1 ULB ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ। BSB BSB: Now at the end of the twenty years during which Solomon had built the house of the LORD and his own palace,
2 ULB ତହିଁ ଉତ୍ତାରେ ହୂରମ୍ ଶଲୋମନଙ୍କୁ ଯେଉଁ ଯେଉଁ ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ ସନ୍ତାନଗଣକୁ ବାସ କରାଇଲେ। BSB BSB: Solomon rebuilt the cities Hiram had given him and settled Israelites there.
3 ULB ଏଥିଉତ୍ତାରେ ଶଲୋମନ ହମାତ୍-ସୋବାକୁ ଯାଇ ତାହା ପରାସ୍ତ କଲେ। BSB BSB: Then Solomon went to Hamath-zobah and captured it.
4 ULB ପୁଣି ସେ ପ୍ରାନ୍ତରରେ ତଦ୍ମୋର ନଗର ଓ ହମାତ୍ତରେ ଭଣ୍ଡାର-ନଗରସବୁ ନିର୍ମାଣ କଲେ। BSB BSB: He built Tadmor in the wilderness, in addition to all the store cities that he had built in Hamath.
5 ULB ଆହୁରି ସେ ଉପରିସ୍ଥ ବେଥ୍-ହୋରଣ ଓ ନୀଚସ୍ଥ ବେଥ୍-ହୋରଣ, ପ୍ରାଚୀରବେଷ୍ଟିତ ଏହି ଦୁଇ ନଗର, ପ୍ରାଚୀର, ଦ୍ୱାର ଓ ଅର୍ଗଳ ସମେତ ନିର୍ମାଣ କଲେ; BSB BSB: He rebuilt Upper and Lower Beth-horon as fortified cities with walls, gates, and bars,
6 ULB ଆଉ ବାଲତ୍ ଓ ଶଲୋମନଙ୍କର ସମସ୍ତ ଭଣ୍ଡାର ନଗର ଓ ଆପଣାର ରଥମାନଙ୍କ ନିମନ୍ତେ ସମସ୍ତ ନଗର ଓ ଆପଣାର ଅଶ୍ୱାରୂଢ଼ମାନଙ୍କ ନିମନ୍ତେ ସମସ୍ତ ନଗର, ପୁଣି ଯିରୂଶାଲମରେ ଓ ଲିବାନୋନରେ ଓ ଆପଣା ଅଧିକୃତ ଦେଶର ସର୍ବତ୍ର ଆପଣାର ସନ୍ତୋଷାର୍ଥେ ଯାହା ଯାହା ନିର୍ମାଣ କରିବାକୁ ଶଲୋମନ ଇଚ୍ଛା କଲେ, ତାହାସବୁ ସେ ନିର୍ମାଣ କଲେ। BSB BSB: as well as Baalath, all the store cities that belonged to Solomon, and all the cities for his chariots and horses—whatever he desired to build in Jerusalem, Lebanon, and throughout the land of his dominion.
7 ULB ଯେଉଁମାନେ ଇସ୍ରାଏଲ ସନ୍ତାନ ନୁହନ୍ତି, ଏପରି ଯେସବୁ ହିତ୍ତୀୟ ଓ ଇମୋରୀୟ ଓ ପରିଷୀୟ ଓ ହିବ୍ବୀୟ ଓ ଯିବୂଷୀୟ ଲୋକ ଅବଶିଷ୍ଟ ରହିଥିଲେ, BSB BSB: As for all the people who remained of the Hittites, Amorites, Perizzites, Hivites, and Jebusites (these people were not Israelites)—
8 ULB ସେମାନଙ୍କ ଉତ୍ତାରେ ଦେଶରେ ଅବଶିଷ୍ଟ ସେମାନଙ୍କର ଯେଉଁ ସନ୍ତାନଗଣକୁ ଇସ୍ରାଏଲ ସନ୍ତାନଗଣ ବିନାଶ କରି ନ ଥିଲେ, ସେମାନଙ୍କ ମଧ୍ୟରୁ ଆଜିଯାଏ ବେଠିକର୍ମ କରିବା ପାଇଁ ଶଲୋମନ ଦାସ ସଂଗ୍ରହ କଲେ। BSB BSB: their descendants who remained in the land, those whom the Israelites had not destroyed—Solomon conscripted these people to be forced laborers, as they are to this day.
9 ULB ମାତ୍ର ଶଲୋମନ ଆପଣା କର୍ମ ପାଇଁ ଇସ୍ରାଏଲ ସନ୍ତାନଗଣ ମଧ୍ୟରୁ କାହାକୁ ଦାସ କଲେ ନାହିଁ; ସେମାନେ ଯୋଦ୍ଧା ଓ ପ୍ରଧାନ ସେନାପତି, ପୁଣି ତାଙ୍କର ରଥ ଓ ଅଶ୍ୱାରୋହୀମାନଙ୍କର ଅଧ୍ୟକ୍ଷ ହୋଇଥିଲେ। BSB BSB: But Solomon did not consign any of the Israelites to slave labor, because they were his men of war, the leaders of his captains, and the commanders of his chariots and cavalry.
10 ULB ଆଉ ଏମାନଙ୍କ ମଧ୍ୟରୁ ଦୁଇ ଶହ ପଚାଶ ଜଣ ଶଲୋମନ ରାଜାଙ୍କର ପ୍ରଧାନ ଅଧ୍ୟକ୍ଷ ଥିଲେ, ଏମାନେ ଲୋକମାନଙ୍କ ଉପରେ କର୍ତ୍ତୃତ୍ୱ କଲେ। BSB BSB: They were also the chief officers for King Solomon: 250 supervisors.
11 ULB ଏଉତ୍ତାରେ ଶଲୋମନ ଫାରୋର କନ୍ୟା ନିମନ୍ତେ ଯେଉଁ ଗୃହ ନିର୍ମାଣ କରିଥିଲେ, ସେହି ଗୃହକୁ ଦାଉଦ ନଗରରୁ ତାହାକୁ ଆଣିଲେ; କାରଣ ସେ କହିଲେ, ଆମ୍ଭର ଭାର୍ଯ୍ୟା ଇସ୍ରାଏଲର ରାଜା ଦାଉଦଙ୍କର ଗୃହରେ ବାସ କରିବ ନାହିଁ, ଯେହେତୁ ଯେଉଁ ଯେଉଁ ସ୍ଥାନକୁ ସଦାପ୍ରଭୁଙ୍କ ସିନ୍ଦୁକ ଆସିଅଛି, ସେସବୁ ସ୍ଥାନ ପବିତ୍ର। BSB BSB: Solomon brought the daughter of Pharaoh up from the City of David to the palace he had built for her. For he said, “My wife must not live in the house of David king of Israel, because the places the ark of the LORD has entered are holy.”
12 ULB ତହୁଁ ଶଲୋମନ ବାରଣ୍ଡା ସମ୍ମୁଖରେ ସଦାପ୍ରଭୁଙ୍କର ଯେଉଁ ଯଜ୍ଞବେଦି ନିର୍ମାଣ କରିଥିଲେ, ତହିଁ ଉପରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କଲେ; BSB BSB: At that time Solomon offered burnt offerings to the LORD on the altar of the LORD he had built in front of the portico.
13 ULB ସେ ମୋଶାଙ୍କର ଆଜ୍ଞା ପ୍ରମାଣେ ବିଶ୍ରାମବାରରେ, ଅମାବାସ୍ୟାରେ ଓ ବର୍ଷକେ ତିନି ଥର ନିରୂପିତ ପର୍ବରେ, ଅର୍ଥାତ୍, ତାଡ଼ିଶୂନ୍ୟ ରୁଟିର ପର୍ବରେ, ସପ୍ତାହର ପର୍ବରେ ଓ ତମ୍ବୁବାସ ପର୍ବରେ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ବଳି ଉତ୍ସର୍ଗ କଲେ। BSB BSB: He observed the daily requirement for offerings according to the commandment of Moses for Sabbaths, New Moons, and the three annual appointed feasts—the Feast of Unleavened Bread, the Feast of Weeks, and the Feast of Tabernacles.
14 ULB ଆଉ, ସେ ଆପଣା ପିତା ଦାଉଦଙ୍କର ବିଧାନାନୁସାରେ ଯାଜକମାନଙ୍କ ସେବାକର୍ମାର୍ଥେ ସେମାନଙ୍କର ପାଳି ନିରୂପଣ କଲେ ଓ ପ୍ରତି ଦିବସର କର୍ତ୍ତବ୍ୟତାର ପ୍ରୟୋଜନାନୁସାରେ ପ୍ରଶଂସା ଓ ଯାଜକମାନଙ୍କ ସମ୍ମୁଖରେ ପରିଚର୍ଯ୍ୟା କରିବା ନିମନ୍ତେ ଲେବୀୟମାନଙ୍କୁ ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ କଲେ; ମଧ୍ୟ ଦ୍ୱାରପାଳମାନଙ୍କୁ ସେମାନଙ୍କ ପାଳି ଅନୁସାରେ ପ୍ରତ୍ୟେକ ଦ୍ୱାରରେ ନିଯୁକ୍ତ କଲେ; କାରଣ ପରମେଶ୍ୱରଙ୍କ ଲୋକ ଦାଉଦ ସେପରି ଆଜ୍ଞା କରିଥିଲେ। BSB BSB: In keeping with the ordinances of his father David, Solomon appointed the divisions of the priests over their service, and the Levites for their duties to offer praise and to minister before the priests according to the daily requirement. He also appointed gatekeepers by their divisions at each gate, for this had been the command of David, the man of God.
15 ULB ଆଉ ସେମାନେ କୌଣସି ବିଷୟରେ ଅବା ଭଣ୍ଡାର ବିଷୟରେ ଯାଜକମାନଙ୍କ ପ୍ରତି ଓ ଲେବୀୟମାନଙ୍କ ପ୍ରତି ରାଜାଙ୍କର ଆଜ୍ଞା ଅନ୍ୟଥା କଲେ ନାହିଁ। BSB BSB: They did not turn aside from the king’s command regarding the priests or the Levites in any matter, including that of the treasuries.
16 ULB ସଦାପ୍ରଭୁଙ୍କ ଗୃହର ଭିତ୍ତିମୂଳ ସ୍ଥାପନ ଦିନକୁ ଓ ତହିଁର ସମାପ୍ତି ପର୍ଯ୍ୟନ୍ତ ଶଲୋମନଙ୍କର ସମସ୍ତ କାର୍ଯ୍ୟ ପ୍ରସ୍ତୁତ ହୋଇଥିଲା। ଏହିରୂପେ ସଦାପ୍ରଭୁଙ୍କ ଗୃହ ସମ୍ପୂର୍ଣ୍ଣ ହେଲା। BSB BSB: Thus all the work of Solomon was carried out, from the day the foundation was laid for the house of the LORD until it was finished. So the house of the LORD was completed.
17 ULB ସେତେବେଳେ ଶଲୋମନ ଇଦୋମ୍ ଦେଶର ସମୁଦ୍ରତୀରସ୍ଥ ଇତ୍ସିୟୋନ-ଗେବରକୁ ଓ ଏଲତକୁ ଗଲେ। BSB BSB: Then Solomon went to Ezion-geber and to Eloth on the coast of Edom.
18 ULB ତହୁଁ ହୂରମ୍ ଆପଣା ଦାସମାନଙ୍କ ହସ୍ତରେ ତାଙ୍କ ନିକଟକୁ ଜାହାଜ ଓ ସାମୁଦ୍ରିକ କାର୍ଯ୍ୟ ଜାଣିଥିବା ଦାସମାନଙ୍କୁ ପଠାଇଲା; ପୁଣି ସେମାନେ ଶଲୋମନଙ୍କର ଦାସମାନଙ୍କ ସଙ୍ଗେ ଓଫୀରକୁ ଯାଇ ସେଠାରୁ ଶଲୋମନ ରାଜାଙ୍କ ନିକଟକୁ ଚାରି ଶହ ପଚାଶ ତାଳନ୍ତ ସୁନା ଆଣିଲେ। BSB BSB: So Hiram sent him ships captained by his servants, along with crews of experienced sailors. They went with Solomon’s servants to Ophir and acquired from there 450 talents of gold, which they delivered to King Solomon.
Select verses for actions: Enter goes to them and Escape comes back.