1 ULB ପ୍ରାଚୀନ ଯେ ମୁଁ, ମୁଁ ମନୋନୀତା ମହିଳା ଓ ତାହାଙ୍କ ସନ୍ତାନମାନଙ୍କ ନିକଟକୁ ପତ୍ର ଲେଖୁଅଛି। ସେମାନଙ୍କୁ ମୁଁ ବାସ୍ତବରେ ପ୍ରେମ କରେ, ଆଉ କେବଳ ମୁଁ ନୁହେଁ, ମାତ୍ର ସତ୍ୟ ଜାଣିଥିବା ସମସ୍ତ ଲୋକ ମଧ୍ୟ ପ୍ରେମ କରନ୍ତି। BSB BSB: The elder, To the chosen lady and her children, whom I love in the truth—and not I alone, but also all who know the truth—
2 ULB ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ। BSB BSB: because of the truth that abides in us and will be with us forever:
3 ULB ପିତା ଈଶ୍ୱର ଓ ସେହି ପିତାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ଆମ୍ଭମାନଙ୍କ ସହିତ ସତ୍ୟ ଓ ପ୍ରେମରେ ରହିବ। BSB BSB: Grace, mercy, and peace from God the Father and from Jesus Christ, the Son of the Father, will be with us in truth and love.
4 ULB ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ। BSB BSB: I was overjoyed to find some of your children walking in the truth, just as the Father has commanded us.
5 ULB ହେ ଭଦ୍ରେ, ଏବେ ମୁଁ ଯେ ତୁମ୍ଭ ନିକଟକୁ କୌଣସି ନୂଆ ଆଜ୍ଞା ଲେଖୁଅଛି, ତାହା ନୁହେଁ, ମାତ୍ର ଆଦ୍ୟରୁ ପ୍ରାପ୍ତ ଆଜ୍ଞାଟି ଲେଖି ଅନୁରୋଧ କରୁଅଛି ଯେ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ। BSB BSB: And now I urge you, dear lady—not as a new commandment to you, but one we have had from the beginning—that we love one another.
6 ULB ଆଉ ଆମ୍ଭେମାନେ ଯେ ତାହାଙ୍କ ଆଜ୍ଞାନୁସାରେ ଆଚରଣ କରୁ, ଏହା ହିଁ ପ୍ରେମର ସାର। ତୁମ୍ଭେମାନେ ଆଦ୍ୟରୁ ଯାହା ଶୁଣିଅଛ, ସେହି ଅନୁସାରେ ଆଚରଣ କର, ଏହା ସେହି ଆଜ୍ଞା। BSB BSB: And this is love, that we walk according to His commandments. This is the very commandment you have heard from the beginning, that you must walk in love.
7 ULB କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ। BSB BSB: For many deceivers have gone out into the world, refusing to confess the coming of Jesus Christ in the flesh. Any such person is the deceiver and the antichrist.
8 ULB ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ। BSB BSB: Watch yourselves, so that you do not lose what we have worked for, but that you may be fully rewarded.
9 ULB ଯେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ସୀମା ମଧ୍ୟରେ ନ ରହି ତାହା ଅତିକ୍ରମ କରେ, ସେ ଈଶ୍ୱରଙ୍କୁ ପାଇ ନାହିଁ; ଯେ ଶିକ୍ଷାର ସୀମା ମଧ୍ୟରେ ରହେ, ସେ ପିତା ଓ ପୁତ୍ର ଉଭୟଙ୍କୁ ପାଇଅଛି। BSB BSB: Anyone who runs ahead without remaining in the teaching of Christ does not have God. Whoever remains in His teaching has both the Father and the Son.
10 ULB କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ; BSB BSB: If anyone comes to you but does not bring this teaching, do not receive him into your home or even greet him.
11 ULB କାରଣ ଯେ କେହି ତାହାକୁ ସମ୍ବର୍ଦ୍ଧନା ଜଣାଏ, ସେ ତାହାର ଦୁଷ୍କର୍ମର ସହଭାଗୀ ହୁଏ। BSB BSB: Whoever greets such a person shares in his evil deeds.
12 ULB ତୁମ୍ଭମାନଙ୍କର ନିକଟକୁ ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଗଜ ଓ କାଳିରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ; ମୋର ଆଶା ଯେ; ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇ ମୁଖାମୁଖି କଥାବାର୍ତ୍ତା କରିବି, ଯେପରି ଆମ୍ଭମାନଙ୍କ ଆନନ୍ଦ ସମ୍ପୂର୍ଣ୍ଣ ହେବ। BSB BSB: I have many things to write to you, but I would prefer not to do so with paper and ink. Instead, I hope to come and speak with you face to face, so that our joy may be complete.
13 ULB ତୁମ୍ଭର ମନୋନୀତା ଭଗିନୀର ସନ୍ତାନମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ଆମେନ୍। BSB BSB: The children of your elect sister send you greetings.
Select verses for actions: Enter goes to them and Escape comes back.