1 ULB ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେପରି, ସେହିପରି ଚାରିଆଡ଼େ ଶୀଘ୍ର ବ୍ୟାପିଯାଇ ଗୌରବ ପାଇବ, BSB BSB: Finally, brothers, pray for us, that the word of the Lord may spread quickly and be held in honor, just as it was with you.
2 ULB ପୁଣି, ଯେପରି ଆମ୍ଭେମାନେ ଅବିବେଚକ ଓ ଦୁଷ୍ଟ ଲୋକମାନଙ୍କଠାରୁ ଉଦ୍ଧାର ପାଇବୁ; କାରଣ ସମସ୍ତଙ୍କର ବିଶ୍ୱାସ ନାହିଁ। BSB BSB: And pray that we may be delivered from wicked and evil men; for not everyone holds to the faith.
3 ULB କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ। BSB BSB: But the Lord is faithful, and He will strengthen you and guard you from the evil one.
4 ULB ଆମ୍ଭେମାନେ ଯେଉଁ ସବୁ ଆଦେଶ ଦେଉଅଛୁ, ସେହି ସବୁ ଯେ ତୁମ୍ଭେମାନେ କରୁଅଛ ଓ କରିବ, ଏହା ତୁମ୍ଭମାନଙ୍କ ବିଷୟରେ ପ୍ରଭୁଙ୍କଠାରେ ଆମ୍ଭମାନଙ୍କର ଦୃଢ଼ ବିଶ୍ୱାସ। BSB BSB: And we have confidence in the Lord that you are doing and will continue to do what we command.
5 ULB ଆଉ ପ୍ରଭୁ ତୁମ୍ଭମାନଙ୍କ ହୃଦୟକୁ ଈଶ୍ୱରଙ୍କ ପ୍ରେମ ଓ ଖ୍ରୀଷ୍ଟଙ୍କ ସହିଷ୍ଣୁତା ରୂପ ପଥରେ କଢାଉନ୍ତୁ। BSB BSB: May the Lord direct your hearts into God’s love and Christ’s perseverance.
6 ULB ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର। BSB BSB: Now we command you, brothers, in the name of our Lord Jesus Christ, to keep away from any brother who leads an undisciplined life that is not in keeping with the tradition you received from us.
7 ULB କାରଣ କିପରି ଅାମ୍ଭମାନଙ୍କୁ ଅନୁସରଣ କରିବା ତୁମ୍ଭମାନଙ୍କର ଉଚିତ, ତାହା ତୁମ୍ଭେମାନେ ନିଜେ ଜାଣୁଅଛ; ଯେଣୁ ଆମ୍ଭେମାନେ ତୁମ୍ଭମାନଙ୍କ ମଧ୍ୟରେ ଆଳସ୍ୟର ଜୀବନ କାଟି ନ ଥିଲୁ, BSB BSB: For you yourselves know how you ought to imitate us, because we were not undisciplined among you,
8 ULB କିଅବା ବିନାମୂଲ୍ୟରେ କାହାରି ଖାଦ୍ୟ ଖାଇ ନ ଥିଲୁ, ବରଂ ତୁମ୍ଭମାନଙ୍କ ମଧ୍ୟରୁ କାହାର ଭାର ସ୍ୱରୂପ ନ ହେବା ପାଇଁ ପରିଶ୍ରମ ଓ କଷ୍ଟ ସହିତ ଦିନରାତି କାମ କରିଥିଲୁ; BSB BSB: nor did we eat anyone’s food without paying for it. Instead, in labor and toil, we worked night and day so that we would not be a burden to any of you.
9 ULB ତୁମ୍ଭମାନଙ୍କଠାରୁ କିଛି ଗ୍ରହଣ କରିବାକୁ ଯେ ଆମ୍ଭମାନଙ୍କର ଅଧିକାର ନାହିଁ, ତାହା ନୁହେଁ, କିନ୍ତୁ ଯେପରି ତୁମ୍ଭେମାନେ ଆମ୍ଭମାନଙ୍କୁ ଅନୁସରଣ କର; ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଆପଣା ଆପଣାକୁ ଆଦର୍ଶରୂପେ ଦେଖାଇବା ପାଇଁ ସେପରି କଲୁ। BSB BSB: Not that we lack this right, but we wanted to offer ourselves as an example for you to imitate.
10 ULB କାରଣ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଲୁ, ଯେ କେହି କାର୍ଯ୍ୟ କରିବାକୁ ଇଚ୍ଛା କରେ ନାହିଁ, ସେ ଭୋଜନ ମଧ୍ୟ ନ କରୁ। BSB BSB: For even while we were with you, we gave you this command: “If anyone is unwilling to work, he shall not eat.”
11 ULB ଯେଣୁ ତୁମ୍ଭମାନଙ୍କ ମଧ୍ୟରେ କେହି କେହି ଆଳସ୍ୟର ଜୀବନ କାଟୁଅଛନ୍ତି ଓ କୌଣସି କାର୍ଯ୍ୟ ନ କରି ଅନଧିକାର ଚର୍ଚ୍ଚାରେ ବ୍ୟସ୍ତ ଅଟନ୍ତି ବୋଲି ଆମ୍ଭେମାନେ ଶୁଣୁଅଛୁ। BSB BSB: For we hear that some of you are leading undisciplined lives, accomplishing nothing, but being busybodies.
12 ULB ଏହି ପ୍ରକାର ଲୋକମାନଙ୍କୁ ଶାନ୍ତ ଭାବରେ କାର୍ଯ୍ୟ କରି ନିଜ ନିଜର ଖାଦ୍ୟ ଖାଇବାକୁ ଆମ୍ଭେମାନେ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆଜ୍ଞା ଓ ଚେତନା ଦେଉଅଛୁ। BSB BSB: We command and urge such people by our Lord Jesus Christ to begin working quietly to earn their own living.
13 ULB କିନ୍ତୁ ହେ ଭାଇମାନେ, ସତ୍କର୍ମ କରିବାରେ ତୁମ୍ଭେମାନେ କ୍ଲାନ୍ତ ହୁଅ ନାହିଁ। BSB BSB: But as for you, brothers, do not grow weary in well-doing.
14 ULB ଆଉ ଯେବେ କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥି ନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ; BSB BSB: Take note of anyone who does not obey the instructions we have given in this letter. Do not associate with him, so that he may be ashamed.
15 ULB ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ। BSB BSB: Yet do not regard him as an enemy, but admonish him as a brother.
16 ULB ଶାନ୍ତିଦାତା ପ୍ରଭୁ ନିଜେ ତୁମ୍ଭମାନଙ୍କୁ ସର୍ବଦା ଓ ସବୁପ୍ରକାର ଶାନ୍ତି ଦେଉନ୍ତୁ। ପ୍ରଭୁ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉନ୍ତୁ। BSB BSB: Now may the Lord of peace Himself give you peace at all times and in every way. The Lord be with all of you.
17 ULB ମୁଁ ପାଉଲ ମୋହର ନିଜ ହସ୍ତରେ ଲେଖି ନମସ୍କାର ଜଣାଉଅଛି; ପ୍ରତ୍ୟେକ ପତ୍ରରେ ଏହା ଚିହ୍ନ ସ୍ୱରୂପ, ମୁଁ ଏହିପରି ଲେଖେ। BSB BSB: This greeting is in my own hand—Paul. This is my mark in every letter; it is the way I write.
18 ULB ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ ହେଉ। BSB BSB: The grace of our Lord Jesus Christ be with all of you.
Select verses for actions: Enter goes to them and Escape comes back.