2 ULB ସେହି ଦିନ ପର୍ଯ୍ୟନ୍ତ ସେ ଯେଉଁ ସବୁ କାର୍ଯ୍ୟ କରିବାକୁ ଓ ଶିକ୍ଷା ଦେବାକୁ ଆରମ୍ଭ କରିଥିଲେ, ସେହି ସମସ୍ତ ବିଷୟ ନେଇ ମୁଁ ପ୍ରଥମ ଲୂକ ପୁସ୍ତକଟି ଲେଖିଅଛି। BSB BSB: until the day He was taken up to heaven, after giving instructions through the Holy Spirit to the apostles He had chosen.
3 ULB ସେ ମଧ୍ୟ ଆପଣା ଦୁଃଖଭୋଗ ଉତ୍ତାରେ ଅନେକ ପ୍ରମାଣ ଦ୍ୱାରା ସେମାନଙ୍କ ନିକଟରେ ନିଜକୁ ଜୀବିତ ଦେଖାଇଲେ, ପୁଣି, ଚାଳିଶ ଦିନ ପର୍ଯ୍ୟନ୍ତ ବାରମ୍ବାର ସେମାନଙ୍କୁ ଦର୍ଶନ ଦେଇ ଈଶ୍ୱରଙ୍କ ରାଜ୍ୟ ସମ୍ବନ୍ଧୀୟ ବିଷୟ ଗୁଡ଼ିକ କହିଲେ। BSB BSB: After His suffering, He presented Himself to them with many convincing proofs that He was alive. He appeared to them over a span of forty days and spoke about the kingdom of God.
5 ULB କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ। BSB BSB: For John baptized with water, but in a few days you will be baptized with the Holy Spirit.”
9 ULB ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା। BSB BSB: After He had said this, they watched as He was taken up, and a cloud hid Him from their sight.
10 ULB ସେ ଯାଉ ଯାଉ ସେମାନେ ଆକାଶ ଆଡ଼କୁ ଏକଦୃଷ୍ଟିରେ ଚାହିଁଅଛନ୍ତି; ଏପରି ସମୟରେ, ଦେଖ, ଶୁକ୍ଳ ବସ୍ତ୍ର ପରିହିତ ଦୁଇ ଜଣ ପୁରୁଷ ସେମାନଙ୍କ ନିକଟରେ ଉପସ୍ଥିତ ହେଲେ, BSB BSB: They were looking intently into the sky as He was going, when suddenly two men dressed in white stood beside them.
11 ULB ପୁଣି, ସେମାନେ କହିଲେ, ହେ ଗାଲିଲୀୟ ଲୋକେ, କାହିଁକି ତୁମ୍ଭେମାନେ ଆକାଶ ଆଡ଼କୁ ଚାହିଁ ଠିଆ ହୋଇଅଛ? ଏହି ଯେଉଁ ଯୀଶୁ ତୁମ୍ଭମାନଙ୍କ ନିକଟରୁ ସ୍ୱର୍ଗରେ ଗୃହୀତ ହେଲେ, ତାହାଙ୍କୁ ତୁମ୍ଭେମାନେ ଯେଉଁ ପ୍ରକାରେ ସ୍ୱର୍ଗକୁ ଯିବାର ଦେଖିଲ, ସେ ସେହି ପ୍ରକାରେ ଆଗମନ କରିବେ। BSB BSB: “Men of Galilee,” they said, “why do you stand here looking into the sky? This same Jesus, who has been taken from you into heaven, will come back in the same way you have seen Him go into heaven.”
12 ULB ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମକୁ ବାହୁଡ଼ି ଆସିଲେ। ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା। BSB BSB: Then they returned to Jerusalem from the Mount of Olives, which is near the city, a Sabbath day’s journey away.
13 ULB ସେମାନେ, ଅର୍ଥାତ୍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, 'ଉଦ୍ଯୋଗୀ' ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ। BSB BSB: When they arrived, they went to the upper room where they were staying: Peter and John, James and Andrew, Philip and Thomas, Bartholomew and Matthew, James son of Alphaeus, Simon the Zealot, and Judas son of James.
15 ULB ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ), BSB BSB: In those days Peter stood up among the brothers (a gathering of about a hundred and twenty) and said,
17 ULB କାରଣ ସେ ଆମ୍ଭମାନଙ୍କ ମଧ୍ୟରେ ଜଣେ ବୋଲି ଗଣାଯାଇଥିଲା ଓ ଏହି ସେବାପଦରେ ଅଂଶ ପ୍ରାପ୍ତ ହୋଇଥିଲା। BSB BSB: He was one of our number and shared in this ministry.”
19 ULB ଆଉ, ଏହା ଯିରୂୂଶାଲମରେ ବାସ କରୁଥିବା ସମସ୍ତ ଲୋକ ଜାଣିବାରୁ, ସେହି କ୍ଷେତ ସେମାନଙ୍କ ନିଜ ଭାଷାରେ 'ହକଲ୍ଦମା', ଅର୍ଥାତ୍ ରକ୍ତକ୍ଷେତ୍ର ବୋଲି ଖ୍ୟାତ ହେଲା। BSB BSB: This became known to all who lived in Jerusalem, so they called that field in their own language Akeldama, that is, Field of Blood.)
20 ULB ଆଉ, ଗୀତସଂହିତାରେ ଲେଖା ଅଛି, ତାହାର ବାସସ୍ଥାନ ଶୂନ୍ୟ ହେଉ, ସେଠାରେ କେହି ବାସ ନ କରୁ। ଏବଂ ତାହାର ଅଧ୍ୟକ୍ଷ ପଦ ଅନ୍ୟ ଜଣଙ୍କୁ ଦିଆଯାଉ। BSB BSB: “For it is written in the book of Psalms: ‘May his place be deserted; let there be no one to dwell in it,’ and, ‘May another take his position.’
21 ULB ଅତଏବ, ପ୍ରଭୁ ଯୀଶୁ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ନେବା ସମୟଠାରୁ ଆରମ୍ଭ କରି, ଆମ୍ଭମାନଙ୍କ ନିକଟରୁ ଊର୍ଦ୍ଧ୍ୱକୁ ନିଆଯିବା ଦିନ ପର୍ଯ୍ୟନ୍ତ ଯେତେ ସମୟ ଆମ୍ଭମାନଙ୍କ ମଧ୍ୟରେ ଗମନାଗମନ କରୁଥିଲେ, BSB BSB: Therefore it is necessary to choose one of the men who have accompanied us the whole time the Lord Jesus went in and out among us,
22 ULB ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ। BSB BSB: beginning from John’s baptism until the day Jesus was taken up from us. For one of these must become a witness with us of His resurrection.”
23 ULB ସେଥିରେ ସେମାନେ ଦୁଇ ଜଣଙ୍କୁ, ଅର୍ଥାତ୍ ଯୋଷେଫଙ୍କୁ, ଯାହାକୁ ବର୍ଶବ୍ବା ବୋଲି କହନ୍ତି ଓ ଯାହାଙ୍କ ଉପନାମ ଯୂସ୍ତ, ତାଙ୍କୁ ଓ ମଥିୟଙ୍କୁ ପୃଥକ୍ କରି ଏହି ପ୍ରାର୍ଥନା କଲେ, BSB BSB: So they proposed two men: Joseph called Barsabbas (also known as Justus) and Matthias.
24 ULB "ହେ ପ୍ରତ୍ୟେକ ହୃଦୟକୁ ଜାଣିବାର ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି, BSB BSB: And they prayed, “Lord, You know everyone’s heart. Show us which of these two You have chosen
25 ULB ସେହି ପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ।" BSB BSB: to take up this ministry and apostleship, which Judas abandoned to go to his rightful place.”
26 ULB ଆଉ, ସେମାନେ ସେହି ଦୁଇ ଜଣଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ପୁଣି, ମଥିୟଙ୍କ ନାମରେ ଗୁଲି ଉଠିଲା; ସେଥିରେ ସେ ଏଗାର ଜଣ ପ୍ରେରିତଙ୍କ ସହିତ ଗଣିତ ହେଲେ। BSB BSB: Then they cast lots, and the lot fell to Matthias. So he was added to the eleven apostles.
Select verses for actions: Enter goes to them and Escape comes back.