁ ପାନ କରୁଥିଲେ, ଆଉ ସେହି ଶୈଳ ଖ୍ରୀଷ୍ଟ), BSB BSB: and drank the same spiritual drink; for they drank from the spiritual rock that accompanied them, and that rock was Christ.
5 ULB ତଥାପି ସେମାନଙ୍କ ମଧ୍ୟରୁ ଅଧିକାଂଶଠାରେ ଈଶ୍ୱରଙ୍କ ସନ୍ତୋଷ ନ ଥିଲା, ତେଣୁ ସେମାନେ ପ୍ରାନ୍ତରରେ ମଲେ, ଏସମସ୍ତ କଥା ଯେ ତୁମ୍ଭେମାନେ ଅଜ୍ଞାତ ଥାଅ, ଏହା ମୋହର ଇଚ୍ଛା ନୁହେଁ। BSB BSB: Nevertheless, God was not pleased with most of them, for they were struck down in the wilderness.
6 ULB ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥି ନିମନ୍ତେ ଏହି ସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛି। BSB BSB: These things took place as examples to keep us from craving evil things as they did.
7 ULB ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖା ଅଛି, "ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ"। BSB BSB: Do not be idolaters, as some of them were. As it is written: “The people sat down to eat and drink and got up to indulge in revelry.”
8 ULB ଯେପରି ସେମାନଙ୍କ ମଧ୍ୟରେ କେତେକ ବ୍ୟଭିଚାର କରି ଏକ ଦିନରେ ତେଇଶ ହଜାର ମରିଗଲେ, ସେପରି ଆମ୍ଭେମାନେ ବ୍ୟଭିଚାର ନ କରୁ। BSB BSB: We should not commit sexual immorality, as some of them did, and in one day twenty-three thousand of them died.
9 ULB ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରଭୁଙ୍କୁ ପରୀକ୍ଷା କରି ସର୍ପ ଦ୍ୱାରା ବିନଷ୍ଟ ହେଲେ, ସେପରି ଆମ୍ଭେମାନେ ପ୍ରଭୁଙ୍କୁ ପରୀକ୍ଷା ନ କରୁ। BSB BSB: We should not test Christ, as some of them did, and were killed by snakes.
10 ULB ଯେପରି ସେମାନଙ୍କ ମଧ୍ୟରେ କେତେକ ଲୋକ ବଚସା କରି ସଂହାରକ ଦ୍ୱାରା ବିନଷ୍ଟ ହେଲେ, ସେପରି ତୁମ୍ଭେମାନେ ବଚସା କର ନାହିଁ। BSB BSB: And do not complain, as some of them did, and were killed by the destroying angel.
11 ULB ଏହି ସମସ୍ତ ଦୃଷ୍ଟାନ୍ତ ସ୍ୱରୂପେ ସେମାନଙ୍କ ପ୍ରତି ଘଟିଲା, ଆଉ ଯେଉଁମାନଙ୍କ ସମୟରେ ଯୁଗାନ୍ତ କାଳ ଉପସ୍ଥିତ ହୋଇଅଛି, ଏପରି ଯେ ଆମ୍ଭେମାନେ, ଆମ୍ଭମାନଙ୍କ ଚେତନା ନିମନ୍ତେ ସେହି ସବୁ ଲେଖାଯାଇଅଛି। BSB BSB: Now these things happened to them as examples and were written down as warnings for us, on whom the fulfillment of the ages has come.
12 ULB ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥି ନିମନ୍ତେ ସେ ସାବଧାନ ହେଉ। BSB BSB: So the one who thinks he is standing firm should be careful not to fall.
13 ULB ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ୱର ବିଶ୍ୱାସ୍ୟ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରି ପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ। BSB BSB: No temptation has seized you except what is common to man. And God is faithful; He will not let you be tempted beyond what you can bear. But when you are tempted, He will also provide an escape, so that you can stand up under it.
14 ULB ଅତଏବ, ହେ ମୋହର ପ୍ରିୟମାନେ, ପ୍ରତିମା ପୂଜାରୁ ପଳାୟନ କର। BSB BSB: Therefore, my beloved, flee from idolatry.
15 ULB ମୁଁ ବୁଦ୍ଧିମାନ ଲୋକଙ୍କୁ କହିଲା ପରି କହୁଅଛି; ମୁଁ ଯାହା କହୁଅଛି, ତାହା ତୁମ୍ଭେମାନେ ନିଜେ ବିଚାର କର। BSB BSB: I speak to reasonable people; judge for yourselves what I say.
16 ULB ଯେଉଁ ଆଶୀର୍ବାଦର ପାତ୍ରକୁ ଆମ୍ଭେମାନେ ଆଶୀର୍ବାଦ କରୁ, ତାହା କି ଖ୍ରୀଷ୍ଟଙ୍କ ରକ୍ତର ସହଭାଗିତା ନୁହେଁ? ଯେଉଁ ରୁଟି ଆମ୍ଭେମାନେ ଭାଙ୍ଗୁ, ତାହା କି ଖ୍ରୀଷ୍ଟଙ୍କ ଶରୀରର ସହଭାଗିତା ନୁହେଁ? BSB BSB: Is not the cup of blessing that we bless a participation in the blood of Christ? And is not the bread that we break a participation in the body of Christ?
17 ULB କାରଣ ରୁଟି ଏକ ହେବାରୁ ଆମ୍ଭେମାନେ ଅନେକ ହେଲେ ହେଁ ଏକ ଶରୀର ସ୍ୱରୂପ, ଯେଣୁ ଆମ୍ଭେମାନେ ସମସ୍ତେ ସେହି ଏକ ରୁଟିର ଅଂଶୀ। BSB BSB: Because there is one loaf, we who are many are one body; for we all partake of the one loaf.
18 ULB ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି? BSB BSB: Consider the people of Israel: Are not those who eat the sacrifices fellow partakers in the altar?
19 ULB ତେବେ ଦେବପ୍ରସାଦ ବୋଲି ଯେ କିଛି ଅଛି ବା ପ୍ରତିମା ବୋଲି ଯେ କିଛି ଅଛି, ଏହା କି ମୁଁ କହୁଅଛି? BSB BSB: Am I suggesting, then, that food sacrificed to an idol is anything, or that an idol is anything?
20 ULB ନା, କିନ୍ତୁ ମୁଁ କହୁଅଛି ଯେ, ଯାହା ଯାହା ଅଣଯିହୂଦୀମାନେ ବଳି ରୂପେ ଉତ୍ସର୍ଗ କରନ୍ତି, ସେହି ସବୁ ସେମାନେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ ନ କରି ଭୂତମାନଙ୍କ ଉଦ୍ଦେଶ୍ୟରେ କରନ୍ତି। ଆଉ, ତୁମ୍ଭେମାନେ ଯେ ଭୂତମାନଙ୍କ ସହଭାଗୀ ହୁଅ, ଏହା ମୋହର ଇଚ୍ଛା ନୁହେଁ। BSB BSB: No, but the sacrifices of pagans are offered to demons, not to God. And I do not want you to be participants with demons.
21 ULB ତୁମ୍ଭେମାନେ ପ୍ରଭୁଙ୍କ ପାନପାତ୍ର ଓ ଭୂତମାନଙ୍କ ପାନପାତ୍ର ଉଭୟରେ ପାନ କରି ପାର ନାହିଁ; ତୁମ୍ଭେମାନେ ପ୍ରଭୁଙ୍କ ମେଜ ଓ ଭୂତମାନଙ୍କ ମେଜ ଉଭୟର ଅଂଶୀ ହୋଇ ପାର ନାହିଁ। BSB BSB: You cannot drink the cup of the Lord and the cup of demons too; you cannot partake in the table of the Lord and the table of demons too.
22 ULB ଅଥବା ଆମ୍ଭେମାନେ କ'ଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ? BSB BSB: Are we trying to provoke the Lord to jealousy? Are we stronger than He?
23 ULB ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟରୁ ନିଷ୍ଠା ଜାତ ହୁଏ ନାହିଁ। BSB BSB: “Everything is permissible,” but not everything is beneficial. “Everything is permissible,” but not everything is edifying.
24 ULB କେହି ନିଜର ସ୍ୱାର୍ଥ ଚେଷ୍ଟା ନ କରୁ, ମାତ୍ର ପ୍ରତ୍ୟେକ ଜଣ ଅନ୍ୟର ମଙ୍ଗଳ ଚେଷ୍ଟା କରୁ। BSB BSB: No one should seek his own good, but the good of others.
25 ULB ବଜାରରେ ଯାହା ବିକ୍ରୟ ହୁଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର, BSB BSB: Eat anything sold in the meat market without raising questions of conscience,
26 ULB କାରଣ ପୃଥିବୀ ଓ ସେଥିରେ ଥିବା ସମସ୍ତ ବିଷୟ ପ୍ରଭୁଙ୍କର। BSB BSB: for, “The earth is the Lord’s, and the fullness thereof.”
27 ULB ଅବିଶ୍ୱାସୀମାନଙ୍କ ମଧ୍ୟରୁ କେହି ଯଦି ତୁମ୍ଭମାନଙ୍କୁ ନିମନ୍ତ୍ରଣ କରେ, ଆଉ ତୁମ୍ଭେମାନେ ଯିବାକୁ ଇଚ୍ଛା କର, ତେବେ ଯାହା କିଛି ତୁମ୍ଭମାନଙ୍କୁ ପରିବେଷଣ କରାଯାଏ, ବିବେକ ସକାଶେ କିଛି ନ ପଚାରି ତାହା ଭୋଜନ କର। BSB BSB: If an unbeliever invites you to a meal and you want to go, eat anything set before you without raising questions of conscience.
28 ULB କିନ୍ତୁ କେହି ଯଦି ତୁମ୍ଭମାନଙ୍କୁ କହେ, ଏହା ବଳି ସ୍ୱରୂପେ ଉତ୍ସର୍ଗୀକୃତ ହୋଇଅଛି, ତେବେ ଯେ ଏହା ଜଣାଇଲା, ତାହାର ସକାଶେ ଓ ବିବେକ ସକାଶେ ତାହା ଭୋଜନ କର ନାହିଁ; BSB BSB: But if someone tells you, “This food was offered to idols,” then do not eat it, for the sake of the one who told you and for the sake of conscience—
29 ULB ତୁମ୍ଭ ନିଜ ବିବେକ ସକାଶେ ବୋଲି ମୁଁ କହୁ ନାହିଁ, ମାତ୍ର ତା'ର ବିବେକ ସକାଶେ। ମୋହର ସ୍ୱାଧୀନତା କାହିଁକି ଅନ୍ୟର ବିବେକ ଦ୍ୱାରା ବିଚାରିତ ହୁଏ? BSB BSB: the other one’s conscience, I mean, not your own. For why should my freedom be determined by someone else’s conscience?
30 ULB ଯଦି ମୁଁ ଧନ୍ୟବାଦ ଦେଇ ଭୋଜନ କରେ, ତେବେ ଯାହା ନିମନ୍ତେ ଧନ୍ୟବାଦ ଦିଏ, ତାହା ନିମନ୍ତେ ନିନ୍ଦିତ ହୁଏ କାହିଁକି? BSB BSB: If I partake in the meal with thankfulness, why am I denounced because of that for which I give thanks?
31 ULB ଅତଏବ, ତୁମ୍ଭେମାନେ ଭୋଜନ କର କି ପାନ କର ଅବା ଯାହା କିଛି କର, ଈଶ୍ୱରଙ୍କ ଗୌରବ ନିମନ୍ତେ ସବୁ କର। BSB BSB: So whether you eat or drink or whatever you do, do it all to the glory of God.
32 ULB ଯିହୂଦୀ ବା ଗ୍ରୀକ୍ ବା ଈଶ୍ୱରଙ୍କ ମଣ୍ଡଳୀ, କାହାରି ଝୁଣ୍ଟିବାର କାରଣ ହୁଅ ନାହିଁ, BSB BSB: Do not become a stumbling block, whether to Jews or Greeks or the church of God—
33 ULB ଯେପରି ମୁଁ ମଧ୍ୟ ମୋହର ସ୍ୱାର୍ଥ ଚେଷ୍ଟା ନ କରି ଅନେକଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ମଙ୍ଗଳ ଚେଷ୍ଟା କରେ, ପୁଣି, ସବୁ ବିଷୟରେ ସମସ୍ତଙ୍କୁ ସନ୍ତୁଷ୍ଟ କରିବାକୁ ଯତ୍ନ କରେ। BSB BSB: as I also try to please everyone in all I do. For I am not seeking my own good, but the good of many, that they may be saved.
Select verses for actions: Enter goes to them and Escape comes back.