1 ULB ଇଫ୍ରୟିମ-ପର୍ବତମୟ ଦେଶସ୍ଥ ରାମାଥୟିମ୍ସୂଫୀମର ଏକ ଇଫ୍ରୟିମୀୟ ଲୋକ ଥିଲା, ତାହାର ନାମ ଇଲ୍କାନା, ସେ ସୂଫର ବୃଦ୍ଧ-ପ୍ରପୌତ୍ର, ତୋହର ପ୍ରପୌତ୍ର, ଇଲୀହୂର ପୁତ୍ର, ଯିରୋହମର ପୁତ୍ର; BSB BSB: Now there was a man named Elkanah who was from Ramathaim-zophim in the hill country of Ephraim. He was the son of Jeroham, the son of Elihu, the son of Tohu, the son of Zuph, an Ephraimite.
2 ULB ପୁଣି, ତାହାର ଦୁଇ ଭାର୍ଯ୍ୟା ଥିଲେ; ଜଣକର ନାମ ହାନ୍ନା, ଅନ୍ୟର ନାମ ପନିନ୍ନା; ପନିନ୍ନାର ସନ୍ତାନସନ୍ତତି ଥିଲେ, ମାତ୍ର ହାନ୍ନାର କୌଣସି ସନ୍ତାନସନ୍ତତି ନ ଥିଲେ। BSB BSB: He had two wives, one named Hannah and the other Peninnah. And Peninnah had children, but Hannah had none.
3 ULB ସେହି ବ୍ୟକ୍ତି ବର୍ଷକୁ ବର୍ଷ ସୈନ୍ୟାଧିପତି ସଦାପ୍ରଭୁଙ୍କ ନିକଟରେ ଆରାଧନା ଓ ବଳିଦାନ କରିବା ନିମନ୍ତେ ଆପଣା ନଗରରୁ ଶୀଲୋକୁ ଯାଉଥାଏ। ସେହି ସ୍ଥାନରେ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ସଦାପ୍ରଭୁଙ୍କ ଯାଜକ ଥିଲେ। BSB BSB: Year after year Elkanah would go up from his city to worship and sacrifice to the LORD of Hosts at Shiloh, where Eli’s two sons, Hophni and Phinehas, were priests to the LORD.
4 ULB ପୁଣି, ଇଲ୍କାନା ବଳିଦାନ କରିବା ଦିନରେ ସେ ଆପଣା ଭାର୍ଯ୍ୟା ପନିନ୍ନାକୁ ଓ ତାହାର ପୁତ୍ର କନ୍ୟା ସମସ୍ତଙ୍କୁ ଅଂଶ ଦେଲା; BSB BSB: And whenever the day came for Elkanah to present his sacrifice, he would give portions to his wife Peninnah and to all her sons and daughters.
5 ULB ମାତ୍ର ସେ ହାନ୍ନାକୁ ଦ୍ୱିଗୁଣ ଅଂଶ ଦେଲା; କାରଣ ସେ ହାନ୍ନାକୁ ପ୍ରେମ କରୁଥିଲେ, ମାତ୍ର ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିଥିଲେ। BSB BSB: But to Hannah he would give a double portion, for he loved her even though the LORD had closed her womb.
6 ULB ପୁଣି, ସଦାପ୍ରଭୁ ତାହାର ଗର୍ଭାଶୟ ରୁଦ୍ଧ କରିବାରୁ ତାହାର ସପତ୍ନୀ ତାହାର ରୋଷ ଜନ୍ମାଇବା ନିମନ୍ତେ ତାହାକୁ ଅତିଶୟ ବିରକ୍ତ କରେ। BSB BSB: Because the LORD had closed Hannah’s womb, her rival would provoke her viciously to taunt her.
7 ULB ସେ ସଦାପ୍ରଭୁଙ୍କ ଗୃହକୁ ଗଲା ବେଳେ ତାହାର ସ୍ୱାମୀ ବର୍ଷକୁ ବର୍ଷ ଏପରି କରେ, ତାହାର ସପତ୍ନୀ ମଧ୍ୟ ସେହିପରି ତାହାକୁ ବିରକ୍ତ କରେ; ଏହେତୁ ସେ ରୋଦନ କରେ, ଆଉ କିଛି ଖାଏ ନାହିଁ। BSB BSB: And this went on year after year. Whenever Hannah went up to the house of the LORD, her rival taunted her until she wept and would not eat.
8 ULB ଏଥିରେ ତାହାର ସ୍ୱାମୀ ଇଲ୍କାନା ତାହାକୁ କହିଲା, ହାନ୍ନା, କାହିଁକି ରୋଦନ କରୁଅଛ? କାହିଁକି ଖାଉ ନାହଁ? କାହିଁକି ତୁମ୍ଭ ମନ ଦୁଃଖିତ ହୋଇଅଛି? ମୁଁ କି ଦଶ ପୁତ୍ରଠାରୁ ତୁମ୍ଭ ପ୍ରତି ଉତ୍ତମ ନୁହେଁ? BSB BSB: “Hannah, why are you crying?” her husband Elkanah asked. “Why won’t you eat? Why is your heart so grieved? Am I not better to you than ten sons?”
9 ULB ଏହିରୂପେ ଏକ ସମୟରେ ସେମାନେ ଶୀଲୋରେ ଭୋଜନପାନ ସମାପ୍ତ କଲା ଉତ୍ତାରେ ହାନ୍ନା ଉଠିଲା। ସେସମୟରେ ଏଲି ଯାଜକ ସଦାପ୍ରଭୁଙ୍କ ମନ୍ଦିର-ଦ୍ୱାରବନ୍ଧ ନିକଟସ୍ଥ ଆପଣା ଆସନରେ ବସିଥିଲେ। BSB BSB: So after they had finished eating and drinking in Shiloh, Hannah stood up. Now Eli the priest was sitting on a chair by the doorpost of the temple of the LORD.
10 ULB ପୁଣି, ହାନ୍ନା ତିକ୍ତମନା ହୋଇ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଅତିଶୟ ରୋଦନ କଲା। BSB BSB: In her bitter distress, Hannah prayed to the LORD and wept with many tears.
11 ULB ପୁଣି, ସେ ଏକ ମାନତ ମନାଶି କହିଲା; ହେ ସୈନ୍ୟାଧିପତି ସଦାପ୍ରଭୁ, ଯେବେ ତୁମ୍ଭେ ଆପଣା ଦାସୀର ଦୁଃଖ ପ୍ରତି ନିତାନ୍ତ ଦୃଷ୍ଟିପାତ କରିବ ଓ ମୋତେ ସ୍ମରଣ କରି ଆପଣା ଦାସୀକୁ ପାସୋରିବ ନାହିଁ, ମାତ୍ର ଆପଣା ଦାସୀକୁ ଗୋଟିଏ ପୁରୁଷ-ସନ୍ତାନ ଦେବ, ତେବେ ମୁଁ ତାହାର ଯାବଜ୍ଜୀବନ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କରିବି ଓ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ। BSB BSB: And she made a vow, saying, “O LORD of Hosts, if only You will look upon the affliction of Your maidservant and remember me, not forgetting Your maidservant but giving her a son, then I will dedicate him to the LORD all the days of his life, and no razor shall ever touch his head.”
12 ULB ଏହିରୂପେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ପ୍ରାର୍ଥନା କରୁଥିବା ସମୟରେ ଏଲି ତାହାର ମୁଖକୁ ଅନାଇଲେ। BSB BSB: As Hannah kept on praying before the LORD, Eli watched her mouth.
13 ULB ସେସମୟରେ ହାନ୍ନା ଆପଣା ମନେ ମନେ କଥା କହୁଥିଲା; କେବଳ ତାହାର ଓଷ୍ଠ ହଲୁଥିଲା, ମାତ୍ର ତାହାର ରବ ଶୁଣାଯାଉ ନ ଥିଲା; ତେଣୁ ସେ ମତ୍ତ ହୋଇଥିବ ବୋଲି ଏଲି ବିଚାର କଲେ। BSB BSB: Hannah was praying in her heart, and though her lips were moving, her voice could not be heard. So Eli thought she was drunk
14 ULB ତହିଁରେ ଏଲି ତାହାକୁ କହିଲେ, ତୁମ୍ଭେ କେତେ କାଳ ମତ୍ତ ହୋଇଥିବ? ତୁମ୍ଭ ଦ୍ରାକ୍ଷାରସ ତୁମ୍ଭଠାରୁ ଦୂର କର। BSB BSB: and said to her, “How long will you be drunk? Put away your wine!”
15 ULB ଏଥିରେ ହାନ୍ନା ଉତ୍ତର ଦେଇ କହିଲା, ନା, ମୋହର ପ୍ରଭୁ, ମୁଁ ଦୁଃଖିନୀ ସ୍ତ୍ରୀ; ମୁଁ ଦ୍ରାକ୍ଷାରସ କି ମଦ୍ୟପାନ କରି ନାହିଁ, ମାତ୍ର ସଦାପ୍ରଭୁଙ୍କ ସମ୍ମୁଖରେ ମୁଁ ଆପଣା ପ୍ରାଣ (ବେଦନା) ଢାଳୁଥିଲି। BSB BSB: “No, my lord,” Hannah replied. “I am a woman troubled in spirit. I have not had any wine or strong drink, but I have poured out my soul before the LORD.
16 ULB ଆପଣା ଦାସୀକୁ ବେକାର ସ୍ତ୍ରୀ ବୋଲି ଜ୍ଞାନ ନ କର; ମୁଁ ଆପଣା ଚିନ୍ତା ଓ ବିରକ୍ତିର ବାହୁଲ୍ୟ ସକାଶୁ ଏପର୍ଯ୍ୟନ୍ତ କଥା କହୁଥିଲି। BSB BSB: Do not take your servant for a wicked woman, for all this time I have been praying out of the depth of my anguish and grief.”
17 ULB ତହିଁରେ ଏଲି ଉତ୍ତର ଦେଇ କହିଲେ, କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ। BSB BSB: “Go in peace,” Eli replied, “and may the God of Israel grant the petition you have asked of Him.”
18 ULB ତହୁଁ ସେ କହିଲା, ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ। ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି, ତାହାର ମୁଖ ଆଉ ବିଷର୍ଣ୍ଣ ନୋହିଲା। BSB BSB: “May your maidservant find favor with you,” said Hannah. Then she went on her way, and she began to eat, and her face was no longer downcast.
19 ULB ଏଉତ୍ତାରେ ସେମାନେ ଅତି ପ୍ରଭାତରେ ଉଠି ସଦାପ୍ରଭୁଙ୍କ ଆରାଧନା କରି ଫେରିଲେ ଓ ଆପଣାମାନଙ୍କ ବାସସ୍ଥାନ ରାମାକୁ ଆସିଲେ; ଆଉ ଇଲ୍କାନା ଆପଣା ଭାର୍ଯ୍ୟା ହାନ୍ନାର ସହବାସ କରନ୍ତେ, ସଦାପ୍ରଭୁ ତାହାକୁ ସ୍ମରଣ କଲେ। BSB BSB: The next morning they got up early to bow in worship before the LORD, and then they returned home to Ramah. And Elkanah had relations with his wife Hannah, and the LORD remembered her.
20 ULB ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା। BSB BSB: So in the course of time, Hannah conceived and gave birth to a son. She named him Samuel, saying, “Because I have asked for him from the LORD.”
21 ULB ଏଉତ୍ତାରେ ଇଲ୍କାନା ଓ ତାହାର ଗୃହସ୍ଥ ସମସ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବାର୍ଷିକ ବଳିଦାନ ଓ ଆପଣା ମାନତ ନିବେଦନ କରିବାକୁ ଗଲେ। BSB BSB: Then Elkanah and all his house went up to make the annual sacrifice to the LORD and to fulfill his vow,
22 ULB ମାତ୍ର ହାନ୍ନା ଗଲା ନାହିଁ; କାରଣ ସେ ଆପଣା ସ୍ୱାମୀକୁ କହିଲା, ବାଳକ ସ୍ତନ୍ୟପାନ ତ୍ୟାଗ କରିବା ପର୍ଯ୍ୟନ୍ତ (ମୁଁ ଯିବି ନାହିଁ), ତହିଁ ଉତ୍ତାରେ ମୁଁ ତାହାକୁ ନେଇ ଯିବି, ତହିଁରେ ସେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହେବ ଓ ସେଠାରେ ସର୍ବଦା ରହିବ। BSB BSB: but Hannah did not go. “After the boy is weaned,” she said to her husband, “I will take him to appear before the LORD and to stay there permanently.”
23 ULB ତହୁଁ ତାହାର ସ୍ୱାମୀ ଇଲ୍କାନା ତାହାକୁ କହିଲା, ଯାହା ତୁମ୍ଭକୁ ଭଲ ଦିଶେ, କର; ତାହାକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ରୁହ; ସଦାପ୍ରଭୁ କେବଳ ଆପଣା ବାକ୍ୟ ସ୍ଥିର କରନ୍ତୁ। ତେଣୁ ସେହି ସ୍ତ୍ରୀ ଆପଣା ପୁତ୍ରକୁ ସ୍ତନ୍ୟପାନ ତ୍ୟାଗ କରାଇବା ପର୍ଯ୍ୟନ୍ତ ଅପେକ୍ଷା କରି ସ୍ତନ୍ୟପାନ କରାଇଲା। BSB BSB: “Do what you think is best,” her husband Elkanah replied, “and stay here until you have weaned him. Only may the LORD confirm His word.” So Hannah stayed and nursed her son until she had weaned him.
24 ULB ଏଥିଉତ୍ତାରେ ସେ ତାହାକୁ ସ୍ତନ୍ୟପାନ ତ୍ୟାଗ କରାନ୍ତେ, ତିନି ଗୋବତ୍ସ ଓ ଏକ ଐଫା ମଇଦା ଓ ଏକ କୁମ୍ପା ଦ୍ରାକ୍ଷାରସ ସହିତ ତାହାକୁ ଶୀଲୋସ୍ଥିତ ସଦାପ୍ରଭୁଙ୍କ ଗୃହକୁ ଆଣିଲା; ସେତେବେଳେ ବାଳକ ଅଳ୍ପ ବୟସ୍କ ଥିଲା। BSB BSB: Once she had weaned him, Hannah took the boy with her, along with a three-year-old bull, an ephah of flour, and a skin of wine. Though the boy was still young, she brought him to the house of the LORD at Shiloh.
25 ULB ତହୁଁ ସେମାନେ ଗୋବତ୍ସ ବଧ କରି ବାଳକକୁ ଏଲିଙ୍କ କତିକି ଆଣିଲେ। BSB BSB: And when they had slaughtered the bull, they brought the boy to Eli.
26 ULB ତହିଁରେ ସେ ସ୍ତ୍ରୀ କହିଲା, ହେ ମୋହର ପ୍ରଭୁ, ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ, ହେ ମୋହର ପ୍ରଭୁ, ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରୁ କରୁ ଏହି ସ୍ଥାନରେ ତୁମ୍ଭ ସମ୍ମୁଖରେ ଠିଆ ହୋଇଥିଲା, ମୁଁ ସେହି। BSB BSB: “Please, my lord,” said Hannah, “as surely as you live, my lord, I am the woman who stood here beside you praying to the LORD.
27 ULB ଏହି ବାଳକ ନିମନ୍ତେ ମୁଁ ପ୍ରାର୍ଥନା କରିଥିଲି; ଆଉ ମୁଁ ଯାହା ମାଗିଥିଲି, ସଦାପ୍ରଭୁ ମୋହର ସେହି ନିବେଦନ ଅନୁସାରେ ମୋତେ ଦେଇଅଛନ୍ତି। BSB BSB: I prayed for this boy, and since the LORD has granted me what I asked of Him,
28 ULB ଏଣୁ ମୁଁ ମଧ୍ୟ ତାହାକୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିବେଦନ କଲି; ସେ ଯାବଜ୍ଜୀବନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସମର୍ପଣ ହେଲା, ଏଉତ୍ତାରେ ସେ ସେଠାରେ ସଦାପ୍ରଭୁଙ୍କର ଆରାଧନା କଲା। BSB BSB: I now dedicate the boy to the LORD. For as long as he lives, he is dedicated to the LORD.” So they worshiped the LORD there.
Select verses for actions: Enter goes to them and Escape comes back.