1 ULB ଏଥିଉତ୍ତାରେ ଅମ୍ମୋନୀୟ ନାହଶ୍ ଆସି ଯାବେଶ-ଗିଲୀୟଦ ସମ୍ମୁଖରେ ଛାଉଣି ସ୍ଥାପନ କଲା; ତହିଁରେ ଯାବେଶର ସମସ୍ତ ଲୋକ ନାହଶ୍କୁ କହିଲେ, ତୁମ୍ଭେ ଆମ୍ଭମାନଙ୍କ ସହିତ ଏକ ନିୟମ ସ୍ଥିର କର, ତେବେ ଆମ୍ଭେମାନେ ତୁମ୍ଭର ସେବା କରିବା। BSB BSB: Then Nahash the Ammonite came up and laid siege to Jabesh-gilead. All the men of Jabesh said to him, “Make a treaty with us, and we will serve you.”
2 ULB ତହୁଁ ଅମ୍ମୋନୀୟ ନାହଶ୍ ସେମାନଙ୍କୁ ଉତ୍ତର କଲା, ତୁମ୍ଭ ସମସ୍ତଙ୍କର ଦକ୍ଷିଣ ଚକ୍ଷୁ ଉପୁଡ଼ାଗଲେ ମୁଁ ତୁମ୍ଭମାନଙ୍କ ସହିତ ନିୟମ ସ୍ଥିର କରିବି; ଆଉ ମୁଁ ତଦ୍ଦ୍ୱାରା ସମସ୍ତ ଇସ୍ରାଏଲ ଉପରେ ଅପମାନ ଥୋଇବି। BSB BSB: But Nahash the Ammonite replied, “I will make a treaty with you on one condition, that I may put out everyone’s right eye and bring reproach upon all Israel.”
3 ULB ତେବେ ଯାବେଶର ପ୍ରାଚୀନମାନେ ତାହାକୁ କହିଲେ, ସାତ ଦିନ ଆମ୍ଭମାନଙ୍କୁ ଛାଡ଼ିଦିଅ, ଆମ୍ଭେମାନେ ଇସ୍ରାଏଲ ସୀମାର ସର୍ବତ୍ର ଦୂତ ପଠାଇବା; ତହିଁରେ କେହି ଯେବେ ଆମ୍ଭମାନଙ୍କୁ ଉଦ୍ଧାର କରିବାକୁ ନ ଥାଏ, ତେବେ ଆମ୍ଭେମାନେ ବାହାର ହୋଇ ତୁମ୍ଭ ନିକଟକୁ ଆସିବୁ। BSB BSB: “Hold off for seven days,” replied the elders of Jabesh, “and let us send messengers throughout Israel. If there is no one to save us, we will surrender to you.”
4 ULB ଏଥିଉତ୍ତାରେ ଦୂତମାନେ ଶାଉଲଙ୍କ ବାସସ୍ଥାନ ଗିବୀୟାକୁ ଆସି ଲୋକମାନଙ୍କ କର୍ଣ୍ଣଗୋଚରରେ ସେହିସବୁ କଥା କହିଲେ; ତହିଁରେ ସମସ୍ତ ଲୋକ ଆପଣା ଆପଣା ରବ ଉଠାଇ ରୋଦନ କଲେ। BSB BSB: When the messengers came to Gibeah of Saul and relayed these words in the hearing of the people, they all wept aloud.
5 ULB ଏହି ସମୟରେ ଦେଖ, ଶାଉଲ କ୍ଷେତ୍ରରୁ ବଳଦମାନଙ୍କ ପଛେ ଆସୁ ଆସୁ ଉପସ୍ଥିତ ହେଲେ; ଆଉ ଶାଉଲ ପଚାରିଲେ, ଲୋକମାନଙ୍କର କଅଣ ହେଲା ଯେ, ସେମାନେ ରୋଦନ କରୁଅଛନ୍ତି? ତହିଁରେ ସେମାନେ ଯାବେଶର ଲୋକମାନଙ୍କ କଥା ତାଙ୍କୁ ଜଣାଇଲେ। BSB BSB: Just then Saul was returning from the field, behind his oxen. “What troubles the people?” asked Saul. “Why are they weeping?” And they relayed to him the words of the men from Jabesh.
6 ULB ସେହି କଥା ଶୁଣିବାମାତ୍ରେ ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କୁ ଆକ୍ରାନ୍ତ କରନ୍ତେ, ତାଙ୍କର କ୍ରୋଧ ଅତିଶୟ ପ୍ରଜ୍ୱଳିତ ହେଲା। BSB BSB: When Saul heard their words, the Spirit of God rushed upon him, and he burned with great anger.
7 ULB ତହୁଁ ସେ ଏକ ହଳ ବଳଦ ନେଇ ଖଣ୍ଡ ଖଣ୍ଡ କରି କାଟିଲେ ଓ ଦୂତମାନଙ୍କ ହସ୍ତରେ ଇସ୍ରାଏଲ ସୀମାର ସର୍ବତ୍ର ତାହା ପଠାଇ କହିଲେ, ଯେ କେହି ବାହାରି ଶାଉଲ ଓ ଶାମୁୟେଲଙ୍କର ପଶ୍ଚାଦ୍ଗମନ ନ କରେ, ତାହାର ବଳଦମାନଙ୍କ ପ୍ରତି ଏହିପରି କରାଯିବ। ତହୁଁ ସଦାପ୍ରଭୁଙ୍କଠାରୁ ଲୋକମାନଙ୍କ ଉପରେ ଆଶଙ୍କା ପଡ଼ନ୍ତେ, ସେମାନେ ଏକ ମନୁଷ୍ୟ ପରି ବାହାର ହୋଇ ଆସିଲେ। BSB BSB: He took a pair of oxen, cut them into pieces, and sent them by messengers throughout the land of Israel, proclaiming, “This is what will be done to the oxen of anyone who does not march behind Saul and Samuel.” Then the terror of the LORD fell upon the people, and they came out together as one man.
8 ULB ତେବେ ସେ ବେଷକରେ ସେମାନଙ୍କୁ ଗଣନା କଲେ; ତହିଁରେ ଇସ୍ରାଏଲ ସନ୍ତାନଗଣ ତିନି ଲକ୍ଷ ଓ ଯିହୁଦାର ତିରିଶ ହଜାର ଲୋକ ହେଲେ। BSB BSB: And when Saul numbered them at Bezek, there were 300,000 Israelites and 30,000 men of Judah.
9 ULB ଏଥିଉତ୍ତାରେ ସେମାନେ ସେହି ଆଗତ ଦୂତମାନଙ୍କୁ କହିଲେ, ତୁମ୍ଭେମାନେ ଯାବେଶ-ଗିଲୀୟଦର ଲୋକମାନଙ୍କୁ କୁହ, କାଲି ଖରାବେଳେ ତୁମ୍ଭେମାନେ ଉଦ୍ଧାର ପାଇବ; ତହିଁରେ ଦୂତମାନେ ଆସି ଯାବେଶର ଲୋକମାନଙ୍କୁ ତାହା ଜଣାନ୍ତେ, ସେମାନେ ଆନନ୍ଦିତ ହେଲେ। BSB BSB: So they said to the messengers who had come, “Tell the men of Jabesh-gilead: ‘Deliverance will be yours tomorrow by the time the sun is hot.’” And when the messengers relayed this to the men of Jabesh, they rejoiced.
10 ULB ଏନିମନ୍ତେ ଯାବେଶର ଲୋକମାନେ (ନାହଶ୍କୁ) କହିଲେ, କାଲି ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ବାହାର ହୋଇ ଯିବା, ତହିଁରେ ତୁମ୍ଭମାନଙ୍କ ଦୃଷ୍ଟିକି ଯାହା ଭଲ ଦିଶେ, ତାହା ଆମ୍ଭ ସମସ୍ତଙ୍କ ପ୍ରତି କରିବ। BSB BSB: Then the men of Jabesh said to Nahash, “Tomorrow we will come out, and you can do with us whatever seems good to you.”
11 ULB ପରଦିନ ଶାଉଲ ଲୋକମାନଙ୍କୁ ତିନି ଦଳ କଲେ; ତେଣୁ ସେମାନେ ପ୍ରଭାତୀୟ ପ୍ରହରରେ ଅମ୍ମୋନୀୟମାନଙ୍କ ଛାଉଣି ମଧ୍ୟକୁ ଯାଇ ଖରାବେଳ ପର୍ଯ୍ୟନ୍ତ ସେମାନଙ୍କୁ ସଂହାର କଲେ; ତହିଁରେ ସେମାନଙ୍କର ଅବଶିଷ୍ଟ ଲୋକମାନେ ଏପରି ଛିନ୍ନଭିନ୍ନ ହେଲେ ଯେ, ସେମାନଙ୍କର ଦୁଇ ଜଣ ଏକତ୍ର ରହିଲେ ନାହିଁ। BSB BSB: The next day Saul organized the troops into three divisions, and during the morning watch they invaded the camp of the Ammonites and slaughtered them, until the hottest part of the day. And the survivors were so scattered that no two of them were left together.
12 ULB ଏଥିଉତ୍ତାରେ ଲୋକମାନେ ଶାମୁୟେଲଙ୍କୁ କହିଲେ, କିଏ କହୁଥିଲା କି, ଶାଉଲ ଆମ୍ଭମାନଙ୍କ ଉପରେ ରାଜା ହେବ? ସେହି ଲୋକମାନଙ୍କୁ ଆଣ, ଆମ୍ଭେମାନେ ସେମାନଙ୍କୁ ବଧ କରିବା। BSB BSB: Then the people said to Samuel, “Who said that Saul should not reign over us? Bring those men here so we can kill them!”
13 ULB ମାତ୍ର ଶାଉଲ କହିଲେ, ଆଜି କୌଣସି ଲୋକର ପ୍ରାଣଦଣ୍ଡ ହେବ ନାହିଁ, କାରଣ ଆଜି ସଦାପ୍ରଭୁ ଇସ୍ରାଏଲ ମଧ୍ୟରେ ଉଦ୍ଧାର ସାଧନ କରିଅଛନ୍ତି। BSB BSB: But Saul ordered, “No one shall be put to death this day, for today the LORD has worked salvation in Israel.”
14 ULB ଏଥିଉତ୍ତାରେ ଶାମୁୟେଲ ଲୋକମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଗିଲ୍ଗଲ୍କୁ ଯାଇ ସେଠାରେ ପୁନର୍ବାର ରାଜତ୍ୱ ସ୍ଥିର କରିବା। BSB BSB: Then Samuel said to the people, “Come, let us go to Gilgal and renew the kingship there.”
15 ULB ତହିଁରେ ସମସ୍ତ ଲୋକ ଗିଲ୍ଗଲ୍କୁ ଗଲେ ଓ ସେହି ଗିଲ୍ଗଲ୍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଶାଉଲଙ୍କୁ ରାଜା କଲେ; ଆଉ ସେସ୍ଥାନରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନେ ମଙ୍ଗଳାର୍ଥକ ବଳିଦାନ କଲେ; ପୁଣି, ସେହି ସ୍ଥାନରେ ଶାଉଲ ଓ ଇସ୍ରାଏଲର ସମସ୍ତ ଲୋକ ମହାଆନନ୍ଦ କଲେ। BSB BSB: So all the people went to Gilgal and confirmed Saul as king in the presence of the LORD. There they sacrificed peace offerings before the LORD, and Saul and all the Israelites rejoiced greatly.
Select verses for actions: Enter goes to them and Escape comes back.