1 ULB ପ୍ରକୃତରେ ସାଧୁମାନଙ୍କ ସେବା ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ମୋ' ପକ୍ଷରେ ବାହୁଲ୍ୟମାତ୍ର; BSB BSB: Now about the service to the saints, there is no need for me to write to you.
2 ULB କାରଣ ମୁଁ ତୁମ୍ଭମାନଙ୍କର ଆଗ୍ରହ ଜାଣେ, ଆଉ ସେ ସମ୍ବନ୍ଧରେ ମାକିଦନିଆ ଲୋକମାନଙ୍କ ନିକଟରେ ତୁମ୍ଭମାନଙ୍କ ବିଷୟରେ ମୁଁ ଦର୍ପ କରେ ଯେ, ଆଖାୟା ଗତ ବର୍ଷରୁ ପ୍ରସ୍ତୁତ ହେଲାଣି, ପୁଣି, ତୁମ୍ଭମାନଙ୍କ ଉଦ୍ଯୋଗ ସେମାନଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କୁ ଉତ୍ସାହିତ କରିଅଛି। BSB BSB: For I know your eagerness to help, and I have been boasting to the Macedonians that since last year you in Achaia were prepared to give. And your zeal has stirred most of them to do likewise.
3 ULB ତଥାପି ମୁଁ ଭାଇମାନଙ୍କୁ ପଠାଉଅଛି, ଯେପରି ଏ ସମ୍ବନ୍ଧରେ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପ ବ୍ୟର୍ଥ ନ ହୁଏ, ପୁଣି, ମୋହର କଥାନୁସାରେ ତୁମ୍ଭେମାନେ ପ୍ରସ୍ତୁତ ହୁଅ, BSB BSB: But I am sending the brothers in order that our boasting about you in this matter should not prove empty, but that you will be prepared, just as I said.
4 ULB କାଳେ ମାକିଦନିଆର କୌଣସି ଲୋକ ଯେବେ ମୋ' ସାଙ୍ଗରେ ଆସି ତୁମ୍ଭମାନଙ୍କୁ ଅପ୍ରସ୍ତୁତ ଦେଖନ୍ତି, ତେବେ(ତୁମ୍ଭମାନଙ୍କ କଥା ତେଣେ ଥାଉ) ଆମ୍ଭେମାନେ ଏହି ଦୃଢ଼ ବିଶ୍ୱାସ ବିଷୟରେ ଲଜ୍ଜିତ ହେବା। BSB BSB: Otherwise, if any Macedonians come with me and find you unprepared, we—to say nothing of you—would be ashamed of having been so confident.
5 ULB ଏଣୁ ତୁମ୍ଭମାନଙ୍କର ପୂର୍ବରୁ ପ୍ରତିଜ୍ଞା କରିଥିବା ଦାନ ଯେପରି କୃପଣତାର ବିଷୟ ନ ହୋଇ ସ୍ୱଚ୍ଛନ୍ଦତାର ବିଷୟ ହୁଏ,ଏଥି ନିମନ୍ତେ ପୂର୍ବରୁ ସେହି ଦାନସଂଗ୍ରହର ଆୟୋଜନ କରିବାକୁ ଆଗେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ଭାଇମାନଙ୍କୁ ଅନୁରୋଧ କରିବାକୁ ଆବଶ୍ୟକ ମନେ କଲି। BSB BSB: So I thought it necessary to urge the brothers to visit you beforehand and make arrangements for the generous gift you had promised. This way, your gift will be prepared generously and not begrudgingly.
6 ULB କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ। BSB BSB: Remember this: Whoever sows sparingly will also reap sparingly, and whoever sows generously will also reap generously.
7 ULB ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ୱର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି। BSB BSB: Each one should give what he has decided in his heart to give, not out of regret or compulsion. For God loves a cheerful giver.
8 ULB ଆଉ, ସମସ୍ତ ବିଷୟ ସର୍ବଦା ଯଥେଷ୍ଟ ରୂପେ ପାଇ ତୁମ୍ଭେମାନେ ଯେପରି ସମସ୍ତ ଉତ୍ତମ କର୍ମ ନିମନ୍ତେ ଅଧିକରୁ ଅଧିକତର ଦାନ କରି ପାର, ଏଥି ନିମନ୍ତେ ଈଶ୍ୱର ତୁମ୍ଭମାନଙ୍କୁ ସର୍ବ ପ୍ରକାର ଅନୁଗ୍ରହ ପ୍ରଚୁର ଭାବରେ ଦେବାକୁ ସମର୍ଥ ଅଟନ୍ତି, BSB BSB: And God is able to make all grace abound to you, so that in all things, at all times, having all that you need, you will abound in every good work.
9 ULB ଯେପରି ଲେଖା ଅଛି, "ସେ ମୁକ୍ତ ହସ୍ତରେ ବିତରଣ କରିଅଛି, ସେ ଦରିଦ୍ରମାନଙ୍କୁ ଦାନ ଦେଇଅଛି, ତାହାର ଧାର୍ମିକତା ଅନନ୍ତକାଳସ୍ଥାୟୀ।'' BSB BSB: As it is written: “He has scattered abroad His gifts to the poor; His righteousness endures forever.”
10 ULB ଆଉ, ଯେ ବୀଜବପନକାରୀକୁ ବୀଜ ଓ ଭୋଜନ ନିମନ୍ତେ ଆହାର ଯୋଗାନ୍ତି, ସେ ବୁଣିବା ନିମନ୍ତେ ତୁମ୍ଭମାନଙ୍କୁ ବୀଜ ଯୋଗାଇବେ ଓ ତାହା ବଢ଼ାଇବେ, ପୁଣି,ତୁମ୍ଭମାନଙ୍କ ଧାର୍ମିକତାର ଫଳ ବୃଦ୍ଧି କରିବେ; BSB BSB: Now He who supplies seed to the sower and bread for food will supply and multiply your store of seed and will increase the harvest of your righteousness.
11 ULB ଏହିପରି ତୁମ୍ଭେମାନେ ସବୁ ବିଷୟରେ ଧନୀ ହୋଇ ସର୍ବ ପ୍ରକାର ବଦାନ୍ୟତା ଦେଖାଇ ପାରିବ, ଆଉ ତାହା ଆମ୍ଭମାନଙ୍କ ଦ୍ୱାରା ଈଶ୍ୱରଙ୍କ ଧନ୍ୟବାଦର କାରଣ ହେବ। BSB BSB: You will be enriched in every way to be generous on every occasion, and through us your generosity will produce thanksgiving to God.
12 ULB କାରଣ ଏହି ଦାନରୂପ ସେବା ଯେ କେବଳ ସାଧୁମାନଙ୍କର ଅଭାବ ପୂରଣ କରୁଅଛି, ତାହା ନୁହେଁ, ମାତ୍ର ତଦ୍ୱାରା ମଧ୍ୟ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ବହୁ ଧନ୍ୟବାଦ ଉଛୁଳି ଉଠୁଅଛି, BSB BSB: For this ministry of service is not only supplying the needs of the saints but is also overflowing in many expressions of thanksgiving to God.
13 ULB ଅର୍ଥାତ୍ ଏହି ସେବା କର୍ମର ପ୍ରମାଣ ପାଇ ଲୋକେ ତୁମ୍ଭମାନଙ୍କ ସ୍ୱୀକାର କରୁଥିବା ଖ୍ରୀଷ୍ଟଙ୍କ ସୁସମାଚାର ପ୍ରତିବାଧ୍ୟତା, ପୁଣି, ସାଧୁମାନଙ୍କ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ସହଭାଗିତାର ସରଳତା ସକାଶେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରୁଅଛନ୍ତି, BSB BSB: Because of the proof this ministry provides, the saints will glorify God for your obedient confession of the gospel of Christ, and for the generosity of your contribution to them and to all the others.
14 ULB ଆଉ, ତୁମ୍ଭମାନଙ୍କ ପ୍ରତି ଈଶ୍ୱରଙ୍କ ଅତ୍ୟଧିକ ଅନୁଗ୍ରହ ହେତୁ ସେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁ କରୁ ତୁମ୍ଭମାନଙ୍କ ପ୍ରତି ଅନୁରକ୍ତ ଅଟନ୍ତି। BSB BSB: And their prayers for you will express their affection for you, because of the surpassing grace God has given you.
15 ULB ଈଶ୍ୱରଙ୍କ ଅକଥନୀୟ ଦାନ ନିମନ୍ତେ ତାହାଙ୍କର ଧନ୍ୟବାଦ ହେଉ। BSB BSB: Thanks be to God for His indescribable gift!
Select verses for actions: Enter goes to them and Escape comes back.