2 ULB ସେମାନେ ବିରକ୍ତ ହୋଇଥିଲେ, କାରଣ ପ୍ରେରିତମାନେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ଯୀଶୁଙ୍କ କଥା ଧରି ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ବିଷୟ ପ୍ରଚାର କରୁଥିଲେ। BSB BSB: greatly disturbed that they were teaching the people and proclaiming in Jesus the resurrection of the dead.
3 ULB ପୁଣି, ସେମାନେ ଶିଷ୍ୟମାନଙ୍କୁ ଧରି ପରଦିନ ପର୍ଯ୍ୟନ୍ତ କାରାଗାରରେ ରଖିଲେ, କାରଣ ସେତେବେଳେ ସନ୍ଧ୍ୟା ହୋଇଥିଲା। BSB BSB: They seized Peter and John, and because it was evening, they put them in custody until the next day.
4 ULB ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା। BSB BSB: But many who heard the message believed, and the number of men grew to about five thousand.
5 ULB ପରଦିନ ଲୋକମାନଙ୍କର ଅଧ୍ୟକ୍ଷ, ପ୍ରାଚୀନ ଓ ଶାସ୍ତ୍ରୀମାନେ ଯିରୂୂଶାଲମରେ ଏକତ୍ରିତ ହେଲେ; BSB BSB: The next day the rulers, elders, and scribes assembled in Jerusalem,
6 ULB ସେଠାରେ ମହାଯାଜକ ହାନାନ, କୟାଫା, ଯୋହନ, ଆଲେକ୍ଜାଣ୍ଡର, ପୁଣି, ମହାଯାଜକୀୟ ବଂଶର ସମସ୍ତ ଲୋକ ଉପସ୍ଥିତ ଥିଲେ। BSB BSB: along with Annas the high priest, Caiaphas, John, Alexander, and many others from the high priest’s family.
7 ULB ସେମାନେ ପ୍ରେରିତମାନଙ୍କୁ ମଧ୍ୟ ସ୍ଥାନରେ ଠିଆ କରାଇ ପଚାରିବାକୁ ଲାଗିଲେ, କି ଶକ୍ତିରେ ବା କେଉଁ ନାମରେ ତୁମ୍ଭେମାନେ ଏହା କରିଅଛ? BSB BSB: They had Peter and John brought in and began to question them: “By what power or what name did you do this?”
8 ULB ସେଥିରେ ପିତର ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସେମାନଙ୍କୁ କହିଲେ, ହେ ଲୋକମାନଙ୍କର ଅଧ୍ୟକ୍ଷ ଓ ପ୍ରାଚୀନମାନେ, BSB BSB: Then Peter, filled with the Holy Spirit, said to them, “Rulers and elders of the people!
9 ULB ଆଜି ଯଦି ଜଣେ ରୋଗୀ ପ୍ରତି କରାଯାଇଥିବା ଉତ୍ତମ କାର୍ଯ୍ୟ ବିଷୟରେ ଆମ୍ଭମାନଙ୍କୁ ପଚରାଯାଏ ଯେ,ଏହି ଲୋକ କି ଉପାୟରେ ସୁସ୍ଥ ହୋଇଅଛି? BSB BSB: If we are being examined today about a kind service to a man who was lame, to determine how he was healed,
10 ULB ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି। BSB BSB: then let this be known to all of you and to all the people of Israel: It is by the name of Jesus Christ of Nazareth, whom you crucified but whom God raised from the dead, that this man stands before you healed.
11 ULB ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର ଅଟନ୍ତି। BSB BSB: This Jesus is ‘the stone you builders rejected, which has become the cornerstone.’
13 ULB ସେମାନେ ପିତର ଓ ଯୋହନଙ୍କ ସାହସ ଦେଖି ଏବଂ ସେମାନେ ଯେ ଅଶିକ୍ଷିତ ଓ ଅଜ୍ଞାନ ଲୋକ,ଏହା ବୁଝି ଆଶ୍ଚର୍ଯ୍ୟ ହେଲେ, ପୁଣି, ସେମାନେ ଯୀଶୁଙ୍କ ସାଙ୍ଗରେ ଥିଲେ ବୋଲି ସେମାନଙ୍କୁ ଚିହ୍ନିଲେ, BSB BSB: When they saw the boldness of Peter and John and realized that they were unschooled, ordinary men, they marveled and took note that these men had been with Jesus.
14 ULB ଆଉ ସେହି ସୁସ୍ଥ ହୋଇଥିବା ଲୋକଟି ସେମାନଙ୍କ ସାଙ୍ଗରେ ଠିଆ ହୋଇଥିବାର ଦେଖି, ସେମାନଙ୍କ ବିରୁଦ୍ଧରେ କିଛି କହି ପାରିଲେ ନାହିଁ। BSB BSB: And seeing the man who had been healed standing there with them, they had nothing to say in response.
15 ULB ପରେ ସେମାନଙ୍କୁ ସଭାରୁ ବାହାରିଯିବାକୁ ଆଜ୍ଞା ଦେଇ ସେମାନେ ପରସ୍ପର ମଧ୍ୟରେ ପରାମର୍ଶ କରି କହିବାକୁ ଲାଗିଲେ ଏହି ଲୋକମାନଙ୍କ ପ୍ରତି କ'ଣ କରିବା? BSB BSB: So they ordered them to leave the Sanhedrin and then conferred together.
16 ULB କାରଣ ଏମାନଙ୍କ ଦ୍ୱାରା ଯେ, ଗୋଟିଏ ମହା ଆଶ୍ଚର୍ଯ୍ୟକର୍ମ ସାଧିତ ହୋଇଅଛି ଏହା ଯିରୂୂଶାଲମ ନିବାସୀସମସ୍ତଙ୍କ ନିକଟରେ ପ୍ରକାଶିତ ହୋଇଅଛି, ଆଉ ଆମ୍ଭେମାନେ ତାହା ଅସ୍ୱୀକାର କରି ନ ପାରୁ; BSB BSB: “What shall we do with these men?” they asked. “It is clear to everyone living in Jerusalem that a remarkable miracle has occurred through them, and we cannot deny it.
17 ULB କିନ୍ତୁ ଏ କଥାଟା ଯେପରି ଲୋକମାନଙ୍କ ମଧ୍ୟରେ ଆହୁରି ଅଧିକ ବ୍ୟାପି ନ ଯାଏ, ଏଥିପାଇଁ ଏହି ନାମରେ କୌଣସି ଲୋକକୁ ଆଉ କିଛି ନ କହିବାକୁ ସେମାନଙ୍କୁ ଭୟ ଦେଖାଇବା। BSB BSB: But to keep this message from spreading any further among the people, we must warn them not to speak to anyone in this name.”
18 ULB ପରେ ସେମାନଙ୍କୁ ଡାକି ଯୀଶୁଙ୍କ ନାମରେ ଆଦୌ କଥା ନ କହିବାକୁ ବା ଶିକ୍ଷା ନ ଦେବାକୁ ଦୃଢ଼ରୂପେ ସେମାନଙ୍କୁ ଅାଜ୍ଞା ଦେଲେ। BSB BSB: Then they called them in again and commanded them not to speak or teach at all in the name of Jesus.
19 ULB କିନ୍ତୁ ପିତର ଓ ଯୋହନ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କ କଥା ଶୁଣିବା ଅପେକ୍ଷା ଆପଣମାନଙ୍କ କଥା ଶୁଣିବା ଈଶ୍ୱରଙ୍କ ଦୃଷ୍ଟିରେ ଯଥାର୍ଥ କି ନା, ତାହା ଆପଣମାନେ ବିଚାର କରନ୍ତୁ BSB BSB: But Peter and John replied, “Judge for yourselves whether it is right in God’s sight to listen to you rather than God.
20 ULB କାରଣ ଆମ୍ଭେମାନେ ଯାହା ଯାହା ଦେଖିଅଛୁ ଓ ଶୁଣିଅଛୁ, ସେହି ସବୁ ନ କହି ରହି ନ ପାରୁ। BSB BSB: For we cannot stop speaking about what we have seen and heard.”
21 ULB ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ, BSB BSB: After further threats they let them go. They could not find a way to punish them, because all the people were glorifying God for what had happened.
22 ULB କାରଣ ଯେଉଁ ଲୋକଠାରେ ସେହି ଆରୋଗ୍ୟର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା। BSB BSB: For the man who was miraculously healed was over forty years old.
23 ULB ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହି ସବୁ ଜଣାଇଲେ। BSB BSB: On their release, Peter and John returned to their own people and reported everything that the chief priests and elders had said to them.
24 ULB ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ୱରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ। BSB BSB: When the believers heard this, they lifted up their voices to God with one accord. “Sovereign Lord,” they said, “You made the heaven and the earth and the sea and everything in them.
25 ULB ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ୱାରା ଏହି କଥା କହିଅଛ, ଅଣଯିହୂଦୀମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ? BSB BSB: You spoke by the Holy Spirit through the mouth of Your servant, our father David: ‘Why do the nations rage and the peoples plot in vain?
26 ULB ପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତଙ୍କ ବିରୁଦ୍ଧରେ, ପୃଥିବୀର ରାଜାମାନେ ଠିଆ ହେଲେ, ପୁଣି, ଶାସନକର୍ତ୍ତାମାନେ ଏକତ୍ର ହେଲେ। BSB BSB: The kings of the earth take their stand and the rulers gather together against the Lord and against His Anointed One.’
28 ULB ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ। BSB BSB: They carried out what Your hand and will had decided beforehand would happen.
29 ULB ଆଉ ଏବେ, ହେ ପ୍ରଭୁ, ସେମାନଙ୍କ ତର୍ଜନଗର୍ଜନ ପ୍ରତି ଦୃଷ୍ଟିପାତ କର; ପୁଣି, ତୁମ୍ଭର ଦାସମାନଙ୍କୁୁ ପୂର୍ଣ୍ଣ ସାହସ ସହ ତୁମ୍ଭର ବାକ୍ୟ କହିବାକୁ ଶକ୍ତି ଦିଅ, BSB BSB: And now, Lord, consider their threats, and enable Your servants to speak Your word with complete boldness,
30 ULB ଆଉ ସେଥି ସଙ୍ଗେ ସଙ୍ଗେ ତୁମ୍ଭର ପବିତ୍ର ଦାସ ଯୀଶୁଙ୍କ ନାମରେ ସୁସ୍ଥ କରିବା ନିମନ୍ତେ ଏବଂ ଲକ୍ଷଣ ଓ ଅଦ୍ଭୁତ କର୍ମମାନ ସାଧନ କରିବା ପାଇଁ ତୁମ୍ଭର ହସ୍ତ ବିସ୍ତାର କର। BSB BSB: as You stretch out Your hand to heal and perform signs and wonders through the name of Your holy servant Jesus.”
31 ULB ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ୱରଙ୍କ ବାକ୍ୟ କହିବାକୁ ଲାଗିଲେ। BSB BSB: After they had prayed, their meeting place was shaken, and they were all filled with the Holy Spirit and spoke the word of God boldly.
33 ULB ପ୍ରେରିତମାନେ ମହାଶକ୍ତି ସହିତ ପ୍ରଭୁ ଯୀଶୁଙ୍କ ପୁନରୁତ୍ଥାନ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ, ପୁଣି, ସମସ୍ତଙ୍କ ଉପରେ ମହା ଅନୁଗ୍ରହ ଥିଲା। BSB BSB: With great power the apostles continued to give their testimony about the resurrection of the Lord Jesus. And abundant grace was upon them all.
34 ULB ଯେଣୁ ସେମାନଙ୍କ ମଧ୍ୟରେ କାହାରି କୌଣସି ଅଭାବ ନ ଥିଲା, କାରଣ ଯେତେ ଲୋକଙ୍କର ଭୂୂମି ବା ଗୃହ ଥିଲା, ସେମାନେ ତାହା ବିକ୍ରୟ କରି ବିକ୍ରୀତ ସମ୍ପତ୍ତିର ମୂୂଲ୍ୟ ଆଣି ପ୍ରେରିତମାନଙ୍କର ପାଦ ତଳେ ରଖୁଥିଲେ, BSB BSB: There were no needy ones among them, because those who owned lands or houses would sell their property, bring the proceeds from the sales,
35 ULB ଆଉ ପ୍ରତ୍ୟେକ ଜଣକୁ ତା'ର ଅଭାବ ଅନୁସାରେ ତାହା ବିତରଣ କରାଯାଉଥିଲା। BSB BSB: and lay them at the apostles’ feet for distribution to anyone as he had need.
37 ULB ତାଙ୍କର ଖଣ୍ଡେ କ୍ଷେତ୍ର ଥିଲା; ସେ ତାହା ବିକ୍ରୟ କରି ସେଥିର ଟଙ୍କା ଆଣି ପ୍ରେରିତମାନଙ୍କର ପାଦ ତଳେ ଥୋଇଲେ। BSB BSB: sold a field he owned, brought the money, and laid it at the apostles’ feet.
Select verses for actions: Enter goes to them and Escape comes back.