2 ULB ଏଥିରେ ପାଉଲ ଓ ବର୍ଣ୍ଣବ୍ବାଙ୍କର ସେମାନଙ୍କ ସାଙ୍ଗରେ ଅନେକ ବାଗ୍ଯୁଦ୍ଧ ଓ ବାଦାନୁବାଦ ହେବାରୁ ଭାଇମାନେ ପାଉଲ, ବର୍ଣ୍ଣବ୍ବା ଓ ଆପଣାମାନଙ୍କ ମଧ୍ୟରୁ ଆଉ କେତେକ ଜଣ ଏହି ପ୍ରଶ୍ନ ଘେନି ଯିରୂଶାଲମସ୍ଥ ପ୍ରେରିତ ଓ ପ୍ରାଚୀନମାନଙ୍କ ନିକଟକୁ ଯାଆନ୍ତୁ ବୋଲି ସ୍ଥିର କଲେ। BSB BSB: And after engaging these men in sharp debate, Paul and Barnabas were appointed, along with some other believers, to go up to Jerusalem to see the apostles and elders about this question.
3 ULB ଅତଏବ ମଣ୍ଡଳୀ ସେମାନଙ୍କୁ ବାଟ ବଳାଇ ବିଦାୟ ଦେଲା ଉତ୍ତାରେ ସେମାନେ ଫୖେନୀକିଆ ଓ ଶମିରୋଣ ଦେଇ ଯାଉ ଯାଉ ଅଣଯିହୂଦୀମାନଙ୍କ ମନ ପରିବର୍ତ୍ତନ ବିଷୟ ବର୍ଣ୍ଣନା କରି ସମସ୍ତ ଭାଇମାନଙ୍କର ମହାନନ୍ଦ ଜନ୍ମାଇଲେ। BSB BSB: Sent on their way by the church, they passed through Phoenicia and Samaria, recounting the conversion of the Gentiles and bringing great joy to all the brothers.
4 ULB ପରେ ସେମାନେ ଯିରୂଶାଲମରେ ଉପସ୍ଥିତ ହୋଇ ମଣ୍ଡଳୀ ପୁଣି, ପ୍ରେରିତ ଓ ପ୍ରାଚୀନମାନଙ୍କ ଦ୍ୱାରା ଅଭ୍ୟର୍ଥନା ପ୍ରାପ୍ତ ହେଲେ, ଆଉ ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ, ସେହି ସବୁ ବର୍ଣ୍ଣନା କଲେ। BSB BSB: On their arrival in Jerusalem, they were welcomed by the church and apostles and elders, to whom they reported all that God had done through them.
5 ULB କିନ୍ତୁ ଫାରୂଶୀଦଳର କେତେକ ଜଣ ଯେଉଁମାନେ ବିଶ୍ୱାସ କରୁଥିଲେ ଉଠି କହିଲେ, ଅଣଯିହୂଦୀ ଶିଷ୍ୟମାନଙ୍କୁ ସୁନ୍ନତ କରିବା ଓ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ସେମାନଙ୍କୁ ଆଜ୍ଞା ଦେବା ଆବଶ୍ୟକ। BSB BSB: But some believers from the party of the Pharisees stood up and declared, “The Gentiles must be circumcised and required to obey the law of Moses.”
6 ULB ପରେ ଏହି ବିଷୟ ଆଲୋଚନା କରିବା ନିମନ୍ତେ ପ୍ରେରିତ ଓ ପ୍ରାଚୀନମାନେ ସମବେତ ହେଲେ। BSB BSB: So the apostles and elders met to look into this matter.
7 ULB ଅନେକ ତର୍କବିତର୍କ ହେଲା ଉତ୍ତାରେ ପିତର ଉଠି ସେମାନଙ୍କୁ କହିଲେ, ହେ ଭାଇମାନେ, ଆପଣମାନେ ଜାଣନ୍ତି ଯେ, ମୋହର ମୁଖ ଦ୍ୱାରା ଅଣଯିହୂଦୀମାନେ ଯେପରି ସୁସମାଚାର ବାକ୍ୟ ଶୁଣି ବିଶ୍ୱାସ କରନ୍ତି, ଏଥିପାଇଁ ଅନେକ ଦିନ ପୂର୍ବେ ଈଶ୍ୱର ଆପଣମାନଙ୍କ ମଧ୍ୟରୁ ମୋତେ ମନୋନୀତ କରିଥିଲେ। BSB BSB: After much discussion, Peter got up and said to them, “Brothers, you know that in the early days God made a choice among you that the Gentiles would hear from my lips the message of the gospel and believe.
8 ULB ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି। BSB BSB: And God, who knows the heart, showed His approval by giving the Holy Spirit to them, just as He did to us.
9 ULB ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ପ୍ରଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି। BSB BSB: He made no distinction between us and them, for He cleansed their hearts by faith.
10 ULB ଏଣୁ ଯେଉଁ ଯୁଆଳି ଆମ୍ଭମାନଙ୍କ ପିତୃପୁରୁଷ ଓ ଆମ୍ଭେମାନେ ବହିବାକୁ ଅକ୍ଷମ ହେଲୁ, ସେହି ଜୁଆଳି ଶିଷ୍ୟମାନଙ୍କ କାନ୍ଧରେ ଦେଇ କାହିଁକି ଆପଣମାନେ ଈଶ୍ୱରଙ୍କ ପରୀକ୍ଷା କରୁଅଛନ୍ତି? BSB BSB: Now then, why do you test God by placing on the necks of the disciples a yoke that neither we nor our fathers have been able to bear?
11 ULB କିନ୍ତୁ ସେମାନେ ଯେପ୍ରକାର, ଆମ୍ଭେମାନେ ମଧ୍ୟ ସେପ୍ରକାର ପ୍ରଭୁ ଯୀଶୁଙ୍କ ଅନୁଗ୍ରହରେ ପରିତ୍ରାଣ ପାଇବୁ ବୋଲି ବିଶ୍ୱାସ କରୁଅଛୁ। BSB BSB: On the contrary, we believe it is through the grace of the Lord Jesus that we are saved, just as they are.”
12 ULB ଏଥିରେ ସଭାସ୍ଥ ସମସ୍ତେ ନୀରବ ରହିଲେ, ଆଉ ବର୍ଣ୍ଣବ୍ବା ଓ ପାଉଲଙ୍କ ଦ୍ୱାରା ଅଣଯିହୂଦୀମାନଙ୍କ ମଧ୍ୟରେ ଈଶ୍ୱର ଯେ ସମସ୍ତ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିଥିଲେ, ସେମାନଙ୍କଠାରୁ ସେଥିର ବିବରଣୀ ଶୁଣିବାକୁ ଲାଗିଲେ। BSB BSB: The whole assembly fell silent as they listened to Barnabas and Paul describing the signs and wonders God had done among the Gentiles through them.
14 ULB ଈଶ୍ୱର ଆପଣା ନାମ ନିମନ୍ତେ ଅଣଯିହୂଦୀମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି। BSB BSB: Simon has told us how God first visited the Gentiles to take from them a people to be His own.
15 ULB ପୁଣି, ଭାବବାଦୀମାନଙ୍କର ବାକ୍ୟ ଏହା ସହିତ ମିଶୁଅଛି, ଯେପରି ଲେଖା ଅଛି, BSB BSB: The words of the prophets agree with this, as it is written:
16 ULB ଏଥିଉତ୍ତାରେ ଆମ୍ଭେ ବାହୁଡ଼ିଆସି ଦାଉଦର ପତିତ କୁଟୀର ପୁନଃନିର୍ମାଣ କରିବା, ପୁଣି, ତାହାର ଧ୍ୱଂସସ୍ଥାନସବୁ ପୁନଃନିର୍ମାଣ କରି ତାହା ପୁନଃସ୍ଥାପନ କରିବା, BSB BSB: ‘After this I will return and rebuild the fallen tent of David. Its ruins I will rebuild, and I will restore it,
17 ULB ଯେପରି ଅବଶିଷ୍ଟ ଲୋକେ ଓ ଯେ ସମସ୍ତ ଅଣଯିହୂଦୀ ଆମ୍ଭ ନାମରେ ଖ୍ୟାତ, ସେମାନେ ପ୍ରଭୁଙ୍କୁ ଅନ୍ୱେଷଣ କରନ୍ତି, ସର୍ବ ସାଧନକର୍ତ୍ତା ପ୍ରଭୁ ଏହା କହନ୍ତି। BSB BSB: so that the remnant of men may seek the Lord, and all the Gentiles who are called by My name, says the Lord who does these things
18 ULB ପ୍ରାଚୀନ କାଳରୁ ଈଶ୍ୱର ଆପଣାର ସମସ୍ତ କର୍ମ ଜଣାଇଛନ୍ତି। BSB BSB: that have been known for ages.’
20 ULB କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ପରଦାର, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ। BSB BSB: Instead, we should write and tell them to abstain from food polluted by idols, from sexual immorality, from the meat of strangled animals, and from blood.
22 ULB ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ, BSB BSB: Then the apostles and elders, with the whole church, decided to select men from among them to send to Antioch with Paul and Barnabas. They chose Judas called Barsabbas and Silas, two leaders among the brothers,
23 ULB ଆଉ, ସେମାନେ ସେମାନଙ୍କ ହାତରେ ଏହା ଲେଖି ପଠାଇଲେ, ଆନ୍ତିୟଖିଆ, ସିରିୟା ଓ କିଲିକିୟାସ୍ଥ ଅଣଯିହୂଦୀ ଭ୍ରାତୃବୃନ୍ଦଙ୍କୁ ପ୍ରେରିତ ଓ ପ୍ରାଚୀନ ଭ୍ରାତୃବୃନ୍ଦଙ୍କର ନମସ୍କାର। BSB BSB: and sent them with this letter: The apostles and the elders, your brothers, To the brothers among the Gentiles in Antioch, Syria, and Cilicia: Greetings.
24 ULB ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି; BSB BSB: It has come to our attention that some went out from us without our authorization and unsettled you, troubling your minds by what they said.
25 ULB ଏଥି ନିମନ୍ତେ ଆମ୍ଭମାନଙ୍କର ପ୍ରିୟପାତ୍ର ଯେଉଁ ବର୍ଣ୍ଣବ୍ବା ଓ ପାଉଲ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ନିମନ୍ତେ ପ୍ରାଣପଣ କରିଅଛନ୍ତି, BSB BSB: So we all agreed to choose men to send to you along with our beloved Barnabas and Paul,
26 ULB ଆମ୍ଭେମାନେ ଏକମତ ହୋଇ କେତେକ ଲୋକଙ୍କୁ ମନୋନୀତ କରି ସେମାନଙ୍କ ସହିତ ଆପଣମାନଙ୍କ ନିକଟକୁ ପଠାଇବା ଉଚିତ ମନେକଲୁ। BSB BSB: men who have risked their lives for the name of our Lord Jesus Christ.
27 ULB ଏଣୁ ଆମ୍ଭେମାନେ ଯିହୂଦା ଓ ଶୀଲାଙ୍କୁ ପଠାଇଲୁ, ଏମାନେ ମଧ୍ୟ ମୁଖରେ ଆପଣମାନଙ୍କୁ ସେହି ସମସ୍ତ କଥା ଜଣାଇଦେବେ। BSB BSB: Therefore we are sending Judas and Silas to tell you in person the same things we are writing.
29 ULB ଏହି ସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ। BSB BSB: You must abstain from food sacrificed to idols, from blood, from the meat of strangled animals, and from sexual immorality. You will do well to avoid these things. Farewell.
30 ULB ସେମାନେ ବିଦାୟ ହୋଇ ଆନ୍ତିୟଖିଅାକୁ ଆସିଲେ ଆଉ ଶିଷ୍ୟସମୂହକୁ ଏକତ୍ର କରି ପତ୍ର ଖଣ୍ଡିକ ଦେଲେ। BSB BSB: So the men were sent off and went down to Antioch, where they assembled the congregation and delivered the letter.
31 ULB ସେମାନେ ତାହା ପାଠ କରି ଆଶ୍ୱାସନା ପାଇ ଆନନ୍ଦିତ ହେଲେ। BSB BSB: When the people read it, they rejoiced at its encouraging message.
32 ULB ପୁଣି, ଯିହୂଦା ଓ ଶୀଲା ନିଜେ ନିଜେ ମଧ୍ୟ ଭାବବାଦୀ ଥିବାରୁ ଅନେକ କଥା ଦ୍ୱାରା ଭାଇମାନଙ୍କୁ ଉତ୍ସାହ ଦେଇ ସେମାନଙ୍କୁ ସୁସ୍ଥିର କଲେ। BSB BSB: Judas and Silas, who themselves were prophets, said much to encourage and strengthen the brothers.
33 ULB ଆଉ ସେମାନେ ସେଠାରେ କେତେକ କାଳ ରହିଲା ପରେ ସେମାନଙ୍କୁ ପ୍ରେରଣ କରିଥିବା ଲୋକମାନଙ୍କ ନିକଟକୁ ବାହୁଡ଼ିଯିବାକୁ ଭାଇମାନଙ୍କଠାରୁ ଶାନ୍ତିରେ ବିଦାୟ ନେଲେ, BSB BSB: After spending some time there, they were sent off by the brothers in peace to return to those who had sent them.
34 ULB (କିନ୍ତୁ ଶୀଲା ସେଠାରେ ରହିବା ଉତ୍ତମ ମନେ କଲେ।) BSB BSB: Not in the BSB
35 ULB ପୁଣି, ପାଉଲ ଓ ବର୍ଣ୍ଣବ୍ବା ଆନ୍ତିୟଖିଆରେ ରହି ଅନ୍ୟାନ୍ୟ ଅନେକ ଲୋକଙ୍କ ସହିତ ମଧ୍ୟ ପ୍ରଭୁଙ୍କ ବାକ୍ୟ ଶିକ୍ଷା ଦେଇ ସୁସମାଚାର ପ୍ରଚାର କରିବାକୁ ଲାଗିଲେ। BSB BSB: But Paul and Barnabas remained at Antioch, along with many others, teaching and preaching the word of the Lord.
36 ULB କେତେକ ଦିନ ପରେ ପାଉଲ ବର୍ଣ୍ଣବ୍ବାଙ୍କୁ କହିଲେ, ଆସ, ଆମ୍ଭେମାନେ ଯେଉଁ ସବୁ ନଗରରେ ପ୍ରଭୁଙ୍କର ବାକ୍ୟ ପ୍ରଚାର କରିଥିଲୁ, ସେହି ସମସ୍ତ ନଗରକୁ ଏବେ ବାହୁଡ଼ିଯାଇ ଭାଇମାନଙ୍କୁ ସାକ୍ଷାତ କରି, ସେମାନେ କିପ୍ରକାରେ ଅଛନ୍ତି ଦେଖିବା। BSB BSB: Some time later Paul said to Barnabas, “Let us go back and visit the brothers in every town where we proclaimed the word of the Lord, to see how they are doing.”
37 ULB ସେଥିରେ ମାର୍କ ନାମରେ ଖ୍ୟାତ ଯୋହନଙ୍କୁ ମଧ୍ୟ ସାଙ୍ଗରେ ଘେନିଯିବା ପାଇଁ ବର୍ଣ୍ଣବ୍ବାଙ୍କର ଇଚ୍ଛା ଥିଲା, BSB BSB: Barnabas wanted to take John, also called Mark.
38 ULB କିନ୍ତୁ ସେ ସେମାନଙ୍କୁ ଛାଡ଼ି ପଂଫୂଲିଆରୁ ଚାଲି ଆସିଥିଲେ ଓ ସେମାନଙ୍କ ସହିତ କାର୍ଯ୍ୟକୁ ଯାଇ ନ ଥିଲେ, ତାହାଙ୍କୁ ସାଙ୍ଗରେ ନେବାକୁ ପାଉଲ ଉଚିତ ମନେ କଲେ ନାହିଁ। BSB BSB: But Paul thought it best not to take him, because he had deserted them in Pamphylia and had not accompanied them in the work.
39 ULB ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ କୁପ୍ରକୁ ଗମନ କଲେ, BSB BSB: Their disagreement was so sharp that they parted company. Barnabas took Mark and sailed for Cyprus,
40 ULB କିନ୍ତୁ ପାଉଲ ଶୀଲାଙ୍କୁ ମନୋନୀତ କରି ଭାଇମାନଙ୍କ ଦ୍ୱାରା ପ୍ରଭୁଙ୍କ ଅନୁଗ୍ରହରେ ସମର୍ପିତ ହୋଇ ପ୍ରସ୍ଥାନ କଲେ, BSB BSB: but Paul chose Silas and left, commended by the brothers to the grace of the Lord.
41 ULB ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀସମୂହଙ୍କୁ ସୁସ୍ଥିର କଲେ। BSB BSB: And he traveled through Syria and Cilicia, strengthening the churches.
Select verses for actions: Enter goes to them and Escape comes back.