1 ULB ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଈଶ୍ୱରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ। BSB BSB: So then, men ought to regard us as servants of Christ and stewards of the mysteries of God.
2 ULB ଆଉ, ଭଣ୍ଡାରଘରିଆ ବିଷୟରେ ଏହା ନିତାନ୍ତ ଆବଶ୍ୟକ, ଯେପରି ସେ ବିଶ୍ୱସ୍ତ ଦେଖାଯାଏ। BSB BSB: Now it is required of stewards that they be found faithful.
3 ULB କିନ୍ତୁ ତୁମ୍ଭମାନଙ୍କ ଦ୍ୱାରା କିମ୍ବା କୌଣସି ଲୌକିକ ବିଚାରସଭା ଦ୍ୱାରା ବିଚାରିତ ହେବା ମୋ' ପକ୍ଷରେ ଅତି ସାମାନ୍ୟ ବିଷୟ, ଏପରିକି ମୁଁ ନିଜେ ସୁଦ୍ଧା ନିଜର ବିଚାର କରେ ନାହିଁ। BSB BSB: I care very little, however, if I am judged by you or by any human court. In fact, I do not even judge myself.
4 ULB କାରଣ ମୁଁ ନିଜ ବିରୁଦ୍ଧରେ କିଛି ଜାଣେ ନାହିଁ, ତଥାପି ଏଥିରେ ମୁଁ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇ ନାହିଁ କିନ୍ତୁ ଯେ ମୋହର ବିଚାର କରନ୍ତି, ସେ ପ୍ରଭୁ। BSB BSB: My conscience is clear, but that does not vindicate me. It is the Lord who judges me.
5 ULB ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ପ୍ରଶଂସା ପାଇବ। BSB BSB: Therefore judge nothing before the appointed time; wait until the Lord comes. He will bring to light what is hidden in darkness and will expose the motives of men’s hearts. At that time each will receive his praise from God.
6 ULB ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହି ସବୁ କଥା ମୋ' ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ଯାହା' ଲିଖିତ ଅଛି, ତାହା ଅତିକ୍ରମ କର ନାହିଁ', ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି, ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ। BSB BSB: Brothers, I have applied these things to myself and Apollos for your benefit, so that you may learn from us not to go beyond what is written. Then you will not take pride in one man over another.
7 ULB କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି? ଆଉ, ଯାହା ତୁମ୍ଭେ ଦାନ ସ୍ୱରୂପେ ପାଇ ନାହଁ, ଏପରି ତୁମ୍ଭର କ'ଣ ଅଛି? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ୱରୂପେ ପାଇଅଛ, ତେବେ ତାହା ଦାନ ସ୍ୱରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ? BSB BSB: For who makes you so superior? What do you have that you did not receive? And if you did receive it, why do you boast as though you did not?
8 ULB ଇତିମଧ୍ୟରେ ତୁମ୍ଭେମାନେ କ'ଣ ପରିତୃପ୍ତ ହୋଇଗଲଣି? ଇତିମଧ୍ୟରେ ତୁମ୍ଭେମାନେ କ'ଣ ଧନବାନ ହୋଇଗଲଣି? ଆମ୍ଭମାନଙ୍କ ବିନା ତୁମ୍ଭେମାନେ କଅଣ ରାଜା ହୋଇଅଛ? ହଁ, ତୁମ୍ଭେମାନେ ରାଜା ହୋଇଥିଲେ ଭଲ ହୋଇଥାଆନ୍ତା, ଯେପରି ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରି ପାରିଥାଆନ୍ତୁ। BSB BSB: Already you have all you want. Already you have become rich. Without us, you have become kings. How I wish you really were kings, so that we might be kings with you!
9 ULB କାରଣ ମୋହର ମନେ ହୁଏ, ପ୍ରେରିତ ଯେ ଆମ୍ଭେମାନେ, ଆମ୍ଭମାନଙ୍କୁ ଈଶ୍ୱର ମୃତ୍ୟୁମୁଖରେ ସମର୍ପିତ ସର୍ବଶେଷର ଲୋକମାନଙ୍କ ସଦୃଶ ପ୍ରଦର୍ଶନ କରିଅଛନ୍ତି, ଯେଣୁ ଆମ୍ଭେମାନେ ଜଗତ, ଦୂତ ଓ ମନୁଷ୍ୟମାନଙ୍କ ନିକଟରେ କୌତୁକର ବିଷୟ ହୋଇଅଛୁ। BSB BSB: For it seems to me that God has displayed us apostles at the end of the procession, like prisoners appointed for death. We have become a spectacle to the whole world, to angels as well as to men.
10 ULB ଆମ୍ଭେମାନେ ଖ୍ରୀଷ୍ଟଙ୍କ ନିମନ୍ତେ ମୂର୍ଖ, କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ବୁଦ୍ଧିମାନ; ଆମ୍ଭେମାନେ ଦୁର୍ବଳ, କିନ୍ତୁ ତୁମ୍ଭେମାନେ ବଳବାନ; ତୁମ୍ଭେମାନେ ଗୌରବପ୍ରାପ୍ତ, କିନ୍ତୁ ଆମ୍ଭେମାନେ ଅନାଦୃତ। BSB BSB: We are fools for Christ, but you are wise in Christ. We are weak, but you are strong. You are honored, but we are dishonored.
11 ULB ଏସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି, ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ BSB BSB: To this very hour we are hungry and thirsty, we are poorly clothed, we are brutally treated, we are homeless.
12 ULB ସ୍ୱହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ, BSB BSB: We work hard with our own hands. When we are vilified, we bless; when we are persecuted, we endure it;
13 ULB ଅପବାଦିତ ହୋଇ ମିଳନର କଥା କହୁଅଛୁ; ଏପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ ଜଗତର ଆବର୍ଜନା, ସମସ୍ତଙ୍କର କଳଙ୍କ ସ୍ୱରୂପ ହୋଇଅଛୁ। BSB BSB: when we are slandered, we answer gently. Up to this moment we have become the scum of the earth, the refuse of the world.
14 ULB ମୁଁ ତୁମ୍ଭମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଏହି ସମସ୍ତ ବିଷୟ ଲେଖୁ ନାହିଁ, କିନ୍ତୁ ମୋହର ପ୍ରିୟ ସନ୍ତାନ ବୋଲି ମନେ କରି ତୁମ୍ଭମାନଙ୍କୁ ଚେତନା ଦେବା ନିମନ୍ତେ ଏହି ସମସ୍ତ ଲେଖୁଅଛି। BSB BSB: I am not writing this to shame you, but to warn you as my beloved children.
15 ULB କାରଣ ଯଦ୍ୟପି ଖ୍ରୀଷ୍ଟଙ୍କ ବିଷୟରେ ତୁମ୍ଭମାନଙ୍କର ଦଶ ସହସ୍ର ଶିକ୍ଷକ ଥାଆନ୍ତେ, ତଥାପି ତୁମ୍ଭମାନଙ୍କର ଅନେକ ପିତା ନାହାଁନ୍ତି; କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ମୁଁ ତୁମ୍ଭମାନଙ୍କୁ ସୁସମାଚାର ଦ୍ୱାରା ଜନ୍ମ ଦେଇଅଛି। BSB BSB: Even if you have ten thousand guardians in Christ, you do not have many fathers; for in Christ Jesus I became your father through the gospel.
16 ULB ଏଣୁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରେ, ତୁମ୍ଭେମାନେ ମୋହର ଅନୁକାରୀ ହୁଅ। BSB BSB: Therefore I urge you to imitate me.
17 ULB ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ପୁତ୍ର; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ। BSB BSB: That is why I have sent you Timothy, my beloved and faithful child in the Lord. He will remind you of my way of life in Christ Jesus, which is exactly what I teach everywhere in every church.
18 ULB ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି। BSB BSB: Some of you have become arrogant, as if I were not coming to you.
19 ULB କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଯିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି! BSB BSB: But I will come to you shortly, if the Lord is willing, and then I will find out not only what these arrogant people are saying, but what power they have.
20 ULB କାରଣ ଈଶ୍ୱରଙ୍କ ରାଜ୍ୟ ବାକ୍ୟରେ ନୁହେଁ, ମାତ୍ର ଶକ୍ତିରେ ପ୍ରକାଶ ପାଏ। BSB BSB: For the kingdom of God is not a matter of talk but of power.
21 ULB ତୁମ୍ଭମାନଙ୍କର ଇଚ୍ଛା କ'ଣ? ମୁଁ ବେତ ଘେନି ତୁମ୍ଭମାନଙ୍କ ପାଖକୁ ଯିବି ନା ପ୍ରେମ ଘେନି ଓ ମୃଦୁତାର ଆତ୍ମା ଘେନିଯିବି? BSB BSB: Which do you prefer? Shall I come to you with a rod, or in love and with a gentle spirit?
Select verses for actions: Enter goes to them and Escape comes back.