2 ULB ପୁଣି ସେ କହିଲେ, “ସଦାପ୍ରଭୁ ସିୟୋନରୁ ଗର୍ଜ୍ଜନ କରିବେ ଓ ଯିରୂଶାଲମରୁ ଆପଣା ରବ ଶୁଣାଇବେ; ତହିଁରେ ମେଷପାଳକମାନଙ୍କର ଚରାଣି ସ୍ଥାନସକଳ ଶୋକ କରିବ ଓ କର୍ମିଲର ଶିଖର ଶୁଷ୍କ ହେବ।” BSB BSB: He said: “The LORD roars from Zion and raises His voice from Jerusalem; the pastures of the shepherds mourn, and the summit of Carmel withers.”
3 ULB ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଦମ୍ମେଶକର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଲୌହମୟ ଶସ୍ୟମର୍ଦ୍ଦନ ଯନ୍ତ୍ରରେ ଗିଲୀୟଦକୁ ମର୍ଦ୍ଦନ କରିଅଛନ୍ତି; BSB BSB: This is what the LORD says: “For three transgressions of Damascus, even four, I will not revoke My judgment, because they threshed Gilead with sledges of iron.
4 ULB ମାତ୍ର ଆମ୍ଭେ ହସାୟେଲ ରାଜାଙ୍କ ବଂଶ ନିକଟକୁ ଅଗ୍ନି ପ୍ରେରଣ କରିବା ଓ ତାହା ବିନ୍ହଦଦ୍ର ଅଟ୍ଟାଳିକାସବୁ ଗ୍ରାସ କରିବ। BSB BSB: So I will send fire upon the house of Hazael to consume the citadels of Ben-hadad.
5 ULB ପୁଣି, ଆମ୍ଭେ ଦମ୍ମେଶକର ଅର୍ଗଳ ଭାଙ୍ଗି ପକାଇବା ଓ ଆବନ ଉପତ୍ୟକାରୁ ନିବାସକାରୀକୁ ଓ ବେଥ୍-ଏଦନ ବଂଶରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା।” ପୁଣି, ସଦାପ୍ରଭୁ କହନ୍ତି, “ଅରାମର ଲୋକମାନେ ନିର୍ବାସିତ ହୋଇ କୀର୍କୁ ଯିବେ।” BSB BSB: I will break down the gates of Damascus; I will cut off the ruler from the Valley of Aven and the one who wields the scepter in Beth-eden. The people of Aram will be exiled to Kir,” says the LORD.
6 ULB ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଘସାର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଇଦୋମର ହସ୍ତରେ ସମର୍ପଣ କରିବା ପାଇଁ ସମୁଦାୟ ଲୋକଙ୍କୁ ବନ୍ଦୀ କରି ନେଇ ଗଲେ। BSB BSB: This is what the LORD says: “For three transgressions of Gaza, even four, I will not revoke My judgment, because they exiled a whole population, delivering them up to Edom.
7 ULB ମାତ୍ର ଆମ୍ଭେ ଘସାର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ। BSB BSB: So I will send fire upon the walls of Gaza, to consume its citadels.
8 ULB ଆଉ, ଆମ୍ଭେ ଅସ୍ଦୋଦରୁ ନିବାସକାରୀକୁ ଓ ଅସ୍କିଲୋନରୁ ରାଜଦଣ୍ଡଧାରୀକୁ ଉଚ୍ଛିନ୍ନ କରିବା; ଆମ୍ଭେ ଇକ୍ରୋଣ ସହରର ବିପକ୍ଷରେ ଆପଣା ହସ୍ତ ଫେରାଇବା ଓ ପଲେଷ୍ଟୀୟମାନଙ୍କର ଅବଶିଷ୍ଟାଂଶ ବିନଷ୍ଟ ହେବେ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି। BSB BSB: I will cut off the ruler of Ashdod and the one who wields the scepter in Ashkelon. I will turn My hand against Ekron, and the remnant of the Philistines will perish,” says the Lord GOD.
9 ULB ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ସୋରର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ସମୁଦାୟ ଲୋକଙ୍କୁ ଇଦୋମର ହସ୍ତରେ ସମର୍ପଣ କଲେ ଓ ଭ୍ରାତୃ ନିୟମ ସ୍ମରଣ କଲେ ନାହିଁ; BSB BSB: This is what the LORD says: “For three transgressions of Tyre, even four, I will not revoke My judgment, because they delivered up a whole congregation of exiles to Edom and broke a covenant of brotherhood.
10 ULB ମାତ୍ର ଆମ୍ଭେ ସୋରର ପ୍ରାଚୀର ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ।” BSB BSB: So I will send fire upon the walls of Tyre to consume its citadels.”
11 ULB ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମର ତିନି, ହଁ, ଚାରି ଅପରାଧ ସକାଶୁ ତହିଁର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେ ଖଡ୍ଗ ଧରି ଆପଣା ଭ୍ରାତାକୁ ଗୋଡ଼ାଇଲା ଓ ସବୁ ଦୟା ପରିତ୍ୟାଗ କଲା, ତାହାର କ୍ରୋଧ ନିତ୍ୟ ବିଦୀର୍ଣ୍ଣ କଲା ଓ ସେ ଆପଣା କୋପ ସଦାକାଳ ରଖିଲା। BSB BSB: This is what the LORD says: “For three transgressions of Edom, even four, I will not revoke My judgment, because he pursued his brother with the sword and stifled all compassion; his anger raged continually, and his fury flamed incessantly.
12 ULB ମାତ୍ର ଆମ୍ଭେ ତୈମନ୍ ଉପରେ ଅଗ୍ନି ନିକ୍ଷେପ କରିବା ଓ ତାହା ବସ୍ରାର ଅଟ୍ଟାଳିକାସବୁ ଗ୍ରାସ କରିବ।” BSB BSB: So I will send fire upon Teman to consume the citadels of Bozrah.”
13 ULB ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଅମ୍ମୋନ ସନ୍ତାନଗଣର ତିନି, ହଁ, ଚାରି ଅପରାଧ ସକାଶୁ ସେମାନଙ୍କର ଦଣ୍ଡ ନିବାରଣ କରିବା ନାହିଁ; କାରଣ ସେମାନେ ଆପଣାମାନଙ୍କର ସୀମା ବୃଦ୍ଧି କରିବା ନିମନ୍ତେ ଗିଲୀୟଦର ଗର୍ଭିଣୀ ସ୍ତ୍ରୀମାନଙ୍କର ଉଦର ଚିରି ପକାଇଅଛନ୍ତି। BSB BSB: This is what the LORD says: “For three transgressions of the Ammonites, even four, I will not revoke My judgment, because they ripped open the pregnant women of Gilead in order to enlarge their territory.
14 ULB ମାତ୍ର ଆମ୍ଭେ ରବ୍ବାର ପ୍ରାଚୀର ଉପରେ ଅଗ୍ନି ଜ୍ୱଳାଇବା ଓ ତାହା ଯୁଦ୍ଧ ଦିନରେ ମହାନାଦ ଓ ଘୂର୍ଣ୍ଣିବାୟୁର ଦିନରେ ପ୍ରଚଣ୍ଡ ତୋଫାନ ସହିତ ତହିଁର ଅଟ୍ଟାଳିକାସବୁ ଗ୍ରାସ କରିବ। BSB BSB: So I will kindle a fire in the walls of Rabbah to consume its citadels amid war cries on the day of battle and a violent wind on the day of tempest.
15 ULB ପୁଣି, ସେମାନଙ୍କର ରାଜା, ସେ ଓ ତାହାର ଅଧିପତିଗଣ ଏକ ସଙ୍ଗେ ନିର୍ବାସିତ ହୋଇଯିବେ।” ଏହା ସଦାପ୍ରଭୁ କହନ୍ତି। BSB BSB: Their king will go into exile—he and his princes together,” says the LORD.