1 ULB ସେ ସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ ଦର୍ଶନ ନ ଥିଲା। BSB BSB: And the boy Samuel ministered to the LORD before Eli. Now in those days the word of the LORD was rare, and visions were scarce.
2 ULB ଏହି ସମୟରେ ଏଲିଙ୍କର ଚକ୍ଷୁ ଧନ୍ଦଳା ହେବାକୁ ଲାଗିଲା, ଏଣୁ ସେ ଦେଖି ପାରିଲେ ନାହିଁ। ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ BSB BSB: And at that time Eli, whose eyesight had grown so dim that he could not see, was lying in his room.
3 ULB ଓ ପରମେଶ୍ୱରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ୱରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ, BSB BSB: Before the lamp of God had gone out, Samuel was lying down in the temple of the LORD, where the ark of God was located.
4 ULB ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ ଡାକିଲେ; ସେ କହିଲେ, ମୁଁ ଏଠାରେ ଅଛି। BSB BSB: Then the LORD called to Samuel, and he answered, “Here I am.”
5 ULB ପୁଣି, ସେ ଏଲିଙ୍କ ନିକଟକୁ ଧାଇଁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ସେ କହିଲେ, ମୁଁ ଡାକି ନାହିଁ; ଫେରିଯାଇ ଶୁଅ। ତହୁଁ ସେ ଯାଇ ଶୋଇଲେ; BSB BSB: He ran to Eli and said, “Here I am, for you have called me.” “I did not call,” Eli replied. “Go back and lie down.” So he went and lay down.
6 ULB ଏଉତ୍ତାରେ ସଦାପ୍ରଭୁ ଶାମୁୟେଲ ବୋଲି ପୁନର୍ବାର ଡାକିଲେ। ତହୁଁ ଶାମୁୟେଲ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ସେ ଉତ୍ତର ଦେଲେ, ହେ ପୁତ୍ର, ମୁଁ ଡାକି ନାହିଁ; ଫେରିଯାଇ ଶୁଅ। BSB BSB: Once again the LORD called, “Samuel!” So Samuel got up, went to Eli, and said, “Here I am, for you have called me.” “My son, I did not call,” Eli replied. “Go back and lie down.”
7 ULB ସେସମୟରେ ଶାମୁୟେଲ ସଦାପ୍ରଭୁଙ୍କର ପରିଚୟ ପାଇ ନ ଥିଲେ, କିଅବା ସଦାପ୍ରଭୁଙ୍କ ବାକ୍ୟ ତାଙ୍କ ପ୍ରତି ପ୍ରକାଶିତ ହୋଇ ନ ଥିଲା। BSB BSB: Now Samuel did not yet know the LORD, because the word of the LORD had not yet been revealed to him.
8 ULB ଏଉତ୍ତାରେ ସଦାପ୍ରଭୁ ପୁନର୍ବାର ତୃତୀୟ ଥର ଶାମୁୟେଲଙ୍କୁ ଡାକିଲେ। ତହୁଁ ସେ ଉଠି ଏଲିଙ୍କ ନିକଟକୁ ଯାଇ କହିଲେ, ମୁଁ ଏଠାରେ ଅଛି, ଆପଣ ମୋତେ ଡାକିଲେ ପରା? ଏଥିରେ ସଦାପ୍ରଭୁ ଯେ ବାଳକକୁ ଡାକୁଅଛନ୍ତି, ଏହା ଏଲି ବୁଝିଲେ। BSB BSB: Once again, for the third time, the LORD called to Samuel. He got up, went to Eli, and said, “Here I am, for you have called me.” Then Eli realized that it was the LORD who was calling the boy.
9 ULB ତେଣୁ, ଏଲି ଶାମୁୟେଲଙ୍କୁ କହିଲେ, ଯାଇ ଶୁଅ; ଯେବେ ସେ ତୁମ୍ଭକୁ ଡାକନ୍ତି, ତେବେ ତୁମ୍ଭେ କହିବ, ହେ ସଦାପ୍ରଭୁ କହନ୍ତୁ, ଆପଣଙ୍କ ଦାସ ଶୁଣୁଅଛି। ତହୁଁ ଶାମୁୟେଲ ଯାଇ ଆପଣା ସ୍ଥାନରେ ଶୋଇଲେ। BSB BSB: “Go and lie down,” he said to Samuel, “and if He calls you, say, ‘Speak, LORD, for Your servant is listening.’” So Samuel went and lay down in his place.
10 ULB ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି ଶାମୁୟେଲ, ଶାମୁୟେଲ, ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି। BSB BSB: Then the LORD came and stood there, calling as before, “Samuel! Samuel!” And Samuel answered, “Speak, for Your servant is listening.”
11 ULB ତହୁଁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଦେଖ, ଆମ୍ଭେ ଇସ୍ରାଏଲ ମଧ୍ୟରେ ଏକ କର୍ମ କରିବା, ଯେ ପ୍ରତ୍ୟେକ ଲୋକ ତାହା ଶୁଣିବ, ତାହାର ଦୁଇ କର୍ଣ୍ଣ ଝାଁ ଝାଁ ହେବ। BSB BSB: Then the LORD said to Samuel, “I am about to do something in Israel at which the ears of all who hear it will tingle.
12 ULB ଆମ୍ଭେ ଏଲି ବିରୁଦ୍ଧରେ ତାହାର ପରିବାର ବିଷୟରେ ଯାହା ଯାହା କହିଅଛୁ, ସେସମସ୍ତ ପ୍ରଥମାବଧି ଶେଷ ପର୍ଯ୍ୟନ୍ତ ସେହିଦିନ ସଫଳ କରିବା। BSB BSB: On that day I will carry out against Eli everything I have spoken about his house, from beginning to end.
13 ULB ଯେହେତୁ ଯେଉଁ ଅପରାଧ ବିଷୟ ସେ ଜ୍ଞାତ ହେଲା, ତହିଁ ନିମନ୍ତେ ଆମ୍ଭେ ତାହାର ବଂଶକୁ ସର୍ବଦା ଦଣ୍ଡ ଦେବା ବୋଲି ତାହାକୁ କହିଅଛୁ, କାରଣ ତାହାର ପୁତ୍ରମାନେ ଆପଣାମାନଙ୍କୁ ଅଭିଶାପଗ୍ରସ୍ତ କଲେ ହେଁ ସେ ସେମାନଙ୍କୁ ଦମନ କଲା ନାହିଁ। BSB BSB: I told him that I would judge his house forever for the iniquity of which he knows, because his sons blasphemed God and he did not restrain them.
14 ULB ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ। BSB BSB: Therefore I have sworn to the house of Eli, ‘The iniquity of Eli’s house shall never be atoned for by sacrifice or offering.’”
15 ULB ତହୁଁ ଶାମୁୟେଲ ପ୍ରଭାତ ପର୍ଯ୍ୟନ୍ତ ଶୟନ କଲେ, ତହିଁ ଉତ୍ତାରେ ସଦାପ୍ରଭୁଙ୍କ ଗୃହଦ୍ୱାର ଫିଟାଇଲେ। ପୁଣି, ଏଲିଙ୍କୁ ସେହି ଦର୍ଶନ ବିଷୟ ଜଣାଇବାକୁ ଶାମୁୟେଲ ଭୟ କଲେ। BSB BSB: Samuel lay down until the morning; then he opened the doors of the house of the LORD. He was afraid to tell Eli the vision,
16 ULB ପୁଣି, ହେ ମୋହର ପୁତ୍ର ଶାମୁୟେଲ, ଏହା କହି ଏଲି ଶାମୁୟେଲଙ୍କୁ ଡାକିଲେ। ତହିଁରେ ସେ ଉତ୍ତର ଦେଲେ, ମୁଁ ଏଠାରେ ଅଛି। BSB BSB: but Eli called to him and said, “Samuel, my son.” “Here I am,” answered Samuel.
17 ULB ତେବେ ସେ ପଚାରିଲେ, ସଦାପ୍ରଭୁ ତୁମ୍ଭକୁ କି କଥା କହିଲେ? ବିନୟ କରୁଅଛି, ମୋ’ଠାରୁ ତାହା ଗୁପ୍ତ ନ କର; ସେ ଯେସମସ୍ତ କଥା କହିଅଛନ୍ତି, ତହିଁରୁ କୌଣସି କଥା ତୁମ୍ଭେ ମୋ’ଠାରୁ ଗୁପ୍ତ କଲେ, ପରମେଶ୍ୱର ସେହି ଦଣ୍ଡ, ମଧ୍ୟ ତହିଁରୁ ଅଧିକ ତୁମ୍ଭକୁ ଦେଉନ୍ତୁ। BSB BSB: “What was the message He gave you?” Eli asked. “Do not hide it from me. May God punish you, and ever so severely, if you hide from me anything He said to you.”
18 ULB ତହିଁରେ ଶାମୁୟେଲ କିଛି ଗୁପ୍ତ ନ କରି ତାଙ୍କୁ ସବୁ କଥା ଜଣାଇଲେ। ତହୁଁ ସେ କହିଲେ, ସେ ତ ସଦାପ୍ରଭୁ; ଯାହା ତାହାଙ୍କ ଦୃଷ୍ଟିରେ ଭଲ, ତାହା ସେ କରନ୍ତୁ। BSB BSB: So Samuel told him everything and did not hide a thing from him. “He is the LORD,” replied Eli. “Let Him do what is good in His eyes.”
19 ULB ଏଥିଉତ୍ତାରେ ଶାମୁୟେଲ ବଢ଼ିଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗେ ଥାଇ ଶାମୁୟେଲଙ୍କ କୌଣସି କଥା ତଳେ ପଡ଼ିବାକୁ ଦେଲେ ନାହିଁ। BSB BSB: And Samuel grew, and the LORD was with him, and He let none of Samuel’s words fall to the ground.
20 ULB ତହିଁରେ ଶାମୁୟେଲ ଯେ ସଦାପ୍ରଭୁଙ୍କ ଭବିଷ୍ୟଦ୍ବକ୍ତା ହେବାକୁ ନିଯୁକ୍ତ ହୋଇଅଛନ୍ତି, ଏହା ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ସମସ୍ତ ଇସ୍ରାଏଲ ଜ୍ଞାତ ହେଲେ। BSB BSB: So all Israel from Dan to Beersheba knew that Samuel was confirmed as a prophet of the LORD.
21 ULB ଆହୁରି ସଦାପ୍ରଭୁ ଶୀଲୋରେ ପୁନର୍ବାର ଦର୍ଶନ ଦେଲେ; କାରଣ ସଦାପ୍ରଭୁ ଶୀଲୋରେ ଶାମୁୟେଲଙ୍କ ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଦ୍ୱାରା ଆପଣାକୁ ପ୍ରକାଶ କଲେ। BSB BSB: And the LORD continued to appear at Shiloh, because there He revealed Himself to Samuel by His word.
Select verses for actions: Enter goes to them and Escape comes back.