1 ULB ଅନେକ ଦିନ ଉତ୍ତାରେ ତୃତୀୟ ବର୍ଷରେ ଏଲୀୟଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, ତୁମ୍ଭେ ଯାଇ ଆହାବକୁ ଦେଖା ଦିଅ; ତହୁଁ ଆମ୍ଭେ ଭୂମିକୁ ବୃଷ୍ଟି ପଠାଇବା। BSB BSB: After a long time, in the third year of the drought, the word of the LORD came to Elijah: “Go and present yourself to Ahab, and I will send rain upon the face of the earth.”
2 ULB ଏଥିରେ ଏଲୀୟ ଆହାବଙ୍କୁ ଦେଖା ଦେବା ପାଇଁ ଗମନ କଲେ। ସେହି ସମୟରେ ଶମରୀୟାରେ ପ୍ରବଳ ଦୁର୍ଭିକ୍ଷ ହୋଇଥିଲା। BSB BSB: So Elijah went to present himself to Ahab. The famine was severe in Samaria,
3 ULB ଏଣୁ ଆହାବ ରାଜଗୃହର ଅଧ୍ୟକ୍ଷ ଓବଦୀୟକୁ ଡକାଇଲେ। (ସେହି ଓବଦୀୟ ସଦାପ୍ରଭୁଙ୍କୁ ଅତିଶୟ ଭୟ କରିଥିଲା। BSB BSB: and Ahab summoned Obadiah, who was in charge of the palace. (Now Obadiah greatly feared the LORD,
4 ULB ପୁଣି, ଯେଉଁ ସମୟରେ ଈଷେବଲ୍ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ଉଚ୍ଛିନ୍ନ କରୁଥିଲା, ସେସମୟରେ ଓବଦୀୟ ଏକଶତ ଭବିଷ୍ୟଦ୍ବକ୍ତାଙ୍କୁ ନେଇ ପଚାଶ ପଚାଶ ଜଣ କରି ଗହ୍ୱର ମଧ୍ୟରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲା)। BSB BSB: for when Jezebel had slaughtered the prophets of the LORD, Obadiah had taken a hundred prophets and hidden them, fifty men per cave, providing them with food and water.)
5 ULB ପୁଣି, ଆହାବ ଓବଦୀୟକୁ କହିଲେ, “ଦେଶ ମଧ୍ୟ ଦେଇ ସବୁ ଜଳ ନିର୍ଝର ଓ ସବୁ ନଦୀ ନିକଟକୁ ଯାଅ; ହୋଇପାରେ, ଆମ୍ଭେମାନେ ଅଶ୍ୱ ଓ ଖଚରମାନଙ୍କୁ ବଞ୍ଚାଇ ରଖିବା ପାଇଁ ତୃଣ ପାଇ ପାରିବା, ତାହାହେଲେ ପଶୁମାନଙ୍କୁ ହରାଇବା ନାହିଁ।” BSB BSB: Then Ahab said to Obadiah, “Go throughout the land to every spring and every valley. Perhaps we will find grass to keep the horses and mules alive so that we will not have to destroy any livestock.”
6 ULB ତହୁଁ ସେମାନେ ସବୁଆଡ଼େ ଯିବା ପାଇଁ ଆପଣାମାନଙ୍କ ମଧ୍ୟରେ ଦେଶ ବିଭାଗ କଲେ; ଆହାବ ଆପେ ଏକଆଡ଼େ ଗଲେ ଓ ଓବଦୀୟ ଆପେ ଅନ୍ୟ ଆଡ଼େ ଗଲା। BSB BSB: So they divided the land to explore. Ahab went one way by himself, and Obadiah went the other way by himself.
7 ULB ଓବଦୀୟ ପଥରେ ଯାଉ ଯାଉ ଦେଖ, ଏଲୀୟ ତାହାକୁ ଭେଟିଲେ; ତହୁଁ ଓବଦୀୟ ତାଙ୍କୁ ଚିହ୍ନି ମୁହଁ ମାଡ଼ି ପଡ଼ି କହିଲା, “ଆପଣ କ’ଣ ମୋ’ ପ୍ରଭୁ ଏଲୀୟ?” BSB BSB: Now as Obadiah went on his way, Elijah suddenly met him. When Obadiah recognized him, he fell facedown and said, “Is it you, my lord Elijah?”
8 ULB ତହିଁରେ ସେ ଉତ୍ତର କଲେ; “ହଁ, ମୁଁ; ଯାଅ, ତୁମ୍ଭ ପ୍ରଭୁକୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି।” BSB BSB: “It is I,” he answered. “Go tell your master, ‘Elijah is here!’”
9 ULB ତହୁଁ ସେ କହିଲା, “ମୁଁ କିପରି ପାପ କରିଅଛି ଯେ, ଆପଣ ଆପଣା ଦାସଙ୍କୁ ବଧ କରିବା ପାଇଁ ଆହାବଙ୍କ ହସ୍ତରେ ସମର୍ପଣ କରୁଅଛନ୍ତି?” BSB BSB: But Obadiah replied, “How have I sinned, that you are handing your servant over to Ahab to put me to death?
10 ULB ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଜୀବିତ ଥିବା ପ୍ରମାଣେ କହୁଅଛି, ମୋ’ ପ୍ରଭୁ ଆପଣଙ୍କୁ ଅନ୍ୱେଷଣ କରିବା ପାଇଁ ଯାହା ନିକଟକୁ ଲୋକ ପଠାଇ ନାହାନ୍ତି, ଏପରି କୌଣସି ଗୋଷ୍ଠୀ କିମ୍ବା ରାଜ୍ୟ ନାହିଁ। ପୁଣି, ସେ ଏଠାରେ ନାହିଁ ବୋଲି ସେମାନେ କହିଲେ, “ସେ ସେହି ରାଜ୍ୟ ଓ ଗୋଷ୍ଠୀକି ଆପଣଙ୍କୁ ଦେଖି ନ ଥିବା ବିଷୟରେ ଶପଥ କରାଇଲେ।” BSB BSB: As surely as the LORD your God lives, there is no nation or kingdom where my lord has not sent someone to search for you. When they said, ‘He is not here,’ he made that kingdom or nation swear that they had not found you.
11 ULB ଏବେ ଆପଣ କହୁଅଛନ୍ତି, ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି। BSB BSB: And now you say, ‘Go tell your master that Elijah is here!’
12 ULB ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲାକ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି। BSB BSB: I do not know where the Spirit of the LORD may carry you off when I leave you. Then when I go and tell Ahab and he does not find you, he will kill me. But I, your servant, have feared the LORD from my youth.
13 ULB ଈଷେବଲ୍ ଯେତେବେଳେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତାମାନଙ୍କୁ ବଧ କରୁଥିଲା, ସେତେବେଳେ ମୁଁ ଯାହା କରିଥିଲି ଓ କିପରି ସଦାପ୍ରଭୁଙ୍କର ଏକ ଶତ ଭବିଷ୍ୟଦ୍ବକ୍ତାଙ୍କୁ ପଚାଶ ପଚାଶ ଜଣ କରି ଗହ୍ୱରରେ ଲୁଚାଇ ରଖି ଅନ୍ନ ଓ ଜଳ ଦେଇ ସେମାନଙ୍କୁ ପ୍ରତିପାଳନ କରିଥିଲି, ଏହା କ’ଣ ଆମ୍ଭ ପ୍ରଭୁଙ୍କୁ ଜ୍ଞାତ କରାଯାଇ ନାହିଁ? BSB BSB: Was it not reported to my lord what I did when Jezebel slaughtered the prophets of the LORD? I hid a hundred prophets of the LORD, fifty men per cave, and I provided them with food and water.
14 ULB ତଥାପି ଆପଣ ଏବେ କହୁଅଛନ୍ତି, ଯାଅ, ତୁମ୍ଭ ପ୍ରଭୁଙ୍କୁ କୁହ, ଦେଖ, ଏଲୀୟ ଏଠାରେ ଅଛନ୍ତି; ତହିଁରେ ସେ ମୋତେ ବଧ କରିବେ। BSB BSB: And now you say, ‘Go tell your lord that Elijah is here!’ He will kill me!”
15 ULB ତହୁଁ ଏଲୀୟ କହିଲେ, “ମୁଁ ଯାହାଙ୍କ ସମ୍ମୁଖରେ ଛିଡ଼ା ହେଉଅଛି, ସେହି ସୈନ୍ୟାଧିପତି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ମୁଁ ନିଶ୍ଚୟ ଆଜି ତାହାକୁ ଦେଖା ଦେବି।” BSB BSB: Then Elijah said, “As surely as the LORD of Hosts lives, before whom I stand, I will present myself to Ahab today.”
16 ULB ଏଥିରେ ଓବଦୀୟ ଆହାବଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ ସମ୍ବାଦ ଦେଲା; ତହିଁରେ ଆହାବ ଏଲୀୟ ସହିତ ସାକ୍ଷାତ କରିବାକୁ ଗଲେ। BSB BSB: So Obadiah went to inform Ahab, who went to meet Elijah.
17 ULB ପୁଣି, ଆହାବ ଏଲୀୟଙ୍କୁ ଦେଖିବାମାତ୍ର ଆହାବ ତାଙ୍କୁ କହିଲେ, “ହେ ଇସ୍ରାଏଲର ଦୁଃଖଦାୟକ, ଏ କ’ଣ ତୁମ୍ଭେ?” BSB BSB: When Ahab saw Elijah, he said to him, “Is that you, O troubler of Israel?”
18 ULB ତହୁଁ ସେ ଉତ୍ତର କଲେ, “ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍ ଦେବଗଣର ଅନୁଗାମୀ ହୋଇଅଛ। BSB BSB: “I have not troubled Israel,” Elijah replied, “but you and your father’s house have, for you have forsaken the commandments of the LORD and have followed the Baals.
19 ULB ଏହେତୁ ଏବେ ତୁମ୍ଭେ ଲୋକ ପଠାଇ ସମଗ୍ର ଇସ୍ରାଏଲକୁ ଓ ଈଷେବଲ୍ର ମେଜରେ ଭୋଜନକାରୀ ବାଲ୍ର ଚାରିଶହ ପଚାଶ ଭବିଷ୍ୟଦ୍ବକ୍ତାଙ୍କୁ ଓ ଆଶେରାର ଚାରିଶହ ଭବିଷ୍ୟଦ୍ବକ୍ତାଙ୍କୁ କର୍ମିଲ ପର୍ବତରେ ମୋ’ ନିକଟରେ ଏକତ୍ର କର।” BSB BSB: Now summon all Israel to meet me on Mount Carmel, along with the four hundred and fifty prophets of Baal and the four hundred prophets of Asherah who eat at Jezebel’s table.”
21 ULB ଏଉତ୍ତାରେ ଏଲୀୟ ସମଗ୍ର ଲୋକଙ୍କ ନିକଟକୁ ଆସି କହିଲେ, “ତୁମ୍ଭେମାନେ କେତେ କାଳ ଦୁଇ ମତ ମଧ୍ୟରେ ସନ୍ଦିଗ୍ଧ ହୋଇ ରହିବ? ସଦାପ୍ରଭୁ ଯେବେ ପରମେଶ୍ୱର ହୁଅନ୍ତି, ତେବେ ତାହାଙ୍କର ଅନୁଗାମୀ ହୁଅ; ମାତ୍ର ଯେବେ ବାଲ୍, ତେବେ ତାହାର ଅନୁଗାମୀ ହୁଅ।” ଏଥିରେ ଲୋକମାନେ ତାଙ୍କୁ ଗୋଟିଏ କଥା ଉତ୍ତର ଦେଲେ ନାହିଁ। BSB BSB: Then Elijah approached all the people and said, “How long will you waver between two opinions? If the LORD is God, follow Him. But if Baal is God, follow him.” But the people did not answer a word.
22 ULB ତହୁଁ ଏଲୀୟ ଲୋକମାନଙ୍କୁ କହିଲେ, “ମୁଁ, କେବଳ ମୁଁ ସଦାପ୍ରଭୁଙ୍କର ଏକ ଭବିଷ୍ୟଦ୍ବକ୍ତା ଅବଶିଷ୍ଟ ଅଛି; ମାତ୍ର ବାଲ୍ର ଭବିଷ୍ୟଦ୍ବକ୍ତା ଚାରିଶହ ପଚାଶ ଜଣ ଅଛନ୍ତି। BSB BSB: Then Elijah said to the people, “I am the only remaining prophet of the LORD, but Baal has four hundred and fifty prophets.
23 ULB ଏହେତୁ ସେମାନେ ଆମ୍ଭମାନଙ୍କୁ ଦୁଇ ବୃଷ ଦେଉନ୍ତୁ, ଆଉ ସେମାନେ ଆପଣାମାନଙ୍କ ପାଇଁ ଗୋଟିଏ ବୃଷ ପସନ୍ଦ କରନ୍ତୁ ଓ ତାହା ଖଣ୍ଡ ଖଣ୍ଡ କରି କାଷ୍ଠ ଉପରେ ରଖନ୍ତୁ, ମାତ୍ର ତଳେ ଅଗ୍ନି ନ ଦେଉନ୍ତୁ; ଆଉ ମୁଁ ଅନ୍ୟ ବୃଷଟିକୁ ପ୍ରସ୍ତୁତ କରି କାଷ୍ଠ ଉପରେ ରଖିବି, ମାତ୍ର ତଳେ ଅଗ୍ନି ଦେବି ନାହିଁ। BSB BSB: Get two bulls for us. Let the prophets of Baal choose one bull for themselves, cut it into pieces, and place it on the wood but not light the fire. And I will prepare the other bull and place it on the wood but not light the fire.
24 ULB ତହୁଁ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର, ପୁଣି, ମୁଁ ସଦାପ୍ରଭୁଙ୍କ ନାମରେ ଡାକି ପ୍ରାର୍ଥନା କରିବି; ତହିଁରେ ଯେ ଅଗ୍ନି ଦ୍ୱାରା ଉତ୍ତର ଦେବେ, ସେ ପରମେଶ୍ୱର ହେଉନ୍ତୁ।” ଏଥିରେ ସମସ୍ତ ଲୋକ ଉତ୍ତର କଲେ, “ଏ କଥା ଉତ୍ତମ।” BSB BSB: Then you may call on the name of your god, and I will call on the name of the LORD. The God who answers by fire, He is God.” And all the people answered, “What you say is good.”
25 ULB ଏଥିଉତ୍ତାରେ ଏଲୀୟ ବାଲ୍ର ଭବିଷ୍ୟଦ୍ବକ୍ତାମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଏକ ବୃଷ ପସନ୍ଦ କରି ପ୍ରଥମେ ତାହା ପ୍ରସ୍ତୁତ କର; କାରଣ ତୁମ୍ଭେମାନେ ଅନେକ; ଆଉ ତୁମ୍ଭେମାନେ ଆପଣାମାନଙ୍କ ଦେବତା ନାମରେ ଡାକି ପ୍ରାର୍ଥନା କର; ମାତ୍ର ତଳେ ଅଗ୍ନି ନ ଦିଅ।” BSB BSB: Then Elijah said to the prophets of Baal, “Since you are so numerous, choose for yourselves one bull and prepare it first. Then call on the name of your god, but do not light the fire.”
26 ULB ତହୁଁ ସେମାନେ ଆପଣାମାନଙ୍କୁ ଦତ୍ତ ବୃଷ ନେଇ ତାହା ପ୍ରସ୍ତୁତ କଲେ, ପୁଣି, ପ୍ରାତଃକାଳରୁ ମଧ୍ୟାହ୍ନ ପର୍ଯ୍ୟନ୍ତ ବାଲ୍ ନାମରେ ଡାକି ପ୍ରାର୍ଥନା କରି କହିଲେ, “ହେ ବାଲ୍, ଆମ୍ଭମାନଙ୍କ କଥା ଶୁଣ।” ମାତ୍ର କୌଣସି ରବ ନୋହିଲା, ଅବା କେହି ଉତ୍ତର ଦେଲା ନାହିଁ। ତହିଁରେ ସେମାନେ ସେହି ନିର୍ମିତ ଯଜ୍ଞବେଦିର ଚାରିଆଡ଼େ ନାଚିଲେ। BSB BSB: And they took the bull that was given them, prepared it, and called on the name of Baal from morning until noon, shouting, “O Baal, answer us!” But there was no sound, and no one answered as they leaped around the altar they had made.
27 ULB ଏଣୁ ମଧ୍ୟାହ୍ନ ସମୟରେ ଏଲୀୟ ସେମାନଙ୍କୁ ପରିହାସ କରି କହିଲେ, “ଉଚ୍ଚ ସ୍ୱର କରି ଡାକ; କାରଣ ସେ ତ ଦେବତା; ସେ ଧ୍ୟାନ କରୁଥିବ, ଅବା ବାହାରେ ଯାଇଥିବ, କିଅବା ଯାତ୍ରା କରୁଥିବ, ଅବା ହୋଇପାରେ ନିଦ୍ରିତ ଥିବ, ଏଣୁ ତାହାକୁ ଜଗାଇବାକୁ ହେବ।” BSB BSB: At noon Elijah began to taunt them, saying, “Shout louder, for he is a god! Perhaps he is deep in thought, or occupied, or on a journey. Perhaps he is sleeping and must be awakened!”
28 ULB ପୁଣି, ସେମାନେ ଉଚ୍ଚ ସ୍ୱର କରି ଡାକିଲେ ଓ ଆପଣାମାନଙ୍କ ବ୍ୟବହାରାନୁସାରେ ଦେହରୁ ରକ୍ତ ବହିଯିବା ପର୍ଯ୍ୟନ୍ତ ସେମାନେ ଛୁରୀ ଓ ବର୍ଚ୍ଛାରେ ଆପଣାମାନଙ୍କୁ କ୍ଷତବିକ୍ଷତ କଲେ। BSB BSB: So they shouted louder and cut themselves with knives and lances, as was their custom, until the blood gushed over them.
29 ULB ପୁଣି, ମଧ୍ୟାହ୍ନ କାଳ ଗତ ହେଲା ଉତ୍ତାରେ ସେମାନେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ପର୍ଯ୍ୟନ୍ତ ପ୍ରଳାପୋକ୍ତି କଲେ; ମାତ୍ର କୌଣସି ରବ ନୋହିଲା, କି ଉତ୍ତର ଦେବାକୁ କେହି ନ ଥିଲା, ଅବା କେହି ମନୋଯୋଗ କଲା ନାହିଁ। BSB BSB: Midday passed, and they kept on raving until the time of the evening sacrifice. But there was no response; no one answered, no one paid attention.
30 ULB ଏଥିରେ ଏଲୀୟ ସମଗ୍ର ଲୋକଙ୍କୁ କହିଲେ, “ମୋ’ ନିକଟକୁ ଆସ,” ତହୁଁ ସମଗ୍ର ଲୋକ ତାଙ୍କ ନିକଟକୁ ଆସିଲେ। ତହିଁରେ ସେ ସଦାପ୍ରଭୁଙ୍କ ଉତ୍ପାଟିତ ଯଜ୍ଞବେଦି ପୁନଃନିର୍ମାଣ କଲେ। BSB BSB: Then Elijah said to all the people, “Come near to me.” So all the people approached him, and he repaired the altar of the LORD that had been torn down.
31 ULB ପୁଣି, ଯେଉଁ ଯାକୁବ ନିକଟରେ “ତୁମ୍ଭର ନାମ ଇସ୍ରାଏଲ ହେବ” ବୋଲି ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହୋଇଥିଲା, ତାହାର ପୁତ୍ରମାନଙ୍କ ଗୋଷ୍ଠୀର ସଂଖ୍ୟାନୁସାରେ ଏଲୀୟ ବାର ପଥର ନେଲେ। BSB BSB: And Elijah took twelve stones, one for each tribe of the sons of Jacob, to whom the word of the LORD had come and said, “Israel shall be your name.”
32 ULB ଆଉ ସେହି ପଥର ସବୁରେ ସେ ସଦାପ୍ରଭୁଙ୍କ ନାମରେ ଏକ ଯଜ୍ଞବେଦି ନିର୍ମାଣ କରି ଯଜ୍ଞବେଦିର ଚାରିଆଡ଼େ ଦୁଇ ମହଣ ବିହନ ଧରୁଥିବା ଭଳି ଖାଇ ନିର୍ମାଣ କଲେ। BSB BSB: And with the stones, Elijah built an altar in the name of the LORD. Then he dug a trench around the altar large enough to hold two seahs of seed.
33 ULB ତହୁଁ ସେ କାଷ୍ଠ ସଜାଇ ବୃଷକୁ ଖଣ୍ଡ ଖଣ୍ଡ କରି କାଟି କାଷ୍ଠ ଉପରେ ଥୋଇଲେ। ଆଉ ସେ କହିଲେ, “ଚାରି କଳସ ଜଳରେ ପୂର୍ଣ୍ଣ କରି ହୋମାର୍ଥକ ବଳି ଓ କାଷ୍ଠ ଉପରେ ତାହା ଢାଳ।” BSB BSB: Next, he arranged the wood, cut up the bull, placed it on the wood,
34 ULB ପୁଣି, ସେ କହିଲେ, “ଦ୍ୱିତୀୟ ଥର ତାହା କର,” ତହୁଁ ସେମାନେ ଦ୍ୱିତୀୟ ଥର ତାହା କଲେ। ଆହୁରି ସେ କହିଲେ, “ତୃତୀୟ ଥର ତାହା କର,” ତହୁଁ ସେମାନେ ତୃତୀୟ ଥର ତାହା କଲେ। BSB BSB: and said, “Fill four waterpots and pour the water on the offering and on the wood.” “Do it a second time,” he said, and they did it a second time. “Do it a third time,” he said, and they did it a third time.
35 ULB ତହିଁରେ ଯଜ୍ଞବେଦିର ଚାରିଆଡ଼େ ଜଳ ବହିଗଲା; ଏଲୀୟ ଖାଇକୁ ମଧ୍ୟ ଜଳରେ ପୂର୍ଣ୍ଣ କଲେ। BSB BSB: So the water ran down around the altar and even filled the trench.
36 ULB ଏଉତ୍ତାରେ ସନ୍ଧ୍ୟାକାଳୀନ ବଳିଦାନ ଉତ୍ସର୍ଗ କରିବା ସମୟରେ ଏଲୀୟ ଭବିଷ୍ୟଦ୍ବକ୍ତା ନିକଟବର୍ତ୍ତୀ ହୋଇ କହିଲେ, “ହେ ସଦାପ୍ରଭୁ, ଅବ୍ରହାମର ଓ ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଯେ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ଅଟ ଓ ମୁଁ ଯେ ତୁମ୍ଭର ସେବକ ଓ ମୁଁ ଯେ ତୁମ୍ଭ ବାକ୍ୟ ପ୍ରମାଣେ ଏହିସବୁ କାର୍ଯ୍ୟ କରିଅଛି, ଏହା ଆଜି ଜଣାଯାଉ।” BSB BSB: At the time of the evening sacrifice, Elijah the prophet approached the altar and said, “O LORD, God of Abraham, Isaac, and Israel, let it be known this day that You are God in Israel and that I am Your servant and have done all these things at Your command.
37 ULB ତୁମ୍ଭେ ସଦାପ୍ରଭୁ ଯେ ପରମେଶ୍ୱର ଅଟ ଓ ତୁମ୍ଭେ ଯେ ସେମାନଙ୍କର ଅନ୍ତଃକରଣ ଫେରାଇଅଛ, ଏହା ଏହି ଲୋକମାନେ ଯେପରି ଜାଣି ପାରିବେ, ଏଥିପାଇଁ ମୋ’ କଥା ଶୁଣ, ହେ ସଦାପ୍ରଭୁ, ମୋ’ କଥା ଶୁଣ। BSB BSB: Answer me, O LORD! Answer me, so that this people will know that You, the LORD, are God, and that You have turned their hearts back again.”
38 ULB ସେତେବେଳେ ସଦାପ୍ରଭୁଙ୍କ ଅଗ୍ନି ପତିତ ହୋଇ ହୋମାର୍ଥକ ବଳି, କାଷ୍ଠ, ପ୍ରସ୍ତରସବୁ, ଧୂଳି ଗ୍ରାସ କରି ଖାଇରେ ଥିବା ଜଳ ଚାଟି ପକାଇଲା। BSB BSB: Then the fire of the LORD fell and consumed the sacrifice, the wood, the stones, and the dust, and it licked up the water in the trench.
39 ULB ଏଥିରେ ସମଗ୍ର ଲୋକ ଏହା ଦେଖି ମୁହଁ ମାଡ଼ି ପଡ଼ି କହିଲେ, “ସଦାପ୍ରଭୁ ହିଁ ପରମେଶ୍ୱର, ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି।” BSB BSB: When all the people saw this, they fell facedown and said, “The LORD, He is God! The LORD, He is God!”
40 ULB ତହୁଁ ଏଲିୟ ସେମାନଙ୍କୁ କହିଲେ, “ବାଲ୍ର ଭବିଷ୍ୟଦ୍ବକ୍ତାମାନଙ୍କୁ ଧର; ସେମାନଙ୍କର କାହାରିକୁ ପଳାଇବାକୁ ଦିଅ ନାହିଁ।” ତହିଁରେ ଲୋକମାନେ ସେମାନଙ୍କୁ ଧରିଲେ, ପୁଣି, ଏଲୀୟ ସେମାନଙ୍କୁ କୀଶୋନ୍ ନଦୀ ନିକଟକୁ ନେଇ ସେଠାରେ ସେମାନଙ୍କୁ ବଧ କଲେ। BSB BSB: Then Elijah ordered them, “Seize the prophets of Baal! Do not let a single one escape.” So they seized them, and Elijah brought them down to the Kishon Valley and slaughtered them there.
41 ULB ଏଥିଉତ୍ତାରେ ଏଲୀୟ ଆହାବଙ୍କୁ କହିଲେ, “ତୁମ୍ଭେ ଉଠି ଯାଇ ଭୋଜନ ପାନ କର; କାରଣ ଅତିଶୟ ବୃଷ୍ଟିର ଶବ୍ଦ ହେଉଅଛି।” BSB BSB: And Elijah said to Ahab, “Go up, eat and drink, for there is the sound of a heavy rain.”
42 ULB ତହୁଁ ଆହାବ ଭୋଜନ ପାନ କରିବାକୁ ଉଠିଗଲେ। ପୁଣି, ଏଲୀୟ କର୍ମିଲର ଶୃଙ୍ଗକୁ ଯାଇ ଭୂମିରେ ନଇଁପଡ଼ି ଆପଣା ଆଣ୍ଠୁ ମଧ୍ୟରେ ମୁଖ ରଖିଲେ। BSB BSB: So Ahab went up to eat and drink. But Elijah climbed to the summit of Carmel, bent down on the ground, and put his face between his knees.
43 ULB ପୁଣି, ସେ ଆପଣା ଦାସକୁ କହିଲେ, “ଉଠିଯାଇ ସମୁଦ୍ରଆଡ଼େ ଅନାଅ।” ତହୁଁ ସେ ଉଠିଯାଇ ଅନାଇ କହିଲା, “କିଛି ନାହିଁ।” ଏଥିରେ ଏଲୀୟ କହିଲେ, “ପୁନର୍ବାର ସାତ ଥର ଯାଅ।” BSB BSB: “Go and look toward the sea,” he said to his servant. So the servant went and looked, and he said, “There is nothing there.” Seven times Elijah said, “Go back.”
44 ULB ତହୁଁ ସେ ସପ୍ତମ ଥର କହିଲା, “ଦେଖନ୍ତୁ, ମନୁଷ୍ୟର ହାତ ପରି ଖଣ୍ଡେ କ୍ଷୁଦ୍ର ମେଘ ସମୁଦ୍ରରୁ ଉଠୁଅଛି।” ଏଥିରେ ଏଲୀୟ କହିଲେ, “ଉଠିଯାଇ ଆହାବଙ୍କୁ କୁହ, ବୃଷ୍ଟି ଯେପରି ତୁମ୍ଭକୁ ନ ଅଟକାଏ, ଏଥିପାଇଁ ରଥ ପ୍ରସ୍ତୁତ କରି ତଳକୁ ଯାଅ।” BSB BSB: On the seventh time the servant reported, “There is a cloud as small as a man’s hand rising from the sea.” And Elijah replied, “Go and tell Ahab, ‘Prepare your chariot and go down before the rain stops you.’”
45 ULB ତହୁଁ ଅଳ୍ପକ୍ଷଣ ମଧ୍ୟରେ ମେଘ ଓ ବାୟୁରେ ଆକାଶ କଳା ହୋଇଗଲା ଓ ମହାବୃଷ୍ଟି ହେଲା। ପୁଣି, ଆହାବ ରଥରେ ଚଢ଼ି ଯିଷ୍ରିୟେଲକୁ ଗଲେ। BSB BSB: Meanwhile, the sky grew dark with clouds and wind, and a heavy rain began to fall. So Ahab rode away and went to Jezreel.
46 ULB ଏଥିରେ ସଦାପ୍ରଭୁଙ୍କ ହସ୍ତ ଏଲୀୟଙ୍କ ଉପରେ ଅବସ୍ଥାନ କରନ୍ତେ, ସେ ଆପଣା କଟି ବାନ୍ଧି ଯିଷ୍ରିୟେଲର ପ୍ରବେଶ-ସ୍ଥାନ ପର୍ଯ୍ୟନ୍ତ ଆହାବଙ୍କର ଆଗେ ଆଗେ ଦୌଡ଼ି ଗଲେ। BSB BSB: And the hand of the LORD came upon Elijah, and he tucked his cloak into his belt and ran ahead of Ahab all the way to Jezreel.
Select verses for actions: Enter goes to them and Escape comes back.