1 ULB ଏଥିଉତ୍ତାରେ ଅବଶାଲୋମ ଆପଣା ନିମନ୍ତେ ଏକ ରଥ ଓ ଅଶ୍ୱମାନ ଓ ଆପଣା ଆଗେ ଆଗେ ଦୌଡ଼ିବା ନିମନ୍ତେ ପଚାଶ ଅଙ୍ଗରକ୍ଷକ ରଖିଲା। BSB BSB: Some time later, Absalom provided for himself a chariot with horses and fifty men to run ahead of him.
2 ULB ପୁଣି ଅବଶାଲୋମ ପ୍ରଭାତରେ ଉଠି ରାଜଦ୍ୱାରର ପଥ ପାର୍ଶ୍ୱରେ ଠିଆ ହୁଏ; ଆଉ ଏପରି କରେ ଯେ, କାହାରି ବିଚାରାର୍ଥେ ରାଜାଙ୍କ ନିକଟକୁ ଆସିବାର ଯୋଗ୍ୟ କୌଣସି ବିବାଦ ଥିଲେ, ଅବଶାଲୋମ ତାହାକୁ ଡାକି କହେ, “ତୁମ୍ଭେ କେଉଁ ନଗରର ଲୋକ?” ତହିଁରେ ଆପଣଙ୍କ ଦାସ ଆମ୍ଭେ ଇସ୍ରାଏଲର ଗୋଟିଏ ବଂଶର ଲୋକ ବୋଲି କହିଲେ, BSB BSB: He would get up early and stand beside the road leading to the city gate. Whenever anyone had a grievance to bring before the king for a decision, Absalom would call out and ask, “What city are you from?” And if he replied, “Your servant is from one of the tribes of Israel,”
3 ULB ‘ଅବଶାଲୋମ ତାହାକୁ କହେ, “ଦେଖ, ତୁମ୍ଭ କଥା ଉତ୍ତମ ଓ ଯଥାର୍ଥ; ମାତ୍ର ତୁମ୍ଭ କଥା ଶୁଣିବାକୁ ରାଜାଙ୍କର କୌଣସି ଲୋକ ନିଯୁକ୍ତ ନାହିଁ।” BSB BSB: Absalom would say, “Look, your claims are good and right, but the king has no deputy to hear you.”
4 ULB ଅବଶାଲୋମ ଆହୁରି କହେ, “ଆଃ, ମୁଁ ଯେବେ ଦେଶର ବିଚାରକର୍ତ୍ତା ହୁଅନ୍ତି ଓ କାହାରି କୌଣସି ବିବାଦ ବା କୌଣସି କଥା ଥିଲେ ଯେବେ ସେ ମୋ’ ନିକଟକୁ ଆସନ୍ତା, ତେବେ ମୁଁ ତାହାର ଯଥାର୍ଥ ବିଚାର କରନ୍ତି।” BSB BSB: And he would add, “If only someone would appoint me judge in the land, then everyone with a grievance or dispute could come to me, and I would give him justice.”
5 ULB ଆହୁରି କେହି ପ୍ରଣାମ କରିବା ପାଇଁ ତାହା ନିକଟକୁ ଆସିଲେ, ସେ ଆପଣା ହାତ ବଢ଼ାଇ ତାହାକୁ ଧରି ଚୁମ୍ବନ କରେ। BSB BSB: Also, when anyone approached to bow down to him, Absalom would reach out his hand, take hold of him, and kiss him.
6 ULB ଇସ୍ରାଏଲର ଯେତେ ଲୋକ ବିଚାରାର୍ଥେ ରାଜାଙ୍କ ନିକଟକୁ ଆସନ୍ତି, ଅବଶାଲୋମ ସେହି ସମସ୍ତଙ୍କ ପ୍ରତି ଏହିପରି କରେ; ଏହି ପ୍ରକାରେ ଅବଶାଲୋମ ଇସ୍ରାଏଲ ଲୋକମାନଙ୍କ ମନ ହରଣ କଲା। BSB BSB: Absalom did this to all the Israelites who came to the king for justice. In this way he stole the hearts of the men of Israel.
7 ULB ଏଥିଉତ୍ତାରେ ଚାରି ବର୍ଷ ଶେଷରେ ଅବଶାଲୋମ ରାଜାଙ୍କୁ କହିଲା, “ମୁଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରିଅଛି, ତାହା ପୂର୍ଣ୍ଣ କରିବା ପାଇଁ ମୋତେ ହିବ୍ରୋଣକୁ ଯିବାକୁ ଦିଅନ୍ତୁ। BSB BSB: After four years had passed, Absalom said to the king, “Please let me go to Hebron to fulfill a vow I have made to the LORD.
8 ULB କାରଣ ଆପଣଙ୍କ ଦାସ ଅରାମ ଦେଶସ୍ଥ ଗଶୂରରେ ଥିବା ବେଳେ ମାନତ କରି କହିଅଛି, ‘ଯଦି ସଦାପ୍ରଭୁ ନିଶ୍ଚୟ ମୋତେ ପୁନର୍ବାର ଯିରୂଶାଲମକୁ ଆଣିବେ, ତେବେ ମୁଁ ସଦାପ୍ରଭୁଙ୍କର ସେବା କରିବି।’” BSB BSB: For your servant made a vow while dwelling in Geshur of Aram, saying: ‘If indeed the LORD brings me back to Jerusalem, I will worship the LORD in Hebron.’”
9 ULB ତହିଁରେ ରାଜା ତାହାକୁ କହିଲେ, “କୁଶଳରେ ଯାଅ।” ତହୁଁ ସେ ଉଠି ହିବ୍ରୋଣକୁ ଗଲା। BSB BSB: “Go in peace,” said the king. So Absalom got up and went to Hebron.
10 ULB ମାତ୍ର ଅବଶାଲୋମ ସମୁଦାୟ ଇସ୍ରାଏଲ ବଂଶ ନିକଟକୁ ଗୁପ୍ତଚର ପଠାଇ କହିଥିଲା, “ତୁମ୍ଭେମାନେ ତୂରୀଧ୍ୱନି ଶୁଣିବା କ୍ଷଣେ ଅବଶାଲୋମ ହିବ୍ରୋଣରେ ରାଜା ହେଲେ ବୋଲି କହିବ।” BSB BSB: Then Absalom sent spies throughout the tribes of Israel with this message: “When you hear the sound of the horn, you are to say, ‘Absalom reigns in Hebron!’”
11 ULB ଆଉ ଅବଶାଲୋମ ସଙ୍ଗେ ଯିରୂଶାଲମରୁ ଦୁଇ ଶହ ଲୋକ ଗଲେ; ସେମାନେ ନିମନ୍ତ୍ରିତ ହୋଇ ସରଳ ମନରେ ଗଲେ; ସେମାନେ କୌଣସି କଥା ଜାଣି ନ ଥିଲେ। BSB BSB: Two hundred men from Jerusalem accompanied Absalom. They had been invited as guests and they went along innocently, for they knew nothing about the matter.
12 ULB ପୁଣି ଅବଶାଲୋମ ବଳିଦାନ କରିବା ସମୟରେ ଲୋକ ପଠାଇ ଦାଉଦଙ୍କର ମନ୍ତ୍ରୀ ଗୀଲୋନୀୟ ଅହୀଥୋଫଲକୁ ତାହାର ନଗର ଗୀଲୋରୁ ଡକାଇଲା। ତାଙ୍କର ଚକ୍ରାନ୍ତ ଦୃଢ଼ ହେଲା; କାରଣ ଅବଶାଲୋମର ସପକ୍ଷ ଲୋକ ଆହୁରି ଆହୁରି ଅନେକ ବୃଦ୍ଧି ପାଇଲେ। BSB BSB: While Absalom was offering the sacrifices, he sent for Ahithophel the Gilonite, David’s counselor, to come from his hometown of Giloh. So the conspiracy gained strength, and Absalom’s following kept increasing.
13 ULB ଏଥିଉତ୍ତାରେ ଜଣେ ଦାସ ଦାଉଦଙ୍କ ନିକଟକୁ ଆସି କହିଲା, “ଇସ୍ରାଏଲ ଲୋକମାନଙ୍କର ମନ ଅବଶାଲୋମ ଆଡ଼େ ଅଛି।” BSB BSB: Then a messenger came to David and reported, “The hearts of the men of Israel are with Absalom.”
14 ULB ତହିଁରେ ଦାଉଦ ଆପଣା ସଙ୍ଗେ ଯିରୂଶାଲମରେ ଥିବା ସମସ୍ତ ଦାସଙ୍କୁ କହିଲେ, “ଉଠ, ଆମ୍ଭେମାନେ ପଳାଉ; ନୋହିଲେ ଆମ୍ଭେମାନେ କେହି ଅବଶାଲୋମଠାରୁ ରକ୍ଷା ପାଇବୁ ନାହିଁ; ଏଣୁ ଚଞ୍ଚଳ ଚାଲ, କେଜାଣି ସେ ଶୀଘ୍ର ଆମ୍ଭମାନଙ୍କୁ ଧରି ଆମ୍ଭମାନଙ୍କୁ ବିପଦଗ୍ରସ୍ତ କରିବ ଓ ଖଡ୍ଗଧାରରେ ନଗର ଆଘାତ କରିବ।” BSB BSB: And David said to all the servants with him in Jerusalem, “Arise and let us flee, or we will not escape from Absalom! We must leave quickly, or he will soon overtake us, heap disaster on us, and put the city to the sword.”
15 ULB ତହୁଁ ରାଜାଙ୍କ ଦାସମାନେ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆମ୍ଭମାନଙ୍କ ପ୍ରଭୁ ମହାରାଜ ଯାହା ପସନ୍ଦ କରନ୍ତି, ତାହା କରିବାକୁ ଆପଣଙ୍କ ଦାସମାନେ ପ୍ରସ୍ତୁତ ଅଛନ୍ତି।” BSB BSB: The king’s servants replied, “Whatever our lord the king decides, we are your servants.”
16 ULB ତହୁଁ ରାଜା ଓ ତାଙ୍କ ପଛେ ପଛେ ତାଙ୍କର ସମସ୍ତ ପରିବାର ପ୍ରସ୍ଥାନ କଲେ। କିନ୍ତୁ ରାଜା ଗୃହ ଜଗିବା ନିମନ୍ତେ ଦଶ ଜଣ ଉପପତ୍ନୀ ଛାଡ଼ିଗଲେ। BSB BSB: Then the king set out, and his entire household followed him. But he left behind ten concubines to take care of the palace.
17 ULB ଏରୂପେ ରାଜା ଓ ତାଙ୍କ ପଛେ ତାଙ୍କର ସମସ୍ତ ଲୋକ ପ୍ରସ୍ଥାନ କରି ବେଥ୍-ହମ୍ମିର୍ହକରେ (ଦୁର ସ୍ଥାନରେ) ରହିଲେ। BSB BSB: So the king set out with all the people following him. He stopped at the last house,
18 ULB ପୁଣି ତାଙ୍କର ସମସ୍ତ ଦାସ ଅଗ୍ରସର ହେଲେ ଓ ଗାଥ୍ ନଗରରୁ ତାଙ୍କ ପଛେ ଯେଉଁ ଛଅ ଶହ ଲୋକ ଆସିଥିଲେ, ସେହି କରେଥୀୟ ଓ ପଲେଥୀୟ ଓ ଗାଥୀୟ ଲୋକ ସମସ୍ତେ ରାଜାଙ୍କ ସମ୍ମୁଖରେ ପାର ହୋଇଗଲେ। BSB BSB: and all his servants marched past him—all the Cherethites and Pelethites, and six hundred Gittites who had followed him from Gath.
19 ULB ସେତେବେଳେ ରାଜା ଗାଥୀୟ ଇତ୍ତୟକୁ କହିଲେ, “ତୁମ୍ଭେ କାହିଁକି ଆମ୍ଭମାନଙ୍କ ସଙ୍ଗେ ଯାଉଅଛ? ଫେରି ଯାଅ, ରାଜାଙ୍କ ସଙ୍ଗେ ରୁହ; କାରଣ ତୁମ୍ଭେ ତ ଜଣେ ବିଦେଶୀ, ମଧ୍ୟ ନିର୍ବାସିତ ଲୋକ; ତୁମ୍ଭେ ନିଜ ସ୍ଥାନକୁ ଫେରିଯାଅ। BSB BSB: Then the king said to Ittai the Gittite, “Why should you also go with us? Go back and stay with the new king, since you are both a foreigner and an exile from your homeland.
20 ULB ଆମ୍ଭେ ଯେଉଁଆଡ଼େ ପାରିବୁ, ସେହିଆଡ଼େ ଯିବୁ, ତୁମ୍ଭେ ତ କେବଳ କାଲି ଆସିଲ, ଆଜି ଆମ୍ଭେ କି ତୁମ୍ଭକୁ ଆମ୍ଭମାନଙ୍କ ସଙ୍ଗେ ନେଇ ଏଣେତେଣେ ବୁଲାଇବା? ତୁମ୍ଭେ ଫେରିଯାଅ, ତୁମ୍ଭ ଭାଇମାନଙ୍କୁ ଫେରାଇ ନିଅ; ଦୟା ଓ ସତ୍ୟତା ତୁମ୍ଭ ସହବର୍ତ୍ତୀ ହେଉ।” BSB BSB: In fact, you arrived only yesterday; should I make you wander around with us today while I do not know where I am going? Go back and take your brothers with you. May the LORD show you loving devotion and faithfulness.”
21 ULB ଏଥିରେ ଇତ୍ତୟ ରାଜାଙ୍କୁ ଉତ୍ତର କରି କହିଲା, “ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ମୋର ପ୍ରଭୁ ମହାରାଜ ଜୀବିତ ଥିବା ପ୍ରମାଣେ, ଜୀବନ ପାଇଁ ହେଉ ବା ମରଣ ପାଇଁ ହେଉ, ଅବଶ୍ୟ ମୋହର ପ୍ରଭୁ ମହାରାଜ ଯେଉଁଠାରେ ରହିବେ, ସେଠାରେ ମଧ୍ୟ ଆପଣଙ୍କ ଦାସ ରହିବ।” BSB BSB: But Ittai answered the king, “As surely as the LORD lives, and as my lord the king lives, wherever my lord the king may be, whether it means life or death, there will your servant be!”
22 ULB ତହୁଁ ଦାଉଦ ଇତ୍ତୟକୁ କହିଲେ, “ତେବେ ଯାଅ, ଅଗ୍ରସର ହୁଅ। ତହିଁରେ ଗାଥୀୟ ଇତ୍ତୟ ଓ ତାହାର ସମସ୍ତ ଲୋକ ଓ ତାହା ସହିତ ଥିବା ସମସ୍ତ ବାଳକ ଅଗ୍ରସର ହୋଇଗଲେ। BSB BSB: “March on then,” said David to Ittai. So Ittai the Gittite marched past with all his men and all the little ones who were with him.
23 ULB ତେଣୁ ଦେଶଯାକ ଉଚ୍ଚୈଃସ୍ୱର କରି ରୋଦନ କଲେ ଓ ସମସ୍ତ ଲୋକ ଅଗ୍ରସର ହେଲେ; ରାଜା ମଧ୍ୟ ଆପେ କିଦ୍ରୋଣ ନଦୀ ପାର ହୋଇ ଗଲେ ଓ ସମସ୍ତ ଲୋକ ପାର ହୋଇ ପ୍ରାନ୍ତରପଥ ଆଡ଼େ ଗଲେ। BSB BSB: Everyone in the countryside was weeping loudly as all the people passed by. And as the king crossed the Kidron Valley, all the people also passed toward the way of the wilderness.
24 ULB ଆଉ ଦେଖ, ସାଦୋକ ମଧ୍ୟ ଓ ତାହା ସଙ୍ଗେ ସମସ୍ତ ଲେବୀୟ ଲୋକ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ବହି ଆସିଲେ, ପୁଣି ନଗରରୁ ସମସ୍ତ ଲୋକ ବାହାର ହୋଇ ଯିବା ପର୍ଯ୍ୟନ୍ତ ସେମାନେ ପରମେଶ୍ୱରଙ୍କ ସିନ୍ଦୁକ ଓହ୍ଲାଇ ରଖିଲେ ଓ ଅବୀୟାଥର ଉପରକୁ ଗଲା। BSB BSB: Zadok was also there, and all the Levites with him were carrying the ark of the covenant of God. And they set down the ark of God, and Abiathar offered sacrifices until all the people had passed out of the city.
25 ULB ତହୁଁ ରାଜା ସାଦୋକଙ୍କୁ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ନଗରକୁ ଫେରାଇ ନିଅ; ଯେବେ ମୁଁ ସଦାପ୍ରଭୁଙ୍କ ଦୃଷ୍ଟିରେ ଅନୁଗ୍ରହ ପାଏ, ତେବେ ସେ ମୋତେ ପୁନର୍ବାର ଆଣିବେ, ପୁଣି ଏହା ଓ ଆପଣା ନିବାସ ସ୍ଥାନ ମୋତେ ଦେଖାଇବେ। BSB BSB: Then the king said to Zadok, “Return the ark of God to the city. If I find favor in the eyes of the LORD, He will bring me back and let me see both it and His dwelling place again.
26 ULB ‘ମାତ୍ର ତୁମ୍ଭଠାରେ ଆମ୍ଭର ସନ୍ତୋଷ ନାହିଁ,’ ଯଦି ସେ ଏପରି କହିବେ, ତେବେ ଦେଖ, ମୁଁ ଉପସ୍ଥିତ ଅଛି, ଯାହା ତାହାଙ୍କୁ ଭଲ ଦିଶେ, ତାହା ସେ ମୋ’ ପ୍ରତି କରନ୍ତୁ।” BSB BSB: But if He should say, ‘I do not delight in you,’ then here I am; let Him do to me whatever seems good to Him.”
27 ULB ରାଜା ସାଦୋକ ଯାଜକକୁ ଆହୁରି କହିଲେ, “ତୁମ୍ଭେ କି ଦର୍ଶକ ନୁହଁ? ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ, ତୁମ୍ଭମାନଙ୍କର ଏହି ଦୁଇ ପୁତ୍ର କୁଶଳରେ ନଗରକୁ ଫେରିଯାଅ। BSB BSB: The king also said to Zadok the priest, “Are you not a seer? Return to the city in peace—you with your son Ahimaaz, and Abiathar with his son Jonathan.
28 ULB ଦେଖ, ତୁମ୍ଭମାନଙ୍କଠାରୁ ମୋ’ଠାକୁ ତଥ୍ୟ-ବାର୍ତ୍ତା ଆସିବା ପର୍ଯ୍ୟନ୍ତ ମୁଁ ପ୍ରାନ୍ତରସ୍ଥ ଘାଟୀ ପାଖରେ ଅପେକ୍ଷା କରିବି।” BSB BSB: See, I will wait at the fords of the wilderness until word comes from you to inform me.”
29 ULB ଏଣୁ ସାଦୋକ ଓ ଅବୀୟାଥର ପୁନର୍ବାର ଯିରୂଶାଲମକୁ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଗଲେ ଓ ସେମାନେ ସେଠାରେ ରହିଲେ। BSB BSB: So Zadok and Abiathar returned the ark of God to Jerusalem and stayed there.
30 ULB ଏଥିଉତ୍ତାରେ ଦାଉଦ ଜୈତୁନ ପର୍ବତର ଉଠାଣି ଦେଇ ଗଲେ ଓ ଉପରକୁ ଯିବା ବେଳେ ରୋଦନ କରି କରି ଉପରକୁ ଗଲେ; ସେହି ସମୟରେ ତାଙ୍କର ମସ୍ତକ ଆଚ୍ଛାଦିତ ଥିଲା ଓ ସେ ଖାଲି ପାଦରେ ଚାଲୁଥିଲେ; ପୁଣି ତାଙ୍କର ସଙ୍ଗୀ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ମସ୍ତକ ଆଚ୍ଛାଦନ କରିଥିଲେ ଓ ସେମାନେ ଉପରକୁ ଯିବା ବେଳେ ରୋଦନ କରୁ କରୁ ଉପରକୁ ଗଲେ। BSB BSB: But David continued up the Mount of Olives, weeping as he went up. His head was covered, and he was walking barefoot. And all the people with him covered their heads and went up, weeping as they went.
31 ULB ଏଥି ମଧ୍ୟରେ ଜଣେ ଦାଉଦଙ୍କୁ କହିଲା, “ଅବଶାଲୋମ ସଙ୍ଗେ ଚକ୍ରାନ୍ତକାରୀମାନଙ୍କ ମଧ୍ୟରେ ଅହୀଥୋଫଲ ଅଛି। ତହିଁରେ ଦାଉଦ କହିଲେ, ହେ ସଦାପ୍ରଭୁ, ବିନୟ କରୁଅଛି, ଅହୀଥୋଫଲର ମନ୍ତ୍ରଣାକୁ ମୂର୍ଖତା କର।” BSB BSB: Now someone told David: “Ahithophel is among the conspirators with Absalom.” So David pleaded, “O LORD, please turn the counsel of Ahithophel into foolishness!”
32 ULB ଏଉତ୍ତାରେ ଲୋକେ ଯେଉଁଠାରେ ପରମେଶ୍ୱରଙ୍କର ଆରାଧନା କରନ୍ତି, ଉଠାଣିର ସେହି ଶୃଙ୍ଗ ନିକଟରେ ଦାଉଦ ଉପସ୍ଥିତ ହୁଅନ୍ତେ, ଦେଖ, ଅର୍କୀୟ ହୂଶୟ ଆପଣା ଚିରା ଜାମା ପିନ୍ଧି ଓ ମସ୍ତକରେ ମୃତ୍ତିକା ଦେଇ ତାଙ୍କୁ ଭେଟିବା ପାଇଁ ଉପସ୍ଥିତ ହେଲା। BSB BSB: When David came to the summit, where he used to worship God, Hushai the Archite was there to meet him with his robe torn and dust on his head.
33 ULB ତହିଁରେ ଦାଉଦ ତାହାଙ୍କୁ କହିଲେ, “ଯେବେ ତୁମ୍ଭେ ମୋ’ ସଙ୍ଗେ ଅଗ୍ରସର ହୁଅ, ତେବେ ତୁମ୍ଭେ ମୋ’ ପ୍ରତି ଭାର ସ୍ୱରୂପ ହେବ। BSB BSB: David said to him, “If you go on with me, you will be a burden to me.
34 ULB ମାତ୍ର ଯେବେ ତୁମ୍ଭେ ନଗରକୁ ଫେରି ଯାଇ ଅବଶାଲୋମକୁ କହିବ, ‘ହେ ମହାରାଜ, ମୁଁ ଆପଣଙ୍କର ଦାସ ହେବି; ମୁଁ ପୂର୍ବରେ ଯେପରି ଆପଣଙ୍କ ପିତାଙ୍କର ଦାସ ଥିଲି, ସେପରି ଏବେ ମୁଁ ଆପଣଙ୍କର ଦାସ ହେବି,’ ତେବେ ତୁମ୍ଭେ ଆମ୍ଭ ପକ୍ଷରେ ଅହୀଥୋଫଲର ମନ୍ତ୍ରଣା ବ୍ୟର୍ଥ କରି ପାରିବ।” BSB BSB: But you can thwart the counsel of Ahithophel for me if you return to the city and say to Absalom: ‘I will be your servant, my king; in the past I was your father’s servant, but now I will be your servant.’
35 ULB ସେଠାରେ ତୁମ୍ଭ ସଙ୍ଗେ କି ସାଦୋକ ଓ ଅବୀୟାଥର ଯାଜକମାନେ ନ ଥିବେ? ଏଣୁ ତୁମ୍ଭେ ରାଜଗୃହରୁ ଯାହା କିଛି ଶୁଣିବ, ତାହା ସାଦୋକ ଓ ଅବୀୟାଥର ଯାଜକମାନଙ୍କୁ ଜଣାଇବ। BSB BSB: Will not Zadok and Abiathar the priests be there with you? Report to them everything you hear from the king’s palace.
36 ULB ଦେଖ, ସେହି ସ୍ଥାନରେ ସେମାନଙ୍କ ସଙ୍ଗେ ସେମାନଙ୍କର ଦୁଇ ପୁତ୍ର, ଅର୍ଥାତ୍, ସାଦୋକର ପୁତ୍ର ଅହୀମାସ୍ ଓ ଅବୀୟାଥରର ପୁତ୍ର ଯୋନାଥନ ଅଛନ୍ତି, ତୁମ୍ଭେମାନେ ଯାହା ଯାହା ଶୁଣିବ, ସେହିସବୁ କଥା ସେମାନଙ୍କ ହାତରେ ମୋ’ ନିକଟକୁ କହି ପଠାଇବ।” BSB BSB: Indeed, their two sons, Ahimaaz son of Zadok and Jonathan son of Abiathar, are there with them. Send them to me with everything you hear.”
37 ULB ତହୁଁ ଦାଉଦଙ୍କର ମିତ୍ର ହୂଶୟ ନଗରକୁ ଆସିଲା; ପୁଣି ଅବଶାଲୋମ ଯିରୂଶାଲମକୁ ଆସିଲା। BSB BSB: So David’s friend Hushai arrived in Jerusalem just as Absalom was entering the city.
Select verses for actions: Enter goes to them and Escape comes back.