1 ULB ଯଦ୍ୟପି ଦର୍ପ କରିବା ହିତକର ନୁହେଁ, ତଥାପି ମୋତେ ଦର୍ପ କରିବାକୁ ପଡ଼ୁଅଛି; ମୁଁ ପ୍ରଭୁଙ୍କ ଦର୍ଶନ ଓ ପ୍ରକାଶିତ ବିଷୟ କହିବି। BSB BSB: I must go on boasting. Although there is nothing to gain, I will go on to visions and revelations from the Lord.
2 ULB ମୁଁ ଖ୍ରୀଷ୍ଟାଶ୍ରିତ ଜଣେ ଲୋକକୁ ଜାଣେ, ସେ ଚଉଦବର୍ଷ ପୂର୍ବେ ତୃତୀୟ ସ୍ୱର୍ଗ ପର୍ଯ୍ୟନ୍ତ ନୀତ ହେଲା, (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ୱର ଜାଣନ୍ତି)। BSB BSB: I know a man in Christ who fourteen years ago was caught up to the third heaven. Whether it was in the body or out of it I do not know, but God knows.
3 ULB ହଁ, ମୁଁ ଏହିପରି ଜଣେ ଲୋକକୁ ଜାଣେ, ସେ ପାରଦୀଶକୁ ନୀତ ହେଲା (ସେ ଶରୀରରେ ଥିଲା କି ଶରୀରର ବାହାରେ ଥିଲା, ମୁଁ ଜାଣେ ନାହିଁ; ଈଶ୍ୱର ଜାଣନ୍ତି)। BSB BSB: And I know that this man—whether in the body or out of it I do not know, but God knows—
4 ULB ଆଉ ଯାହା ମନୁଷ୍ୟ ପକ୍ଷରେ କହିବା ବିଧେୟ ନୁହେଁ, ଏପରି ଅକଥନୀୟ ବାକ୍ୟ ଶ୍ରବଣ କଲା। BSB BSB: was caught up to Paradise. The things he heard were inexpressible, things that man is not permitted to tell.
5 ULB ଏହିପରି ଜଣକ ବିଷୟରେ ମୁଁ ଦର୍ପ କରିବି, କିନ୍ତୁ ମୋ' ନିଜ ବିଷୟରେ ମୋହର ଦୁର୍ବଳତା ବିନା ଆଉ କାହିଁରେ ଦର୍ପ କରିବି ନାହିଁ। BSB BSB: I will boast about such a man, but I will not boast about myself, except in my weaknesses.
6 ULB ଆଉ ଦର୍ପ କରିବାକୁ ଇଚ୍ଛା କଲେ ହେଁ ମୁଁ ନିର୍ବୋଧ ହେବି ନାହିଁ, ଯେଣୁ ମୁଁ ସତ୍ୟ କହିବି କିନ୍ତୁ କାଳେ କୌଣସି ଲୋକ ମୋତେ ଯେପ୍ରକାର ଦେଖେ କିମ୍ବା ମୋ'ଠାରୁ ଯେପ୍ରକାର ଶୁଣେ, ମୋ' ପ୍ରତି ପ୍ରକାଶିିତ ବିଷୟରେ ଅତ୍ୟଧିକ ଶ୍ରେଷ୍ଠତା ହେତୁ ଯେପରି ମୋ' ବିଷୟରେ ଅଧିକ ବୋଧ ନ କରେ, ଏଥିପାଇଁ ମୁଁ କ୍ଷାନ୍ତ ହୋଇଥାଏ। BSB BSB: Even if I wanted to boast, I would not be a fool, because I would be speaking the truth. But I refrain, so no one will credit me with more than he sees in me or hears from me,
8 ULB ଯେପରି ତାହା ମୋ'ଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି। BSB BSB: Three times I pleaded with the Lord to take it away from me.
9 ULB ଆଉ, ସେ ମୋତେ କହିଅଛନ୍ତି, ଆମ୍ଭର ଅନୁଗ୍ରହ ତୁମ୍ଭ ନିମନ୍ତେ ଯଥେଷ୍ଟ, କାରଣ ଦୁର୍ବଳତାରେ ଆମ୍ଭର ଶକ୍ତି ସିଦ୍ଧ ହୁଏ। ଅତଏବ, ଯେପରି ଖ୍ରୀଷ୍ଟଙ୍କ ଶକ୍ତି ମୋ ଉପରେ ଅବସ୍ଥାନ କରେ, ଏଥିପାଇଁ ମୁଁ ଅତି ଆନନ୍ଦରେ ବରଂ ମୋହର ଦୁର୍ବଳତାରେ ଦର୍ପ କରିବି। BSB BSB: But He said to me, “My grace is sufficient for you, for My power is perfected in weakness.” Therefore I will boast all the more gladly in my weaknesses, so that the power of Christ may rest on me.
10 ULB ତେଣୁ ଖ୍ରୀଷ୍ଟଙ୍କ ନିମନ୍ତେ ଦୁର୍ବଳତାରେ, ଅପମାନରେ, ଦୁର୍ଦ୍ଦଶାରେ, ତାଡ଼ନାରେ, ସଙ୍କଟରେ ମୁଁ ସନ୍ତୁଷ୍ଟ ହୁଏ; କାରଣ ଯେତେବେଳେ ମୁଁ ଦୁର୍ବଳ, ସେତେବେଳେ ମୁଁ ବଳବାନ। BSB BSB: That is why, for the sake of Christ, I delight in weaknesses, in insults, in hardships, in persecutions, in difficulties. For when I am weak, then I am strong.
11 ULB ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ। BSB BSB: I have become a fool, but you drove me to it. In fact, you should have commended me, since I am in no way inferior to those “super-apostles,” even though I am nothing.
12 ULB ଯେ ସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ୱରୂପ, ସେହି ସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି। BSB BSB: The marks of a true apostle—signs, wonders, and miracles—were performed among you with great perseverance.
13 ULB କାରଣ ମୁଁ ନିଜେ ଯେ ତୁମ୍ଭମାନଙ୍କର ଭାର ସ୍ୱରୂପ ହୋଇ ନାହିଁ, ଏହି ଗୋଟିଏ ବିଷୟ ଛଡ଼ା ଅବଶିଷ୍ଟ ମଣ୍ଡଳୀସମୂହଠାରୁ ତୁମ୍ଭେମାନେ କାହିଁରେ ନିକୃଷ୍ଟ ହୋଇଅଛ? ମୋହର ଏହି ଦୋଷ କ୍ଷମା କର। BSB BSB: In what way were you inferior to the other churches, except that I was not a burden to you? Forgive me this wrong!
14 ULB ଦେଖ, ମୁଁ ତୁମ୍ଭମାନଙ୍କ ନିକଟକୁ ଯିବା ନିମନ୍ତେ ଏହି ତୃତୀୟ ଥର ପ୍ରସ୍ତୁତ ଅଛି, ଆଉ ମୁଁ ତୁମ୍ଭମାନଙ୍କର ଭାର ସ୍ୱରୂପ ହେବି ନାହିଁ, କାରଣ ମୁଁ ତୁମ୍ଭମାନଙ୍କର ଧନ ନ ଖୋଜି ତୁମ୍ଭମାନଙ୍କୁ ଖୋଜୁଅଛି। ଯେଣୁ ସନ୍ତାନସନ୍ତତିମାନଙ୍କର ପିତାମାତାମାନଙ୍କ ନିମନ୍ତେ ସଞ୍ଚୟ କରିବା ଉଚିତ ନୁହେଁ,ମାତ୍ର ସନ୍ତାନସନ୍ତତିମାନଙ୍କ ନିମନ୍ତେ ପିତାମାତାଙ୍କର ସଞ୍ଚୟ କରିବା ଉଚିତ। BSB BSB: See, I am ready to come to you a third time, and I will not be a burden, because I am not seeking your possessions, but you. For children should not have to save up for their parents, but parents for their children.
15 ULB ଆଉ, ମୁଁ ତୁମ୍ଭମାନଙ୍କ ଆତ୍ମା ନିମନ୍ତେ ମହାନନ୍ଦରେ ବ୍ୟୟ କରିିବି, ହଁ, ମୋହର ପ୍ରାଣ ସୁଦ୍ଧା ବ୍ୟୟ କରିବି। ମୁଁ ତୁମ୍ଭମାନଙ୍କୁ ଅଧିକ ପ୍ରଚୁରଭାବେ ପ୍ରେମ କରୁଅଛି ବୋଲିି କ'ଣ ଊଣା ପ୍ରେମ ପ୍ରାପ୍ତ ହେଉଅଛି? BSB BSB: And for the sake of your souls, I will most gladly spend my money and myself. If I love you more, will you love me less?
16 ULB କିନ୍ତୁ ଯାହା ହେଉ, ମୁଁ ନିଜେ ତୁମ୍ଭମାନଙ୍କୁ ଭାରଗ୍ରସ୍ତ କଲି ନାହିଁ, ମାତ୍ର ଧୂର୍ତ୍ତ ହୋଇ ମୁଁ ତୁମ୍ଭମାନଙ୍କୁ ଛଳରେ ଧରିଲି! BSB BSB: Be that as it may, I was not a burden to you; but crafty as I am, I caught you by trickery.
17 ULB ମୁଁ ତୁମ୍ଭମାନଙ୍କ ନିକଟକୁ ଯେଉଁମାନଙ୍କୁ ପଠାଇଅଛି, ସେମାନଙ୍କ ମଧ୍ୟରୁ କୌଣସି ଜଣକ ଦ୍ୱାରା କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛି? BSB BSB: Did I exploit you by anyone I sent you?
18 ULB ମୁଁ ତୀତସଙ୍କୁ ଯିବା ନିମନ୍ତେ ଅନୁରୋଧ କରିଥିଲି,ପୁଣି, ତାଙ୍କ ସହିତ ସେହି ଭାଇଙ୍କି ପଠାଇଥିଲି। ତୀତସ କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛନ୍ତି? ଆମ୍ଭେମାନେ କ'ଣ ଏକ ଆତ୍ମାରେ ଆଚରଣ କରି ନାହୁଁ? ଆମ୍ଭେମାନେ କ'ଣ ଏକ ପଦଚିହ୍ନରେ ଗମନ କରି ନାହୁଁ? BSB BSB: I urged Titus to visit you, and I sent our brother with him. Did Titus exploit you in any way? Did we not walk in the same Spirit and follow in the same footsteps?
19 ULB ଏପର୍ଯ୍ୟନ୍ତ ତୁମ୍ଭେମାନେ ଭାବୁଅଛ ଯେ, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଦୋଷ କଟାଉଅଛୁ। ଈଶ୍ୱରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଆମ୍ଭେମାନେ କଥା କହୁଅଛୁ। କିନ୍ତୁ ହେ ପ୍ରିୟମାନେ, ସମସ୍ତ ବିଷୟ ତୁମ୍ଭମାନଙ୍କ ନିଷ୍ଠା ନିମନ୍ତେ କହୁଅଛୁ। BSB BSB: Have you been thinking all along that we were making a defense to you? We speak before God in Christ, and all of this, beloved, is to build you up.
20 ULB କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ; BSB BSB: For I am afraid that when I come, I may not find you as I wish, and you may not find me as you wish. I fear that there may be quarreling, jealousy, rage, rivalry, slander, gossip, arrogance, and disorder.
21 ULB କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ୱର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାଁନ୍ତି, ଏପରି ଅନେକ ଲୋକଙ୍କ ନିିମନ୍ତେ ମୁଁ ଶୋକ କରେ। BSB BSB: I am afraid that when I come again, my God will humble me before you, and I will be grieved over many who have sinned earlier and have not repented of their acts of impurity, sexual immorality, and debauchery.
Select verses for actions: Enter goes to them and Escape comes back.