1 ULB ଶାଉଲ, ସ୍ତିଫାନଙ୍କ ପ୍ରାଣନାଶରେ ଏକମତ ଥିଲେ। ସେହି ଦିନ ଯିରୂଶାଲମରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ। BSB BSB: And Saul was there, giving approval to Stephen’s death. On that day a great persecution broke out against the church in Jerusalem, and all except the apostles were scattered throughout Judea and Samaria.
2 ULB ତଥାପି କେତେକ ଜଣ ଭକ୍ତ ଲୋକ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ। BSB BSB: God-fearing men buried Stephen and mourned deeply over him.
3 ULB କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ଟାଣିଆଣି କାରାଗାରରେ ସମର୍ପଣ କରି ମଣ୍ଡଳୀକୁ ଧ୍ୱଂସ କରିବାକୁ ଲାଗିଲେ। BSB BSB: But Saul began to destroy the church. Going from house to house, he dragged off men and women and put them in prison.
4 ULB ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ,ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ। BSB BSB: Those who had been scattered preached the word wherever they went.
5 ULB ପୁଣି, ଫିଲିପ୍ପ ଶମିରୋଣର ପ୍ରଧାନ ନଗରକୁ ଯାଇ ଲୋକମାନଙ୍କ ନିକଟରେ ଖ୍ରୀଷ୍ଟଙ୍କୁ ଘୋଷଣା କରିବାକୁ ଲାଗିଲେ। BSB BSB: Philip went down to a city in Samaria and proclaimed the Christ to them.
6 ULB ଆଉ ଲୋକସମୂହ ଫିଲିପ୍ପଙ୍କ କଥା ଶୁଣି ଓ ସେ କରିଥିବା ଆଶ୍ଚର୍ଯ୍ୟ କର୍ମସବୁ ଦେଖି ଏକଚିତ୍ତରେ ତାହାଙ୍କ କଥାରେ ମନୋଯୋଗ କରୁଥିଲେ। BSB BSB: The crowds all paid close attention to Philip’s message and to the signs they saw him perform.
7 ULB କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ। BSB BSB: With loud shrieks, unclean spirits came out of many who were possessed, and many of the paralyzed and lame were healed.
8 ULB ସେଥିରେ ସେ ନଗରରେ ମହା ଆନନ୍ଦ ହେଲା। BSB BSB: So there was great joy in that city.
9 ULB କିନ୍ତୁ ଶିମୋନ ନାମକ ଜଣେ ଲୋକ ଏଥିପୂର୍ବେ ସେହି ନଗରରେ କୁହୁକକର୍ମ କରି ନିଜକୁ ଜଣେ ମହାପୁରୁଷ ବୋଲି କହି ଶମିରୋଣୀୟ ଜାତି କି ଆଚମ୍ବିତ କରୁଥିଲା; BSB BSB: Prior to that time, a man named Simon had practiced sorcery in the city and astounded the people of Samaria. He claimed to be someone great,
10 ULB ଈଶ୍ୱରଙ୍କର ଯେଉଁ ଶକ୍ତିକୁ ମହାନ ବୋଲି କୁହାଯାଏ, ସାନଠାରୁ ବଡ଼ ପର୍ଯ୍ୟନ୍ତ ସମସ୍ତେ ଏ ସେହି ବୋଲି କହି ତାହାଙ୍କୁ ମାନ୍ୟ କରୁଥିଲେ। BSB BSB: and all the people, from the least to the greatest, heeded his words and said, “This man is the divine power called the Great Power.”
11 ULB ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ବିତ କରିଥିଲା। BSB BSB: They paid close attention to him because he had astounded them for a long time with his sorcery.
12 ULB କିନ୍ତୁ ଫିଲିପ୍ପ ଈଶ୍ୱରଙ୍କ ରାଜ୍ୟ ଓ ଯୀଶୁଖ୍ରୀଷ୍ଟଙ୍କ ନାମ ବିଷୟକ ସୁସମାଚାର ପ୍ରଚାର କରିବାରୁ ସେମାନେ ଯେତେବେଳେ ତାହାଙ୍କ କଥାରେ ବିଶ୍ୱାସ କଲେ, ସେତେବେଳେ ପୁରୁଷ ଓ ସ୍ତ୍ରୀ ଉଭୟ ବାପ୍ତିଜିତ ହେବାକୁ ଲାଗିଲେ। BSB BSB: But when they believed Philip as he preached the gospel of the kingdom of God and the name of Jesus Christ, they were baptized, both men and women.
13 ULB ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ବିତ ହେବାକୁ ଲାଗିଲା। BSB BSB: Even Simon himself believed and was baptized. He followed Philip closely and was astounded by the great signs and miracles he observed.
14 ULB ଶମିରୋଣର ଲୋକମାନେ ଯେ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କରିଅଛନ୍ତି,ଏହା ଯେତେବେଳେ ଯିରୂଶାଲମରେ ଥିବା ପ୍ରେରିତମାନେ ଶୁଣିଲେ, ସେତେବେଳେ ସେମାନେ ପିତର ଓ ଯୋହନଙ୍କୁ ସେମାନଙ୍କ ନିକଟକୁ ପଠାଇଲେ। BSB BSB: When the apostles in Jerusalem heard that Samaria had received the word of God, they sent Peter and John to them.
15 ULB ସେମାନେ ଯାଇ,ସେହି ଲୋକମାନେ ଯେପରି ପବିତ୍ର ଆତ୍ମା ପ୍ରାପ୍ତ ହୁଅନ୍ତି, ଏଥି ନିମନ୍ତେ ସେମାନଙ୍କ ପାଇଁ ପ୍ରାର୍ଥନା କଲେ, BSB BSB: On their arrival, they prayed for them to receive the Holy Spirit.
16 ULB କାରଣ ଏପର୍ଯ୍ୟନ୍ତ ସେ ସେମାନଙ୍କ ମଧ୍ୟରୁ କାହାରି ଉପରେ ଆସି ନ ଥିଲେ, କେବଳ ସେମାନେ ପ୍ରଭୁ ଯୀଶୁଙ୍କ ନାମରେ ବାପ୍ତିଜିତ ହୋଇଥିଲେ। BSB BSB: For the Holy Spirit had not yet fallen upon any of them; they had simply been baptized into the name of the Lord Jesus.
17 ULB ସେତେବେଳେ ସେମାନେ ସେମାନଙ୍କ ଉପରେ ହସ୍ତାର୍ପଣ କଲେ, ଆଉ ସେମାନେ ପବିତ୍ର ଆତ୍ମା ପ୍ରାପ୍ତ ହେଲେ। BSB BSB: Then Peter and John laid their hands on them, and they received the Holy Spirit.
18 ULB ପ୍ରେରିତମାନଙ୍କର ହସ୍ତାର୍ପଣ ଦ୍ୱାରା ଆତ୍ମା ଆସୁଥିବା ଦେଖି, ଶିମୋନ ସେମାନଙ୍କୁ ଟଙ୍କା ଯାଚି କହିଲା, BSB BSB: When Simon saw that the Spirit was given through the laying on of the apostles’ hands, he offered them money.
19 ULB ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ। BSB BSB: “Give me this power as well,” he said, “so that everyone on whom I lay my hands may receive the Holy Spirit.”
20 ULB କିନ୍ତୁ ପିତର ତାହାକୁ କହିଲେ, ତୁମ୍ଭର ଟଙ୍କା ତୁମ୍ଭ ସହିତ ବିନଷ୍ଟ ହେଉ, କାରଣ ତୁମ୍ଭେ ଟଙ୍କା ଦ୍ୱାରା ଈଶ୍ୱରଙ୍କ ଦାନ କିଣିବାକୁ ଭାବିଲ। BSB BSB: But Peter replied, “May your silver perish with you, because you thought you could buy the gift of God with money!
21 ULB ଏବିଷୟରେ ତୁମ୍ଭର ଅଂଶ ନାହିଁ କି ଅଧିକାର ନାହିଁ, କାରଣ ଈଶ୍ୱରଙ୍କ ସାକ୍ଷାତରେ ତୁମ୍ଭର ହୃଦୟ ସରଳ ନୁହେଁ। BSB BSB: You have no part or share in our ministry, because your heart is not right before God.
22 ULB ଅତଏବ, ତୁମ୍ଭର ଏହି ଦୁଷ୍ଟ ପଣରୁ ମନ ପରିବର୍ତ୍ତନ କରି ପ୍ରଭୁଙ୍କଠାରେ ପ୍ରାର୍ଥନା କର, କେଜାଣି ଅବା ତୁମ୍ଭ ହୃଦୟର କଳ୍ପନା କ୍ଷମା ହୋଇ ପାରେ; BSB BSB: Repent, therefore, of your wickedness, and pray to the Lord. Perhaps He will forgive you for the intent of your heart.
23 ULB କାରଣ ତୁମ୍ଭେ ତିକ୍ତ ବିଷରେ ପରିପୂର୍ଣ୍ଣ ହୋଇ ଅଧର୍ମରୂପ ବନ୍ଧନରେ ଆବଦ୍ଧ ଅଛ ବୋଲି ମୁଁ ଦେଖୁଅଛି। BSB BSB: For I see that you are poisoned by bitterness and captive to iniquity.”
24 ULB ସେଥିରେ ଶିମୋନ ଉତ୍ତର କଲା, ଆପଣମାନେ ଯାହା ଯାହା କହିଲେ, ସେଥିରୁ କୌଣସି ବିଷୟ ଯେପରି ମୋ ପ୍ରତି ନ ଘଟେ, ଏଥିପାଇଁ ଆପଣମାନେ ମୋ ନିମନ୍ତେ ପ୍ରଭୁଙ୍କ ଛାମୁରେ ପ୍ରାର୍ଥନା କରନ୍ତୁ। BSB BSB: Then Simon answered, “Pray to the Lord for me, so that nothing you have said may happen to me.”
25 ULB ଏହି ପ୍ରକାରେ ସେମାନେ ସାକ୍ଷ୍ୟ ଦେଇ ଓ ପ୍ରଭୁଙ୍କ ବାକ୍ୟ କହି ଶମିରୋଣୀୟମାନଙ୍କ ଅନେକ ଗ୍ରାମରେ ସୁସମାଚାର ପ୍ରଚାର କରୁ କରୁ ଯିରୂଶାଲମକୁ ବାହୁଡ଼ିଗଲେ। BSB BSB: And after Peter and John had testified and spoken the word of the Lord, they returned to Jerusalem, preaching the gospel in many of the Samaritan villages.
27 ULB ସେଥିରେ ସେ ଉଠି ଗମନ କଲେ। ଆଉ ଦେଖ, ଇଥିଓପିଆ ଦେଶୀୟମାନଙ୍କ କାଣ୍ଡାକୀ ନାମ୍ନୀ ରାଣୀଙ୍କର ଅଧିନସ୍ଥ ଜଣେ ଉଚ୍ଚ ପଦ ପ୍ରାପ୍ତ ଇଥିଓପିଆର ନପୁଂସକ, ଯେ ତାହାଙ୍କ ସମସ୍ତ ଧନଭଣ୍ଡାରର ବେବର୍ତ୍ତା (କୋଷାଧ୍ୟକ୍ଷ) ଥିଲେ, ସେ ଉପାସନା କରିବା ନିମନ୍ତେ ଯିରୂଶାଲମକୁ ଆସିଥିଲେ; BSB BSB: So he started out, and on his way he met an Ethiopian eunuch, a court official in charge of the entire treasury of Candace, queen of the Ethiopians. He had gone to Jerusalem to worship,
28 ULB ସେ ବାହୁଡ଼ି ଯାଉ ଯାଉ ଆପଣା ରଥରେ ବସି ଯିଶାୟ ଭାବବାଦୀଙ୍କ ଶାସ୍ତ୍ରପାଠ କରୁଥିଲେ। BSB BSB: and on his return was sitting in his chariot reading Isaiah the prophet.
29 ULB ସେତେବେଳେ ଆତ୍ମା ଫିଲିପ୍ପଙ୍କ କହିଲେ, ନିକଟକୁ ଯାଇ ଏହି ରଥର ସାଙ୍ଗ ଧର। BSB BSB: The Spirit said to Philip, “Go over to that chariot and stay by it.”
31 ULB ସେ କହିଲେ, କେହି ମୋତେ ବୁଝାଇ ନ ଦେଲେ ମୁଁ କିପରି ବୁଝି ପାରିବି? ଆଉ, ସେ ଫିଲିପ୍ପଙ୍କ ଚଢ଼ି ଆସି ଆପଣା ନିକଟରେ ବସିବାକୁ ବିନତି କଲେ। BSB BSB: “How can I,” he said, “unless someone guides me?” And he invited Philip to come up and sit with him.
33 ULB ତାହାଙ୍କ ଅବନତ ହେବାରେ ତାହାଙ୍କ ଦଣ୍ଡ ଅପସାରିତ ହେଲା; ତାହାଙ୍କ ବଂଶ କିଏ ବର୍ଣ୍ଣନା କରି ପାରିବ? କାରଣ ତାହାଙ୍କ ପ୍ରାଣ ପୃଥିବୀରୁ ଅପସାରିତ ହେଲା। BSB BSB: In His humiliation He was deprived of justice. Who can recount His descendants? For His life was removed from the earth.”
34 ULB ନପୁଂସକ ଉତ୍ତର ଦେଇ ଫିଲିପ୍ପଙ୍କ କହିଲେ, ମୁଁ ଆପଣଙ୍କୁ ନିବେଦନ କରେ, ଭାବବାଦୀ କାହା ବିଷୟରେ ଏକଥା କହନ୍ତି? ଆପଣା ବା ଆଉ କାହା ବିଷୟରେ? BSB BSB: “Tell me,” said the eunuch, “who is the prophet talking about, himself or someone else?”
35 ULB ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ। BSB BSB: Then Philip began with this very Scripture and told him the good news about Jesus.
36 ULB ଆଉ ସେମାନେ ପଥରେ ଯାଉ ଯାଉ କୌଣସି ଗୋଟିଏ ଜଳାଶୟ ନିକଟରେ ଉପସ୍ଥିତ ହେଲେ; ସେଥିରେ ନପୁଂସକ କହିଲେ,ଏଠାରେ ତ ଜଳ ଅଛି,ମୋହର ବାପ୍ତିଜିତ ହେବା ନିମନ୍ତେ କ'ଣ ବାଧା ଅଛି? BSB BSB: As they traveled along the road and came to some water, the eunuch said, “Look, here is water! What is there to prevent me from being baptized?”
37 ULB ଫିଲିପ୍ପ କହିଲେ, ଆପଣ ସମସ୍ତ ଅନ୍ତଃକରଣ ସହିତ ଯଦି ବିଶ୍ୱାସ କରନ୍ତି, ତାହାହେଲେ ହୋଇ ପାରେ। ସେଥିରେ ସେ ଉତ୍ତର ଦେଲେ, ଯୀଶୁ ଖ୍ରୀଷ୍ଟ ଯେ ଈଶ୍ୱରଙ୍କ ପୁତ୍ର,ଏହା ମୁଁ ବିଶ୍ୱାସ କରୁଅଛି। BSB BSB: Not in the BSB
38 ULB ପୁଣି, ସେ ରଥ ଠିଆ କରିବାକୁ ଆଜ୍ଞା ଦେଲେ, ଆଉ ଫିଲିପ୍ପ ଓ ନପୁଂସକ ଉଭୟ ଜଳ ଭିତରକୁ ଓହ୍ଲାଇଗଲେ, ଆଉ ଫିଲିପ୍ପ ତାହାଙ୍କୁ ବାପ୍ତିସ୍ମ ଦେଲେ। BSB BSB: And he gave orders to stop the chariot. Then both Philip and the eunuch went down into the water, and Philip baptized him.
39 ULB ସେମାନେ ଜଳ ମଧ୍ୟରୁ ଉଠି ଆସନ୍ତେ ପ୍ରଭୁଙ୍କର ଆତ୍ମା ଫିଲିପ୍ପଙ୍କ ଘେନିଗଲେ, ପୁଣି, ନପୁଂସକ ତାହାଙ୍କୁ ଆଉ ଦେଖିଲେ ନାହିଁ; ତଥାପି ସେ ଆନନ୍ଦ କରୁ କରୁ ଆପଣା ପଥରେ ଚାଲିଗଲେ। BSB BSB: When they came up out of the water, the Spirit of the Lord carried Philip away, and the eunuch saw him no more, but went on his way rejoicing.
40 ULB କିନ୍ତୁ ଫିଲିପ୍ପ ଅଷ୍ଦୋଦ୍ ନାମକ ସ୍ଥାନରେ ଦେଖାଗଲେ, ଆଉ ସେ ଯାଉ ଯାଉ ନଗରେ ନଗରେ ସୁସମାଚାର ପ୍ରଚାର କରି କାଇସରିୟାରେ ଯାଇ ପହଞ୍ଚିଲେ। BSB BSB: But Philip appeared at Azotus and traveled through that region, preaching the gospel in all the towns until he came to Caesarea.
Select verses for actions: Enter goes to them and Escape comes back.