1 ULB ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତିଆ, କାପ୍ପାଦକିଆ, ଆସିଆ ଓ ବୀଥୂନିଆରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ, BSB BSB: Peter, an apostle of Jesus Christ, To the elect who are exiles of the Dispersion throughout Pontus, Galatia, Cappadocia, Asia, and Bithynia, chosen
2 ULB ପିତା ଈଶ୍ୱରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ। BSB BSB: according to the foreknowledge of God the Father and sanctified by the Spirit for obedience to Jesus Christ and sprinkling by His blood: Grace and peace be yours in abundance.
3 ULB ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ, BSB BSB: Blessed be the God and Father of our Lord Jesus Christ! By His great mercy He has given us new birth into a living hope through the resurrection of Jesus Christ from the dead,
4 ULB ଅର୍ଥାତ୍ ଯେଉଁ ଅକ୍ଷୟ, ଅକଳଙ୍କିତ, ଅଜର ଅଧିକାର ତୁମ୍ଭମାନଙ୍କ ନିମନ୍ତେ ସ୍ୱର୍ଗରେ ସଞ୍ଚିତ ହୋଇଅଛି, ତାହା ପାଇବା ନିମନ୍ତେ ଆପଣାର ମହାଦୟାରେ ଆମ୍ଭମାନଙ୍କୁ ନୂତନ ଜନ୍ମ ଦେଇଅଛନ୍ତି। BSB BSB: and into an inheritance that is imperishable, undefiled, and unfading, reserved in heaven for you,
5 ULB ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଈଶ୍ୱରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ। BSB BSB: who through faith are shielded by God’s power for the salvation that is ready to be revealed in the last time.
6 ULB ଏଥିରେ ତୁମ୍ଭେମାନେ ଆନନ୍ଦ କରୁଅଛ, ତଥାପି ବର୍ତ୍ତମାନ ଅଳ୍ପ ସମୟ ପାଇଁ ନାନା ପରୀକ୍ଷା ଦ୍ୱାରା ଦୁଃଖଭୋଗ କରିବା ତୁମ୍ଭମାନଙ୍କ ପକ୍ଷରେ ଆବଶ୍ୟକ ହୁଏ, BSB BSB: In this you greatly rejoice, though now for a little while you may have had to suffer grief in various trials
7 ULB ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ। BSB BSB: so that the proven character of your faith—more precious than gold, which perishes even though refined by fire—may result in praise, glory, and honor at the revelation of Jesus Christ.
8 ULB ତୁମ୍ଭେମାନେ ତାହାଙ୍କୁ ନ ଦେଖି ପ୍ରେମ କରୁଅଛ, ପୁଣି, ଏବେ ସୁଦ୍ଧା ନ ଦେଖିଲେ ହେଁ ତାହାଙ୍କଠାରେ ବିଶ୍ୱାସ କରି ଅକଥନୀୟ ଓ ଗୌରବଯୁକ୍ତ ଆନନ୍ଦରେ BSB BSB: Though you have not seen Him, you love Him; and though you do not see Him now, you believe in Him and rejoice with an inexpressible and glorious joy,
9 ULB ଆନନ୍ଦିତ ହୋଇ ତୁମ୍ଭମାନଙ୍କ ବିଶ୍ୱାସର ଫଳ ଯେ ଆତ୍ମାର ପରିତ୍ରାଣ, ତାହା ପାଉଅଛ। ଭାବବାଦୀମାନେ ତୁମ୍ଭମାନଙ୍କ ନିମନ୍ତେ ନିରୂପିତ ଅନୁଗ୍ରହ ବିଷୟରେ ଭାବବାଣୀ ପ୍ରକାଶ କଲେ, BSB BSB: now that you are receiving the goal of your faith, the salvation of your souls.
10 ULB ପୁଣି, ସେହି ପରିତ୍ରାଣ ସମ୍ବନ୍ଧରେ ଯତ୍ନ ସହକାରେ ଅନ୍ୱେଷଣ ଓ ଅନୁସନ୍ଧାନ କଲେ। BSB BSB: Concerning this salvation, the prophets who foretold the grace to come to you searched and investigated carefully,
11 ULB ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ। BSB BSB: trying to determine the time and setting to which the Spirit of Christ in them was pointing when He predicted the sufferings of Christ and the glories to follow.
12 ULB ଏହି ସମସ୍ତ ବିଷୟରେ ସେମାନେ ଯେ ଆପଣା ଆପଣାର ସେବା ନ କରି ତୁମ୍ଭମାନଙ୍କର ସେବା କରୁଥିଲେ, ଏହା ସେମାନଙ୍କ ନିକଟରେ ପ୍ରକାଶିତ ହୋଇଥିଲା, ଆଉ, ସେହି ସମସ୍ତ ବିଷୟ ସ୍ୱର୍ଗରୁ ପ୍ରେରିତ ପବିତ୍ର ଆତ୍ମାଙ୍କ ଶକ୍ତିରେ ତୁମ୍ଭମାନଙ୍କ ନିକଟରେ ସୁସମାଚାର ପ୍ରଚାରକମାନଙ୍କ ଦ୍ୱାରା ଏବେ ତୁମ୍ଭମାନଙ୍କୁ ଜଣାଇ ଦିଆଯାଇଅଛି; ସେହି ସବୁ ବିଷୟ ଦୂତମାନେ ମଧ୍ୟ ପ୍ରକାଶ କରିବାକୁ ଇଚ୍ଛା କରନ୍ତି। BSB BSB: It was revealed to them that they were not serving themselves, but you, when they foretold the things now announced by those who preached the gospel to you by the Holy Spirit sent from heaven. Even angels long to look into these things.
13 ULB ଅତଏବ, ଆପଣା ଆପଣା ମନରୂପ କଟି ବନ୍ଧନ କରି ସଚେତନ ଥାଅ, ପୁଣି, ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ଯେଉଁ ଅନୁଗ୍ରହ ତୁମ୍ଭମାନଙ୍କ ପ୍ରତି ବର୍ତ୍ତିବ, ସେଥିରେ ସମ୍ପୂର୍ଣ୍ଣ ରୂପେ ଭରସା ରଖ। BSB BSB: Therefore prepare your minds for action. Be sober-minded. Set your hope fully on the grace to be given you at the revelation of Jesus Christ.
14 ULB ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ, BSB BSB: As obedient children, do not conform to the passions of your former ignorance.
15 ULB ମାତ୍ର ତୁମ୍ଭମାନଙ୍କର ଆହ୍ୱାନକର୍ତ୍ତା ଯେପରି ପବିତ୍ର, ତୁମ୍ଭେମାନେ ମଧ୍ୟ ଆଜ୍ଞାବହ ସନ୍ତାନମାନଙ୍କ ପରି ସମସ୍ତ ଆଚରଣରେ ସେହିପରି ପବିତ୍ର ହୁଅ। BSB BSB: But just as He who called you is holy, so be holy in all you do,
16 ULB ଯେଣୁ ଲେଖାଅଛି, ତୁମ୍ଭେମାନେ ପବିତ୍ର ହୁଅ, କାରଣ ଆମ୍ଭେ ପବିତ୍ର। BSB BSB: for it is written: “Be holy, because I am holy.”
17 ULB ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର; BSB BSB: Since you call on a Father who judges each one’s work impartially, conduct yourselves in reverent fear during your stay as foreigners.
18 ULB ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ BSB BSB: For you know that it was not with perishable things such as silver or gold that you were redeemed from the empty way of life you inherited from your forefathers,
19 ULB ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ। BSB BSB: but with the precious blood of Christ, a lamb without blemish or spot.
21 ULB ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ୱରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ୱର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି। BSB BSB: Through Him you believe in God, who raised Him from the dead and glorified Him; and so your faith and hope are in God.
22 ULB ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର; BSB BSB: Since you have purified your souls by obedience to the truth so that you have a genuine love for your brothers, love one another deeply, from a pure heart.
23 ULB ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍ ଈଶ୍ୱରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ। BSB BSB: For you have been born again, not of perishable seed, but of imperishable, through the living and enduring word of God.
25 ULB କିନ୍ତୁ ଈଶ୍ୱରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ। ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି। BSB BSB: but the word of the Lord stands forever.” And this is the word that was proclaimed to you.
Select verses for actions: Enter goes to them and Escape comes back.