1 ULB ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ। ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ। BSB BSB: Now about food sacrificed to idols: We know that we all have knowledge. Knowledge puffs up, but love builds up.
2 ULB ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ; BSB BSB: The one who thinks he knows something does not yet know as he ought to know.
3 ULB କିନ୍ତୁ ଯଦି କେହି ଈଶ୍ୱରଙ୍କୁ ପ୍ରେମ କରେ, ସେହି ଜଣ ତାହାଙ୍କ ପରିଚିତ। BSB BSB: But the one who loves God is known by God.
5 ULB କାରଣ ସ୍ୱର୍ଗରେ ହେଉ ବା ପୃଥିବୀରେ ହେଉ, ଯେଉଁମାନଙ୍କୁ ଦେବତା ବୋଲି କହନ୍ତି, ଯଦ୍ୟପି ସେମାନେ ଥାଇ ପାରନ୍ତି (ଏପରି ତ ଅନେକ ଦେବତା ଓ ଅନେକ ପ୍ରଭୁ ଅଛନ୍ତି), BSB BSB: For even if there are so-called gods, whether in heaven or on earth (as there are many so-called gods and lords),
6 ULB ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ୱର, ଅର୍ଥାତ୍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି, ଏକମାତ୍ର ପ୍ରଭୁ, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ୱାରା ସମସ୍ତ ବିଷୟ ହୋଇଅଛି, ପୁଣି, ତାହାଙ୍କ ଦ୍ୱାରା ଆମ୍ଭେମାନେ ହୋଇଅଛୁ। BSB BSB: yet for us there is but one God, the Father, from whom all things came and for whom we exist. And there is but one Lord, Jesus Christ, through whom all things came and through whom we exist. 7 ULB ତଥାପି ସମସ୍ତଙ୍କର ଏହି ଜ୍ଞାନ ନାହିଁ; କିନ୍ତୁ କେତେକ ଲୋକ ଏପର୍ଯ୍ୟନ୍ତ ଦେବତା ଅଛି ବୋଲି ଭାବି ଦେବପ୍ରସାଦ ଭୋଜନ କରନ୍ତି, ଆଉ ସେମାନଙ୍କର ବିବେକ ଦୁର୍ବଳ ଥିବାରୁ କଳୁଷିତ ହୁଏ। BSB BSB: But not everyone has this knowledge. Some people are still so accustomed to idols that they eat such food as if it were sacrificed to an idol. And since their conscience is weak, it is defiled.
8 ULB କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ବା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ। BSB BSB: But food does not bring us closer to God: We are no worse if we do not eat, and no better if we do.
9 ULB କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ। BSB BSB: Be careful, however, that your freedom does not become a stumbling block to the weak.
10 ULB କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ପ୍ରତିମାର ମନ୍ଦିରରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତା'ର ବିବେକ କ'ଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ? BSB BSB: For if someone with a weak conscience sees you who are well informed eating in an idol’s temple, will he not be encouraged to eat food sacrificed to idols?
11 ULB ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ୱାରା ନଷ୍ଟ ହେଉଅଛି। BSB BSB: So this weak brother, for whom Christ died, is destroyed by your knowledge.
12 ULB ଏହି ପ୍ରକାରେ ଭାଇମାନଙ୍କ ବିରୁଦ୍ଧରେ ପାପ କରି ଓ ସେମାନଙ୍କ ଦୁର୍ବଳ ବିବେକକୁ ଆଘାତ କରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରୁଅଛ। BSB BSB: By sinning against your brothers in this way and wounding their weak conscience, you sin against Christ.
13 ULB ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋ' ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ। BSB BSB: Therefore, if what I eat causes my brother to stumble, I will never eat meat again, so that I will not cause him to stumble.
Select verses for actions: Enter goes to them and Escape comes back.