1 ULB ଆଉ ଶାଉଲଙ୍କର ପୁତ୍ର ଈଶ୍ବୋଶତ ଯେତେବେଳେ ଶୁଣିଲା ଯେ, ହିବ୍ରୋଣରେ ଅବ୍ନର ମରିଅଛି, ସେତେବେଳେ ତାହାର ହସ୍ତ ଦୁର୍ବଳ ହେଲା ଏବଂ ସମୁଦାୟ ଇସ୍ରାଏଲ ନିରାଶ ହେଲେ। BSB BSB: Now when Ish-bosheth son of Saul heard that Abner had died in Hebron, he lost courage, and all Israel was dismayed.
2 ULB ପୁଣି ଶାଉଲଙ୍କର ପୁତ୍ର ଈଶ୍ବୋଶତର ଦୁଇ ଜଣ ଦଳପତି ଥିଲେ; ଜଣକର ନାମ ବାନା ଓ ଅନ୍ୟର ନାମ ରେଖବ; ଏମାନେ ବିନ୍ୟାମୀନ୍ ବଂଶଜାତ ବେରୋତୀୟ ରିମ୍ମୋନ୍ର ପୁତ୍ର। (କାରଣ ବେରୋତ ମଧ୍ୟ ବିନ୍ୟାମୀନ୍ର ଅଧିକାରରେ ଗଣିତ; BSB BSB: Saul’s son had two men who were leaders of raiding parties. One was named Baanah and the other Rechab; they were sons of Rimmon the Beerothite of the tribe of Benjamin—Beeroth is considered part of Benjamin,
3 ULB ମାତ୍ର ବେରୋତୀୟମାନେ ଗିତ୍ତୟିମକୁ ପଳାଇଲେ ଓ ସେହି ସ୍ଥାନରେ ଆଜି ପର୍ଯ୍ୟନ୍ତ ବାସ କରୁଅଛନ୍ତି।) BSB BSB: because the Beerothites fled to Gittaim and have lived there as foreigners to this day.
4 ULB ଶାଉଲଙ୍କର ପୁତ୍ର ଯୋନାଥନଙ୍କର ଗୋଟିଏ ପୁତ୍ର ଥିଲା, ତାହାର ଦୁଇ ପାଦ ଛୋଟା। ଯିଷ୍ରିୟେଲରୁ ଶାଉଲ ଓ ଯୋନାଥନ ବିଷୟକ ସମ୍ବାଦ ଆସିବା ବେଳେ ତାହାକୁ ପାଞ୍ଚ ବର୍ଷ ହୋଇଥିଲା, ପୁଣି ତାହାର ସେବିକା ତାହାକୁ ନେଇ ପଳାଇଲା; ମାତ୍ର ପଳାଇବା ପାଇଁ ଚଞ୍ଚଳ ହେବାରୁ ପିଲା ପଡ଼ି ଯାଇ ଛୋଟା ହେଲା। ତାହାର ନାମ ମଫୀବୋଶତ୍। BSB BSB: And Jonathan son of Saul had a son who was lame in his feet. He was five years old when the report about Saul and Jonathan came from Jezreel. His nurse picked him up and fled, but as she was hurrying to escape, he fell and became lame. His name was Mephibosheth.
5 ULB ଏଥିଉତ୍ତାରେ ଈଶ୍ବୋଶତ ମଧ୍ୟାହ୍ନ ସମୟରେ ବିଶ୍ରାମ ନେବା ବେଳେ ବେରୋତୀୟ ରିମ୍ମୋନ୍ର ପୁତ୍ର ରେଖବ ଓ ବାନା ଯାଇ ପ୍ରାୟ ଖରା ବେଳେ ତାହାର ଗୃହରେ ଉପସ୍ଥିତ ହେଲେ। BSB BSB: Now Rechab and Baanah, the sons of Rimmon the Beerothite, set out and arrived at the house of Ish-bosheth in the heat of the day, while the king was taking his midday nap.
6 ULB ପୁଣି ସେମାନେ ସେଠାରେ ପ୍ରବେଶ କରି ଗହମ ଆଣିବା ଛଳରେ ଗୃହ ଭିତରକୁ ଯାଇ ତାହାର ପେଟରେ ଆଘାତ କଲେ। ତହୁଁ ରେଖବ ଓ ତାହାର ଭାଇ ବାନା ପଳାଇ ଗଲେ। BSB BSB: They entered the interior of the house as if to get some wheat, and they stabbed him in the stomach. Then Rechab and his brother Baanah slipped away.
7 ULB (ଘଟଣା) ଏରୂପ ହେଲା ଯେ, ସେମାନେ ଗୃହ ଭିତରକୁ ଆସି ସେ ଆପଣା ଶୟନ ଗୃହରେ ଶଯ୍ୟା ଉପରେ ଶୋଇଥିବା ସମୟରେ ତାହାକୁ ଆଘାତ କରି ବଧ କଲେ ଓ ତାହାର ମସ୍ତକ କାଟି ସେହି ମସ୍ତକ ନେଇ ଆରାବା ନାମକ ଅର୍ଥାତ୍ ଯର୍ଦ୍ଦନ ଉପତ୍ୟକା ଦେଇ ରାତ୍ରିସାରା ଗମନ କଲେ। BSB BSB: They had entered the house while Ish-bosheth was lying on his bed, and having stabbed and killed him, they beheaded him, took his head, and traveled all night by way of the Arabah.
8 ULB ଏଉତ୍ତାରେ ସେମାନେ ଈଶ୍ବୋଶତର ମସ୍ତକ ହିବ୍ରୋଣରେ ଦାଉଦଙ୍କ କତିକି ଆଣିଲେ ଓ ରାଜାଙ୍କୁ କହିଲେ, “ଦେଖନ୍ତୁ, ଆପଣଙ୍କ ପ୍ରାଣ ଅନ୍ୱେଷଣକାରୀ ଶତ୍ରୁ ଯେ ଶାଉଲ, ତାଙ୍କର ପୁତ୍ର ଈଶ୍ବୋଶତର ମସ୍ତକ ଏହି; ସଦାପ୍ରଭୁ ଆଜି ଆମ ପ୍ରଭୁ ମହାରାଜାଙ୍କ ପକ୍ଷରେ ଶାଉଲ ଓ ତାଙ୍କର ବଂଶଠାରୁ ପରିଶୋଧ ନେଇଅଛନ୍ତି।” BSB BSB: They brought the head of Ish-bosheth to David at Hebron and said to the king, “Here is the head of Ish-bosheth son of Saul, your enemy who sought your life. Today the LORD has granted vengeance to my lord the king against Saul and his offspring.”
9 ULB ମାତ୍ର ଦାଉଦ ବେରୋତୀୟ ରିମ୍ମୋନ୍ର ପୁତ୍ର ରେଖବକୁ ଓ ତାହାର ଭାଇ ବାନାକୁ ଉତ୍ତର ଦେଇ କହିଲେ, “ଯେ ସମୁଦାୟ କ୍ଳେଶରୁ ମୋ’ ପ୍ରାଣକୁ ମୁକ୍ତ କରିଅଛନ୍ତି, ସେହି ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ କହୁଅଛି, BSB BSB: But David answered Rechab and his brother Baanah, the sons of Rimmon the Beerothite, “As surely as the LORD lives, who has redeemed my life from all distress,
10 ULB ଯେତେବେଳେ ଜଣେ ଆପଣାକୁ ଶୁଭ ବାର୍ତ୍ତାବାହକ ମନେକରି ମୋତେ କହିଲା, ‘ଦେଖନ୍ତୁ, ଶାଉଲ ମରିଅଛି,’ ସେତେବେଳେ ମୁଁ ତହିଁର ପୁରସ୍କାର ଦେବା ନିମନ୍ତେ ତାହାକୁ ଧରି ସିକ୍ଲଗ୍ଠାରେ ବଧ କଲି। BSB BSB: when someone told me, ‘Look, Saul is dead,’ and thought he was a bearer of good news, I seized him and put him to death at Ziklag. That was his reward for his news!
11 ULB ତେବେ ଯେଉଁମାନେ ଧାର୍ମିକ ଲୋକକୁ ତାହାର ନିଜ ଗୃହ ଭିତରେ, ତାହାର ଶଯ୍ୟା ଉପରେ ମାରି ପକାଇଅଛନ୍ତି, ଏପରି ଦୁଷ୍ଟ ଲୋକଙ୍କୁ କି ତତୋଧିକ ନ କରିବି, ଏବେ ମୁଁ କି ତୁମ୍ଭମାନଙ୍କ ହସ୍ତରୁ ତାହାର ରକ୍ତର ପରିଶୋଧ ନ ନେବି ଓ ପୃଥିବୀରୁ ତୁମ୍ଭମାନଙ୍କୁ ଉଚ୍ଛିନ୍ନ ନ କରିବି?” BSB BSB: How much more, when wicked men kill a righteous man in his own house and on his own bed, shall I not now require his blood from your hands and remove you from the earth!”
12 ULB ତହିଁରେ ଦାଉଦ ଆପଣା ଯୁବାମାନଙ୍କୁ ଆଜ୍ଞା ଦିଅନ୍ତେ, ସେମାନେ ସେମାନଙ୍କୁ ବଧ କଲେ, ଆଉ ସେମାନଙ୍କର ହସ୍ତ ଓ ପାଦ ଛେଦନ କରି ହିବ୍ରୋଣର ପୁଷ୍କରିଣୀ ନିକଟରେ ଟଙ୍ଗାଇ ଦେଲେ। ମାତ୍ର ସେମାନେ ଈଶ୍ବୋଶତର ମସ୍ତକ ନେଇ ହିବ୍ରୋଣରେ ଅବ୍ନର-କବରରେ କବର ଦେଲେ। BSB BSB: So David commanded his young men, and they killed Rechab and Baanah. They cut off their hands and feet and hung their bodies by the pool in Hebron, but they took the head of Ish-bosheth and buried it in Abner’s tomb in Hebron.
Select verses for actions: Enter goes to them and Escape comes back.