1 ULB ସେଥିରେ ଫେଷ୍ଟସ୍ ଅଧିପତି ପଦ ଗ୍ରହଣ କରି ତିନି ଦିନ ଉତ୍ତାରେ କାଇସରିୟାରୁ ଯିରୂଶାଲମକୁ ଗଲେ, BSB BSB: Three days after his arrival in the province, Festus went up from Caesarea to Jerusalem,
2 ULB ପୁଣି, ପ୍ରଧାନ ଯାଜକମାନେ ଓ ଯିହୂଦୀମାନଙ୍କର ମୁଖ୍ୟ ବ୍ୟକ୍ତିମାନେ ପାଉଲଙ୍କ ବିରୁଦ୍ଧରେ ତାଙ୍କ ନିକଟରେ ଆବେଦନ କଲେ BSB BSB: where the chief priests and Jewish leaders presented their case against Paul. They urged Festus
3 ULB ଆଉ ସେ ଯେପରି ତାଙ୍କୁ ଯିରୂଶାଲମକୁ ଡକାଇ ପଠାନ୍ତି ଏଥି ନିମନ୍ତେ ବିନତିପୁର୍ବକ ତାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାଙ୍କୁ ବାଟରେ ବଧ କରିବା ପାଇଁ ଛକି ବସିଲେ। BSB BSB: to grant them a concession against Paul by summoning him to Jerusalem, because they were preparing an ambush to kill him along the way.
4 ULB ସେଥିରେ ଫେଷ୍ଟସ୍ ଉତ୍ତର ଦେଲେ, ପାଉଲ କାଇସରିିୟାରେ ବନ୍ଦୀ ହୋଇ ରହିଅଛି, ଆଉ ଆମ୍ଭେ ନିଜେ ଶୀଘ୍ର ସେଠାକୁ ଯାଉଅଛୁ। BSB BSB: But Festus replied, “Paul is being held in Caesarea, and I myself am going there soon.
5 ULB ଅତଏବ, ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ କ୍ଷମତାପନ୍ନ, ସେମାନେ ଆମ୍ଭ ସାଙ୍ଗରେ ଯାଇ, ସେହି ଲୋକର ଯଦି କୌଣସି ଦୋଷ ଥାଏ, ତେବେ ତାହାର ବିରୁଦ୍ଧରେ ଅଭିଯୋଗ କରନ୍ତୁ। BSB BSB: So if this man has done anything wrong, let some of your leaders come down with me and accuse him there.”
7 ULB ସେ ଆସନ୍ତେ ଯିରୂଶାଲମରୁ ଆଗତ ଯିହୂଦୀମାନେ ତାଙ୍କ ଚାରିଆଡ଼େ ଠିଆ ହୋଇ ତାଙ୍କ ବିରୁଦ୍ଧରେ ଅନେକ ଗୁରୁତର ଅଭିଯୋଗ ଆଣିବାକୁ ଲାଗିଲେ, କିନ୍ତୁ ସେମାନେ ସେହି ସବୁ ପ୍ରମାଣ କରି ପାରିଲେ ନାହିଁ। BSB BSB: When Paul arrived, the Jews who had come down from Jerusalem stood around him, bringing many serious charges that they could not prove.
8 ULB ସେଥିରେ ପାଉଲ ଆପଣା ପକ୍ଷ ସମର୍ଥନ କରି କହିଲେ, ଯିହୂଦୀମାନଙ୍କ ମୋଶାଙ୍କ ବ୍ୟବସ୍ଥା କି ମନ୍ଦିର କି କାଇସରଙ୍କ ବିରୁଦ୍ଧରେ ମୁଁ କୌଣସି ଅପରାଧ କରି ନାହିଁ। BSB BSB: Then Paul made his defense: “I have committed no offense against the law of the Jews or against the temple or against Caesar.”
9 ULB କିନ୍ତୁ ଫେଷ୍ଟସ୍ ଯିହୂଦୀମାନଙ୍କର ପ୍ରିୟପାତ୍ର ହେବାକୁ ଇଚ୍ଛା କରି ପାଉଲଙ୍କୁ ଉତ୍ତର ଦେଲେ, ତୁମ୍ଭେ କି ଯିରୂଶାଲମକୁ ଯାଇ ସେ ସ୍ଥାନରେ ଆମ୍ଭ ସାକ୍ଷାତରେ ଏହି ସବୁ ବିଷୟ ନେଇ ବିଚାରିତ ହେବାକୁ ଇଚ୍ଛା କରୁଅଛ? BSB BSB: But Festus, wishing to do the Jews a favor, said to Paul, “Are you willing to go up to Jerusalem to stand trial before me on these charges?”
10 ULB ମାତ୍ର ପାଉଲ କହିଲେ, ମୁଁ କାଇସରଙ୍କ ସମ୍ମୁଖରେ ଠିଆ ହୋଇଅଛି, ସେ ସ୍ଥାନରେ ମୋହର ବିଚାର ହେବା ଉଚିତ। ମୁଁ ଯିହୂଦୀମାନଙ୍କ ପ୍ରତି କୌଣସି ଅନ୍ୟାୟ କରି ନାହିଁ, ଆପଣ ମଧ୍ୟ ତାହା ଅତି ଉତ୍ତମ ରୂପେ ଜାଣନ୍ତି। BSB BSB: Paul replied, “I am standing before the judgment seat of Caesar, where I ought to be tried. I have done nothing wrong to the Jews, as you yourself know very well.
11 ULB ତେବେ, ଯଦି ମୁଁ ଅନ୍ୟାୟକାରୀ ହୋଇଥାଏ ଓ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରିଥାଏ, ତାହାହେଲେ ମୁଁ ମୃତ୍ୟୁଭୋଗ କରିବାକୁ ମନା କରୁ ନାହିଁ; କିନ୍ତୁ ଏମାନେ ମୋ, ବିରୁଦ୍ଧରେ ଯାହାସବୁ ଅଭିଯୋଗ କରୁଅଛନ୍ତି, ସେହି ସବୁ ମଧ୍ୟରେ ଯଦି ପଦେ ସତ୍ୟ ନାହିଁ, ତାହାହେଲେ କୌଣସି ବ୍ୟକ୍ତି ସେମାନଙ୍କ ହସ୍ତରେ ମୋତେ ସମର୍ପଣ କରି ପାରିବେ ନାହିଁ। ମୁଁ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରୁଅଛି। BSB BSB: If, however, I am guilty of anything worthy of death, I do not refuse to die. But if there is no truth to their accusations against me, no one has the right to hand me over to them. I appeal to Caesar!”
12 ULB ସେଥିରେ ଫେଷ୍ଟସ୍ ମନ୍ତ୍ରୀମଣ୍ଡଳ ସହିତ ପରାମର୍ଶ କରି ଉତ୍ତର ଦେଲେ, ତୁମ୍ଭେ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିଅଛ, ତୁମ୍ଭେ କାଇସରଙ୍କ ନିକଟକୁ ଯିବ। BSB BSB: Then Festus conferred with his council and replied, “You have appealed to Caesar. To Caesar you will go!”
13 ULB କେତେକ ଦିନ ଗତ ହେଲା ପରେ ରାଜା ଆଗ୍ରିପ୍ପା ଓ ବର୍ଣ୍ଣୀକୀ କାଇସରିୟାକୁ ଆସି ଫେଷ୍ଟସଙ୍କୁ ସାକ୍ଷାତ କଲେ। BSB BSB: After several days had passed, King Agrippa and Bernice came down to Caesarea to pay their respects to Festus.
14 ULB ସେମାନେ ଅନେକ ଦିନ ସେ ସ୍ଥାନରେ ରୁହନ୍ତେ, ରାଜାଙ୍କ ଆଗରେ ଫେଷ୍ଟସ୍ ପାଉଲଙ୍କ କଥା ଜଣାଇ କହିଲେ, ଫେଲୀକ୍ସ୍ ଜଣେ ଲୋକଙ୍କୁ ବନ୍ଦୀ କରି ରଖିଯାଇଅଛନ୍ତି। BSB BSB: Since they were staying several days, Festus laid out Paul’s case before the king: “There is a certain man whom Felix left in prison.
15 ULB ମୁଁ ଯିରୂଶାଲମରେ ଥିବା ସମୟରେ ଯିହୂଦୀମାନଙ୍କର ପ୍ରଧାନ ଯାଜକବର୍ଗ ଓ ପ୍ରାଚୀନମାନେ ତାହା ବିଷୟରେ ମୋ, ନିକଟରେ ଆବେଦନ କରି ତାହା ବିରୁଦ୍ଧରେ ଦଣ୍ଡାଜ୍ଞା ବିନତି କଲେ। BSB BSB: While I was in Jerusalem, the chief priests and elders of the Jews presented their case and requested a judgment against him.
16 ULB ମୁଁ ସେମାନଙ୍କୁ ଉତ୍ତର ଦେଲି, ଅଭିଯୁକ୍ତକାରୀ ଓ ଅଭିଯୁକ୍ତ ମୁଖାମୁଖୀ ନ ହେବା ପର୍ଯ୍ୟନ୍ତ ପୁଣି, ଅଭିଯୁକ୍ତ ତାହା ବିରୁଦ୍ଧରେ କରାଯାଇଥିବା ଅଭିଯୋଗ ସମ୍ବନ୍ଧରେ ଆତ୍ମପକ୍ଷ ସମର୍ଥନ କରିବାର ସୁଯୋଗ ନ ପାଇବା ପର୍ଯ୍ୟନ୍ତ ତାହାକୁ ସମର୍ପଣ କରିବା ରୋମୀୟ ମାନଙ୍କର ବିଧି ନୁହେଁ। BSB BSB: I told them that it is not the Roman custom to hand a man over before he has had an opportunity to face his accusers and defend himself against their charges.
17 ULB ଏଣୁ ସେମାନେ ମୋ ସାଙ୍ଗରେ ଏ ସ୍ଥାନକୁ ଆସନ୍ତେ ମୁଁ ବିଳମ୍ବ ନ କରି ପରଦିନ ବିଚାରାସନରେ ବସି ସେହି ଲୋକକୁ ଆଣିବା ନିମନ୍ତେ ଆଜ୍ଞା ଦେଲି। BSB BSB: So when they came here with me, I did not delay. The next day I sat on the judgment seat and ordered that the man be brought in.
18 ULB ଅଭିଯୋଗକାରୀମାନେ ଠିଆ ହୋଇ, ମୁଁ ଯେପ୍ରକାର ଦୋଷର କଥା ଅପେକ୍ଷା କରୁଥିଲି, ସେପରି କୌଣସି ଅଭିଯୋଗ ତାହା ସମ୍ବନ୍ଧରେ ଆଣିଲେ ନାହିଁ, BSB BSB: But when his accusers rose to speak, they did not charge him with any of the crimes I had expected.
19 ULB କିନ୍ତୁ ସେମାନଙ୍କ ସ୍ୱଧର୍ମ ପୁଣି, ଯୀଶୁ ନାମକ ଜଣେ ମୃତ ବ୍ୟକ୍ତି, ଯାହାକୁ ପାଉଲ ସଜୀବ ବୋଲି କହୁଥିଲା, ସେହି ସବୁ ବିଷୟରେ ତାହା ବିରୁଦ୍ଧରେ ସେମାନଙ୍କର କେତେକ ବିବାଦ ଥିଲା। BSB BSB: They only had some contentions with him regarding their own religion and a certain Jesus who had died, but whom Paul affirmed to be alive.
20 ULB ଏହି ସମସ୍ତ ବିଷୟ କିପ୍ରକାରେ ଅନୁସନ୍ଧାନ କରିବି ବୋଲି ମୁଁ ହତବୁଦ୍ଧି ହୋଇ, ସେ ଯିରୂଶାଲକୁ ଯାଇ ସେଠାରେ ଏସମସ୍ତ ବିଷୟରେ ବିଚାରିତ ହେବା ପାଇଁ ଇଚ୍ଛା କରେ କି ନାହିଁ, ଏହା ପଚାରିଲି। BSB BSB: Since I was at a loss as to how to investigate these matters, I asked if he was willing to go to Jerusalem and be tried there on these charges.
21 ULB କିନ୍ତୁ ପାଉଲ ସମ୍ରାଟଙ୍କ ବିଚାର ନିମନ୍ତେ ରଖା ହେବା ପାଇଁ ନିବେଦନ କରନ୍ତେ, ମୁଁ ତାଙ୍କୁ କାଇସରଙ୍କ ନିକଟକୁ ନ ପଠାଇବା ପର୍ଯ୍ୟନ୍ତ ବନ୍ଦୀ କରି ରଖିବାକୁ ଆଦେଶ ଦେଲି। BSB BSB: But when Paul appealed to be held over for the decision of the Emperor, I ordered that he be held until I could send him to Caesar.”
22 ULB ସେଥିରେ ଆଗ୍ରିପ୍ପା ଫେଷ୍ଟସଙ୍କୁ କହିଲେ ଆମ୍ଭେ ମଧ୍ୟ ସ୍ୱୟଂ ସେହି ଲୋକର କଥା ଶୁଣିବାକୁ ଇଚ୍ଛା କରୁଅଛୁ। ସେ କହିଲେ, କାଲି ଆପଣ ତାହାଙ୍କ କଥା ଶୁଣିବେ। BSB BSB: Then Agrippa said to Festus, “I would like to hear this man myself.” “Tomorrow you will hear him,” Festus declared.
23 ULB ଅତଏବ, ପରଦିନ ଆଗ୍ରିପ୍ପା ଓ ବର୍ଣ୍ଣୀକୀ ମହା ସମାରୋହରେ ଆସି ପ୍ରଧାନ ପ୍ରଧାନ ସେନାପତି ଓ ନଗରର ମୁଖ୍ୟ ମୁଖ୍ୟ ବ୍ୟକ୍ତିଙ୍କ ସହିତ ବିଚାରାଳୟରେ ପ୍ରବେଶ ହୁଅନ୍ତେ ଫେଷ୍ଟସ୍ ଆଦେଶ ଅନୁସାରେ ପାଉଲ ଅଣାଗଲେ। BSB BSB: The next day Agrippa and Bernice came with great pomp and entered the auditorium, along with the commanders and leading men of the city. And Festus ordered that Paul be brought in.
24 ULB ସେଥିରେ ଫେଷ୍ଟସ୍ କହିଲେ, ହେ ରାଜନ ଆଗ୍ରିପ୍ପା ଓ ଆମ୍ଭମାନଙ୍କ ସହିତ ଏହି ସ୍ଥାନରେ ଉପସ୍ଥିତ ମହାଶୟ ବୃନ୍ଦ, ଆପଣମାନେ ଏହି ଲୋକକୁ ଦେଖିଅଛନ୍ତି; ଏହା ବିରୁଦ୍ଧରେ ଓ ଯିରୂଶାଲମରେ ଏହି ସ୍ଥାନରେ ମଧ୍ୟ ଯିହୂଦୀ ଲୋକସମୂହ ଆମ୍ଭ ନିକଟରେ ଆବେଦନ କରି ତାହାର ଆଉ ବଞ୍ଚି ରହିବାର ଉଚିତ ନୁହେଁ ବୋଲି ଚିତ୍କାର କଲେ। BSB BSB: Then Festus said, “King Agrippa and all who are present with us, you see this man. The whole Jewish community has petitioned me about him, both here and in Jerusalem, crying out that he ought not to live any longer.
25 ULB କିନ୍ତୁ ସେ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରି ନାହିଁ ବୋଲି ମୁଁ ବୁଝିଲି, ଆଉ ସେ ନିଜେ ସମ୍ରାଟଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାରୁ ମୁଁ ତାଙ୍କୁ ପଠାଇବା ନିମନ୍ତେ ସ୍ଥିର କଲି। BSB BSB: But I found he had done nothing worthy of death, and since he has now appealed to the Emperor, I decided to send him.
26 ULB ମୋର ପ୍ରଭୁଙ୍କ ଛାମୁକୁ ତା'ର ବିଷୟରେ ଲେଖିବା ନିମନ୍ତେ ମୋର କୌଣସି ନିଶ୍ଚିତ ବିଷୟ ନାହିଁ। ଏଣୁ ବିଚାର କରି ଯେପରି ମୁଁ ଲେଖିବା ନିମନ୍ତେ କିଛି ପାଇ ପାରେ, ସେଥିପାଇଁ ତାଙ୍କୁ ଆପଣମାନଙ୍କ, ବିଶେଷତଃ ହେ ରାଜନ ଆଗ୍ରିପ୍ପା ଆପଣଙ୍କ ସମ୍ମୁଖକୁ ଆଣିଅଛି; BSB BSB: I have nothing definite to write to our sovereign about him. Therefore I have brought him before all of you, and especially before you, King Agrippa, so that after this inquiry I may have something to write.
27 ULB କାରଣ ବନ୍ଦୀକି ପଠାଇବା ସମୟରେ ତା' ବିରୁଦ୍ଧରେ ଅଭିଯୋଗ ଗୁଡ଼ିକ ନିର୍ଦ୍ଦେଶ ନ କରିବା ମୋତେ ଅସଙ୍ଗତ ବୋଧ ହେଉଅଛି। BSB BSB: For it seems unreasonable to me to send on a prisoner without specifying the charges against him.”
Select verses for actions: Enter goes to them and Escape comes back.