1 ULB କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ, BSB BSB: Meanwhile, Saul was still breathing out murderous threats against the disciples of the Lord. He approached the high priest
2 ULB ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମକୁ ଆଣି ପାରନ୍ତି,ଏଥିସକାଶେ ଦମ୍ମେସକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ। BSB BSB: and requested letters to the synagogues in Damascus, so that if he found any men or women belonging to the Way, he could bring them as prisoners to Jerusalem.
3 ULB ପରେ ସେ ଯାଉ ଯାଉ ଦମ୍ମେସକର ନିକଟବର୍ତ୍ତୀ ହୁଅନ୍ତେ ଅକସ୍ମାତ୍ ଆକାଶରୁ ଆଲୋକ ତାହାଙ୍କ ଚାରିଆଡ଼େ ଚମକିଉଠିଲା। BSB BSB: As Saul drew near to Damascus on his journey, suddenly a light from heaven flashed around him.
4 ULB ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ? BSB BSB: He fell to the ground and heard a voice say to him, “Saul, Saul, why do you persecute Me?”
5 ULB ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ। BSB BSB: “Who are You, Lord?” Saul asked. “I am Jesus, whom you are persecuting,” He replied.
6 ULB କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କ'ଣ କରିବାକୁ ହେବ, ତାହା କୁହାଯିବ। BSB BSB: “Now get up and go into the city, and you will be told what you must do.”
7 ULB ଯେଉଁ ଲୋକମାନେ ତାହାଙ୍କ ସାଙ୍ଗରେ ଯାତ୍ରା କରୁଥିଲେ, ସେମାନେ ସେହି ଶବ୍ଦ ଶୁଣି କାହାରିକି ନ ଦେଖିବାରୁ ଅବାକ୍ ହୋଇ ରହିଲେ। BSB BSB: The men traveling with Saul stood there speechless. They heard the voice but did not see anyone.
8 ULB ପୁଣି,ଶାଉଲ ଭୂମିରୁ ଉଠି ଯେତେବେଳେ ଆପଣା ଆଖି ଫିଟାଇଲେ, ସେତେବେଳେ ସେ କିଛି ଦେଖି ପାରିଲେ ନାହିଁ। ଏଣୁ ସେମାନେ ତାହାଙ୍କ ହାତ ଧରି ତାହାଙ୍କୁ ଦମ୍ମେସକକୁ ଘେନିଗଲେ। BSB BSB: Saul got up from the ground, but when he opened his eyes he could not see a thing. So they led him by the hand into Damascus.
9 ULB ଆଉ, ସେ ତିନି ଦିନ ପର୍ଯ୍ୟନ୍ତ ଦୃଷ୍ଟିହୀନ ହୋଇ ରହିଲେ, ପୁଣି, କିଛି ଖାଇଲେ ନାହିଁ କି ପିଇଲେ ନାହିଁ। BSB BSB: For three days he was without sight, and he did not eat or drink anything.
10 ULB ଦମ୍ମେସକରେ ହନନୀୟ ନାମକ ଜଣେ ଶିଷ୍ୟ ଥିଲେ; ପ୍ରଭୁ ତାହାଙ୍କୁ ଦର୍ଶନ ଦେଇ କହିଲେ, ହନନୀୟ। ସେ କହିଲେ, ହେ ପ୍ରଭୁ, ଆଜ୍ଞା କରିବା ହେଉନ୍ତୁ। BSB BSB: In Damascus there was a disciple named Ananias. The Lord spoke to him in a vision, “Ananias!” “Here I am, Lord,” he answered.
11 ULB ସେଥିରେ ପ୍ରଭୁ ତାହାଙ୍କୁ କହିଲେ, ଉଠ, ସଳଖ ନାମକ ପଥକୁ ଯାଇ ଯିହୂଦାର ଗୃହରେ ତାର୍ଷ ନଗରର ଶାଉଲ ନାମକ ଜଣେ ବ୍ୟକ୍ତିର ଅନୁସନ୍ଧାନ କର; କାରଣ ଦେଖ, ସେ ପ୍ରାର୍ଥନା କରୁଅଛି; BSB BSB: “Get up!” the Lord told him. “Go to the house of Judas on Straight Street and ask for a man from Tarsus named Saul, for he is praying.
12 ULB ଆଉ, ସେ ଯେପରି ଦୃଷ୍ଟିପ୍ରାପ୍ତ ହୁଏ, ଏଥି ନିମନ୍ତେ ହନନୀୟ ନାମକ ଜଣେ ଲୋକ ଆସି ତାହା ଉପରେ ହସ୍ତାର୍ପଣ କରୁଅଛି ବୋଲି ସେ ଦର୍ଶନ ପାଇଅଛି। BSB BSB: In a vision he has seen a man named Ananias come and place his hands on him to restore his sight.”
13 ULB କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୂ, ଯିରୂଶାଲମରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି। BSB BSB: But Ananias answered, “Lord, many people have told me about this man and all the harm he has done to Your saints in Jerusalem.
14 ULB ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି। BSB BSB: And now he is here with authority from the chief priests to arrest all who call on Your name.”
15 ULB କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, ଯାଅ; କାରଣ ସେ ଅଣଯିହୂଦୀ, ରାଜା ଓ ଇସ୍ରାଏଲର ସନ୍ତାନମାନଙ୍କ ସମ୍ମୁଖରେ ଆମ୍ଭର ନାମ ବହନ କରିବା ନିମନ୍ତେ ଆମ୍ଭର ଜଣେ ମନୋନୀତ ପାତ୍ର ଅଟେ; BSB BSB: “Go!” said the Lord. “This man is My chosen instrument to carry My name before the Gentiles and their kings, and before the people of Israel.
16 ULB ଯେଣୁ ଆମ୍ଭର ନାମ ସକାଶେ ତାହାକୁ ଯେ କେତେ ଦୁଃଖଭୋଗ କରିବାକୁ ହେବ, ତାହା ଆମ୍ଭେ ତାହାକୁ ଜଣାଇବା। BSB BSB: I will show him how much he must suffer for My name.”
17 ULB ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ,ଏଥି ନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି। BSB BSB: So Ananias went to the house, and when he arrived, he placed his hands on Saul. “Brother Saul,” he said, “the Lord Jesus, who appeared to you on the road as you were coming here, has sent me so that you may see again and be filled with the Holy Spirit.”
18 ULB ସେହିକ୍ଷଣି ତାହାଙ୍କ ଆଖିରୁ କାତି ପରି କ'ଣ ଖସିପଡ଼ିଲା ଓ ସେ ଦୃଷ୍ଟି ପାଇଲେ; ପୁଣି, ସେ ଉଠି ବାପ୍ତିଜିତ ହେଲେ, BSB BSB: At that instant, something like scales fell from Saul’s eyes, and his sight was restored. He got up and was baptized,
19 ULB ଆଉ ସେ ଭୋଜନ କରି ବଳ ପାଇଲେ ।ଏଥିଉତ୍ତାରେ ସେ ଦମ୍ମେସକରେ ଥିବା ଶିଷ୍ୟମାନଙ୍କ ସହିତ କେତେକ ଦିନ ରହିଲେ; BSB BSB: and after taking some food, he regained his strength. And he spent several days with the disciples in Damascus.
20 ULB ପୁଣି, ଯୀଶୁ ଯେ ଈଶ୍ୱରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ। BSB BSB: Saul promptly began to proclaim Jesus in the synagogues, declaring, “He is the Son of God.”
21 ULB ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ବିତ ହୋଇ କହିବାକୁ ଲାଗିଲେ,ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇ ପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା,ଏ କି ସେହି ନୁହେଁ? BSB BSB: All who heard him were astounded and asked, “Isn’t this the man who wreaked havoc in Jerusalem on those who call on this name? And hasn’t he come here to take them as prisoners to the chief priests?”
22 ULB କିନ୍ତୁ, 'ଶାଉଲ' ଅଧିକତର ଶକ୍ତିଶାଳୀ ହୋଇ ଉଠିଲେ, ପୁଣି, ଏ ଯେ ଖ୍ରୀଷ୍ଟ,ଏହା ପ୍ରମାଣ କରି ଦମ୍ମେସକନିବାସୀ ଯିହୂଦୀମାନଙ୍କୁ ନିରୁତ୍ତର କରିଦେଉଥିଲେ। BSB BSB: But Saul was empowered all the more, and he confounded the Jews living in Damascus by proving that Jesus is the Christ.
23 ULB ଅନେକ ଦିନ ଗତ ହେଲା ଉତ୍ତାରେ ଯିହୂଦୀମାନେ ତାହାଙ୍କୁ ବଧ କରିବା ପାଇଁ ଏକତ୍ର ମନ୍ତ୍ରଣା କଲେ; BSB BSB: After many days had passed, the Jews conspired to kill him,
24 ULB କିନ୍ତୁ ସେମାନଙ୍କର ଚକ୍ରାନ୍ତ ଶାଉଲଙ୍କର କର୍ଣ୍ଣଗୋଚର ହେଲା। ଆଉ, ସେମାନେ ଯେପରି ତାହାଙ୍କୁ ବଧ କରି ପାରନ୍ତି,ଏଥି ନିମନ୍ତେ ଦିବାରାତ୍ର ମଧ୍ୟ ନଗର-ଦ୍ୱାରସବୁ ଜଗି ରହିଲେ, BSB BSB: but Saul learned of their plot. Day and night they watched the city gates in order to kill him.
25 ULB କିନ୍ତୁ ତାହାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାହାଙ୍କୁ ଘେନି ଗୋଟିଏ ଟୋକେଇରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ। BSB BSB: One night, however, his disciples took him and lowered him in a basket through a window in the wall.
26 ULB ପରେ ସେ ଯିରୂଶାଲମକୁ ଯାଇ ଶିଷ୍ୟମାନଙ୍କ ସହିତ ମିଶିବାକୁ ଚେଷ୍ଟା କରୁଥିଲେ; ମାତ୍ର ସେ ଯେ ଜଣେ ଶିଷ୍ୟ, ଏହା ବିଶ୍ୱାସ ନ କରି ସମସ୍ତେ ତାହାଙ୍କୁ ଭୟ କରୁଥିଲେ। BSB BSB: When Saul arrived in Jerusalem, he tried to join the disciples, but they were all afraid of him, not believing that he was a disciple.
27 ULB କିନ୍ତୁ ବର୍ଣ୍ଣବ୍ବା ତାହାଙ୍କୁ ସଙ୍ଗରେ ଘେନି ପ୍ରେରିତମାନଙ୍କ ନିକଟକୁ ଆଣିଲେ, ପୁଣି, ବାଟରେ ସେ କିପରି ପ୍ରଭୁଙ୍କର ଦର୍ଶନ ପାଇଥିଲେ ଓ ସେ ଯେ ତାହାଙ୍କ ସହିତ କଥା କହିଥିଲେ, ଆଉ କିପ୍ରକାରେ ସେ ଦମ୍ମେସକରେ ଯୀଶୁଙ୍କ ନାମରେ ସାହସପୂର୍ବକ ପ୍ରଚାର କରିଥିଲେ,ଏହି ସବୁ ସେ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ। BSB BSB: Then Barnabas brought him to the apostles and described how Saul had seen the Lord, who had spoken to him on the road to Damascus, and how Saul had spoken boldly in that city in the name of Jesus.
28 ULB ଆଉ,ସେ ସେମାନଙ୍କ ସହିତ ଯିରୂଶାଲମରେ ଗମନାଗମନ କରି, BSB BSB: So Saul stayed with them, moving about freely in Jerusalem and speaking boldly in the name of the Lord.
29 ULB ପ୍ରଭୁଙ୍କର ନାମ ସାହସପୂର୍ବକ ପ୍ରଚାର କରିବାକୁ ଲାଗିଲେ, ପୁଣି, ସେ ଗ୍ରୀକ୍ ଭାଷାବାଦୀ ଯିହୂଦୀମାନଙ୍କ ସହିତ କଥାବାର୍ତ୍ତା ଓ ତର୍କବିତର୍କ କରୁଥିଲେ, କିନ୍ତୁ ସେମାନେ ତାହାଙ୍କୁ ବଧ କରିବା ନିମନ୍ତେ ଚେଷ୍ଟା କରିବାକୁ ଲାଗିଲେ। BSB BSB: He talked and debated with the Grecian Jews, but they tried to kill him.
30 ULB ତାହା ଜାଣି ପାରି ଭାଇମାନେ ତାହାଙ୍କୁ କାଇସରିୟାକୁ ଘେନିଯାଇ ତାର୍ଷକୁ ପଠାଇଦେଲେ। BSB BSB: When the brothers learned of this, they took him down to Caesarea and sent him off to Tarsus.
31 ULB ଏହି ପ୍ରକାରେ ସମୁଦାୟ ଯିହୂଦା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ। BSB BSB: Then the church throughout Judea, Galilee, and Samaria experienced a time of peace. It grew in strength and numbers, living in the fear of the Lord and the encouragement of the Holy Spirit.
32 ULB ଇତିମଧ୍ୟରେ ପିତର ସମସ୍ତ ଅଞ୍ଚଳ ଭ୍ରମଣ କରୁ କରୁ ଲୂଦନିବାସୀ ସାଧୁମାନଙ୍କ ନିକଟକୁ ମଧ୍ୟ ଆସିଲେ। BSB BSB: As Peter traveled throughout the area, he went to visit the saints in Lydda.
33 ULB ସେ ସ୍ଥାନରେ ସେ ଏନୀୟ ନାମକ ଜଣେ ଲୋକଙ୍କର ଦେଖାପାଇଲେ, ସେ ଆଠ ବର୍ଷ ପର୍ଯ୍ୟନ୍ତ ଶଯ୍ୟାଶାୟୀ ଥିଲେ; ତାହାଙ୍କୁ ପକ୍ଷାଘାତ ହୋଇଥିଲା। BSB BSB: There he found a man named Aeneas who had been paralyzed and bedridden for eight years.
34 ULB ପିତର ତାହାଙ୍କୁ କହିଲେ, ଏନୀୟ, ଯୀଶୁ ଖ୍ରୀଷ୍ଟ ତୁମ୍ଭକୁ ସୁସ୍ଥ କରୁଅଛନ୍ତି; ଉଠ, ତୁମ୍ଭର ଶେଯ ସଜାଡ଼। ସେଥିରେ ସେ ସେହିକ୍ଷଣି ଉଠିଲେ। BSB BSB: “Aeneas,” Peter said to him, “Jesus Christ heals you! Get up and put away your mat.” Immediately Aeneas got up,
35 ULB ଆଉ, ଲୂଦ ଓ ଶାରୋଣନିବାସୀ ସମସ୍ତେ ତାହାଙ୍କୁ ଦେଖି ପ୍ରଭୁଙ୍କ ପ୍ରତି ଫେରିଲେ। BSB BSB: and all who lived in Lydda and Sharon saw him and turned to the Lord.
36 ULB ଯାଫୋରେ ଟାବୀଥା ନାମରେ ଜଣେ ଶିଷ୍ୟା ଥିଲେ, ଅନୁବାଦ କଲେ ଏହି ନାମର ଅର୍ଥ ଦର୍କା। ସେ ନାନା ସତ୍କର୍ମ ଓ ଦାନକ୍ରିୟାରେ ପୂର୍ଣ୍ଣ ଥିଲେ। BSB BSB: In Joppa there was a disciple named Tabitha (which is translated as Dorcas), who was always occupied with works of kindness and charity.
37 ULB ସେହି ସମୟରେ ସେ ପୀଡ଼ିତା ହୋଇ ପ୍ରାଣତ୍ୟାଗ କଲେ, ସେଥିରେ ସେମାନେ ତାହାଙ୍କୁ ସ୍ନାନ କରାଇ ଗୋଟିଏ ଉପର କୋଠରୀରେ ଶୁଆଇଦେଲେ। BSB BSB: At that time, however, she became sick and died, and her body was washed and placed in an upper room.
38 ULB ପୁଣି, ଲୂଦ ଯାଫୋର ନିକଟବର୍ତ୍ତୀ ଥିବାରୁ ଶିଷ୍ୟମାନେ ପିତର ସେଠାରେ ଅଛନ୍ତି ବୋଲି ଶୁଣି, ଦୁଇ ଜଣ ଲୋକଙ୍କୁ ତାହାଙ୍କ ନିକଟକୁ ପଠାଇ ଏହା ନିବେଦନ କଲେ, ଆମ୍ଭମାନଙ୍କ ନିକଟକୁ ଆସିବା ପାଇଁ ବିଳମ୍ବ କରନ୍ତୁ ନାହିଁ। BSB BSB: Since Lydda was near Joppa, the disciples, hearing that Peter was there, sent two men to urge him, “Come to us without delay.”
39 ULB ଏଣୁ ପିତର ଉଠି ସେମାନଙ୍କ ସାଙ୍ଗରେ ଗଲେ। ସେ ଆସନ୍ତେ, ସେମାନେ ତାହାଙ୍କୁ ସେହି ଉପର କୋଠରୀକୁ ଘେନିଗଲେ, ଆଉ ବିଧବାମାନେ ସମସ୍ତେ ତାହାଙ୍କୁ ଘେରି ବିଳାପ କରୁ କରୁ, ଦର୍କା ସେମାନଙ୍କ ସାଙ୍ଗରେ ଥିବା ସମୟରେ ଯେଉଁ ସବୁ ଅଙ୍ଗରଖା ଓ ବସ୍ତ୍ରଗୁଡ଼ିକ ବୁଣିଥିଲେ, ସେହି ସବୁ ଦେଖାଇବାକୁ ଲାଗିଲେ। BSB BSB: So Peter got up and went with them. On his arrival, they took him to the upper room. All the widows stood around him, weeping and showing him the tunics and other clothing that Dorcas had made while she was still with them.
40 ULB କିନ୍ତୁ, ପିତର ସମସ୍ତଙ୍କୁ ବାହାର କରିଦେଇ ଆଣ୍ଠୁ ମାଡ଼ି ପ୍ରାର୍ଥନା କଲେ, ପୁଣି, ଶବ ଆଡ଼କୁ ବୁଲିପଡ଼ି କହିଲେ, ଟାବୀଥା, ଉଠ। ସେଥିରେ ସେ ଆଖି ମେଲା କଲେ, ଆଉ ପିତରକୁ ଦେଖି ଉଠି ବସିଲେ। BSB BSB: Then Peter sent them all out of the room. He knelt down and prayed, and turning toward her body, he said, “Tabitha, get up!” She opened her eyes, and seeing Peter, she sat up.
41 ULB ପୁଣି, ସେ ହାତ ଦେଇ ତାହାଙ୍କୁ ଉଠାଇଲେ ଏବଂ ସାଧୁମାନଙ୍କୁ ଓ ବିଧବାମାନଙ୍କୁ ଡାକି ତାହାଙ୍କୁ ଜୀବିତ ଦେଖାଇଲେ। BSB BSB: Peter took her by the hand and helped her up. Then he called the saints and widows and presented her to them alive.
42 ULB ଏହି କଥା ଯାଫୋର ସବୁଆଡ଼େ ଜଣାପଡ଼ିଲା ଓ ଅନେକେ ପ୍ରଭୁଙ୍କଠାରେ ବିଶ୍ୱାସ କଲେ। BSB BSB: This became known all over Joppa, and many people believed in the Lord.
43 ULB ପୁଣି, ପିତର ଅନେକ ଦିନ ଯାଫୋରେ ଶିମୋନ ନାମକ ଜଣେ ଚର୍ମକାରକ ସହିତ ବାସ କଲେ। BSB BSB: And Peter stayed for several days in Joppa with a tanner named Simon.
Select verses for actions: Enter goes to them and Escape comes back.