1 ULB ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ଜ୍ୱଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।” BSB BSB: Again the anger of the LORD burned against Israel, and He stirred up David against them, saying, “Go and take a census of Israel and Judah.”
2 ULB ତହିଁରେ ରାଜା ଆପଣା ନିକଟସ୍ଥ ସେନାପତି ଯୋୟାବଙ୍କୁ କହିଲେ; “ତୁମ୍ଭେମାନେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଇସ୍ରାଏଲର ସମୁଦାୟ ବଂଶ ମଧ୍ୟ ଦେଇ ଭ୍ରମଣ କରି ଲୋକମାନଙ୍କୁ ଗଣନା କର, ତାହାହେଲେ ମୁଁ ଲୋକମାନଙ୍କର ସଂଖ୍ୟା ଜାଣି ପାରିବି।” BSB BSB: So the king said to Joab the commander of his army, who was with him, “Go now throughout the tribes of Israel from Dan to Beersheba and register the troops, so that I may know their number.”
3 ULB ଏଥିରେ ଯୋୟାବ ରାଜାଙ୍କୁ କହିଲା, “ଏବେ ଯେତେ ଲୋକ ଅଛନ୍ତି; ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ସେମାନଙ୍କୁ ଶତଗୁଣ ବୃଦ୍ଧି କରନ୍ତୁ ଓ ମୋ’ ପ୍ରଭୁ ମହାରାଜଙ୍କ ଚକ୍ଷୁ ତାହା ଦେଖୁ; ମାତ୍ର ମୋ’ ପ୍ରଭୁ ମହାରାଜ ଏପରି କରିବା ପାଇଁ କାହିଁକି ଚାହୁଁ ଅଛନ୍ତି?” BSB BSB: But Joab replied to the king, “May the LORD your God multiply the troops a hundred times over, and may the eyes of my lord the king see it. But why does my lord the king want to do such a thing?”
4 ULB ତଥାପି ଯୋୟାବ ଉପରେ ଓ ସେନାପତିମାନଙ୍କ ଉପରେ ରାଜାଙ୍କ ବାକ୍ୟ ପ୍ରବଳ ହେଲା। ତହୁଁ ଯୋୟାବ ଓ ସେନାପତିମାନେ ଇସ୍ରାଏଲ ଲୋକମାନଙ୍କୁ ଗଣନା କରିବା ପାଇଁ ରାଜାଙ୍କ ସାକ୍ଷାତରୁ ଗମନ କଲେ। BSB BSB: Nevertheless, the king’s word prevailed against Joab and against the commanders of the army. So Joab and the commanders of the army departed from the presence of the king to register the troops of Israel.
5 ULB ଏଉତ୍ତାରେ ସେମାନେ ଯର୍ଦ୍ଦନ ପାର ହୋଇ ଅରୋୟେରରେ ଗାଦ୍ ଉପତ୍ୟକାର ମଧ୍ୟବର୍ତ୍ତୀ ନଗରର ଦକ୍ଷିଣ ପାଖରେ ଛାଉଣି ସ୍ଥାପନ କଲେ, ଓ ଗାଦ୍ରୁ ଯାସେର ପର୍ଯ୍ୟନ୍ତ ଯାତ୍ରା କଲେ; BSB BSB: They crossed the Jordan and camped near Aroer, south of the town in the middle of the valley, and proceeded toward Gad and Jazer.
6 ULB ତହିଁ ଉତ୍ତାରୁ ସେମାନେ ଗିଲୀୟଦକୁ ଓ ତହତୀମ୍ହଦ୍ଶି ଦେଶକୁ ଆସିଲେ; ତହୁଁ ସେମାନେ ଦାନ୍-ଯାନକୁ ଓ ସେଠାରୁ ବୁଲି ସୀଦୋନକୁ ଆସିଲେ। BSB BSB: Then they went to Gilead and the land of Tahtim-hodshi, and on to Dan-jaan and around to Sidon.
7 ULB ତହୁଁ ସୋର ଗଡ଼ରେ ଓ ହିବ୍ବୀୟମାନଙ୍କର ଓ କିଣାନୀୟମାନଙ୍କ ସମସ୍ତ ନଗରରେ ଉପସ୍ଥିତ ହେଲେ; ପୁଣି ସେମାନେ ବେର୍ଶେବାରେ ଯିହୁଦାର ଦକ୍ଷିଣାଞ୍ଚଳକୁ ବାହାରି ଗଲେ। BSB BSB: They went toward the fortress of Tyre and all the cities of the Hivites and Canaanites. Finally, they went on to the Negev of Judah, to Beersheba.
8 ULB ଏହିରୂପେ ସେମାନେ ସମୁଦାୟ ଦେଶ ଦେଇ ଭ୍ରମଣ କଲା ଉତ୍ତାରେ ନଅ ମାସ କୋଡ଼ିଏ ଦିନର ଶେଷରେ ଯିରୂଶାଲମରେ ଉପସ୍ଥିତ ହେଲେ। BSB BSB: At the end of nine months and twenty days, having gone through the whole land, they returned to Jerusalem.
9 ULB ତହିଁରେ ଯୋୟାବ ଗଣିତ ଯୋଦ୍ଧାମାନଙ୍କ ସଂଖ୍ୟା ରାଜାଙ୍କ ନିକଟରେ ସମର୍ପଣ କଲା; ଇସ୍ରାଏଲର ଖଡ୍ଗଧାରୀ ଆଠ ଲକ୍ଷ ବଳବାନ ଲୋକ ଓ ଯିହୁଦାର ପାଞ୍ଚ ଲକ୍ଷ ଲୋକ ଥିଲେ। BSB BSB: And Joab reported to the king the total number of the troops. In Israel there were 800,000 men of valor who drew the sword, and in Judah there were 500,000.
10 ULB ଏହିରୂପେ ଦାଉଦ ଲୋକମାନଙ୍କୁ ଗଣନା କରାଇଲା ଉତ୍ତାରେ ତାଙ୍କ ହୃଦୟ ତାଙ୍କୁ ଆଘାତ କଲା। ତହୁଁ ଦାଉଦ ସଦାପ୍ରଭୁଙ୍କୁ କହିଲେ, “ଏହି କର୍ମ କରିବାରେ ମୁଁ ମହା ପାପ କରିଅଛି; ମାତ୍ର ଏବେ ହେ ସଦାପ୍ରଭୁ, ବିନୟ କରୁଅଛି, ନିଜ ଦାସର ଅପରାଧ କ୍ଷମା କର; କାରଣ ମୁଁ ଅତି ମୂର୍ଖର କର୍ମ କରିଅଛି।” BSB BSB: After David had numbered the troops, his conscience was stricken and he said to the LORD, “I have sinned greatly in what I have done. Now, O LORD, I beg You to take away the iniquity of Your servant, for I have acted very foolishly.”
11 ULB ଏଥିଉତ୍ତାରେ ଦାଉଦ ପ୍ରଭାତରେ ଉଠନ୍ତେ, ଦାଉଦଙ୍କ ଦର୍ଶକ ଗାଦ୍ ଭବିଷ୍ୟଦ୍ବକ୍ତା ନିକଟରେ ସଦାପ୍ରଭୁଙ୍କ ବାକ୍ୟ ଉପସ୍ଥିତ ହେଲା, ଯଥା, BSB BSB: When David got up in the morning, the word of the LORD had come to Gad the prophet, David’s seer:
12 ULB “ଦାଉଦ ନିକଟକୁ ଯାଇ ତାହାକୁ କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ତୁମ୍ଭ ଆଗରେ ତିନି କଥା ରଖୁଅଛୁ; ତହିଁ ମଧ୍ୟରୁ ଆପଣା ପାଇଁ ଗୋଟିଏ ମନୋନୀତ କର, ତାହା ହିଁ ଆମ୍ଭେ ତୁମ୍ଭ ପ୍ରତି କରିବୁ।”’” BSB BSB: “Go and tell David that this is what the LORD says: ‘I am offering you three options. Choose one of them, and I will carry it out against you.’”
13 ULB ତହୁଁ ଗାଦ୍ ଦାଉଦଙ୍କ ନିକଟକୁ ଆସି ତାଙ୍କୁ ଜଣାଇ କହିଲା, “ତୁମ୍ଭ ଦେଶରେ ତିନି ବର୍ଷ ଦୁର୍ଭିକ୍ଷ ହେବ? କି ତୁମ୍ଭ ଶତ୍ରୁମାନେ ତୁମ୍ଭ ପଛେ ପଛେ ଗୋଡ଼ାଇବା ବେଳେ ତୁମ୍ଭେ ସେମାନଙ୍କ ଆଗେ ଆଗେ ତିନି ମାସ ପର୍ଯ୍ୟନ୍ତ ପଳାଇବ? କିଅବା ତିନି ଦିନ ପର୍ଯ୍ୟନ୍ତ ତୁମ୍ଭ ଦେଶରେ ମହାମାରୀ ହେବ? ଏହା ବୁଝ, ଆଉ ମୋ’ ପ୍ରେରଣା କର୍ତ୍ତାଙ୍କୁ ମୁଁ ଫେରି କି ଉତ୍ତର ଦେବି, ତାହା ବିବେଚନା କର।” BSB BSB: So Gad went and said to David, “Do you choose to endure three years of famine in your land, three months of fleeing the pursuit of your enemies, or three days of plague upon your land? Now then, think it over and decide how I should reply to Him who sent me.”
14 ULB ତହିଁରେ ଦାଉଦ ଗାଦ୍କୁ କହିଲେ, “ମୁଁ ବଡ଼ ଅକଳରେ ପଡ଼ିଲି, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ହସ୍ତରେ ପଡ଼ୁ; କାରଣ ତାହାଙ୍କ ଦୟା ପ୍ରଚୁର; ମାତ୍ର ମୁଁ ମନୁଷ୍ୟ ହସ୍ତରେ ନ ପଡ଼େ।” BSB BSB: David answered Gad, “I am deeply distressed. Please, let us fall into the hand of the LORD, for His mercies are great; but do not let me fall into the hands of men.”
15 ULB ତହୁଁ ସଦାପ୍ରଭୁ ପ୍ରାତଃକାଳ ଅବଧି ନିରୂପିତ ସମୟ ପର୍ଯ୍ୟନ୍ତ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରୁ ସତୁରି ହଜାର ଲୋକ ମଲେ। BSB BSB: So the LORD sent a plague upon Israel from that morning until the appointed time, and seventy thousand of the people from Dan to Beersheba died.
16 ULB ଆଉ ଦୂତ ଯିରୂଶାଲମକୁ ବିନାଶ କରିବା ପାଇଁ ତହିଁ ଆଡ଼କୁ ହସ୍ତ ବିସ୍ତାର କରନ୍ତେ, ସଦାପ୍ରଭୁ ସେହି ବିପଦ ସକାଶୁ ଦୁଃଖିତ ହୋଇ ସେହି ବିନାଶକ ଦୂତକୁ କହିଲେ, “ଯଥେଷ୍ଟ ହେଲା; ଏବେ ତୁମ୍ଭ ହସ୍ତ ସଙ୍କୁଚିତ କର।” ଏହି ସମୟରେ ସଦାପ୍ରଭୁଙ୍କ ସେହି ଦୂତ ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନ ନିକଟରେ ଥିଲା। BSB BSB: But when the angel stretched out his hand to destroy Jerusalem, the LORD relented from the calamity and said to the angel who was destroying the people, “Enough! Withdraw your hand now!” At that time the angel of the LORD was by the threshing floor of Araunah the Jebusite.
17 ULB ପୁଣି ଦାଉଦ ସେହି ବିନାଶକ ଦୂତଙ୍କୁ ଦେଖି ସଦାପ୍ରଭୁଙ୍କୁ କହିଲେ, “ଦେଖ, ମୁଁ ପାପ କଲି ଓ ମୁଁ ହିଁ ଅପରାଧୀ ହେଲି; ମାତ୍ର ଏହି ମେଷଗଣ କଅଣ କଲେ? ବିନୟ କରୁଅଛି, ତୁମ୍ଭ ହସ୍ତ ମୋ’ ବିରୁଦ୍ଧରେ ଓ ମୋ’ ପିତୃଗୃହର ବିରୁଦ୍ଧରେ ହେଉ।” BSB BSB: When David saw the angel striking down the people, he said to the LORD, “Surely I, the shepherd, have sinned and acted wickedly. But these sheep, what have they done? Please, let Your hand fall upon me and my father’s house.”
18 ULB ସେହି ଦିନ ଗାଦ୍ ଦାଉଦଙ୍କ ନିକଟକୁ ଯାଇ ତାଙ୍କୁ କହିଲା, “ଯାଅ, ଯିବୂଷୀୟ ଅରୌଣାର ଶସ୍ୟମର୍ଦ୍ଦନ ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ସ୍ଥାପନ କର।” BSB BSB: And that day Gad came to David and said to him, “Go up and build an altar to the LORD on the threshing floor of Araunah the Jebusite.”
19 ULB ତେଣୁ ଦାଉଦ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗାଦ୍ର ବାକ୍ୟାନୁସାରେ ଉଠିଗଲେ। BSB BSB: So David went up at the word of Gad, just as the LORD had commanded.
20 ULB ସେତେବେଳେ ଅରୌଣା ଅନାଇ ଦେଖିଲା ଯେ, ରାଜା ଓ ତାଙ୍କର ଦାସମାନେ ତାହା ଆଡ଼କୁ ଆସୁଅଛନ୍ତି; ତହିଁରେ ଅରୌଣା ବାହାରେ ଆସି ରାଜାଙ୍କ ନିକଟରେ ମୁହଁ ମାଡ଼ି ଭୂମିଷ୍ଠ ପ୍ରଣାମ କଲା। BSB BSB: When Araunah looked out and saw the king and his servants coming toward him, he went out and bowed facedown before the king.
21 ULB ପୁଣି ଅରୌଣା ପଚାରିଲା, “ମୋ’ ପ୍ରଭୁ ମହାରାଜ ଆପଣା ଦାସ ନିକଟକୁ କି ନିମନ୍ତେ ଆସିଲେ?” ତହିଁରେ ଦାଉଦ କହିଲେ, “ଲୋକମାନଙ୍କ ମଧ୍ୟରୁ ଯେପରି ମହାମାରୀ ନିବୃତ୍ତ ହେବ, ଏଥିପାଇଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରିବା, ତେଣୁ ତୁମ୍ଭଠାରୁ ଶସ୍ୟମର୍ଦ୍ଦନ ସ୍ଥାନ କିଣିବାକୁ ଆସିଲି।” BSB BSB: “Why has my lord the king come to his servant?” Araunah said. “To buy your threshing floor,” David replied, “that I may build an altar to the LORD, so that the plague upon the people may be halted.”
22 ULB ତହୁଁ ଅରୌଣା ଦାଉଦଙ୍କୁ କହିଲା, “ମୋ’ ପ୍ରଭୁ ମହାରାଜଙ୍କୁ ଯାହା ଭଲ ଦିଶେ, ତାହା ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତୁ; ଦେଖନ୍ତୁ, ହୋମବଳି ନିମନ୍ତେ ଏହି ବୃଷସବୁ ଓ କାଷ୍ଠ ନିମନ୍ତେ ଏହି ମର୍ଦ୍ଦନ ଯନ୍ତ୍ର ଓ ବୃଷମାନଙ୍କ ସାଜ ଅଛି; BSB BSB: Araunah said to David, “May my lord the king take whatever seems good to him and offer it up. Here are the oxen for a burnt offering and the threshing sledges and ox yokes for the wood.
23 ULB ହେ ମହାରାଜ, ଅରୌଣା ଏସମସ୍ତ ମହାରାଜଙ୍କୁ ଦେଉଅଛି। ଆହୁରି ଅରୌଣା ରାଜାଙ୍କୁ କହିଲା, ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଆପଣଙ୍କୁ ଗ୍ରହଣ କରନ୍ତୁ।” BSB BSB: O king, Araunah gives all these to the king.” He also said to the king, “May the LORD your God accept you.”
24 ULB ତହିଁରେ ରାଜା ଅରୌଣାକୁ କହିଲେ, “ନା, ମାତ୍ର ମୁଁ ଅବଶ୍ୟ ମୂଲ୍ୟ ଦେଇ ତୁମ୍ଭଠାରୁ ଏସବୁ କିଣିବି; ଆଉ ମୁଁ ସଦାପ୍ରଭୁ ମୋ’ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ବିନାମୂଲ୍ୟର ହୋମବଳି ଉତ୍ସର୍ଗ କରିବି ନାହିଁ।” ତହୁଁ ଦାଉଦ ପଚାଶ ଶେକଲ (ଏକ ଶେକଲ ୧୨ ଗ୍ରାମ୍) ରୂପାରେ ସେହି ଶସ୍ୟମର୍ଦ୍ଦନ ସ୍ଥାନ ଓ ବୃଷସବୁ କିଣିଲେ। BSB BSB: “No,” replied the king, “I insist on paying a price, for I will not offer to the LORD my God burnt offerings that cost me nothing.” So David bought the threshing floor and the oxen for fifty shekels of silver.
25 ULB ପୁଣି ଦାଉଦ ସେହି ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ହୋମବଳି ଓ ମଙ୍ଗଳାର୍ଥକବଳି ଉତ୍ସର୍ଗ କଲେ। ତହିଁରେ ସଦାପ୍ରଭୁ ବିନତି ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ, ପୁଣି ଇସ୍ରାଏଲ ମଧ୍ୟରୁ ମହାମାରୀ ନିବୃତ୍ତ ହେଲା। BSB BSB: And there he built an altar to the LORD and offered burnt offerings and peace offerings. Then the LORD answered the prayers on behalf of the land, and the plague upon Israel was halted.
Select verses for actions: Enter goes to them and Escape comes back.