1 ULB ପାଉଲ,ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଜୀବନ ସମ୍ବନ୍ଧୀୟ ପ୍ରତିଜ୍ଞା ଅନୁସାରେ ଈଶ୍ୱରଙ୍କ ଇଚ୍ଛା ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, BSB BSB: Paul, an apostle of Christ Jesus by the will of God, according to the promise of life in Christ Jesus,
2 ULB ପ୍ରିୟ ପୁତ୍ର ତୀମଥିଙ୍କ ନିକଟକୁ; ପିତା ଈଶ୍ୱର ଓ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରୁ ଅନୁଗ୍ରହ, ଦୟା ଓ ଶାନ୍ତି ତୁମ୍ଭ ପ୍ରତି ହେଉ। BSB BSB: To Timothy, my beloved child: Grace, mercy, and peace from God the Father and Christ Jesus our Lord.
3 ULB ପିତୃପୁରୁଷମାନଙ୍କ ମତ ଅନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ୱରଙ୍କର ଉପାସନା କରେ, ଦିନରାତି ମୋହର ପ୍ରାର୍ଥନାରେ ସର୍ବଦା ତୁମ୍ଭର ନାମ ସ୍ମରଣ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ; BSB BSB: I thank God, whom I serve with a clear conscience as did my forefathers, as I constantly remember you night and day in my prayers.
4 ULB ମୁଁ ଯେପରି ଆନନ୍ଦରେ ପରିପୂର୍ଣ୍ଣ ହୁଏ, ଏଥି- ନିମନ୍ତେ ତୁମ୍ଭର ଲୋତକ ସ୍ମରଣ କରି ତୁମ୍ଭକୁ ଦେଖିବା ପାଇଁ ଏକାନ୍ତ ଇଚ୍ଛା କରୁଅଛି; BSB BSB: Recalling your tears, I long to see you so that I may be filled with joy.
5 ULB କାରଣ ଯେଉଁ ଅକପଟ ବିଶ୍ୱାସ ତୁମ୍ଭର ଜେଜେମା ଲୋୟି ଓ ତୁମ୍ଭର ମା ଇଉନୀକୀଙ୍କ ଠାରେ ଥିଲା, ପୁଣି, ତୁମ୍ଭଠାରେ ମଧ୍ୟ ଅଛି ବୋଲି ମୋହର ଦୃଢ଼ ବିଶ୍ୱାସ, ତୁମ୍ଭର ସେହି ଅକପଟ ବିଶ୍ୱାସ ବିଷୟରେ ମୁଁ ଖବର ପାଇଅଛି। BSB BSB: I am reminded of your sincere faith, which first dwelt in your grandmother Lois and your mother Eunice, and I am convinced is in you as well.
6 ULB ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଈଶ୍ୱରଙ୍କ ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନର୍ବାର ପ୍ରଜ୍ଜ୍ୱଳିତ କର। BSB BSB: For this reason I remind you to fan into flame the gift of God, which is in you through the laying on of my hands.
7 ULB କାରଣ ଈଶ୍ୱର ଆମ୍ଭମାନଙ୍କୁ ଭୟର ଆତ୍ମା ଦେଇ ନାହାଁନ୍ତି, ମାତ୍ର ଶକ୍ତି, ପ୍ରେମ ଓ ସୁବୁଦ୍ଧିର ଆତ୍ମା ଦେଇଅଛନ୍ତି। BSB BSB: For God has not given us a spirit of fear, but of power, love, and self-control.
8 ULB ଅତଏବ, ଆମ୍ଭମାନଙ୍କ ପ୍ରଭୁଙ୍କ ବିଷୟରେ ସାକ୍ଷ୍ୟ ଦେବା ପାଇଁ କିଅବା ତାହାଙ୍କ ନିମନ୍ତେ ବନ୍ଦୀ ଯେ ମୁଁ, ମୋ ବିଷୟରେ ଲଜ୍ଜିତ ହୁଅ ନାହିଁ, ବରଂ ଈଶ୍ୱରଙ୍କ ଶକ୍ତି ଅନୁସାରେ ସୁସମାଚାର ନିମନ୍ତେ ମୋ ସହିତ କ୍ଲେଶ ସହ୍ୟ କର; BSB BSB: So do not be ashamed of the testimony of our Lord, or of me, His prisoner. Instead, join me in suffering for the gospel by the power of God.
9 ULB ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାଁନ୍ତି, ମାତ୍ର ତାହାଙ୍କ ନିଜ ଯୋଜନା ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା, BSB BSB: He has saved us and called us to a holy calling, not because of our works, but by His own purpose and by the grace He granted us in Christ Jesus before time began.
10 ULB କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି; BSB BSB: And now He has revealed this grace through the appearing of our Savior, Christ Jesus, who has abolished death and illuminated the way to life and immortality through the gospel,
11 ULB ସେହି ସୁସମାଚାରର ମୁଁ ଜଣେ ପ୍ରଚାରକ, ପ୍ରେରିତ ଓ ଶିକ୍ଷକ ସ୍ୱରୂପେ ନିଯୁକ୍ତ ହୋଇଅଛି BSB BSB: to which I was appointed as a preacher, an apostle, and a teacher.
12 ULB ଏହି କାରଣରୁ ମଧ୍ୟ ମୁଁ ଏହି ସବୁ ଦୁଃଖଭୋଗ କରୁଅଛି; ତଥାପି ମୁଁ ଲଜ୍ଜିତ ନୁହେଁ, କାରଣ ମୁଁ ଯାହାଙ୍କଠାରେ ବିଶ୍ୱାସ କରିଅଛି, ତାହାଙ୍କୁ ଜାଣେ, ପୁଣି, ମୁଁ ତାହାଙ୍କ ହାତରେ ଯାହା ସମର୍ପଣ କରିଅଛି, ତାହା ମହାଦିନ (ବିଚାର ଦିନ) ପର୍ଯ୍ୟନ୍ତ ସୁରକ୍ଷା କରିବାକୁ ସେ ଯେ ସମର୍ଥ ଅଟନ୍ତି, ଏହା ଦୃଢ଼ରୂପେ ବିଶ୍ୱାସ କରୁଅଛି| BSB BSB: For this reason, even though I suffer as I do, I am not ashamed; for I know whom I have believed, and I am convinced that He is able to guard what I have entrusted to Him for that day.
13 ULB ମୋଠାରୁ ଯେଉଁ ସବୁ ହିତଜନକ ବାକ୍ୟ ଶୁଣିଅଛ, ଖ୍ରୀଷ୍ଟ ଯୀଶୁଙ୍କ ସମ୍ବନ୍ଧୀୟ ବିଶ୍ୱାସ ଓ ପ୍ରେମରେ ତାହା ଆଦର୍ଶରୂପେ ଧରି ରଖ। BSB BSB: Hold on to the pattern of sound teaching you have heard from me, with the faith and love that are in Christ Jesus.
14 ULB ତୁମ୍ଭ ହସ୍ତରେ ସମର୍ପିତ ଯେଉଁ ଉତ୍ତମ ବିଷୟ, ତାହା ଆମ୍ଭମାନଙ୍କଠାରେ ବାସ କରୁଥିବା ପବିତ୍ର ଆତ୍ମାଙ୍କ ଦ୍ୱାରା ସୁରକ୍ଷା କର, BSB BSB: Guard the treasure entrusted to you, with the help of the Holy Spirit who dwells in us.
15 ULB ଆସିଆର ସମସ୍ତ ଲୋକ ଯେ ମୋ ପ୍ରତି ବିମୁଖ ହୋଇଅଛନ୍ତି, ଏହା ତୁମ୍ଭେ ଜାଣ; ଫୁଗେଲ ଓ ହର୍ମଗେନା ସେମାନଙ୍କ ମଧ୍ୟରେ ଅନ୍ତର୍ଗତ। BSB BSB: You know that everyone in the province of Asia has deserted me, including Phygelus and Hermogenes.
16 ULB ଅନୀସିଫରଙ୍କ ପରିବାରକୁ ପ୍ରଭୁ ଦୟା କରନ୍ତୁ, କାରଣ ସେ ବାରମ୍ବାର ମୋତେ ସାନ୍ତ୍ୱନା କରିଅଛନ୍ତି, ପୁଣି, ମୋର ବନ୍ଦୀ ଅବସ୍ଥା ପାଇଁ ଲଜ୍ଜିତ ହୋଇ ନାହାଁନ୍ତି, BSB BSB: May the Lord grant mercy to the household of Onesiphorus, because he has often refreshed me and was unashamed of my chains.
17 ULB ବରଂ ସେ ରୋମରେ ଥିବା ସମୟରେ ମୋତେ ଯତ୍ନ ସହକାରେ ଅନ୍ୱେଷଣ କରି ମୋ ସହିତ ସାକ୍ଷାତ କଲେ, BSB BSB: Indeed, when he arrived in Rome, he searched diligently until he found me.
18 ULB (ମହାଦିନରେ ସେ ଯେପରି ପ୍ରଭୁଙ୍କଠାରୁ ଦୟା ପ୍ରାପ୍ତ ହୁଅନ୍ତି, ଏହା ପ୍ରଭୁ ତାହାଙ୍କ ପ୍ରତି ଅନୁଗ୍ରହ କରନ୍ତୁ), ଆଉ ଏଫିସରେ ସେ କିପରି ଅନେକ ସେବା କରିଅଛନ୍ତି, ତାହା ତୁମ୍ଭେ ଉତ୍ତମ ରୂପେ ଜାଣିଅଛ। BSB BSB: May the Lord grant Onesiphorus His mercy on that day. You know very well how much he ministered to me in Ephesus.
Select verses for actions: Enter goes to them and Escape comes back.