1 ULB ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ନିମନ୍ତେ ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ରାଜକୀୟ ସୈନ୍ୟଦଳର ଯୂଲିଅ ନାମକ ଜଣେ ଶତସେନାପତିଙ୍କ ହସ୍ତରେ ସମର୍ପିତ ହେଲେ। BSB BSB: When it was decided that we would sail for Italy, Paul and some other prisoners were handed over to a centurion named Julius, who belonged to the Imperial Regiment.
2 ULB ସେଥିରେ ଆସିଆ ଉପକୂଳରେ ବିଭିନ୍ନ ସ୍ଥାନକୁ ଯିବା ନିମନ୍ତେ ଉଦ୍ୟତ ଗୋଟିଏ ଆଦ୍ରାମୁତ୍ତୀୟ ଜାହାଜରେ ଆମ୍ଭେମାନେ ଚଢ଼ି ଜାହାଜ ଫିଟାଇଦେଲୁ; ଆଉ ମାକିଦନିଆର ଆରିସ୍ତାର୍ଖ ନାମକ ଜଣେ ଥେସଲନୀକୀୟ ଲୋକ ଆମ୍ଭମାନଙ୍କ ସାଙ୍ଗରେ ଥିଲେ। BSB BSB: We boarded an Adramyttian ship about to sail for ports along the coast of Asia, and we put out to sea. Aristarchus, a Macedonian from Thessalonica, was with us.
3 ULB ପରଦିନ ଆମ୍ଭେମାନେ ସୀଦୋନରେ ପହଞ୍ଚିଲୁ, ଆଉ ଯୂଲିଅ ପାଉଲଙ୍କ ପ୍ରତି ସଦୟ ବ୍ୟବହାର କରି ଆପଣା ମିତ୍ରମାନଙ୍କ ପାଖକୁ ଯାଇ ସେବା ପାଇବା ନିମନ୍ତେ ଅନୁମତି ଦେଲେ। BSB BSB: The next day we landed at Sidon, and Julius treated Paul with consideration, allowing him to visit his friends and receive their care.
4 ULB ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୂଳ ପବନ ହେତୁ ଆମ୍ଭେମାନେ କୁପ୍ରର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କରି, BSB BSB: After putting out from there, we sailed to the lee of Cyprus because the winds were against us.
5 ULB କିଲିକିୟା ଓ ପଂଫୂଲିଆ ସମ୍ମୁଖସ୍ଥ ସମୁଦ୍ର ପାର ହୋଇ ଲୁକିଆର ମୁରାକୁ ଆସିଲୁ। BSB BSB: And when we had sailed across the open sea off the coast of Cilicia and Pamphylia, we came to Myra in Lycia.
6 ULB ସେଠାରେ ଶତସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକଜାଣ୍ଡ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ। BSB BSB: There the centurion found an Alexandrian ship sailing for Italy and put us on board.
7 ULB ପରେ ଅନେକ ଦିନ ପର୍ଯ୍ୟନ୍ତ ଧିରେ ଧିରେ ଯାଇ କଷ୍ଟରେ କ୍ନିଦର ସମ୍ମୁଖରେ ଉପସ୍ଥିତ ହୋଇ ପବନ ଆମ୍ଭମାନଙ୍କୁ ଆଗକୁ ଯିବାକୁ ଛାଡ଼ି ନ ଦେବାରୁ ସାଲ୍ମୋନୀର ସମ୍ମୁଖ ଦେଇ କ୍ରୀତୀର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କଲୁ, BSB BSB: After sailing slowly for many days, we arrived off Cnidus. When the wind impeded us, we sailed to the lee of Crete, opposite Salmone.
8 ULB ପୁଣି, କଷ୍ଟରେ କୂଳେ କୂଳେ ଯାଇ 'ସୁନ୍ଦର ବନ୍ଦର' ନାମକ ଗୋଟିଏ ସ୍ଥାନକୁ ଆସିଲୁ; ଲାସାୟା ସେଥିର ନିକଟବର୍ତ୍ତୀ। BSB BSB: After we had moved along the coast with difficulty, we came to a place called Fair Havens, near the town of Lasea.
9 ULB ଏହି ପ୍ରକାରେ ଅନେକ ସମୟ ଅତିବାହିତ ହେଲା, ପୁଣି, ଜଳଯାତ୍ରା ବର୍ତ୍ତମାନ ବିପଦଜନକ ହୋଇ ପଡ଼ିଲା, କାରଣ ସେତେବେଳେ ଉପବାସ ପର୍ବ ସମାପ୍ତ ହୋଇଥିଲା। ଏଣୁ ପାଉଲ ସେମାନଙ୍କୁ ସତର୍କ କରାଇ କହିଲେ, BSB BSB: By now much time had passed, and the voyage had already become dangerous because it was after the Fast. So Paul advised them,
10 ULB ମହାଶୟମାନେ ଏହି ଜଳଯାତ୍ରା ଯେ କେବଳ ମାଲ ଓ ଜାହାଜର ଅନିଷ୍ଟ ହେବ, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ପ୍ରାଣର ମଧ୍ୟ ଯେ ଅନିଷ୍ଟ ଓ କ୍ଷତିକାରକ ହେବ, ଏହା ମୁଁ ଜାଣୁଅଛି। BSB BSB: “Men, I can see that our voyage will be filled with disaster and great loss, not only to ship and cargo, but to our own lives as well.”
11 ULB କିନ୍ତୁ ଶତସେନାପତି ପାଉଲଙ୍କ କଥା ଅପେକ୍ଷା ଜାହାଜର ଚାଳକ ଓ ଅଧିକାରୀଙ୍କ କଥାରେ ଅଧିକ ମନୋଯୋଗ କଲେ। BSB BSB: But contrary to Paul’s advice, the centurion was persuaded by the pilot and by the owner of the ship.
12 ULB ଆଉ ସେହି ବନ୍ଦରଟି ଶୀତକାଳ କଟାଇବା ନିମନ୍ତେ ସୁବିଧାଜନକ ନ ଥିବାରୁ କୌଣସି ପ୍ରକାରେ ଫୈନିକ୍ସ୍ ରେ ପହଞ୍ଚି ସେଠାରେ ଶୀତକାଳ କଟାଇବା ନିମନ୍ତେ ସେଠାରୁ ଜାହାଜ ଛାଡ଼ିଦେବାକୁ ଅଧିକାଂଶ ଲୋକ ପରାମର୍ଶ ଦେଲେ; ସେହି ଫୈନିକ୍ସ୍ କ୍ରୀତୀର ଗୋଟିଏ ବନ୍ଦର, ତାହା ଉତ୍ତରପୂର୍ବ ଓ ଦକ୍ଷିଣପୂର୍ବ ଅଭିମୁଖୀ। BSB BSB: Since the harbor was unsuitable to winter in, the majority decided to sail on, hoping that somehow they could reach Phoenix to winter there. Phoenix was a harbor in Crete facing both southwest and northwest.
13 ULB ପରେ ଦକ୍ଷିଣା ପବନ ଧୀରେ ଧୀରେ ବହିବାରୁ ସେମାନେ ନିଜ ନିଜର ଉଦ୍ଦେଶ୍ୟ ସଫଳ ହେଲା ବୋଲି ମନେ କରି ଲଙ୍ଗର (ଛୋଟ ଲଙ୍ଗରରେ ବନ୍ଧା ହୋଇଥିବା ମୋଟା ଦୌଡ଼ିରେ ନୌକାକୁ ଟାଣିବା), ତୋଳି କ୍ରୀତୀର କୂଳର ଅତି ନିକଟ ଦେଇ ଯିବାକୁ ଲାଗିଲେ। BSB BSB: When a gentle south wind began to blow, they thought they had their opportunity. So they weighed anchor and sailed along, hugging the coast of Crete.
14 ULB କିନ୍ତୁ ଅଳ୍ପ ସମୟ ଉତ୍ତାରେ, ଯାହାକୁ ଇଉରକ୍ୱିଲୋ ବୋଲି କହନ୍ତି, ସେହି ପ୍ରଚଣ୍ଡ ପବନ କୂଳରୁ ବହି ଆଘାତ କରିବାକୁ ଲାଗିଲା। BSB BSB: But it was not long before a cyclone called the Northeaster swept down across the island.
15 ULB ଜାହାଜଟି ତୋଫାନରେ ପଡ଼ି ପବନର ସମ୍ମୁଖିନ ହୋଇ ନ ପାରିବାରୁ ଆମ୍ଭେମାନେ ତାହାକୁ ଭାସିଯିବାକୁ ଛାଡ଼ିଦେଲୁ। BSB BSB: Unable to head into the wind, the ship was caught up. So we gave way and let ourselves be driven along.
16 ULB ପୁଣି, କ୍ଲାଉଦ ନାମକ ଗୋଟିଏ କ୍ଷୁଦ୍ର ଦ୍ୱୀପର ଆଶ୍ରୟସ୍ଥଳୀରେ ଯାଇ କଷ୍ଟରେ ଜାହାଜର ନୌକାଖଣ୍ଡିକ ଧରି ରକ୍ଷା କରିବାକୁ ସକ୍ଷମ ହେଲୁ, BSB BSB: Passing to the lee of a small island called Cauda, we barely managed to secure the lifeboat.
17 ULB ଆଉ ସେମାନେ ତାହାକୁ ଉଠାଇନେଲା ଉତ୍ତାରେ ନାନା ଉପାୟରେ ଜାହାଜକୁ ତଳୁ ଘେରିଦେଇ ବାନ୍ଧିଲେ, ପୁଣି, କାଳେ ସେମାନେ ସୁର୍ତ୍ତି ନାମକ ଚଡ଼ାରେ (ଭୂସଂଲଘ୍ନ ବାଲିରେ) ଲାଗିଯିବେ, ଏହି ଭୟରେ ପାଲସବୁ ପକାଇଦେଇ ଭାସିବାକୁ ଲାଗିଲେ। BSB BSB: After hoisting it up, the crew used ropes to undergird the ship. And fearing that they would run aground on the sandbars of Syrtis, they lowered the sea anchor and were driven along.
18 ULB ତୋଫାନରେ ଆମ୍ଭମାନଙ୍କର ଅତିଶୟ କଷ୍ଟ ହେବାରୁ ତହିଁ ଆରଦିନ ନାବିକମାନେ ମାଲ ଫୋପାଡ଼ିବାକୁ ଲାଗିଲେ, BSB BSB: We were tossed so violently that the next day the men began to jettison the cargo.
19 ULB ପୁଣି, ତୃତୀୟ ଦିନରେ ନିଜ ହାତରେ ଜାହାଜର ସରଞ୍ଜାମସବୁ ଫୋପାଡ଼ିଦେଲେ। BSB BSB: On the third day, they threw the ship’s tackle overboard with their own hands.
20 ULB ଅନେକ ଦିନ ପର୍ଯ୍ୟନ୍ତ ସୂର୍ଯ୍ୟ କି ନକ୍ଷତ୍ର ଦେଖା ନ ଯିବାରୁ, ପୁଣି, ଭୀଷଣ ଝଡ଼ ଲାଗିରହିବାରୁ ଶେଷରେ ଆମ୍ଭମାନଙ୍କ ରକ୍ଷା ପାଇବାର ସମସ୍ତ ଆଶା ଦୂର ହେଲା। BSB BSB: When neither sun nor stars appeared for many days and the great storm continued to batter us, we abandoned all hope of being saved.
21 ULB ଆଉ, ସମସ୍ତେ ଅନେକ ଦିନ ପର୍ଯ୍ୟନ୍ତ ଅନାହାରରେ ରହିଲା ପରେ ପାଉଲ ସେମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ, ମହାଶୟମାନେ, ମୋହର କଥା ମାନି କ୍ରୀତୀରୁ ଜାହାଜ ନ ଫିଟାଇବା, ପୁଣି, ଏହି ଅନିଷ୍ଟ ଓ କ୍ଷତି ନିବାରଣ କରିବା ଆପଣମାନଙ୍କର ଉଚିତ ଥିଲା। BSB BSB: After the men had gone a long time without food, Paul stood up among them and said, “Men, you should have followed my advice not to sail from Crete. Then you would have averted this disaster and loss.
22 ULB ଯାହା ହେଉ, ଏବେ ମୁଁ ଆପଣମାନଙ୍କୁ କହୁଅଛି, ସାହାସ ଧରନ୍ତୁ, କାରଣ ଆପଣମାନଙ୍କ ମଧ୍ୟରେ କାହାର ପ୍ରାଣନାଶ ହେବ ନାହିଁ, କେବଳ ଜାହାଜ ନଷ୍ଟ ହେବ। BSB BSB: But now I urge you to keep up your courage, because you will not experience any loss of life, but only of the ship.
23 ULB ଯେଣୁ ମୁଁ ଯେଉଁ ଈଶ୍ୱରଙ୍କର ଲୋକ, ପୁଣି, ଯାହାଙ୍କର ମଧ୍ୟ ମୁଁ ସେବା କରେ, ତାହାଙ୍କର ଜଣେ ଦୂତ ଏହି ରାତ୍ରିରେ ମୋ ପାଖରେ ଠିଆ ହୋଇ କହିଲେ, BSB BSB: For just last night an angel of the God to whom I belong and whom I serve stood beside me
24 ULB ପାଉଲ, ଭୟ କର ନାହିଁଁ; କାଇସରଙ୍କର ସମ୍ମୁଖରେ ତୁମ୍ଭକୁ ଠିଆ ହେବାକୁ ହେବ, ଆଉ ଦେଖ, ତୁମ୍ଭର ସହଯାତ୍ରୀ ସମସ୍ତଙ୍କୁ ଈଶ୍ୱର ତୁମ୍ଭକୁ ଦାନ କରିଅଛନ୍ତି। BSB BSB: and said, ‘Do not be afraid, Paul; you must stand before Caesar. And look, God has granted you the lives of all who sail with you.’
25 ULB ଅତଏବ, ମହାଶୟମାନେ, ସାହସ ଧରନ୍ତୁ, କାରଣ ଈଶ୍ୱରଙ୍କଠାରେ ମୋହର ବିଶ୍ୱାସ ଅଛି ଯେ, ମୋତେ ଯେପରି କୁହା ହୋଇଅଛି, ଠିକ୍ ସେହିପରି ଘଟିବ। BSB BSB: So take courage, men, for I believe God that it will happen just as He told me.
26 ULB କିନ୍ତୁ ଆମ୍ଭମାନଙ୍କୁ କୌଣସି ଗୋଟିଏ ଦ୍ୱୀପରେ ଯାଇ ପଡ଼ିବାକୁ ହେବ। BSB BSB: However, we must run aground on some island.”
27 ULB ଏହି ରୂପେ ଆମ୍ଭେମାନେ ଆଦ୍ରିଆ ସମୁଦ୍ରରେ ଇତଃସ୍ତତଃ ଚାଳିତ ହେଉ ହେଉ ଯେତେବେଳେ ଚତୁର୍ଦ୍ଦଶ ରାତ୍ରି ଉପସ୍ଥିତ ହେଲା, ସେତେବେଳେ ପ୍ରାୟ ଅର୍ଦ୍ଧରାତ୍ରି ସମୟରେ ନାବିକମାନେ କୌଣସି ସ୍ଥଳର ନିକଟବର୍ତ୍ତୀ ହେଉଛନ୍ତି ବୋଲି ଅନୁମାନ କଲେ। BSB BSB: On the fourteenth night we were still being driven across the Adriatic Sea. About midnight the sailors sensed they were approaching land.
28 ULB ଏଣୁ ସେମାନେ ମାପ କରି ଶହେ କୋଡ଼ିଏ ଫୁଟ ଗଭୀରର ପାନୀ ପାଇଲେ ପୁଣି ଟିକିଏ ଆଗକୁ ଯାଇ ଆଉ ଥରେ ମାପ କରି ନବେ ଫୁଟ ଗଭୀରର ପାଣି ପାଇଲେ। BSB BSB: They took soundings and found that the water was twenty fathoms deep. Going a little farther, they took another set of soundings that read fifteen fathoms.
29 ULB କାଳେ ଆମ୍ଭେମାନେ କୌଣସି ପଥୁରିଆ ଭୁଇଁରେ ଯାଇ ପଡ଼ୁ, ଏହି ଭୟରେ ସେମାନେ ଚାରିଟା ଲଙ୍ଗର ପକାଇଦେଇ ଦିନ ଅପେକ୍ଷାରେ ରହିଲେ। BSB BSB: Fearing that we would run aground on the rocks, they dropped four anchors from the stern and prayed for daybreak.
30 ULB ପୁଣି, ନାବିକମାନେ ଜାହାଜର ସମ୍ମୁଖଭାଗରୁ ଲଙ୍ଗର ପକାଇବା ଛଳରେ ନୌକାଖଣ୍ଡିକ ସମୁଦ୍ରକୁ ଓହ୍ଲାଇ ଦେଇ ଜାହାଜରୁ ପଳାଇଯିବା ନିମନ୍ତେ ଚେଷ୍ଟା କରନ୍ତେ, BSB BSB: Meanwhile, the sailors attempted to escape from the ship. Pretending to lower anchors from the bow, they let the lifeboat down into the sea.
31 ULB ପାଉଲ ଶତସେନାପତି ଓ ସୈନ୍ୟମାନଙ୍କୁ କହିଲେ, ଏମାନେ ଜାହାଜରେ ନ ରହିଲେ ଆପଣମାନେ ରକ୍ଷା ପାଇ ପାରିବେ ନାହିଁ। BSB BSB: But Paul said to the centurion and the soldiers, “Unless these men remain with the ship, you cannot be saved.”
32 ULB ସେଥିରେ ସୈନ୍ୟମାନେ ନୌକାର ଦୌଡ଼ିସବୁ କାଟିଦେଇ ତାକୁ ଜଳରେ ପକାଇଦେଲେ। BSB BSB: So the soldiers cut the ropes to the lifeboat and set it adrift.
33 ULB ଆଉ, ଦିନ ହୋଇ ଆସୁଥିବା ପର୍ଯ୍ୟନ୍ତ ପାଉଲ ସେମାନଙ୍କୁ କିଛି ଭୋଜନ କରିବା ନିମନ୍ତେ ଉତ୍ସାହ ଦେଇ କହିଲେ, ଆଜିକି ଚଉଦ ଦିନ ହେଲା ଆପଣମାନେ ଅପେକ୍ଷାରେ ଥାଇ କିଛି ଭୋଜନ ନ କରି ଅନାହାରରେ ରହିଅଛନ୍ତି। BSB BSB: Right up to daybreak, Paul kept urging them all to eat: “Today is your fourteenth day in constant suspense, without taking any food.
34 ULB ଏଣୁ କିଛି ଭୋଜନ କରିବା ନିମନ୍ତେ ମୁଁ ଆପଣମାନଙ୍କୁ ପରାମର୍ଶ ଦେଉଅଛି, କାରଣ ତାହା ଅାପଣମାନଙ୍କ ରକ୍ଷା ନିମନ୍ତେ ପ୍ରୟୋଜନ; ଯେଣୁ ଆପଣମାନଙ୍କର କାହାରି ମସ୍ତକର ଗୋଟିଏ କେଶ ନଷ୍ଟ ହେବ ନାହିଁ। BSB BSB: So for your own preservation, I urge you to eat something, because not a single hair of your head will be lost.”
35 ULB ସେ ଏହି ସବୁ କଥା କହି ରୁଟି ଘେନି ସମସ୍ତଙ୍କ ସାକ୍ଷାତରେ ଈଶ୍ୱରଙ୍କୁ ଧନ୍ୟବାଦ ଦେଇ ତାହା ଭାଙ୍ଗି ଭୋଜନ କରିବାକୁ ଲାଗିଲେ। BSB BSB: After he had said this, Paul took bread and gave thanks to God in front of them all. Then he broke it and began to eat.
36 ULB ସେଥିରେ ସେମାନେ ସମସ୍ତେ ସାହାସ ପ୍ରାପ୍ତ ହୋଇ ନିଜେ ନିଜେ ମଧ୍ୟ ଭୋଜନ କଲେ। BSB BSB: They were all encouraged and took some food themselves.
37 ULB ଆମ୍ଭେମାନେ ଜାହାଜରେ ସର୍ବସୁଧା ଦୁଇ ଶହ ଛଅସ୍ତରୀ ଜଣ ପ୍ରାଣୀ ଥିଲୁ। BSB BSB: In all, there were 276 of us on board.
38 ULB ସେମାନେ ଯଥେଷ୍ଟ ଭୋଜନ କଲା ପରେ ସମୁଦ୍ରରେ ଗହମ ପକାଇଦେଇ ଜାହାଜକୁ ହାଲୁକା କରିବାକୁ ଲାଗିଲେ, BSB BSB: After the men had eaten their fill, they lightened the ship by throwing the grain into the sea.
39 ULB ଦିନ ହୁଅନ୍ତେ, ସେ ସ୍ଥଳ ସେମାନେ ଚିହ୍ନି ପାରିଲେ ନାହିଁ, ମାତ୍ର ସେମାନେ ବାଲିକୂଳ ଥିବା ଗୋଟିଏ ଖାଲ ଦେଖି କୌଣସି ପ୍ରକାରେ ସେଠାରେ ଜାହାଜ ଲଗାଇବା ନିମନ୍ତେ ପରାମର୍ଶ କଲେ। BSB BSB: When daylight came, they did not recognize the land, but they sighted a bay with a sandy beach, where they decided to run the ship aground if they could.
40 ULB ଏଣୁ ସେମାନେ ଲଙ୍ଗରସବୁ କାଟି ସେଗୁଡ଼ିକ ସମୁଦ୍ରରେ ଛାଡ଼ି ଦେଲେ, ଆଉ ସାଙ୍ଗେ ସାଙ୍ଗେ ମଙ୍ଗର ଦୌଡ଼ିସବୁ ଫିଟାଇ ପବନ ଆଡ଼କୁ ଆଗ ପାଲ ଉଠାଇ କୂଳ ଆଡ଼କୁ ଯିବାକୁ ଚେଷ୍ଟା କଲେ। BSB BSB: Cutting away the anchors, they left them in the sea as they loosened the ropes that held the rudders. Then they hoisted the foresail to the wind and made for the beach.
41 ULB କିନ୍ତୁ ସେମାନେ ଦୁଇ ସମୁଦ୍ର ମିଶିଥିବା ସ୍ଥାନରେ ଯାଇ ପଡ଼ନ୍ତେ, ଜାହାଜଟି ଚଡ଼ାରେ(ଭୂସଂଲଘ୍ନ ବାଲିରେ) ଲାଗିଗଲା; ତା'ର ସମ୍ମୁଖଭାଗ ଲାଖିଯାଇ ଅଚଳ ହୋଇ ରହିଲା, କିନ୍ତୁ ପଛ ଭାଗ ତରଙ୍ଗର ପ୍ରଚଣ୍ଡତାରେ ଭାଙ୍ଗି ଯିବାକୁ ଲାଗିଲା। BSB BSB: But the ship struck a sandbar and ran aground. The bow stuck fast and would not move, and the stern was being broken up by the pounding of the waves.
42 ULB ସେତେବେଳେ କାଳେ ବନ୍ଦୀମାନଙ୍କ ମଧ୍ୟରୁ କେହି ପହଁରି ପଳାଇଯାଏ, ଏଥିପାଇଁ ସେମାନଙ୍କୁ ବଧ କରିବା ନିମନ୍ତେ ସୈନ୍ୟମାନେ ପରାମର୍ଶ କଲେ, BSB BSB: The soldiers planned to kill the prisoners so none of them could swim to freedom.
43 ULB କିନ୍ତୁ ଶତସେନାପତି ପାଉଲଙ୍କୁ ରକ୍ଷା କରିବା ଇଚ୍ଛାରେ ସେମାନଙ୍କ ସଙ୍କଳ୍ପରୁ ସେମାନଙ୍କୁ କ୍ଷାନ୍ତ କରି ଆଜ୍ଞା ଦେଲେ ଯେ, ଯେଉଁମାନେ ପହଁରି ଜାଣନ୍ତି, ସେମାନେ ସମୁଦ୍ରରେ ଡେଇଁପଡ଼ିିି ପ୍ରଥମେ ସ୍ଥଳକୁ ଯାଆନ୍ତୁ, BSB BSB: But the centurion, wanting to spare Paul’s life, thwarted their plan. He commanded those who could swim to jump overboard first and get to land.
44 ULB ପୁଣି, ଅବଶିଷ୍ଟମାନଙ୍କ ମଧ୍ୟରୁ କେହି କେହି ତକ୍ତା(କାଠପଟା) ଓ ଆଉ କେହି କେହି ଜାହାଜର ଅନ୍ୟାନ୍ୟ ଭଙ୍ଗା ଖଣ୍ଡ ଧରି ଯାଉନ୍ତୁ। ଏହି ପ୍ରକାରେ ସମସ୍ତେ ନିରାପଦରେ ସ୍ଥଳରେ ପହଞ୍ଚିଲେ। BSB BSB: The rest were to follow on planks and various parts of the ship. In this way everyone was brought safely to land.
Select verses for actions: Enter goes to them and Escape comes back.