1 ULB ପ୍ରଭୁ ସଦାପ୍ରଭୁ ମୋତେ ଏହିପରି ଦେଖାଇଲେ; ଦେଖ, ଏକ ଡାଲା ଗ୍ରୀଷ୍ମକାଳୀନ ଫଳ। BSB BSB: This is what the Lord GOD showed me: I saw a basket of summer fruit.
2 ULB ପୁଣି, ସେ କହିଲେ, “ହେ ଆମୋଷ, ତୁମ୍ଭେ କଅଣ ଦେଖୁଅଛ?” ତହିଁରେ ମୁଁ କହିଲି, “ଏକ ଡାଲା ଗ୍ରୀଷ୍ମକାଳୀନ ଫଳ।” ତେବେ ସଦାପ୍ରଭୁ ମୋତେ କହିଲେ, “ଆମ୍ଭର ଲୋକ ଇସ୍ରାଏଲର ଅନ୍ତିମ କାଳ ଉପସ୍ଥିତ ହୋଇଅଛି; ଆମ୍ଭେ ପୁନର୍ବାର ସେମାନଙ୍କୁ ଆଉ ଛାଡ଼ି ଯିବା ନାହିଁ। BSB BSB: “Amos, what do you see?” He asked. “A basket of summer fruit,” I replied. So the LORD said to me, “The end has come for My people Israel; I will no longer spare them.”
3 ULB ପୁଣି, ସେହି ଦିନ ମନ୍ଦିରର ଗାନ ସବୁ ହାହାକାର ହେବ।” ଏହା ପ୍ରଭୁ ସଦାପ୍ରଭୁ କହନ୍ତି; “ଶବ ଅନେକ ହେବ; ଲୋକମାନେ ପ୍ରତ୍ୟେକ ସ୍ଥାନରେ ନୀରବ ହୋଇ ସେମାନଙ୍କୁ ପକାଇବେ।” BSB BSB: “In that day,” declares the Lord GOD, “the songs of the temple will turn to wailing. Many will be the corpses, strewn in silence everywhere!”
4 ULB ହେ ଦୀନହୀନମାନଙ୍କୁ ଗ୍ରାସ କରିବାକୁ ଉଦ୍ୟତ ଓ ଦରିଦ୍ରମାନଙ୍କୁ ଲୋପ କରାଇବା ଲୋକମାନେ, ତୁମ୍ଭେମାନେ ଏହା ଶୁଣ। BSB BSB: Hear this, you who trample the needy, who do away with the poor of the land,
5 ULB “ତୁମ୍ଭେମାନେ ଐଫା ସାନ କରି ଓ ଶେକଲ ବଡ଼ କରି, ଆଉ ଛଳନାରୂପ ତରାଜୁରେ ଅଯଥାର୍ଥ କାରବାର କରି କହୁଅଛ, ଅମାବାସ୍ୟା କେତେବେଳେ ଗତ ହେବ, ଆମ୍ଭେମାନେ ଯେପରି ଶସ୍ୟ ବିକ୍ରୟ କରିବୁ? ବିଶ୍ରାମ ଦିନ କେବେ ଗତ ହେବ, ଆମ୍ଭେମାନେ ଯେପରି ଗହମ ବାହାର କରିବୁ? BSB BSB: asking, “When will the New Moon be over, that we may sell grain? When will the Sabbath end, that we may market wheat? Let us reduce the ephah and increase the shekel; let us cheat with dishonest scales.
6 ULB ଆମ୍ଭେମାନେ ଯେପରି ରୂପା ଦେଇ ଦରିଦ୍ରକୁ ଓ ଏକ ଯୋଡ଼ା ପାଦୁକା ପାଇଁ ଦୀନହୀନକୁ କ୍ରୟ କରିବୁ ଓ ତ୍ୟାଗ ଯୋଗ୍ୟ ଗହମ ବିକ୍ରୟ କରିବୁ।” BSB BSB: Let us buy the poor with silver and the needy for a pair of sandals, selling even the chaff with the wheat!”
7 ULB ସଦାପ୍ରଭୁ ଯାକୁବର ଗୌରବ ନେଇ ଏହି ଶପଥ କରିଅଛନ୍ତି, ଆମ୍ଭେ ନିଶ୍ଚୟ ସେମାନଙ୍କର କୌଣସି କର୍ମ କେବେ ପାସୋରିବା ନାହିଁ। BSB BSB: The LORD has sworn by the Pride of Jacob: “I will never forget any of their deeds.
8 ULB ଦେଶ କି ଏଥିନିମନ୍ତେ କମ୍ପିତ ହେବ ନାହିଁ ଓ ତନ୍ନିବାସୀ ସମସ୍ତେ କି ଶୋକ କରିବେ ନାହିଁ? ହଁ, ତାହା ସମ୍ପୂର୍ଣ୍ଣ ରୂପେ ନଦୀ ତୁଲ୍ୟ ବଢ଼ି ଉଠିବ ଓ ମିସରର ନୀଳ ନଦୀ ତୁଲ୍ୟ ଉଚ୍ଛୁଳି ପୁନର୍ବାର ହ୍ରାସ ହେବ। BSB BSB: Will not the land quake for this, and all its dwellers mourn? All of it will swell like the Nile; it will surge and then subside like the Nile in Egypt.
9 ULB ପ୍ରଭୁ ସଦାପ୍ରଭୁ କହନ୍ତି, “ସେହି ଦିନ ଆମ୍ଭେ ମଧ୍ୟାହ୍ନ କାଳରେ ସୂର୍ଯ୍ୟକୁ ଅସ୍ତଗତ କରାଇବା ଓ ନିର୍ମଳ ଦିନରେ ଆମ୍ଭେ ଦେଶକୁ ଅନ୍ଧକାରମୟ କରିବା। BSB BSB: And in that day, declares the Lord GOD, I will make the sun go down at noon, and I will darken the earth in the daytime.
10 ULB ପୁଣି, ଆମ୍ଭେ ତୁମ୍ଭମାନଙ୍କର ସକଳ ଉତ୍ସବକୁ ଶୋକରେ ଓ ତୁମ୍ଭମାନଙ୍କର ଗାୟନ ସବୁକୁ ବିଳାପରେ ପରିଣତ କରିବା; ଆଉ, ଆମ୍ଭେ ସମସ୍ତଙ୍କର କଟୀଦେଶ ଚଟବସ୍ତ୍ରରେ ପରିହିତ କରାଇବା ଓ ପ୍ରତ୍ୟେକ ମସ୍ତକ ଟାଙ୍ଗରା କରାଇବା; ପୁଣି, ଆମ୍ଭେ ସେହି ଶୋକକୁ ଅଦ୍ୱିତୀୟ ପୁତ୍ରର ଶୋକ ତୁଲ୍ୟ ଓ ତହିଁର ଶେଷକୁ ଦାରୁଣ ଦୁଃଖ ଦିନର ତୁଲ୍ୟ କରାଇବା।” BSB BSB: I will turn your feasts into mourning and all your songs into lamentation. I will cause everyone to wear sackcloth and every head to be shaved. I will make it like a time of mourning for an only son, and its outcome like a bitter day.
11 ULB ପ୍ରଭୁ ସଦାପ୍ରଭୁ କହନ୍ତି, “ଦେଖ, ଯେଉଁ ଦିନ ଆମ୍ଭେ ଏହି ଦେଶକୁ ଦୁର୍ଭିକ୍ଷ ପ୍ରେରଣ କରିବା, ଏପରି ଦିନ ଆସୁଅଛି, ତାହା ଅନ୍ନ କିଅବା ଜଳ ପିପାସାର ଦୁର୍ଭିକ୍ଷ ନୁହେଁ, ମାତ୍ର ସଦାପ୍ରଭୁଙ୍କର ବାକ୍ୟ ଶୁଣିବାର ଦୁର୍ଭିକ୍ଷ ହେବ। BSB BSB: Behold, the days are coming, declares the Lord GOD, when I will send a famine on the land—not a famine of bread or a thirst for water, but a famine of hearing the words of the LORD.
12 ULB ଲୋକମାନେ ଏକ ସମୁଦ୍ର ଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ଉତ୍ତର ଦିଗରୁ ପୂର୍ବ ଦିଗ ପର୍ଯ୍ୟନ୍ତ ଭ୍ରମଣ କରିବେ; ସେମାନେ ସଦାପ୍ରଭୁଙ୍କର ବାକ୍ୟର ଅନ୍ଵେଷଣ କରିବା ପାଇଁ ଏଣେତେଣେ ଦୌଡ଼ିବେ, ଆଉ ତାହା ପାଇବେ ନାହିଁ। BSB BSB: People will stagger from sea to sea and roam from north to east, seeking the word of the LORD, but they will not find it.
13 ULB ସେହି ଦିନ ସୁନ୍ଦରୀ କୁମାରୀଗଣ ଓ ଯୁବକମାନେ ତୃଷାରେ ମୂର୍ଚ୍ଛାପନ୍ନ ହେବେ। BSB BSB: In that day the lovely young women—the young men as well—will faint from thirst.
14 ULB ଯେଉଁମାନେ ଶମରୀୟାର ପାପ ନେଇ ଶପଥ କରନ୍ତି, ଆଉ କହନ୍ତି, ହେ ଦାନ୍, ତୁମ୍ଭ ଦେବତା ଜୀବିତ ଥିବା ପ୍ରମାଣେ ଓ ବେର୍ଶେବାର ଦେବତା ଜୀବିତ ଥିବା ପ୍ରମାଣେ, ସେମାନେ ହିଁ ପତିତ ହେବେ, ଆଉ କେବେ ଉଠିବେ ନାହିଁ।” BSB BSB: Those who swear by the guilt of Samaria and say, ‘As surely as your god lives, O Dan,’ or, ‘As surely as the way of Beersheba lives’—they will fall, never to rise again.”