1 ULB ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟ କିମ୍ବା ଝମ୍ ଝମ୍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି। BSB BSB: If I speak in the tongues of men and of angels, but have not love, I am only a ringing gong or a clanging cymbal.
2 ULB ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ। BSB BSB: If I have the gift of prophecy and can fathom all mysteries and all knowledge, and if I have absolute faith so as to move mountains, but have not love, I am nothing.
3 ULB ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ। BSB BSB: If I give all I possess to the poor and exult in the surrender of my body, but have not love, I gain nothing.
4 ULB ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ, BSB BSB: Love is patient, love is kind. It does not envy, it does not boast, it is not proud.
5 ULB ଅନୁଚିତ ବ୍ୟବହାର କରେ ନାହିଁ, ସ୍ୱାର୍ଥ ଚେଷ୍ଟା କରେ ନାହିଁ, ବିରକ୍ତ ହୁଏ ନାହିଁ, ଅପକାର ସ୍ମରଣରେ ରଖେ ନାହିଁ, BSB BSB: It is not rude, it is not self-seeking, it is not easily angered, it keeps no account of wrongs.
6 ULB ଅଧର୍ମରେ ଆନନ୍ଦ କରେ ନାହିଁ, କିନ୍ତୁ ସତ୍ୟରେ ଆନନ୍ଦ କରେ; BSB BSB: Love takes no pleasure in evil, but rejoices in the truth.
7 ULB ସମସ୍ତ ସହ୍ୟ କରେ, ସମସ୍ତ ବିଶ୍ୱାସ କରେ, ସମସ୍ତ ଭରସା କରେ, ସମସ୍ତ ବିଷୟରେ ଧୈର୍ଯ୍ୟ ଧରି ରହେ। BSB BSB: It bears all things, believes all things, hopes all things, endures all things.
8 ULB ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହି ସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ। BSB BSB: Love never fails. But where there are prophecies, they will cease; where there are tongues, they will be restrained; where there is knowledge, it will be dismissed.
9 ULB କାରଣ ଆମ୍ଭେମାନେ ଆଂଶିକ ଭାବେ ଜାଣୁ ଓ ଆଂଶିକ ଭାବେ ଭାବବାଣୀ କହୁ। BSB BSB: For we know in part and we prophesy in part,
10 ULB କିନ୍ତୁ ସିଦ୍ଧ ବିଷୟ ଉପସ୍ଥିତ ହେଲେ ଆଂଶିକ ବିଷୟର ଲୋପ ହେବ। BSB BSB: but when the perfect comes, the partial passes away.
11 ULB ଶିଶୁ ଥିବା ସମୟରେ ମୁଁ ଶିଶୁ ପରି କଥା କହୁଥିଲି, ଶିଶୁ ପରି ଭାବୁଥିଲି, ଶିଶୁ ପରି ବିଚାର କରୁଥିଲି; ବୟସପ୍ରାପ୍ତ ହୁଅନ୍ତେ ମୁଁ ଶିଶୁର ବିଷୟସବୁ ପରିତ୍ୟାଗ କଲି। BSB BSB: When I was a child, I talked like a child, I thought like a child, I reasoned like a child. When I became a man, I set aside childish ways.
12 ULB କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖି ହୋଇ ଦେଖିବା; ଏତେବେଳେ ମୁଁ ଆଂଶିକ ଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି। BSB BSB: Now we see but a dim reflection as in a mirror; then we shall see face to face. Now I know in part; then I shall know fully, even as I am fully known.
13 ULB ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ। BSB BSB: And now these three remain: faith, hope, and love; but the greatest of these is love.
Select verses for actions: Enter goes to them and Escape comes back.