1 ULB ହେ ଶମରୀୟାର ପର୍ବତବାସିନୀ ବାଶନର ଗାଭୀସବୁ, ତୁମ୍ଭେମାନେ ଏହି ବାକ୍ୟ ଶୁଣ, ତୁମ୍ଭେମାନେ ଦରିଦ୍ରଗଣ ପ୍ରତି ଉପଦ୍ରବ କରୁଅଛ, ଦୀନହୀନମାନଙ୍କୁ ଦଳି ପକାଉଅଛ, ତୁମ୍ଭେମାନେ ଆପଣା ଆପଣା କର୍ତ୍ତାକୁ କହୁଅଛ, “ଆଣ, ଆମ୍ଭେମାନେ ପାନ କରିବା।” BSB BSB: Hear this word, you cows of Bashan on Mount Samaria, you women who oppress the poor and crush the needy, who say to your husbands, “Bring us more to drink.”
2 ULB ପ୍ରଭୁ ସଦାପ୍ରଭୁ ଆପଣା ପବିତ୍ରତାରେ ଶପଥ କରି କହିଅଛନ୍ତି, “ଦେଖ, ଯେଉଁ ସମୟରେ ଲୋକମାନେ ତୁମ୍ଭମାନଙ୍କୁ ତେଣ୍ଟାରେ ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ବନଶୀ କଣ୍ଟାରେ ଟାଣି ନେବେ, ଏପରି ସମୟ ତୁମ୍ଭମାନଙ୍କ ଉପରେ ଆସିବ। BSB BSB: The Lord GOD has sworn by His holiness: “Behold, the days are coming when you will be taken away with hooks, and your posterity with fishhooks.
3 ULB ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ସମ୍ମୁଖସ୍ଥ ଭଗ୍ନସ୍ଥାନ ଦେଇ ବାହାରି ଯିବ ଓ ହର୍ମ୍ମୋଣରେ ଆପଣାମାନଙ୍କୁ ନିକ୍ଷେପ କରିବ।” ଏହା ସଦାପ୍ରଭୁ କହନ୍ତି। BSB BSB: You will go out through broken walls, each one straight ahead of her, and you will be cast out toward Harmon,” declares the LORD.
4 ULB “ତୁମ୍ଭେମାନେ ବେଥେଲ୍କୁ ଯାଇ ଅପରାଧ କର; ଗିଲ୍ଗଲ୍କୁ ଯାଇ ଅପରାଧ ବୃଦ୍ଧି କର; ଆଉ, ପ୍ରତି ପ୍ରଭାତରେ ଆପଣା ଆପଣା ବଳି ଓ ପ୍ରତି ତିନି ଦିନରେ ଆପଣା ଆପଣାର ଦଶମାଂଶ ଉତ୍ସର୍ଗ କର; BSB BSB: “Go to Bethel and transgress; rebel even more at Gilgal! Bring your sacrifices every morning, your tithes every three days.
5 ULB ପୁଣି, ପ୍ରଶଂସାର୍ଥକ ବଳି ନିମନ୍ତେ ତାଡ଼ି ମିଶ୍ରିତ ଦ୍ରବ୍ୟ ଉତ୍ସର୍ଗ କର ଓ ସ୍ଵେଚ୍ଛାଦତ୍ତ ଉପହାର ବିଷୟ ଘୋଷଣା କରି ପ୍ରକାଶ କର; କାରଣ, ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ଏପରି କରିବାକୁ ଭଲ ପାଅ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି। BSB BSB: Offer leavened bread as a thank offering, and loudly proclaim your freewill offerings. For that is what you children of Israel love to do,” declares the Lord GOD.
7 ULB “ଆହୁରି, ଶସ୍ୟ ପାଚିବାର ତିନି ମାସ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କଠାରୁ ବୃଷ୍ଟି ନିବାରଣ କରିଅଛୁ; ପୁଣି, ଏକ ନଗରରେ ଜଳ ବର୍ଷାଇ ଅଛୁ ଓ ଅନ୍ୟ ନଗରରେ ଜଳ ବର୍ଷାଇ ନାହୁଁ; ଏକ କ୍ଷେତ୍ରରେ ବୃଷ୍ଟି ହେଲା ଓ ଯେଉଁ କ୍ଷେତ୍ରରେ ବୃଷ୍ଟି ହେଲା ନାହିଁ, ତାହା ଶୁଷ୍କ ହେଲା। BSB BSB: “I also withheld the rain from you when the harvest was three months away. I sent rain on one city but withheld it from another. One field received rain; another without rain withered.
8 ULB ତହିଁ ସକାଶୁ ଦୁଇ, ତିନି ନଗରସ୍ଥ ଲୋକମାନେ ଜଳ ପାନ କରିବା ନିମନ୍ତେ ବୁଲି ବୁଲି ଅନ୍ୟ ଏକ ନଗରକୁ ଗଲେ, ମାତ୍ର ତୃପ୍ତ ହେଲେ ନାହିଁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି। BSB BSB: People staggered from city to city for water to drink, but they were not satisfied; yet you did not return to Me,” declares the LORD.
9 ULB “ଆମ୍ଭେ ଶସ୍ୟର ଶୋଷ ଓ ମ୍ଳାନି ଦ୍ୱାରା ତୁମ୍ଭମାନଙ୍କୁ ଆଘାତ କରିଅଛୁ; ଶୂକ କୀଟ ତୁମ୍ଭମାନଙ୍କର ବହୁସଂଖ୍ୟକ ଉଦ୍ୟାନ, ଦ୍ରାକ୍ଷାକ୍ଷେତ୍ର, ଡିମ୍ବିରି ବୃକ୍ଷ ଓ ଜୀତବୃକ୍ଷ ଗ୍ରାସ କରିଅଛି; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି। BSB BSB: “I struck you with blight and mildew in your growing gardens and vineyards; the locust devoured your fig and olive trees, yet you did not return to Me,” declares the LORD.
10 ULB “ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି। BSB BSB: “I sent plagues among you like those of Egypt; I killed your young men with the sword, along with your captured horses. I filled your nostrils with the stench of your camp, yet you did not return to Me,” declares the LORD.
11 ULB “ପରମେଶ୍ୱର ସଦୋମ ଓ ହମୋରାକୁ ଯେପରି ଉତ୍ପାଟନ କରିଥିଲେ, ସେପରି ଆମ୍ଭେ ତୁମ୍ଭମାନଙ୍କର କେତେକ (ସ୍ଥାନ) ଉତ୍ପାଟନ କରିଅଛୁ, ଆଉ ତୁମ୍ଭେମାନେ ପୋଡ଼ା ଖୁଣ୍ଟ ପରି ଅଗ୍ନିରୁ କଢ଼ାଗଲ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି। BSB BSB: “Some of you I overthrew as I overthrew Sodom and Gomorrah, and you were like a firebrand snatched from a blaze, yet you did not return to Me,” declares the LORD.
12 ULB “ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏଥିସକାଶୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ। BSB BSB: “Therefore, that is what I will do to you, O Israel, and since I will do this to you, prepare to meet your God, O Israel!
13 ULB କାରଣ ଦେଖ, ଯେ ପର୍ବତଗଣ ନିର୍ମାଣ କରନ୍ତି, ବାୟୁକୁ ସୃଷ୍ଟି କରନ୍ତି ଓ ମନୁଷ୍ୟ ପ୍ରତି ତାହାର ଚିନ୍ତା ପ୍ରକାଶ କରନ୍ତି, ଯେ ଅରୁଣକୁ ଅନ୍ଧକାରମୟ କରନ୍ତି ଓ ପୃଥିବୀର ଉଚ୍ଚସ୍ଥଳୀସକଳର ଉପରେ ଗମନାଗମନ କରନ୍ତି।” ସଦାପ୍ରଭୁ ସୈନ୍ୟାଧିପତି ପରମେଶ୍ୱର ତାହାଙ୍କର ନାମ। BSB BSB: For behold, He who forms the mountains, who creates the wind and reveals His thoughts to man, who turns the dawn to darkness and strides on the heights of the earth—the LORD, the God of Hosts, is His name.”