1 ULB ଏଥିଉତ୍ତାରେ ଦାଉଦ ପଚାରିଲେ, “ଯୋନାଥନ ସକାଶୁ ମୁଁ ଯାହା ପ୍ରତି ଦୟା ପ୍ରକାଶ କରିପାରେ, ଏପରି କେହି କି ଶାଉଲଙ୍କ ବଂଶରେ ଅବଶିଷ୍ଟ ଅଛି?” BSB BSB: Then David asked, “Is there anyone left from the house of Saul to whom I can show kindness for the sake of Jonathan?”
2 ULB ତହିଁରେ ଲୋକମାନେ ସୀବଃ ନାମକ ଶାଉଲଙ୍କ ବଂଶର ଏକ ଦାସକୁ ଦାଉଦଙ୍କ ନିକଟକୁ ଡାକନ୍ତେ, ରାଜା ତାହାକୁ ପଚାରିଲେ, “ତୁମ୍ଭେ କି ସୀବଃ?” ତହୁଁ ସେ କହିଲା, “ଆପଣଙ୍କ ଦାସ ସେହି।” BSB BSB: And there was a servant of the house of Saul named Ziba. They summoned him to David, and the king inquired, “Are you Ziba?” “I am your servant,” he replied.
3 ULB ତହିଁରେ ରାଜା ପଚାରିଲେ, “ମୁଁ ଯାହା ପ୍ରତି ପରମେଶ୍ୱରଙ୍କ ଦୟା ପ୍ରକାଶ କରି ପାରେ, ଏପରି କେହି କି ଏବେ ଶାଉଲଙ୍କ ବଂଶରେ ଅଛି?” ଏଥିରେ ସୀବଃ ରାଜାଙ୍କୁ କହିଲା, “ଯୋନାଥନର ଏକ ପୁତ୍ର ଏବେ ଅଛି, ତାହାର ପାଦ ଛୋଟା।” BSB BSB: So the king asked, “Is there anyone left of the house of Saul to whom I can show the kindness of God?” Ziba answered, “There is still Jonathan’s son, who is lame in both feet.”
4 ULB ତହୁଁ ରାଜା ତାହାକୁ ପଚାରିଲେ, “ସେ କେଉଁଠାରେ ଅଛି?” ତହିଁରେ ସୀବଃ ରାଜାଙ୍କୁ କହିଲା, “ଦେଖନ୍ତୁ, ସେ ଲୋ-ଦବାରରେ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରେ ଅଛି।” BSB BSB: “Where is he?” replied the king. And Ziba said, “Indeed, he is in Lo-debar at the house of Machir son of Ammiel.”
5 ULB ତେବେ ଦାଉଦ ରାଜା ଲୋ-ଦବାରକୁ ଲୋକ ପଠାଇ ଅମ୍ମୀୟେଲର ପୁତ୍ର ମାଖୀରର ଗୃହରୁ ତାହାକୁ ଅଣାଇଲେ। BSB BSB: So King David had him brought from the house of Machir son of Ammiel in Lo-debar.
6 ULB ଏଥିରେ ଶାଉଲଙ୍କର ପୌତ୍ର, ଯୋନାଥନର ପୁତ୍ର ମଫୀବୋଶତ୍ ଦାଉଦଙ୍କ ନିକଟକୁ ଆସି ମୁହଁ ମାଡ଼ି ପଡ଼ି ପ୍ରଣାମ କଲା। ତହୁଁ ଦାଉଦ କହିଲେ, “ହେ ମଫୀବୋଶତ୍।” ସେ ଉତ୍ତର କଲା, “ଦେଖନ୍ତୁ, ଆପଣଙ୍କ ଦାସ ଉପସ୍ଥିତ ଅଛି।” BSB BSB: And when Mephibosheth son of Jonathan, the son of Saul, came to David, he fell facedown in reverence. Then David said, “Mephibosheth!” “I am your servant,” he replied.
7 ULB ତହିଁରେ ଦାଉଦ ତାହାକୁ କହିଲେ, “ଭୟ ନ କର; କାରଣ ମୁଁ ତୁମ୍ଭ ପିତା ଯୋନାଥନ ସକାଶୁ ଅବଶ୍ୟ ତୁମ୍ଭ ପ୍ରତି ଦୟା ପ୍ରକାଶ କରିବି ଓ ତୁମ୍ଭ ପିତାମହ ଶାଉଲଙ୍କର ସମସ୍ତ ଭୂମି ତୁମ୍ଭକୁ ଫେରାଇ ଦେବି ଓ ତୁମ୍ଭେ ନିତ୍ୟ ମୋହର ମେଜରେ ଭୋଜନ କରିବ।” BSB BSB: “Do not be afraid,” said David, “for surely I will show you kindness for the sake of your father Jonathan. I will restore to you all the land of your grandfather Saul, and you will always eat at my table.”
8 ULB ତେଣୁ ସେ ପ୍ରଣାମ କରି କହିଲା, “ମୁଁ ତ ମଲା କୁକ୍କୁର ପରି, ଆପଣ ଯେ ମୋତେ ଅନାଇବେ, ଆପଣଙ୍କ ଦାସ ଏପରି କଅଣ?” BSB BSB: Mephibosheth bowed down and said, “What is your servant, that you should show regard for a dead dog like me?”
9 ULB ତେବେ ରାଜା ଶାଉଲଙ୍କର ଦାସ ସୀବଃକୁ ଡାକି କହିଲେ, “ମୁଁ ତୁମ୍ଭ କର୍ତ୍ତାର ପୁତ୍ରକୁ ଶାଉଲଙ୍କର ଓ ତାଙ୍କ ବଂଶର ସର୍ବସ୍ୱ ଦେଲି। BSB BSB: Then the king summoned Saul’s servant Ziba and said to him, “I have given to your master’s grandson all that belonged to Saul and to all his house.
10 ULB ଆଉ ତୁମ୍ଭେ ଓ ତୁମ୍ଭ ପୁତ୍ରମାନେ ଓ ତୁମ୍ଭ ଦାସମାନେ ତାହା ପାଇଁ ଭୂମିର କୃଷିକର୍ମ କରିବ ଓ ତୁମ୍ଭ କର୍ତ୍ତାର ପୁତ୍ରର ଖାଦ୍ୟ ନିମନ୍ତେ ତହିଁର ଫଳ ଆଣି ଦେବ; ମାତ୍ର ତୁମ୍ଭ କର୍ତ୍ତାର ପୁତ୍ର ମଫୀବୋଶତ୍ ନିତ୍ୟ ମୋହର ମେଜରେ ଭୋଜନ କରିବ।” ଏହି ସୀବଃର ପନ୍ଦର ପୁତ୍ର ଓ କୋଡ଼ିଏ ଦାସ ଥିଲେ। BSB BSB: You and your sons and servants are to work the ground for him and bring in the harvest, so that your master’s grandson may have food to eat. But Mephibosheth, your master’s grandson, is always to eat at my table.” Now Ziba had fifteen sons and twenty servants.
11 ULB ତେବେ ସୀବଃ ରାଜାଙ୍କୁ କହିଲା, “ଆମ୍ଭ ପ୍ରଭୁ ମହାରାଜ ଆପଣା ଦାସକୁ ଯେଉଁ ସବୁ ଆଜ୍ଞା ଦେଉଅଛନ୍ତି, ତଦନୁସାରେ ଆପଣଙ୍କ ଦାସ କରିବ।” ମଫୀବୋଶତ୍ ବିଷୟରେ ରାଜା କହିଲେ, “ସେ ଏକ ରାଜପୁତ୍ର ପରି ଆମ୍ଭ ମେଜରେ ଭୋଜନ କରିବ।” BSB BSB: And Ziba said to the king, “Your servant will do all that my lord the king has commanded.” So Mephibosheth ate at David’s table like one of the king’s own sons.
12 ULB ସେହି ମଫୀବୋଶତ୍ର ଏକ ସାନ ପୁତ୍ର ଥିଲା, ତାହାର ନାମ ମୀକା। ପୁଣି ସୀବଃର ଗୃହରେ ବାସକାରୀ ସମସ୍ତ ଲୋକ ମଫୀବୋଶତ୍ର ଦାସ ହେଲେ। BSB BSB: And Mephibosheth had a young son named Mica, and all who dwelt in the house of Ziba were servants of Mephibosheth.
13 ULB ଏହିରୂପେ, ମଫୀବୋଶତ୍ ଯିରୂଶାଲମରେ ବାସ କଲା; ସେ ନିତ୍ୟ ରାଜମେଜରେ ଭୋଜନ କଲା; ଯଦିଓ ତାହାର ଦୁଇ ପାଦ ଛୋଟା ଥିଲା। BSB BSB: So Mephibosheth lived in Jerusalem, because he always ate at the king’s table, and he was lame in both feet.
Select verses for actions: Enter goes to them and Escape comes back.