1 ULB ଏଥିଉତ୍ତାରେ ଦାଉଦଙ୍କୁ ବଧ କରିବା ପାଇଁ ଶାଉଲ ଆପଣା ପୁତ୍ର ଯୋନାଥନକୁ ଓ ଆପଣା ଦାସ ସମସ୍ତଙ୍କୁ କହିଲେ। BSB BSB: Then Saul ordered his son Jonathan and all his servants to kill David. But Jonathan delighted greatly in David,
2 ULB ମାତ୍ର ଶାଉଲଙ୍କର ପୁତ୍ର ଯୋନାଥନ ଦାଉଦଙ୍କଠାରେ ଅତ୍ୟନ୍ତ ଅନୁରକ୍ତ ଥିଲା। ଏହେତୁ ଯୋନାଥନ ଦାଉଦଙ୍କୁ କହିଲା, ମୋର ପିତା ଶାଉଲ ତୁମ୍ଭକୁ ବଧ କରିବାକୁ ଚାହାନ୍ତି; ଏଥିପାଇଁ ମୁଁ ବିନୟ କରୁଅଛି, ତୁମ୍ଭେ ପ୍ରାତଃକାଳରେ ଆପଣା ବିଷୟରେ ସାବଧାନ ହୋଇ କୌଣସି ଗୁପ୍ତ ସ୍ଥାନରେ ରହି ଆପଣାକୁ ଲୁଚାଅ; BSB BSB: so he warned David, saying, “My father Saul intends to kill you. Be on your guard in the morning; find a secret place and hide there.
3 ULB ପୁଣି, ତୁମ୍ଭେ ଯେଉଁ କ୍ଷେତ୍ରରେ ଥିବ, ସେସ୍ଥାନକୁ ମୁଁ ଯାଇ ମୋହର ପିତାଙ୍କ ପାଖରେ ଠିଆ ହୋଇ ତୁମ୍ଭ ବିଷୟରେ ମୋର ପିତାଙ୍କ ସଙ୍ଗେ କଥୋପକଥନ କରିବି; ଯେବେ ମୁଁ କିଛି ଦେଖିବି, ତେବେ ତୁମ୍ଭକୁ ଜଣାଇବି। BSB BSB: I will go out and stand beside my father in the field where you are, so I can ask about you. And if I find out anything, I will tell you.”
4 ULB ପୁଣି, ଯୋନାଥନ ଆପଣା ପିତା ଶାଉଲଙ୍କୁ ଦାଉଦଙ୍କ ବିଷୟରେ ଭଲ କଥା କହି ତାଙ୍କୁ କହିଲା, ମହାରାଜ, ଆପଣା ଦାସ ଦାଉଦ ବିରୁଦ୍ଧରେ ପାପ ନ କରନ୍ତୁ, ଯେହେତୁ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ; ମାତ୍ର ତାହାର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି; BSB BSB: Then Jonathan spoke well of David to his father Saul and said to him, “The king should not sin against his servant David; he has not sinned against you. In fact, his actions have been highly beneficial to you.
5 ULB କାରଣ ସେ ଆପଣା ପ୍ରାଣ ହସ୍ତରେ ଧରି ସେହି ପଲେଷ୍ଟୀୟକୁ ବଧ କଲା, ତହିଁରେ ସଦାପ୍ରଭୁ ସମୁଦାୟ ଇସ୍ରାଏଲ ନିମନ୍ତେ ମହା ଉଦ୍ଧାର ସାଧନ କଲେ; ଆପଣ ତାହା ଦେଖିଥିଲେ ଓ ଆନନ୍ଦ କରିଥିଲେ; ତେବେ ଆପଣ ବିନା କାରଣରେ ଦାଉଦକୁ ବଧ କରି କାହିଁକି ନିର୍ଦ୍ଦୋଷ ରକ୍ତ ବିରୁଦ୍ଧରେ ପାପ କରିବେ? BSB BSB: He took his life in his hands when he struck down the Philistine, and the LORD worked a great salvation for all Israel. You saw it and rejoiced, so why would you sin against innocent blood by killing David for no reason?”
6 ULB ଏଥିରେ ଶାଉଲ ଯୋନାଥନର ରବ ଶୁଣିଲେ; ପୁଣି, ଶାଉଲ ଶପଥ କରି କହିଲେ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ହତ ହେବେ ନାହିଁ। BSB BSB: Saul listened to the voice of Jonathan and swore an oath: “As surely as the LORD lives, David will not be put to death.”
7 ULB ଏଉତ୍ତାରେ ଯୋନାଥନ ଦାଉଦଙ୍କୁ ଡାକିଲା ଓ ଯୋନାଥନ ତାଙ୍କୁ ସେ ସମସ୍ତ କଥା ଜଣାଇଲା। ପୁଣି, ଯୋନାଥନ ଦାଉଦଙ୍କୁ ଶାଉଲଙ୍କ ନିକଟକୁ ଆଣିଲା, ତହିଁରେ ସେ ପୂର୍ବ ପରି ତାଙ୍କ ସମ୍ମୁଖରେ ରହିଲେ। BSB BSB: So Jonathan summoned David and told him all these things. Then Jonathan brought David to Saul, and David was with Saul as before.
8 ULB ଏଥିଉତ୍ତାରେ ପୁନର୍ବାର ଯୁଦ୍ଧ ହେଲା; ତହିଁରେ ଦାଉଦ ବାହାରି ପଲେଷ୍ଟୀୟମାନଙ୍କ ସଙ୍ଗେ ଯୁଦ୍ଧ କରି ସେମାନଙ୍କୁ ମହାସଂହାରରେ ବଧ କଲେ; ତହୁଁ ସେମାନେ ତାଙ୍କ ସମ୍ମୁଖରୁ ପଳାୟନ କଲେ। BSB BSB: When war broke out again, David went out and fought the Philistines and struck them with such a mighty blow that they fled before him.
9 ULB ଏଉତ୍ତାରେ ଶାଉଲ ଆପଣା ହାତରେ ବର୍ଚ୍ଛା ଧରି ଗୃହରେ ବସିଥିବା ବେଳେ ସଦାପ୍ରଭୁଙ୍କଠାରୁ ଏକ ମନ୍ଦ ଆତ୍ମା ତାଙ୍କ ଉପରକୁ ଆସିଲା; ସେସମୟରେ ଦାଉଦ ଆପଣା ହସ୍ତରେ ବାଦ୍ୟ ବଜାଉଥିଲେ, BSB BSB: But as Saul was sitting in his house with his spear in his hand, a spirit of distress from the LORD came upon him. While David was playing the harp,
10 ULB ଏପରି ସମୟରେ ଶାଉଲ ବର୍ଚ୍ଛାରେ ଦାଉଦଙ୍କୁ କାନ୍ଥରେ ଫୋଡ଼ି ପକାଇବାକୁ ଚାହିଁଲେ; ମାତ୍ର ସେ ଶାଉଲଙ୍କ ସମ୍ମୁଖରୁ ଘୁଞ୍ଚିଯିବାରୁ ବର୍ଚ୍ଛା କାନ୍ଥରେ ଫୋଡ଼ି ହୋଇଗଲା; ପୁଣି, ଦାଉଦ ପଳାଇ ସେହି ରାତ୍ରି ରକ୍ଷା ପାଇଲେ। BSB BSB: Saul tried to pin him to the wall with his spear. But David eluded him and the spear struck the wall. And David fled and escaped that night.
11 ULB ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ। BSB BSB: Then Saul sent messengers to David’s house to watch him and kill him in the morning. But David’s wife Michal warned him, “If you do not run for your life tonight, tomorrow you will be dead!”
12 ULB ତେଣୁ ମୀଖଲ ଝରକା ଦେଇ ଦାଉଦଙ୍କୁ ଓହ୍ଲାଇ ଦେଲା; ଏଥିରେ ସେ ଗଲେ ଓ ପଳାଇ ରକ୍ଷା ପାଇଲେ। BSB BSB: So Michal lowered David from the window, and he ran away and escaped.
13 ULB ତହୁଁ ମୀଖଲ ମୂର୍ତ୍ତି ନେଇ ଶଯ୍ୟାରେ ଶୁଆଇଲା ଓ ଛାଗଲୋମ ନିର୍ମିତ ରେଜାଇ ତହିଁର ମସ୍ତକରେ ଦେଇ ତାହାକୁ ଚାଦରରେ ଘୋଡ଼ାଇ ରଖିଲା। BSB BSB: Then Michal took a household idol and laid it in the bed, placed some goat hair on its head, and covered it with a garment.
14 ULB ଏଉତ୍ତାରେ ଦାଉଦଙ୍କୁ ଧରି ନେବା ପାଇଁ ଶାଉଲ ଦୂତମାନଙ୍କୁ ପଠାନ୍ତେ, ମୀଖଲ କହିଲା, ସେ ପୀଡ଼ିତ ଅଛନ୍ତି। BSB BSB: When Saul sent the messengers to seize David, Michal said, “He is ill.”
15 ULB ତହିଁରେ ଶାଉଲ ଦାଉଦଙ୍କୁ ଦେଖିବା ପାଇଁ ଦୂତମାନଙ୍କୁ ପଠାଇ କହିଲେ, ତାହାକୁ ଶଯ୍ୟାରେ ମୋ’ ନିକଟକୁ ଆଣ, ମୁଁ ତାହାକୁ ବଧ କରିବି। BSB BSB: But Saul sent the messengers back to see David and told them, “Bring him up to me in his bed so I can kill him.”
16 ULB ତହୁଁ ଦୂତମାନେ ଭିତରେ ଯାଆନ୍ତେ, ଦେଖ, ଶଯ୍ୟାରେ ମୂର୍ତ୍ତି ଅଛି ଓ ତହିଁର ମସ୍ତକରେ ଛାଗଲୋମ ନିର୍ମିତ ରେଜାଇ ଅଛି। BSB BSB: And when the messengers entered, there was the idol in the bed with the goat hair on its head.
17 ULB ଏଣୁ ଶାଉଲ ମୀଖଲକୁ କହିଲେ, ତୁମ୍ଭେ କାହିଁକି ମୋତେ ଏରୂପ ପ୍ରବଞ୍ଚନା କଲ ଓ ମୋ’ ଶତ୍ରୁକୁ ଛାଡ଼ିଦେଲ ଯେ, ସେ ପଳାଇଗଲା? ତହିଁରେ ମୀଖଲ ଶାଉଲଙ୍କୁ ଉତ୍ତର କଲା, ସେ ମୋତେ କହିଲେ, ମୋତେ ଛାଡ଼ିଦିଅ; ମୁଁ କାହିଁକି ତୁମ୍ଭକୁ ବଧ କରିବି? BSB BSB: And Saul said to Michal, “Why did you deceive me like this? You sent my enemy away, and he has escaped!” Michal replied, “He said to me, ‘Help me get away, or I will kill you!’”
18 ULB ଏଥି ମଧ୍ୟରେ ଦାଉଦ ପଳାଇ ରକ୍ଷା ପାଇଲେ ଓ ରାମାରେ ଶାମୁୟେଲଙ୍କ ନିକଟକୁ ଯାଇ ଶାଉଲ ତାଙ୍କ ପ୍ରତି ଯାହା କରିଥିଲେ, ତାହା ସବୁ ତାଙ୍କୁ ଜଣାଇଲେ। ତହୁଁ ସେ ଓ ଶାମୁୟେଲ ଯାଇ ନାୟୋତରେ ବାସ କଲେ। BSB BSB: So David ran away and escaped. And he went to Samuel at Ramah and told him all that Saul had done to him. Then he and Samuel went to Naioth and stayed there.
19 ULB ଏଉତ୍ତାରେ ଶାଉଲଙ୍କୁ ଜଣାଇ ଦିଆଗଲା, ଦେଖ, ଦାଉଦ ରାମାସ୍ଥିତ ନାୟୋତରେ ଅଛନ୍ତି। BSB BSB: When Saul was told that David was at Naioth in Ramah,
20 ULB ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍ବକ୍ତା ଦଳକୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। BSB BSB: he sent messengers to seize him. But when they saw the group of prophets prophesying, with Samuel leading them, the Spirit of God came upon them, and Saul’s messengers also began to prophesy.
21 ULB ଆଉ ଏହି କଥା ଶାଉଲଙ୍କୁ ଜଣାଇ ଦିଆଯାଆନ୍ତେ, ସେ ଅନ୍ୟ ଦୂତମାନଙ୍କୁ ପଠାଇଲେ, ମାତ୍ର ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। ଏଉତ୍ତାରେ ଶାଉଲ ପୁନର୍ବାର ତୃତୀୟ ଥର ଦୂତମାନଙ୍କୁ ପଠାଇଲେ ଓ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। BSB BSB: When this was reported to Saul, he sent more messengers, but they began to prophesy as well. So Saul tried again and sent messengers a third time, and even they began to prophesy.
22 ULB ତେବେ ସେ ନିଜେ ମଧ୍ୟ ରାମାକୁ ଯାଇ ସେଖୁସ୍ଥିତ ବୃହତ କୂପ ନିକଟରେ ଉପସ୍ଥିତ ହେଲେ; ପୁଣି, ସେ ପଚାରି କହିଲେ, ଶାମୁୟେଲ ଓ ଦାଉଦ କେଉଁଠାରେ ଅଛନ୍ତି? ଏଥିରେ ଜଣେ କହିଲା, ଦେଖ, ସେମାନେ ରାମାସ୍ଥିତ ନାୟୋତରେ ଅଛନ୍ତି। BSB BSB: Finally, Saul himself left for Ramah and came to the large cistern at Secu, where he asked, “Where are Samuel and David?” “At Naioth in Ramah,” he was told.
23 ULB ତେଣୁ ସେ ରାମାସ୍ଥିତ ନାୟୋତକୁ ଗଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ତାଙ୍କ ଉପରକୁ ମଧ୍ୟ ଆସନ୍ତେ, ସେ ଯାଉ ଯାଉ ରାମାସ୍ଥିତ ନାୟୋତରେ ଉପସ୍ଥିତ ହେବା ପର୍ଯ୍ୟନ୍ତ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ। BSB BSB: So Saul went to Naioth in Ramah. But the Spirit of God came upon even Saul, and he walked along prophesying until he came to Naioth in Ramah.
24 ULB ପୁଣି, ସେ ମଧ୍ୟ ଆପଣା ବସ୍ତ୍ର କାଢ଼ି ଶାମୁୟେଲଙ୍କ ସମ୍ମୁଖରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ, ଆଉ ସେହି ସାରାଦିନ ଓ ସାରାରାତ୍ରି ପୋଷାକ ନ ପିନ୍ଧି ପଡ଼ି ରହିଲେ। ତେଣୁ ଲୋକେ କହନ୍ତି, ଶାଉଲ ହିଁ କି ଭବିଷ୍ୟଦ୍ବକ୍ତାମାନଙ୍କ ମଧ୍ୟରେ ଜଣେ? BSB BSB: Then Saul stripped off his robes and also prophesied before Samuel. And he collapsed and lay naked all that day and night. That is why it is said, “Is Saul also among the prophets?”
Select verses for actions: Enter goes to them and Escape comes back.