1 ULB କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ। BSB BSB: Now there were also false prophets among the people, just as there will be false teachers among you. They will secretly introduce destructive heresies, even denying the Master who bought them—bringing swift destruction on themselves.
2 ULB ଆଉ, ଅନେକେ ସେମାନଙ୍କ କାମୁକତାର ଅନୁଗାମୀ ହେବେ, ଫଳତଃ ଏମାନଙ୍କ ହେତୁ ସତ୍ୟ ମାର୍ଗ ନିନ୍ଦିତ ହେବ। BSB BSB: Many will follow in their depravity, and because of them the way of truth will be defamed.
3 ULB ସେମାନେ ଧନଲୋଭରେ ଛଳବାକ୍ୟ ଦ୍ୱାରା ତୁମ୍ଭମାନଙ୍କଠାରୁ ଅର୍ଥଲାଭ କରିବାକୁ ଚେଷ୍ଟା କରିବେ; ସେମାନଙ୍କର ଦଣ୍ଡ ଅନେକ କାଳରୁ ଘଟି ଆସୁଅଛି ଓ ସେମାନଙ୍କର ବିନାଶ ବିଳମ୍ବ ହେବ ନାହିଁ। BSB BSB: In their greed, these false teachers will exploit you with deceptive words. The longstanding verdict against them remains in force, and their destruction does not sleep.
4 ULB କାରଣ ଈଶ୍ୱର ପାପରେ ପତିତ ଦୂତମାନଙ୍କୁ ନ ଛାଡ଼ି ନର୍କରେ ନିକ୍ଷେପ କରି ବିଚାର ନିମନ୍ତେ ଅନ୍ଧକାରମୟ ଗହ୍ୱରରେ ରଖିଅଛନ୍ତି BSB BSB: For if God did not spare the angels when they sinned, but cast them deep into hell, placing them in chains of darkness to be held for judgment;
5 ULB ସେ ପୁରାତନ ଜଗତକୁ ମଧ୍ୟ ଛାଡ଼ିଲେ ନାହିଁ, କିନ୍ତୁ କେବଳ ଧର୍ମପ୍ରଚାରକ ନୋହଙ୍କୁ ଅନ୍ୟ ସାତ ଜଣ ସହିତ ରକ୍ଷା କରି ଧର୍ମଭ୍ରଷ୍ଟ ଜଗତରେ ଜଳପ୍ଳାବନ ଘଟାଇଲେ; BSB BSB: if He did not spare the ancient world when He brought the flood on its ungodly people, but preserved Noah, a preacher of righteousness, among the eight;
7 ULB ପୁଣି, ସେ ଦୁରାଚାରୀମାନଙ୍କ କାମୁକତାପୂର୍ଣ୍ଣ ଆଚରଣରେ ବ୍ୟଥିତ ଧାର୍ମିକ ଲୋଟଙ୍କୁ ଉଦ୍ଧାର କଲେ, BSB BSB: and if He rescued Lot, a righteous man distressed by the depraved conduct of the lawless
8 ULB ଯେଣୁ ସେହି ଧାର୍ମିକ ଲୋକ ସେମାନଙ୍କ ମଧ୍ୟରେ ବାସ କରି ସେମାନଙ୍କ ଅନ୍ୟାୟ କାର୍ଯ୍ୟ ଦେଖି ଓ ସେ ବିଷୟ ଶୁଣି ପ୍ରତିଦିନ ଆପଣା ଧର୍ମପରାୟଣ ପ୍ରାଣରେ ଯନ୍ତ୍ରଣା ଭୋଗ କଲେ। BSB BSB: (for that righteous man, living among them day after day, was tormented in his righteous soul by the lawless deeds he saw and heard)—
9 ULB ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି। BSB BSB: if all this is so, then the Lord knows how to rescue the godly from trials and to hold the unrighteous for punishment on the day of judgment.
10 ULB ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ, BSB BSB: Such punishment is specially reserved for those who indulge the corrupt desires of the flesh and despise authority. Bold and self-willed, they are unafraid to slander glorious beings.
11 ULB ଯଦ୍ୟପି ଅଧିକ ଶକ୍ତି ଓ ପରାକ୍ରମଶାଳୀ ଦୂତମାନେ ପ୍ରଭୁଙ୍କ ଛାମୁରେ ନିନ୍ଦା କରି ସେମାନଙ୍କର ବିଚାର କରନ୍ତି ନାହିଁ। BSB BSB: Yet not even angels, though greater in strength and power, dare to bring such slanderous charges against them before the Lord.
12 ULB କିନ୍ତୁ ଏମାନେ ଅଜ୍ଞାନ ପଶୁ ତୁଲ୍ୟ ସ୍ୱଭାବାନୁସାରେ ଧୃତ ଓ ବିନଷ୍ଟ ହେବା ନିମନ୍ତେ ଜାତ ହୋଇ, ଯେଉଁ ଯେଉଁ ବିଷୟ ଅଜ୍ଞାତ, ସେହି ସେହି ବିଷୟର ନିନ୍ଦା କରି ସେଗୁଡ଼ାକର ବିନାଶରେ ନିଜେ ବିନଷ୍ଟ ହେବେ, BSB BSB: These men are like irrational animals, creatures of instinct, born to be captured and destroyed. They blaspheme in matters they do not understand, and like such creatures, they too will be destroyed.
13 ULB ପୁଣି, ଅନ୍ୟାୟ ବେତନ ସ୍ୱରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି, କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି। BSB BSB: The harm they will suffer is the wages of their wickedness. They consider it a pleasure to carouse in broad daylight. They are blots and blemishes, reveling in their deception as they feast with you.
14 ULB ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ, BSB BSB: Their eyes are full of adultery; their desire for sin is never satisfied; they seduce the unstable. They are accursed children with hearts trained in greed.
15 ULB ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ; BSB BSB: They have left the straight way and wandered off to follow the way of Balaam son of Beor, who loved the wages of wickedness.
16 ULB କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା। BSB BSB: But he was rebuked for his transgression by a donkey, otherwise without speech, that spoke with a man’s voice and restrained the prophet’s madness.
17 ULB ସେମାନେ ନିର୍ଜଳର ନିର୍ଝର ଓ ପ୍ରଚଣ୍ଡ ବାୟୁରେ ଚାଳିତ ମେଘ ତୁଲ୍ୟ, ସେମାନଙ୍କ ନିମନ୍ତେ ଘୋର ଅନ୍ଧକାର ରକ୍ଷିତ ହୋଇଅଛି। BSB BSB: These men are springs without water and mists driven by a storm. Blackest darkness is reserved for them.
18 ULB କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି; BSB BSB: With lofty but empty words, they appeal to the sensual passions of the flesh and entice those who are just escaping from others who live in error.
19 ULB ସେମାନେ ସେମାନଙ୍କୁ ସ୍ୱାଧୀନତାର ପ୍ରତିଜ୍ଞା ଦିଅନ୍ତି, କିନ୍ତୁ ନିଜେ ବିନାଶର ଦାସ ଅଟନ୍ତି; କାରଣ ଯେ ଯାହା ଦ୍ୱାରା ପରାସ୍ତ ହୁଏ, ସେ ସେଥିର ଦାସ। BSB BSB: They promise them freedom, while they themselves are slaves to depravity. For a man is a slave to whatever has mastered him.
21 ULB କାରଣ ଧାର୍ମିକତାର ମାର୍ଗ ଜାଣି ଆପଣାମାନଙ୍କ ନିକଟରେ ସମର୍ପିତ ପବିତ୍ର ଆଜ୍ଞାରୁ ବିମୁଖ ହେବା ଅପେକ୍ଷା ବରଂ ସେହି ମାର୍ଗ ନ ଜାଣିବା ସେମାନଙ୍କ ପକ୍ଷରେ ଭଲ ହୋଇଥାଆନ୍ତା। BSB BSB: It would have been better for them not to have known the way of righteousness than to have known it and then to turn away from the holy commandment passed on to them.
22 ULB କୁକୁର ଆପଣା ବାନ୍ତି ଖାଇବାକୁ ଓ ଧୌତ ହୋଇଥିବା ଘୁଷୁରି କାଦୁଅରେ ଲୋଟିବାକୁ ପୁନର୍ବାର ଫେରେ, ଏହି ସତ୍ୟ ଦୃଷ୍ଟାନ୍ତବାକ୍ୟ ସେମାନଙ୍କ ପ୍ରତି ଘଟିଅଛି। BSB BSB: Of them the proverbs are true: “A dog returns to its vomit,” and, “A sow that is washed goes back to her wallowing in the mud.”
Select verses for actions: Enter goes to them and Escape comes back.