1 ULB ଏଥିଉତ୍ତାରେ ଦାଉଦ ରାମାସ୍ଥିତ ନାୟୋତରୁ ପଳାଇ ଆସି ଯୋନାଥନ ଆଗରେ କହିଲେ, ମୁଁ କଅଣ କଲି? ମୋହର ଅପରାଧ କଅଣ? ଓ ତୁମ୍ଭ ପିତାଙ୍କ ଛାମୁରେ ମୋହର ପାପ କଅଣ ଯେ, ସେ ମୋର ପ୍ରାଣ ଚାହୁଁଅଛନ୍ତି? BSB BSB: Then David fled from Naioth in Ramah. He came to Jonathan and asked, “What have I done? What is my iniquity? How have I sinned against your father, that he wants to take my life?”
2 ULB ତହୁଁ ସେ ତାଙ୍କୁ କହିଲା; ଏହା ନ ହେଉ; ତୁମ୍ଭେ ମରିବ ନାହିଁ; ଦେଖ, ମୋହର ପିତା ମୋର କର୍ଣ୍ଣଗୋଚର ନ କରି ବଡ଼ କି ସାନ କୌଣସି କର୍ମ କରନ୍ତି ନାହିଁ; ତେବେ ମୋହର ପିତା ମୋ’ଠାରୁ ଏହି କଥା କାହିଁକି ଗୋପନ କରିବେ? ସେପରି ନୁହେଁ। BSB BSB: “Far from it!” Jonathan replied. “You will not die. Indeed, my father does nothing, great or small, without telling me. So why would he hide this matter from me? This cannot be true!”
3 ULB ତହିଁରେ ଦାଉଦ ଶପଥ କରି ପୁନର୍ବାର କହିଲେ, ମୁଁ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ଏହା ତୁମ୍ଭ ପିତା ଉତ୍ତମ ରୂପେ ଜାଣନ୍ତି; ଏଣୁ ସେ କହନ୍ତି, ଯୋନାଥନ ଏହା ନ ଜାଣୁ, ଜାଣିଲେ ସେ ଦୁଃଖିତ ହେବ; ମାତ୍ର ଯାହା ହେଉ, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭ ପ୍ରାଣ ଜୀବିତ ଥିବା ପ୍ରମାଣେ ମୁଁ କହୁଅଛି ଯେ, ମୋର ଓ ମରଣ ମଧ୍ୟରେ ପାହୁଣ୍ଡେ ମାତ୍ର ଅଛି। BSB BSB: But David again vowed, “Your father knows very well that I have found favor in your eyes, and he has said, ‘Jonathan must not know of this, or he will be grieved.’ As surely as the LORD lives and as you yourself live, there is but a step between me and death.”
4 ULB ତେବେ ଯୋନାଥନ ଦାଉଦଙ୍କୁ କହିଲା, ତୁମ୍ଭ ପ୍ରାଣ ଯାହା ବାଞ୍ଛା କରେ, ତାହା ମୁଁ ତୁମ୍ଭ ପାଇଁ କରିବି। BSB BSB: Then Jonathan said to David, “Whatever you desire, I will do for you.”
5 ULB ତହୁଁ ଦାଉଦ ଯୋନାଥନକୁ କହିଲେ, ଦେଖ, କାଲି ଅମାବାସ୍ୟା, ପୁଣି, ରାଜାଙ୍କ ସଙ୍ଗେ ଭୋଜନରେ ବସିବା ପାଇଁ ମୋତେ ତ୍ରୁଟି କରିବାକୁ ହେବ ନାହିଁ; ମାତ୍ର ମୋତେ ଯିବାକୁ ଦିଅ, ମୁଁ ତୃତୀୟ ଦିନର ସନ୍ଧ୍ୟା ପର୍ଯ୍ୟନ୍ତ କ୍ଷେତ୍ରରେ ଲୁଚି ରହିବି। BSB BSB: So David told him, “Look, tomorrow is the New Moon, and I am supposed to dine with the king. Instead, let me go and hide in the field until the third evening from now.
6 ULB ଯେବେ ତୁମ୍ଭ ପିତା ମୋ’ ବିଷୟ କିଛି ପଚାରିବେ, ତେବେ କହିବ, ଦାଉଦ ଆପଣା ନଗର ବେଥଲିହିମକୁ ଧାଇଁ ଯିବା ପାଇଁ ମୋତେ ବହୁତ କହିଲା, କାରଣ ସେସ୍ଥାନରେ ସମୁଦାୟ ପରିବାର ନିମନ୍ତେ ବାର୍ଷିକ ବଳିଦାନ ହେବ। BSB BSB: If your father misses me at all, tell him, ‘David urgently requested my permission to hurry to Bethlehem, his hometown, because there is an annual sacrifice for his whole clan.’
7 ULB ଏଥିରେ ସେ ଯେବେ କହିବେ, ଭଲ, ତେବେ ତୁମ୍ଭ ଦାସର କୁଶଳ ହେବ; ମାତ୍ର ସେ ଯେବେ ଅତି କ୍ରୋଧ କରନ୍ତି, ତେବେ ଜାଣ ଯେ, ତାଙ୍କ ଦ୍ୱାରା ଅମଙ୍ଗଳ ସ୍ଥିର ହୋଇଅଛି। BSB BSB: If he says, ‘Good,’ then your servant is safe, but if he is enraged, you will know he has evil intentions.
8 ULB ଏହେତୁ ତୁମ୍ଭେ ଆପଣାର ଦାସ ପ୍ରତି ଦୟା କର; କାରଣ ତୁମ୍ଭେ ଆପଣା ସହିତ ଆପଣା ଦାସକୁ ସଦାପ୍ରଭୁଙ୍କ ଏକ ନିୟମରେ ଆବଦ୍ଧ କରିଅଛ; ମାତ୍ର ମୋହର ଯେବେ କୌଣସି ଅପରାଧ ଥାଏ, ତେବେ ତୁମ୍ଭେ ନିଜେ ମୋତେ ବଧ କର; ତୁମ୍ଭ ପିତାଙ୍କ ନିକଟକୁ କାହିଁକି ମୋତେ ନେଇ ଯିବ? BSB BSB: Therefore show kindness to your servant, for you have brought me into a covenant with you before the LORD. If there is iniquity in me, then kill me yourself; why should you bring me to your father?”
9 ULB ତହିଁରେ ଯୋନାଥନ କହିଲା, ତାହା ତୁମ୍ଭଠାରୁ ଦୂର ହେଉ; କାରଣ ତୁମ୍ଭ ପ୍ରତି ଅମଙ୍ଗଳ ଘଟଣା ମୋ’ ପିତାଙ୍କ ଦ୍ୱାରା ସ୍ଥିର ହୋଇଥିବାର ଯେବେ ମୁଁ ଜାଣିବି, ତେବେ ମୁଁ କି ତାହା ତୁମ୍ଭକୁ କହିବି ନାହିଁ? BSB BSB: “Never!” Jonathan replied. “If I ever found out that my father had evil intentions against you, would I not tell you?”
10 ULB ତହୁଁ ଦାଉଦ ଯୋନାଥନକୁ କହିଲେ, ତୁମ୍ଭ ପିତା ଯେବେ କଟୁ ଭାବରେ ତୁମ୍ଭକୁ ଉତ୍ତର ଦେବେ, ତେବେ କିଏ ମୋତେ କହିବ? BSB BSB: Then David asked Jonathan, “Who will tell me if your father answers you harshly?”
11 ULB ତହିଁରେ ଯୋନାଥନ ଦାଉଦଙ୍କୁ କହିଲା, ଆସ, ଆମ୍ଭେମାନେ କ୍ଷେତ୍ରକୁ ଯାଉ। ତହିଁରେ ସେ ଦୁହେଁ ବାହାରି କ୍ଷେତ୍ରକୁ ଗଲେ। BSB BSB: “Come,” he replied, “let us go out to the field.” So the two of them went out into the field,
12 ULB ଏଉତ୍ତାରେ ଯୋନାଥନ ଦାଉଦଙ୍କୁ କହିଲା, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ସାକ୍ଷୀ ରହିଲେ; ମୁଁ କାଲି ଏହି ସମୟରେ ବା ତୃତୀୟ ଦିନରେ ଆପଣା ପିତାଙ୍କ ମନ ବୁଝିଲା ଉତ୍ତାରେ, ଦେଖ, ଯେବେ ଦାଉଦଙ୍କ ପକ୍ଷରେ ମଙ୍ଗଳ ଥାଏ, ତେବେ ମୁଁ ତୁମ୍ଭ କତିକି ଲୋକ ପଠାଇ କି ତାହା ତୁମ୍ଭ କର୍ଣ୍ଣଗୋଚର ନ କରିବି? BSB BSB: and Jonathan said, “By the LORD, the God of Israel, I will sound out my father by this time tomorrow or the next day. If he is favorable toward you, will I not send for you and tell you?
13 ULB ତୁମ୍ଭର ଅମଙ୍ଗଳ କରିବା ମୋ’ ପିତାଙ୍କର ମାନସ ଥିଲେ, ଯେବେ ମୁଁ ତାହା ତୁମ୍ଭ କର୍ଣ୍ଣଗୋଚର ନ କରେ ଓ ତୁମ୍ଭେ କୁଶଳରେ ଯିବା ପାଇଁ ଯେବେ ତୁମ୍ଭକୁ ପଠାଇ ନ ଦିଏ, ତେବେ ସଦାପ୍ରଭୁ ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ମୋତେ ଦେଉନ୍ତୁ। ସଦାପ୍ରଭୁ ଯେପରି ମୋ ପିତାଙ୍କ ସଙ୍ଗୀ ହୋଇଅଛନ୍ତି, ସେପରି ତୁମ୍ଭ ସଙ୍ଗରେ ହେଉନ୍ତୁ। BSB BSB: But if my father intends to bring evil on you, then may the LORD punish me, and ever so severely, if I do not tell you and send you on your way in safety. May the LORD be with you, just as He has been with my father.
14 ULB ହେଲେ ମୁଁ ଯେପରି ନ ମରେ, ଏଥିପାଇଁ ମୋହର ଯାବଜ୍ଜୀବନ ତୁମ୍ଭେ ସଦାପ୍ରଭୁଙ୍କ ଦୟା ମୋ’ ପ୍ରତି ପ୍ରକାଶ କରିବ; BSB BSB: And as long as I live, treat me with the LORD’s loving devotion, that I may not die,
15 ULB କେବଳ ତାହା ନୁହେଁ, ସଦାକାଳ ମୋ’ ବଂଶରୁ ତୁମ୍ଭେ ଆପଣା ଦୟା ଉଚ୍ଛିନ୍ନ କରିବ ନାହିଁ; ନା, ସଦାପ୍ରଭୁ ଦାଉଦଙ୍କର ପ୍ରତ୍ୟେକ ଶତ୍ରୁକୁ ଭୂତଳରୁ ଉଚ୍ଛିନ୍ନ କଲା ଉତ୍ତାରେ ମଧ୍ୟ କରିବ ନାହିଁ। BSB BSB: and do not ever cut off your loving devotion from my household—not even when the LORD cuts off every one of David’s enemies from the face of the earth.”
16 ULB ଏହିରୂପେ ଯୋନାଥନ ଦାଉଦ ବଂଶ ସହିତ ନିୟମ ସ୍ଥିର କରି କହିଲା, ସଦାପ୍ରଭୁ ଦାଉଦଙ୍କ ଶତ୍ରୁମାନଙ୍କ ହସ୍ତରୁ ପରିଶୋଧ ନେବେ। BSB BSB: So Jonathan made a covenant with the house of David, saying, “May the LORD hold David’s enemies accountable.”
17 ULB ଆଉ ଯୋନାଥନ ଦାଉଦଙ୍କୁ ସ୍ନେହ କରିବାରୁ ପୁନର୍ବାର ତାଙ୍କୁ ଶପଥ କରାଇଲା, କାରଣ ସେ ତାଙ୍କୁ ଆପଣା ପ୍ରାଣ ସମାନ ସ୍ନେହ କଲା। BSB BSB: And Jonathan had David reaffirm his vow out of love for him, for Jonathan loved David as he loved himself.
18 ULB ପୁଣି, ଯୋନାଥନ ତାଙ୍କୁ କହିଲା, କାଲି ଅମାବାସ୍ୟା; ଆଉ ତୁମ୍ଭ ଆସନ ଶୂନ୍ୟ ହେଲେ ତୁମ୍ଭେ ଖୋଜାଯିବ। BSB BSB: Then Jonathan said to David, “Tomorrow is the New Moon, and you will be missed, because your seat will be empty.
19 ULB ଏଣୁ ତୁମ୍ଭେ ତିନି ଦିନ ରହିଲା ଉତ୍ତାରେ ଶୀଘ୍ର ଯାଇ କାର୍ଯ୍ୟଦିନରେ ଯେଉଁଠାରେ ଆପଣାକୁ ଲୁଚାଇଥିଲ, ସେହି ସ୍ଥାନରେ ଏଷଲ ନାମକ ପଥର ପାଖରେ ରହିବ। BSB BSB: When you have stayed three days, hurry down to the place you hid on the day this trouble began, and remain beside the stone Ezel.
20 ULB ପୁଣି, ମୁଁ ଲକ୍ଷ୍ୟ କରିବା ଛଳରେ ତହିଁର ପାର୍ଶ୍ୱକୁ ତିନି ତୀର ମାରିବି। BSB BSB: I will shoot three arrows to the side of it, as if I were aiming at a target.
21 ULB ଆଉ ଦେଖ, ମୁଁ ଏକ ବାଳକକୁ ପଠାଇ କହିବି, ଯାଇ ତୀର ଖୋଜ। ମୁଁ ଯେବେ ସେହି ବାଳକକୁ କହେ, ଦେଖ, ତୀର ତୁମ୍ଭ ଏପାଖରେ ଅଛି, ତାହା ନେଇ ଆସ; ତେବେ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭ ପାଇଁ ମଙ୍ଗଳ ଅଛି, କୌଣସି ଭୟ ନାହିଁ। BSB BSB: Then I will send a boy and say, ‘Go, find the arrows!’ Now, if I expressly say to him, ‘Look, the arrows are on this side of you; bring them,’ then come, because as surely as the LORD lives, it is safe for you, and there is no danger.
22 ULB ମାତ୍ର ଦେଖ, ତୁମ୍ଭ ସେପାଖରେ ତୀର ଅଛି, ଯେବେ ମୁଁ ସେ ବାଳକକୁ ଏପରି କହେ; ତେବେ ତୁମ୍ଭେ ଚାଲି ଯାଅ; କାରଣ ସଦାପ୍ରଭୁ ତୁମ୍ଭକୁ ବିଦାୟ କଲେ। BSB BSB: But if I say to the young man, ‘Look, the arrows are beyond you,’ then you must go, for the LORD has sent you away.
23 ULB ଆଉ ଦେଖ, ତୁମ୍ଭର ଓ ମୋହର ଏହି କଥୋପକଥନ ବିଷୟରେ ସଦାପ୍ରଭୁ ତୁମ୍ଭ ଓ ମୋ’ ମଧ୍ୟରେ ସାକ୍ଷୀ ରହିଲେ। BSB BSB: And as for the matter you and I have discussed, the LORD is a witness between you and me forever.”
24 ULB ତହିଁରେ ଦାଉଦ କ୍ଷେତ୍ରରେ ଲୁଚିଲେ; ପୁଣି, ଅମାବାସ୍ୟା ଉପସ୍ଥିତ ହୁଅନ୍ତେ, ରାଜା ଭୋଜନରେ ବସିଲେ। BSB BSB: So David hid in the field, and when the New Moon had come, the king sat down to eat.
25 ULB ଆଉ ରାଜା ଅନ୍ୟ ସମୟ ପରି କାନ୍ଥ ନିକଟସ୍ଥ ଆପଣା ଆସନରେ ବସିଲେ; ଏଥିରେ ଯୋନାଥନ ଠିଆ ହେଲା ଓ ଅବ୍ନର ଶାଉଲଙ୍କ ପାଖରେ ବସିଲା; ମାତ୍ର ଦାଉଦଙ୍କର ସ୍ଥାନ ଶୂନ୍ୟ ଥିଲା। BSB BSB: He sat in his usual place by the wall, opposite Jonathan and beside Abner, but David’s place was empty.
26 ULB ତଥାପି ସେହିଦିନ ଶାଉଲ କିଛି କହିଲେ ନାହିଁ; କାରଣ ସେ ବିଚାର କଲେ, ତାହାକୁ କିଛି ଘଟିଅଛି, ସେ ଶୁଚି ନାହିଁ; ସେ ଅବଶ୍ୟ ଶୁଚି ନ ଥିବ। BSB BSB: Saul said nothing that day because he thought, “Something has happened to David to make him ceremonially unclean—surely he is unclean.”
27 ULB ମାତ୍ର ଅମାବାସ୍ୟାର ପର ଦିବସ ଦ୍ୱିତୀୟ ଦିନରେ ଦାଉଦଙ୍କର ସ୍ଥାନ ଶୂନ୍ୟ ହେଲା; ତହିଁରେ ଶାଉଲ ଆପଣା ପୁତ୍ର ଯୋନାଥନକୁ କହିଲେ, ଯିଶୀର ପୁତ୍ର କାହିଁକି ଭୋଜନକୁ ଆସୁ ନାହିଁ, କାଲି ନାହିଁ କି ଆଜି ନାହିଁ? BSB BSB: But on the day after the New Moon, the second day, David’s place was still empty, and Saul asked his son Jonathan, “Why hasn’t the son of Jesse come to the meal either yesterday or today?”
28 ULB ତହୁଁ ଯୋନାଥନ ଶାଉଲଙ୍କୁ ଉତ୍ତର କଲା, ଦାଉଦ ବେଥଲିହିମକୁ ଯିବା ପାଇଁ ମୋତେ ବହୁତ କହିଲା, BSB BSB: Jonathan answered, “David urgently requested my permission to go to Bethlehem,
29 ULB ଆଉ ସେ କହିଲା, ବିନୟ କରୁଅଛି, ମୋତେ ଯିବାକୁ ଦିଅ; କାରଣ ନଗରରେ ମୋର ପରିବାର ପାଇଁ ବଳିଦାନ ହେବାର ଅଛି ଓ ସେଠାରେ ଉପସ୍ଥିତ ହେବା ପାଇଁ ମୋହର ଭାଇ ମୋତେ ଆଜ୍ଞା ଦେଇଅଛନ୍ତି। ଏହେତୁ ମୁଁ ଯେବେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛି, ତେବେ ବିନୟ କରୁଅଛି ମୋର ଭାଇମାନଙ୍କୁ ଦେଖିବା ପାଇଁ ମୋତେ ଛାଡ଼ିଦିଅ। ଏହି କାରଣରୁ ସେ ରାଜାଙ୍କ ମେଜକୁ ଆସି ନାହିଁ। BSB BSB: saying, ‘Please let me go, because our clan is holding a sacrifice in the city, and my brother has told me to be there. So now, if I have found favor in your eyes, please let me go and see my brothers.’ That is why he has not come to the king’s table.”
30 ULB ଏଥିରେ ଯୋନାଥନ ପ୍ରତି ଶାଉଲଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା ଓ ସେ ତାହାକୁ କହିଲେ, ଆରେ ବିପଥଗାମିନୀ ଦ୍ରୋହିଣୀର ପୁତ୍ର, ତୁ ଯେ ଆପଣାର ଲଜ୍ଜା ଓ ଆପଣା ମାତାର ଆବରଣୀୟର ଲଜ୍ଜା ନିମନ୍ତେ ଯିଶୀର ପୁତ୍ରକୁ ମନୋନୀତ କରିଅଛୁ, ଏହା କ’ଣ ମୁଁ ଜାଣୁ ନାହିଁ? BSB BSB: Then Saul’s anger burned against Jonathan, and he said to him, “You son of a perverse and rebellious woman! Do I not know that you have chosen the son of Jesse to your own shame and to the shame of the mother who bore you?
31 ULB କାରଣ ସେହି ଯିଶୀର ପୁତ୍ର ଯେଯାଏ ଭୂତଳରେ ବଞ୍ଚିଥାଏ, ସେଯାଏ, ତୁ, କି ତୋ’ ରାଜ୍ୟ ସ୍ଥିର ହେବ ନାହିଁ। ଏଥିପାଇଁ ଏବେ ଲୋକ ପଠାଇ ତାକୁ ମୋ’ କତିକି ଆଣ, କାରଣ ସେ ନିଶ୍ଚୟ ମରିବ। BSB BSB: For as long as the son of Jesse lives on this earth, neither you nor your kingdom shall be established. Now send for him and bring him to me, for he must surely die!”
32 ULB ତହିଁରେ ଯୋନାଥନ ଆପଣା ପିତା ଶାଉଲଙ୍କୁ ଉତ୍ତର କରି କହିଲା, ସେ କାହିଁକି ହତ ହେବ? ସେ କଅଣ କରିଅଛି? BSB BSB: “Why must he be put to death?” Jonathan replied. “What has he done?”
33 ULB ତହୁଁ ଶାଉଲ ତାହାକୁ ଆଘାତ କରିବା ପାଇଁ ତାହା ଉପରକୁ ଆପଣା ବର୍ଚ୍ଛା ଫୋପାଡ଼ିଲେ; ତଦ୍ଦ୍ୱାରା ଯୋନାଥନ ଜାଣିଲା ଯେ, ଦାଉଦଙ୍କୁ ବଧ କରିବା ଆପଣା ପିତାଙ୍କ ଦ୍ୱାରା ସ୍ଥିରୀକୃତ ହୋଇଅଛି। BSB BSB: Then Saul hurled his spear at Jonathan to kill him. So Jonathan knew that his father was determined to kill David.
34 ULB ଏହେତୁ ଯୋନାଥନ ପ୍ରଚଣ୍ଡ କ୍ରୋଧରେ ମେଜରୁ ଉଠିଲା ଓ ମାସର ଦ୍ୱିତୀୟ ଦିନରେ କିଛି ଭୋଜନ କଲା ନାହିଁ; କାରଣ ତାହାର ପିତା ଦାଉଦଙ୍କର ଅପକାର କରିବାରୁ ସେ ତାଙ୍କ ଲାଗି ଦୁଃଖିତ ହେଲା। BSB BSB: Jonathan got up from the table in fierce anger and did not eat any food that second day of the month, for he was grieved by his father’s shameful treatment of David.
35 ULB ଏଉତ୍ତାରେ ପ୍ରାତଃକାଳରେ ଯୋନାଥନ ଦାଉଦଙ୍କ ସହିତ ନିରୂପିତ ସମୟରେ କ୍ଷେତ୍ରକୁ ବାହାରି ଗଲା, ଆଉ ତାହା ସଙ୍ଗେ ଗୋଟିଏ ସାନ ବାଳକ ଥିଲା। BSB BSB: In the morning Jonathan went out to the field for the appointment with David, and a small boy was with him.
36 ULB ପୁଣି, ସେ ଆପଣା ବାଳକକୁ କହିଲା, ମୁଁ ଯେଉଁ ତୀର ମାରିବି, ତାହାସବୁ ତୁ ଦୌଡ଼ି ଯାଇ ଖୋଜ୍। ଏଥିରେ ବାଳକ ଦୌଡ଼ନ୍ତେ, ସେ ତାହା ଉପର ଦେଇ ଯିବାକୁ ତୀର ମାରିଲା। BSB BSB: He said to the boy, “Run and find the arrows I shoot.” And as the boy ran, Jonathan shot an arrow beyond him.
37 ULB ଆଉ ଯୋନାଥନ ଯେଉଁ ସ୍ଥାନକୁ ତୀର ମାରିଥିଲା, ସେହି ସ୍ଥାନରେ ବାଳକ ଉପସ୍ଥିତ ହୁଅନ୍ତେ, ଯୋନାଥନ ବାଳକକୁ ଡାକି କହିଲା, ତୀର ତୋ’ ସେପାଖରେ ଅଛି ପରା? BSB BSB: When the boy reached the place where Jonathan’s arrow had fallen, Jonathan called to him, “Isn’t the arrow beyond you?”
38 ULB ଆହୁରି ଯୋନାଥନ ବାଳକକୁ ଡାକି କହିଲା, ଚଞ୍ଚଳ ଦୌଡ଼୍, ରହ ନା। ତହିଁରେ ଯୋନାଥନର ବାଳକ ତୀର ସାଉଣ୍ଟି ଆପଣା ପ୍ରଭୁ ନିକଟକୁ ଆସିଲା। BSB BSB: Then Jonathan cried out, “Hurry! Make haste! Do not delay!” So the boy picked up the arrow and returned to his master.
39 ULB ମାତ୍ର ସେ ବାଳକ କିଛି ଜାଣିଲା ନାହିଁ; କେବଳ ଯୋନାଥନ ଓ ଦାଉଦ ସେ କଥା ଜାଣିଲେ। BSB BSB: But the boy did not know anything; only Jonathan and David knew the arrangement.
40 ULB ଏଉତ୍ତାରେ ଯୋନାଥନ ଆପଣା ବାଳକ ହସ୍ତରେ ଆପଣା ଶସ୍ତ୍ରାଦି ଦେଇ ତାହାକୁ କହିଲା, ଯା, ଏସବୁ ନଗରକୁ ନେ। BSB BSB: Then Jonathan gave his equipment to the boy and said, “Go, take it back to the city.”
41 ULB ପୁଣି, ବାଳକ ଯିବା ମାତ୍ରେ ଦାଉଦ ଦକ୍ଷିଣ ଆଡ଼ର ଏକ ସ୍ଥାନରୁ ଉଠିଲେ ଓ ଭୂମିଷ୍ଠ ହୋଇ ତିନି ଥର ପ୍ରଣାମ କଲେ; ପୁଣି, ସେମାନେ ପରସ୍ପରକୁ ଚୁମ୍ବନ କଲେ ଓ ଏକ ଆରେକ ସଙ୍ଗେ ରୋଦନ କଲେ, ମାତ୍ର ଦାଉଦ ବଳି ପଡ଼ିଲେ। BSB BSB: When the young man had gone, David got up from the south side of the stone, fell facedown, and bowed three times. Then he and Jonathan kissed each other and wept together—though David wept more.
42 ULB ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି, ମୋ’ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ। ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି, ଯୋନାଥନ ନଗରକୁ ଗଲା। BSB BSB: And Jonathan said to David, “Go in peace, for the two of us have sworn in the name of the LORD, saying, ‘May the LORD be a witness between you and me, and between your descendants and mine forever.’” Then David got up and departed, and Jonathan went back into the city.
Select verses for actions: Enter goes to them and Escape comes back.